Biblia Todo Logo
Bib sou entènèt

- Piblisite -




ଯିରିମୀୟ 12:4 - ପବିତ୍ର ବାଇବଲ (Re-edited) - (BSI)

4 କେତେ କାଳ ଦେଶ ଶୋକ କରିବ ଓ ସମୁଦାୟ ଦେଶର ତୃଣ ଶୁଷ୍କ ହେବ? ତହିଁର ନିବାସୀମାନଙ୍କର ଦୁଷ୍ଟତା ସକାଶୁ ପଶୁ ଓ ପକ୍ଷୀସବୁ କ୍ଷୟ ପାଉଅଛନ୍ତି ; କାରଣ ଲୋକମାନେ କହିଲେ, ସେ ଆମ୍ଭମାନଙ୍କର ଶେଷ ଗତି ଦେଖିବ ନାହିଁ।

Gade chapit la Kopi

ଓଡିଆ ବାଇବେଲ

4 କେତେ କାଳ ଦେଶ ଶୋକ କରିବ ଓ ସମୁଦାୟ ଦେଶର ତୃଣ ଶୁଷ୍କ ହେବ ? ତହିଁର ନିବାସୀମାନଙ୍କର ଦୁଷ୍ଟତା ସକାଶୁ ପଶୁ ଓ ପକ୍ଷୀ ସବୁ କ୍ଷୟ ପାଉଅଛନ୍ତି; କାରଣ ଲୋକମାନେ କହିଲେ, ସେ ଆମ୍ଭମାନଙ୍କର ଶେଷ ଗତି ଦେଖିବ ନାହିଁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 କେତେ କାଳ ଦେଶ ଶୋକ କରିବ ଓ ସମୁଦାୟ ଦେଶର ତୃଣ ଶୁଷ୍କ ହେବ? ତହିଁର ନିବାସୀମାନଙ୍କର ଦୁଷ୍ଟତା ସକାଶୁ ପଶୁ ଓ ପକ୍ଷୀସବୁ କ୍ଷୟ ପାଉଅଛନ୍ତି; କାରଣ ଲୋକମାନେ କହିଲେ, “ସେ ଆମ୍ଭମାନଙ୍କର ଶେଷ ଗତି ଦେଖିବ ନାହିଁ।”

Gade chapit la Kopi

ପବିତ୍ର ବାଇବଲ

4 କେତେକାଳ ଦେଶ ଶୁଷ୍କ ରହିବ ଓ ସମୁଦାୟ ଦେଶରେ ତୃଣ ଶୁଷ୍କ ରହିବ? ଦେଶର ଲୋକମାନଙ୍କର ଦୁଷ୍ଟତା ଯୋଗୁଁ ପଶୁ ଓ ପକ୍ଷୀସବୁ କ୍ଷୟ ପାଇଛନ୍ତି। କାରଣ ଲୋକମାନେ କହିଲେ, “ଯିରିମିୟ ଦୀର୍ଘଦିନ ବଞ୍ଚି ଆମ୍ଭମାନଙ୍କର ଶେଷାବସ୍ଥା ଦେଖିବ ନାହିଁ।”

Gade chapit la Kopi




ଯିରିମୀୟ 12:4
22 Referans Kwoze  

ମୁଁ ପର୍ବତମାନର ବିଷୟରେ ରୋଦନ ଓ ହାହାକାର ଓ ପ୍ରାନ୍ତରସ୍ଥ ଚରାସ୍ଥାନସକଳର ବିଷୟରେ ବିଳାପ କରିବି, କାରଣ ସେସବୁ ଦଗ୍ଧ ହୋଇଅଛି ଓ ତହିଁର ମଧ୍ୟ ଦେଇ କେହି ଗତାୟାତ କରେ ନାହିଁ; ଅଥବା ଲୋକମାନେ ପଶୁପଲର ରବ ଶୁଣି ପାରନ୍ତି ନାହିଁ; ଆକାଶସ୍ଥ ପକ୍ଷୀଗଣ ଓ ଭୂଚର ପଶୁଗଣ ଉଭୟ ପଳାୟନ କରିଅଛନ୍ତି, ସେମାନେ ଚାଲି ଯାଇଅଛନ୍ତି।


ମୁଁ ଅନାଇଲି, ଆଉ ଦେଖ, କେହି ମନୁଷ୍ୟ ନ ଥିଲା ଓ ଆକାଶର ପକ୍ଷୀସବୁ ପଳାଇ ଯାଇଥିଲେ।


ସେ ଦେଶନିବାସୀମାନଙ୍କ ଦୁଷ୍ଟତା ସକାଶୁ ଉର୍ବରା ଦେଶକୁ ଲବଣ-ପ୍ରାନ୍ତର କରନ୍ତି।


କାରଣ ସମସ୍ତ ସୃଷ୍ଟି ଯେ ଆଜି ପର୍ଯ୍ୟନ୍ତ ଏକସଙ୍ଗରେ ଆର୍ତ୍ତନାଦ କରୁଅଛି ଓ ପ୍ରସବବେଦନାରେ ବ୍ୟଥିତ ହେଉଅଛି, ଏହା ଆମ୍ଭେମାନେ ଜାଣୁ।


ଏଥିପାଇଁ ଦେଶ ବିଳାପ କରିବ ଓ ତହିଁର ନିବାସୀ ପ୍ରତ୍ୟେକ ଲୋକ, କ୍ଷେତ୍ରସ୍ଥ ପଶୁ ଓ ଆକାଶସ୍ଥ ପକ୍ଷୀଗଣ ସହିତ କ୍ଷୀଣ ହେବେ; ହଁ, ସମୁଦ୍ରର ମତ୍ସ୍ୟଗଣ ହିଁ ଦୂରୀକୃତ ହେବେ


କାରଣ ଦେଖ, ବ୍ୟଭିଚାରୀଗଣରେ ପରିପୂର୍ଣ୍ଣ ଓ ଅଭିଶାପ ସକାଶୁ ଦେଶ ଶୋକ କରୁଅଛି; ପ୍ରାନ୍ତରସ୍ଥ ଚରାସ୍ଥାନସବୁ ଶୁଷ୍କ ହୋଇଅଛି ଓ ଲୋକମାନଙ୍କର ବ୍ୟବହାର ମନ୍ଦ, ଆଉ ସେମାନଙ୍କର ପରାକ୍ରମ ନ୍ୟାୟ-ସଙ୍ଗତ ନୁହେଁ।


ଏହେତୁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ଦେଖ, ଏହି ସ୍ଥାନ ଉପରେ ମନୁଷ୍ୟ ଓ ପଶୁ ଓ କ୍ଷେତ୍ରସ୍ଥିତ ବୃକ୍ଷ ଓ ଭୂମିର ଫଳ, ଏହିସବୁର ଉପରେ ଆମ୍ଭର କ୍ରୋଧ ଓ କୋପ ଢଳାଯିବ; ତାହା ଦଗ୍ଧ କରିବ ଓ ନିର୍ବାଣ ନୋହିବ।


କାରଣ ଯଦ୍ୟପି ଡିମିରି ବୃକ୍ଷ ପୁଷ୍ପିତ ନୋହିବ, କିଅବା ଦ୍ରାକ୍ଷାଲତାରେ ଫଳ ନ ଧରିବ; ଜୀତବୃକ୍ଷ ଫଳ ନ ଫଳିବ ଓ କ୍ଷେତ୍ର ଖାଦ୍ୟଦ୍ରବ୍ୟ ଉତ୍ପନ୍ନ ନ କରିବ; ଖୁଆଡ଼ରୁ ମେଷପଲ ଉଚ୍ଛିନ୍ନ ହେବ, ଆଉ ଗୋଠରେ ଗୋରୁପଲ ନ ଥିବ;


ଭବିଷ୍ୟଦ୍ବକ୍ତାମାନେ ମିଥ୍ୟା ଭବିଷ୍ୟଦ୍ବାକ୍ୟ ପ୍ରଚାର କରନ୍ତି ଓ ସେମାନଙ୍କ ଦ୍ଵାରା ଯାଜକମାନେ କର୍ତ୍ତୃତ୍ଵ କରନ୍ତି; ପୁଣି, ଆମ୍ଭର ଲୋକମାନେ ଏପରି ହେବାର ଭଲ ପାଆନ୍ତି; ମାତ୍ର ତହିଁର ଶେଷରେ ତୁମ୍ଭେମାନେ କଅଣ କରିବ?


ଯିହୁଦା ଶୋକ କରୁଅଛି ଓ ତହିଁର ନଗର-ଦ୍ଵାରସକଳ କ୍ଷୀଣ ହୋଇଅଛି, ସେମାନେ କଳାବସ୍ତ୍ର ପିନ୍ଧି ଭୂମିରେ ବସୁଅଛନ୍ତି ଓ ଯିରୂଶାଲମର ଆର୍ତ୍ତସ୍ଵର ଊର୍ଦ୍ଧ୍ଵକୁ ଉଠିଅଛି।


ଆଉ, ଭବିଷ୍ୟଦ୍ବକ୍ତାମାନେ ବାୟୁତୁଲ୍ୟ ହେବେ ଓ ସେମାନଙ୍କ ଅନ୍ତରରେ ବାକ୍ୟ ନାହିଁ; ସେମାନଙ୍କ ପ୍ରତି ଏହିରୂପ କରାଯିବ।


ଏଥି ସକାଶୁ ପୃଥିବୀ ଶୋକ କରିବ ଓ ଉପରିସ୍ଥ ଆକାଶମଣ୍ତଳ କୃଷ୍ଣବର୍ଣ୍ଣ ହେବ; କାରଣ ଆମ୍ଭେ ଏହା କହିଅଛୁ, ଆମ୍ଭେ ଏହା ମନରେ ସ୍ଥିର କରିଅଛୁ ଓ ଆମ୍ଭେ ଦୁଃଖିତ ହୋଇ ନାହୁଁ, କିଅବା ଆମ୍ଭେ ଏଥିରୁ ଫେରିବୁ ନାହିଁ ।


ତୁମ୍ଭେ ଏହିସବୁ କରି ଆସିଅଛ ଓ ଆମ୍ଭେ ନୀରବ ହୋଇ ରହିଅଛୁ; ତହିଁରେ ଆମ୍ଭେ ସର୍ବତୋଭାବେ ତୁମ୍ଭ ପରି ବୋଲି ତୁମ୍ଭେ ଅନୁମାନ କରିଅଛ; ମାତ୍ର ଆମ୍ଭେ ତୁମ୍ଭକୁ ଅନୁଯୋଗ କରିବା ଓ ତାହାସବୁ ତୁମ୍ଭ ସାକ୍ଷାତରେ ସଜାଇ ରଖିବା।


ସେମାନେ ତାହା ଧ୍ଵଂସସ୍ଥାନ କରିଅଛନ୍ତି; ତାହା ଧ୍ଵଂସିତ ହୋଇ ଆମ୍ଭ ନିକଟରେ ବିଳାପ କରୁଅଛି; କେହି ମନୋଯୋଗ ନ କରିବାରୁ ସମୁଦାୟ ଦେଶ ଧ୍ଵଂସିତ ହେଉଅଛି।


ପଶୁଗଣ କିପରି ଆର୍ତ୍ତସ୍ଵର କରନ୍ତି ! ଚରା ନ ଥିବାରୁ ଗୋରୁପଲ ବ୍ୟାକୁଳ ହେଉଅଛନ୍ତି; ମେଷପଲ ନଷ୍ଟ ହେଉଅଛନ୍ତି।


ପୁଣି ସେ କହିଲେ, ସଦାପ୍ରଭୁ ସିୟୋନରୁ ଗର୍ଜନ କରିବେ ଓ ଯିରୂଶାଲମରୁ ଆପଣା ରବ ଶୁଣାଇବେ; ତହିଁରେ ମେଷପାଳକମାନଙ୍କର ଚରାଣି-ସ୍ଥାନସକଳ ଶୋକ କରିବ ଓ କର୍ମିଲର ଶିଖର ଶୁଷ୍କ ହେବ।


ତହିଁରେ ସଦାପ୍ରଭୁଙ୍କ ଦୂତ ଉତ୍ତର କରି କହିଲେ, ହେ ସୈନ୍ୟାଧିପତି ସଦାପ୍ରଭୁ, ଏହି ତିନି କୋଡ଼ି ଦଶ ବର୍ଷଯାକ ତୁମ୍ଭେ ଯେଉଁମାନଙ୍କ ଉପରେ ବିରକ୍ତ ହୋଇ ଆସିଅଛ, ସେହି ଯିରୂଶାଲମ ଓ ଯିହୁଦାର ନଗରସମୂହ ପ୍ରତି ଆଉ କେତେ କାଳ ଦୟା କରିବ ନାହିଁ?


ପୃଥିବୀ ଶୋକ କରି ନିସ୍ତେଜ ହେଉଅଛି, ଜଗତ ମ୍ଳାନ ହୋଇ ନିସ୍ତେଜ ହେଉଅଛି, ପୃଥିବୀର ଉଚ୍ଚ ଲୋକମାନେ ମ୍ଳାନ ହୁଅନ୍ତି।


ଏହେତୁ ଅଭିଶାପ ପୃଥିବୀକି ଗ୍ରାସ କରିଅଛି ଓ ତନ୍ନିବାସୀଗଣ ଅପରାଧୀ ହୋଇଅଛନ୍ତି; ତହିଁ ନିମନ୍ତେ ପୃଥିବୀ ନିବାସୀମାନେ ଦଗ୍ଧ ହୋଇଅଛନ୍ତି ଓ ଅଳ୍ପ ଲୋକ ଅବଶିଷ୍ଟ ଅଛନ୍ତି।


ସଦାପ୍ରଭୁ କହନ୍ତି, ଆମ୍ଭେ କʼଣ ସେମାନଙ୍କୁ ଏହିସବୁର ପ୍ରତିଫଳ ଦେବା ନାହିଁ? ଏହି ପ୍ରକାର ଗୋଷ୍ଠୀଠାରୁ ଆମ୍ଭର ପ୍ରାଣ କʼଣ ପରିଶୋଧ ନେବ ନାହିଁ?


Swiv nou:

Piblisite


Piblisite