Biblia Todo Logo
Bib sou entènèt

- Piblisite -




ଯିରିମୀୟ 12:7 - ପବିତ୍ର ବାଇବଲ (Re-edited) - (BSI)

7 ଆମ୍ଭେ ଆପଣା ଗୃହ ତ୍ୟାଗ କରିଅଛୁ, ଆମ୍ଭେ ଆପଣା ଅଧିକାର ଛାଡ଼ି ଦେଇଅଛୁ; ଆମ୍ଭେ ଆପଣା ପ୍ରାଣର ପ୍ରିୟତମାକୁ ତାହାର ଶତ୍ରୁମାନଙ୍କ ହସ୍ତରେ ସମର୍ପି ଦେଇଅଛୁ।

Gade chapit la Kopi

ଓଡିଆ ବାଇବେଲ

7 ଆମ୍ଭେ ଆପଣା ଗୃହ ତ୍ୟାଗ କରିଅଛୁ, ଆମ୍ଭେ ଆପଣା ଅଧିକାର ଛାଡ଼ି ଦେଇଅଛୁ; ଆମ୍ଭେ ଆପଣା ପ୍ରାଣର ପ୍ରିୟତମାକୁ ତାହାର ଶତ୍ରୁମାନଙ୍କ ହସ୍ତରେ ସମର୍ପି ଦେଇଅଛୁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 “ଆମ୍ଭେ ଆପଣା ଗୃହ ତ୍ୟାଗ କରିଅଛୁ, ଆମ୍ଭେ ଆପଣା ଅଧିକାର ଛାଡ଼ି ଦେଇଅଛୁ; ଆମ୍ଭେ ଆପଣା ପ୍ରାଣର ପ୍ରିୟତମାକୁ ତାହାର ଶତ୍ରୁମାନଙ୍କ ହସ୍ତରେ ସମର୍ପି ଦେଇଅଛୁ।

Gade chapit la Kopi

ପବିତ୍ର ବାଇବଲ

7 “ଆମ୍ଭେ ସଦାପ୍ରଭୁ, ଆପଣା ଗୃହ ପରିତ୍ୟାଗ କରିଅଛୁ। ଆମ୍ଭେ ନିଜର ଅଧିକାର ଛାଡ଼ି ଦେଇଅଛୁ। ଆମ୍ଭେ ଆପଣା ପ୍ରାଣର ପ୍ରିୟତମା ଯିହୁଦାକୁ ଶତ୍ରୁମାନଙ୍କ ହସ୍ତରେ ସମର୍ପି ଦେଇଅଛୁ।

Gade chapit la Kopi




ଯିରିମୀୟ 12:7
23 Referans Kwoze  

କାରଣ ତୁମ୍ଭେ ଆପଣା ଲୋକ ଯାକୁବ ବଂଶକୁ ପରିତ୍ୟାଗ କରିଅଛ, ଯେହେତୁ ସେମାନେ ପୂର୍ବଦେଶୀୟ ଆଚାରରେ ପରିପୂର୍ଣ୍ଣ ଓ ପଲେଷ୍ଟୀୟମାନଙ୍କ ନ୍ୟାୟ ଗଣକ ହୋଇଅଛନ୍ତି, ପୁଣି ସେମାନେ ବିଦେଶୀୟ ସନ୍ତାନ-ଗଣ ସହିତ ହସ୍ତ ତାଳି ଦିଅନ୍ତି।


ଆମ୍ଭ ଗୃହରେ ଆମ୍ଭ ପ୍ରିୟାର କି କାର୍ଯ୍ୟ? କାରଣ ସେ ଅନେକର ସଙ୍ଗେ ବ୍ୟଭିଚାର କରିଅଛି ଓ ତୁମ୍ଭ ନିକଟରୁ ପବିତ୍ର ମାଂସ ଅନ୍ତରିତ ହୋଇଅଛି , ଦୁଷ୍କର୍ମ କଲା ବେଳେ ତୁମ୍ଭେ ଆନନ୍ଦ କରୁଅଛ।


ସେମାନଙ୍କର ଦୁଷ୍ଟତାସକଳ ଗିଲ୍ଗଲ୍ରେ ଅଛି; କାରଣ ସେଠାରେ ଆମ୍ଭେ ସେମାନଙ୍କୁ ଘୃଣା କଲୁ; ଆମ୍ଭେ ସେମାନଙ୍କ କ୍ରିୟାର ଦୁଷ୍ଟତା ସକାଶୁ ସେମାନଙ୍କୁ ଆମ୍ଭ ଗୃହରୁ ତଡ଼ିଦେବା; ଆମ୍ଭେ ସେମାନଙ୍କୁ ଆଉ ସ୍ନେହ କରିବା ନାହିଁ; ସେମାନଙ୍କର ଅଧିପତି ସମସ୍ତେ ବିଦ୍ରୋହୀ।


ଆଉ ସେମାନେ ଖଡ଼୍‍ଗଧାରରେ ହତ ହେବେ ଓ ବନ୍ଦୀ ହୋଇ ସମସ୍ତ ବିଜାତି ମଧ୍ୟକୁ ନୀତ ହେବେ, ପୁଣି ବିଜାତିମାନଙ୍କର କାଳ ସମ୍ପୂର୍ଣ୍ଣ ନ ହେବା ପର୍ଯ୍ୟନ୍ତ ଯିରୂଶାଲମ ସେମାନଙ୍କର ପଦ ଦଳିତ ହୋଇ ରହିବ।


ସେତେବେଳେ ଆମ୍ଭେ ଯାବତୀୟ ଗୋଷ୍ଠୀଙ୍କୁ ସଂଗ୍ରହ କରି ସେମାନଙ୍କୁ ଯିହୋଶାଫଟ (ସଦାପ୍ରଭୁଙ୍କ ବିଚାର) ଉପତ୍ୟକାକୁ ଓହ୍ଲାଇ ଆଣିବା; ଆଉ, ସେମାନଙ୍କ ସଙ୍ଗେ ଆମ୍ଭ ଲୋକମାନଙ୍କର ଓ ଆମ୍ଭ ଅଧିକାର ଇସ୍ରାଏଲ ସପକ୍ଷରେ ବାଦାନୁବାଦ କରିବା, କାରଣ ସେମାନେ ସେମାନଙ୍କୁ ନାନା ଗୋଷ୍ଠୀ ମଧ୍ୟରେ ଛିନ୍ନଭିନ୍ନ କରି ଆମ୍ଭର ଦେଶ ବିଭାଗ କରିଅଛନ୍ତି।


ସିୟୋନରେ ତୂରୀ ବଜାଅ ଓ ପବିତ୍ର ଉପବାସ ନିରୂପଣ କର, ମହାସଭା ଆହ୍ଵାନ କରନ୍ତଣଣଯୋୟେ.୨:୧୪


ତୁମ୍ଭେ ଇସ୍ରାଏଲ-ବଂଶକୁ କୁହ, ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି; ଦେଖ, ତୁମ୍ଭମାନଙ୍କର ବଳର ଦର୍ପସ୍ଵରୂପ ଓ ତୁମ୍ଭମାନଙ୍କ ନୟନର ପ୍ରୀତିପାତ୍ର ଓ ତୁମ୍ଭମାନଙ୍କ ପ୍ରାଣର ସ୍ନେହପାତ୍ର, ଏପରି ଯେ ଆମ୍ଭର ଧର୍ମଧାମ, ଆମ୍ଭେ ତାହା ଅପବିତ୍ର କରିବା, ପୁଣି ତୁମ୍ଭମାନଙ୍କର ଯେଉଁ ପୁତ୍ର କନ୍ୟାଗଣକୁ ତୁମ୍ଭେମାନେ ପଛରେ ଛାଡ଼ି ଯାଇଅଛ, ସେମାନେ ଖଡ଼୍‍ଗରେ ପତିତ ହେବେ।


କାରଣ ଇସ୍ରାଏଲର ଧର୍ମସ୍ଵରୂପଙ୍କ ବିରୁଦ୍ଧ ଦୋଷରେ ସେମାନଙ୍କ ଦେଶ ପରିପୂର୍ଣ୍ଣ ହେଲେ ହେଁ ଇସ୍ରାଏଲ କିଅବା ଯିହୁଦା ଆପଣା ପରମେଶ୍ଵର ସୈନ୍ୟାଧିପତି ସଦାପ୍ରଭୁଙ୍କ ଦ୍ଵାରା ପରିତ୍ୟକ୍ତ ହୋଇ ନାହାନ୍ତି।


ହେ ଯିରୂଶାଲମ, ଆପଣା ମସ୍ତକର କେଶ କାଟି ପକାଇଦିଅ ଓ ବୃକ୍ଷଶୂନ୍ୟ ଉଚ୍ଚସ୍ଥଳୀରେ ବିଳାପ କର; କାରଣ ସଦାପ୍ରଭୁ ଆପଣାର କ୍ରୋଧପାତ୍ର ଏହି ବଂଶକୁ ଅଗ୍ରାହ୍ୟ ଓ ପରିତ୍ୟାଗ କରିଅଛନ୍ତି।


ଏହେତୁ ଆମ୍ଭେ ଶୀଲୋ ପ୍ରତି ଯେରୂପ କରିଅଛୁ, ଆମ୍ଭ ନାମରେ ଖ୍ୟାତ ଏହି ଯେଉଁ ଗୃହରେ ତୁମ୍ଭେମାନେ ବିଶ୍ଵାସ କରୁଅଛ, ତହିଁ ପ୍ରତି; ପୁଣି ତୁମ୍ଭମାନଙ୍କ ଓ ତୁମ୍ଭମାନଙ୍କ ପିତୃପୁରୁଷମାନଙ୍କୁ ଆମ୍ଭର ଦତ୍ତ ଏହି ସ୍ଥାନ ପ୍ରତି ଆମ୍ଭେ ତଦ୍ରୂପ କରିବା !


ତୁମ୍ଭେ କି ଯିହୁଦାକୁ ନିତା; ଅଗ୍ରାହ୍ୟ କରିଅଛ? ତୁମ୍ଭର ପ୍ରାଣ କି ସିୟୋନକୁ ଘୃଣା କରିଅଛି? କିହେତୁ ତୁମ୍ଭେ ଆମ୍ଭମାନଙ୍କୁ ପ୍ରହାର କଲ ଓ ଆମ୍ଭମାନଙ୍କ ପୀଡ଼ାର କୌଣସି ପ୍ରତିକାର ନାହିଁ? ଆମ୍ଭେମାନେ ଶାନ୍ତିର ଅପେକ୍ଷା କଲୁ, ମାତ୍ର କିଛି ମଙ୍ଗଳ ହେଲା ନାହିଁ ଓ ଆମ୍ଭେମାନେ ସ୍ଵାସ୍ଥ୍ୟ ସମୟର ଅପେକ୍ଷା କଲୁ, ଆଉ ଦେଖ, ଆଶଙ୍କା ଉପସ୍ଥିତ !


ପୁଣି, ଆମ୍ଭେ ତୁମ୍ଭକୁ ଯେଉଁ ଅଧିକାର ଦେଲୁ, ତୁମ୍ଭେ ଆପେ ତହିଁରୁ କ୍ଷା; ହେବ। ଆଉ, ଆମ୍ଭେ ତୁମ୍ଭ ଅଜ୍ଞାତ ଦେଶରେ ତୁମ୍ଭକୁ ତୁମ୍ଭ ଶତ୍ରୁଗଣର ସେବା କରାଇବା; କାରଣ ତୁମ୍ଭେମାନେ ଆମ୍ଭ କ୍ରୋଧରୂପ ଅଗ୍ନି ପ୍ରଜ୍ଵଳିତ କରିଅଛ, ତାହା ସଦାକାଳ ଜ୍ଵଳିବ।


ପୁଣି, ଯେତେବେଳେ ଏହି ଲୋକମାନେ, ଅବା ଭବିଷ୍ୟଦ୍ବକ୍ତା, ଅବା କୌଣସି ଯାଜକ ତୁମ୍ଭକୁ ପଚାରିବେ, ସଦାପ୍ରଭୁଙ୍କର ଭାରୋକ୍ତି କଅଣ? ସେତେବେଳେ ତୁମ୍ଭେ ସେମାନଙ୍କୁ କହିବ, ଭାରୋକ୍ତି କଅଣ ! ଆମ୍ଭେ ତୁମ୍ଭମାନଙ୍କୁ ପରିତ୍ୟାଗ କରିବା, ଏହା ସଦାପ୍ରଭୁଙ୍କର ଉକ୍ତି।


ଏଣୁକରି ଦେଖ, ଆମ୍ଭେ ତୁମ୍ଭମାନଙ୍କୁ ନିତା; ପାସୋରିବା, ପୁଣି, ତୁମ୍ଭମାନଙ୍କୁ ଓ ଯେଉଁ ନଗର ଆମ୍ଭେ ତୁମ୍ଭମାନଙ୍କୁ ଓ ତୁମ୍ଭମାନଙ୍କର ପୂର୍ବପୁରୁଷମାନଙ୍କୁ ଦେଇଅଛୁ, ତାହାକୁ ଆମ୍ଭ ଛାମୁରୁ ଦୂର କରିବା;


ଇସ୍ରାଏଲର ବାଲ୍ୟ କାଳରେ ଆମ୍ଭେ ତାହାକୁ ସ୍ନେହ କଲୁ ଓ ଆମ୍ଭ ପୁତ୍ରକୁ ମିସରରୁ ଡାକିଲୁ।


ସେ ବିନ୍ୟାମୀନ୍ ବିଷୟରେ କହିଲେ, ସଦାପ୍ରଭୁଙ୍କ ପ୍ରିୟ ଲୋକ ତାହାଙ୍କ ନିକଟରେ ନିର୍ଭୟରେ ବାସ କରିବ; ସେ ଦିନଯାକ ତାହାକୁ ଆବୋରି ରଖନ୍ତି ଓ ସେ ତାହାର ସ୍କନ୍ଧଦ୍ଵୟ ମଧ୍ୟରେ ବାସ କରନ୍ତି।


ଆଉ ଆମ୍ଭେ ଆପଣା ଅଧିକାରର ଅବଶିଷ୍ଟାଂଶକୁ ଦୂର କରିବା ଓ ସେମାନଙ୍କୁ ସେମାନଙ୍କ ଶତ୍ରୁଗଣ ହସ୍ତରେ ସମର୍ପଣ କରିବା; ତହିଁରେ ସେମାନେ ଆପଣା ଶତ୍ରୁ ସମସ୍ତଙ୍କର ମୃଗୟା ଓ ଲୁଟ ସ୍ଵରୂପ ହେବେ;


ସେ ଆପଣା ଲୋକମାନଙ୍କୁ ମଧ୍ୟ ଖଡ଼୍‍ଗରେ ସମର୍ପି ଦେଲେ ଓ ଆପଣା ଅଧିକାର ପ୍ରତି କ୍ରୁଦ୍ଧ ହେଲେ।


ଏହେତୁ ଲୋକମାନଙ୍କ ବିରୁଦ୍ଧରେ ସଦାପ୍ରଭୁଙ୍କ କୋପ ପ୍ରଜ୍ଵଳିତ ହେଲା, ପୁଣି ସେ ଆପଣା ଅଧିକାରକୁ ଘୃଣା କଲେ।


ମାତ୍ର ଯେବେ ତୁମ୍ଭେମାନେ ଏହିସବୁ କଥା ଶୁଣିବ ନାହିଁ, ତେବେ ସଦାପ୍ରଭୁ କହନ୍ତି, ଆମ୍ଭେ ଆପଣା ନାମରେ ଶପଥ କରୁଅଛୁ ଯେ, ଏହି ଗୃହ ଉଚ୍ଛିନ୍ନ ହେବ।


Swiv nou:

Piblisite


Piblisite