Biblia Todo Logo
Bib sou entènèt

- Piblisite -




ଯିରିମୀୟ 13:13 - ପବିତ୍ର ବାଇବଲ (Re-edited) - (BSI)

13 ସେତେବେଳେ ତୁମ୍ଭେ ସେମାନଙ୍କୁ କହିବ, ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ଏହି ଦେଶନିବାସୀ ସମସ୍ତ ଲୋକଙ୍କୁ, ଅର୍ଥାତ୍ ଦାଉଦର ସିଂହାସନୋପବିଷ୍ଟ ରାଜଗଣକୁ ଓ ଯାଜକଗଣକୁ, ଭବିଷ୍ୟଦ୍ବକ୍ତାଗଣକୁ ଓ ଯିରୂଶାଲମ ନିବାସୀ ସମସ୍ତଙ୍କୁ ମତ୍ତତାରେ ପୂର୍ଣ୍ଣ କରିବା।

Gade chapit la Kopi

ଓଡିଆ ବାଇବେଲ

13 ସେତେବେଳେ ତୁମ୍ଭେ ସେମାନଙ୍କୁ କହିବ, ‘ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ଏହି ଦେଶନିବାସୀ ସମସ୍ତ ଲୋକଙ୍କୁ, ଅର୍ଥାତ୍‍ ଦାଉଦର ସିଂହାସନୋପବିଷ୍ଟ ରାଜାଗଣଙ୍କୁ ଓ ଯାଜକମାନଙ୍କୁ, ଭବିଷ୍ୟଦ୍‍ବକ୍ତାଗଣଙ୍କୁ ଓ ଯିରୂଶାଲମ ନିବାସୀ ସମସ୍ତଙ୍କୁ ମତ୍ତତାରେ ପୂର୍ଣ୍ଣ କରିବା।’

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ସେତେବେଳେ ତୁମ୍ଭେ ସେମାନଙ୍କୁ କହିବ, ‘ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ଏହି ଦେଶ ନିବାସୀ ସମସ୍ତ ଲୋକଙ୍କୁ, ଅର୍ଥାତ୍‍ ଦାଉଦର ସିଂହାସନୋପବିଷ୍ଟ ରାଜାଗଣଙ୍କୁ ଓ ଯାଜକମାନଙ୍କୁ, ଭବିଷ୍ୟଦ୍‍ବକ୍ତାଗଣଙ୍କୁ ଓ ଯିରୂଶାଲମ ନିବାସୀ ସମସ୍ତଙ୍କୁ ମତ୍ତତାରେ ପୂର୍ଣ୍ଣ କରିବା।

Gade chapit la Kopi

ପବିତ୍ର ବାଇବଲ

13 ତା'ପରେ ତୁମ୍ଭେ ସେମାନଙ୍କୁ କହିବ, ‘ସଦାପ୍ରଭୁ ଏହା କହନ୍ତି, ଦେଖ! ସମସ୍ତ ଦେଶବାସୀଙ୍କୁ, ଦାଉଦର ଭବିଷ୍ୟଦ୍ ବଂଶଧରମାନଙ୍କୁ ସମସ୍ତ ଯାଜକଗଣଙ୍କୁ, ସମସ୍ତ ଭବିଷ୍ୟ‌ଦ୍‌ବକ୍ତାଙ୍କୁ ଏବଂ ଯିରୁଶାଲମ ନିବାସୀଙ୍କୁ ଆମ୍ଭେ ମାତାଲ ଲୋକମାନଙ୍କ ପରି ଅସହାୟ କରିବା।

Gade chapit la Kopi




ଯିରିମୀୟ 13:13
14 Referans Kwoze  

ପୁଣି, ଆମ୍ଭେ ଆପଣା କ୍ରୋଧରେ ଲୋକମାନଙ୍କୁ ଦଳି ପକାଇଲୁ ଓ ଆମ୍ଭ କୋପରେ ସେମାନଙ୍କୁ ମତ୍ତ କରାଇଲୁ, ପୁଣି ଭୂମିରେ ସେମାନଙ୍କ ପ୍ରାଣ-ରକ୍ତ ଢାଳି ପକାଇଲୁ।


ହେ ଯିରୂଶାଲମ, ଜାଗ, ଜାଗ, ଠିଆ ହୁଅ, ତୁମ୍ଭେ ସଦାପ୍ରଭୁଙ୍କ ହସ୍ତରୁ ତାହାଙ୍କ କୋପରୂପ ପାନପାତ୍ର ନେଇ ପାନ କରିଅଛ; ତୁମ୍ଭେ ମତ୍ତତାଜନକ ବୃହତ ପାତ୍ରରୁ ପାନ କରି ତାହା ଶେଷ କରିଅଛ।


ଯେହେତୁ ସଦାପ୍ରଭୁଙ୍କ ହସ୍ତରେ ଏକ ପାନପାତ୍ର ଅଛି ଓ ଦ୍ରାକ୍ଷାରସରୁ ଫେଣ ବାହାରୁ ଅଛି; ତାହା ମିଶ୍ରିତ ଦ୍ରବ୍ୟରେ ପୂର୍ଣ୍ଣ ଓ ସେ ତହିଁରୁ ଢାଳି ଦିଅନ୍ତି; ନିଶ୍ଚୟ ପୃଥିବୀର ଦୁଷ୍ଟଲୋକ ସମସ୍ତେ ତହିଁର ଖାଦ ନିଗାଡ଼ି ପିଇବେ।


ତୁମ୍ଭେ ଆପଣା ଲୋକମାନଙ୍କୁ କଠିନ ବିଷୟ ଦେଖାଇଅଛ; ତୁମ୍ଭେ ଆମ୍ଭମାନଙ୍କୁ ଟଳମଳକାରିଣୀ ମଦିରା ପାନ କରାଇଅଛ।


ତୁମ୍ଭେ ଗୌରବ ବଦଳରେ ଅପମାନରେ ପରିପୂର୍ଣ୍ଣ ହୋଇଅଛ। ତୁମ୍ଭେ ମଧ୍ୟ ପାନ କରି ଅସୁନ୍ନତର ନ୍ୟାୟ ହୁଅଣ! ସଦାପ୍ରଭୁଙ୍କ ଦକ୍ଷିଣ ହସ୍ତସ୍ଥିତ ପାନପାତ୍ର ତୁମ୍ଭଆଡ଼େ ଫେରାଯିବ ଓ ତୁମ୍ଭ ଗୌରବର ଉପରେ ଘୃଣାଜନକ ଲଜ୍ଜା ବର୍ତ୍ତିବ।


ବାବିଲ ସଦାପ୍ରଭୁଙ୍କ ହସ୍ତରେ ଏକ ସୁବର୍ଣ୍ଣ ପାତ୍ର ସ୍ଵରୂପ ହୋଇଅଛି, ତାହା ସମୁଦାୟ ପୃଥିବୀକି ମତ୍ତ କରିଅଛି; ଗୋଷ୍ଠୀୟମାନେ ତାହାର ଦ୍ରାକ୍ଷାରସ ପାନ କରିଅଛନ୍ତି; ଏହେତୁ ଗୋଷ୍ଠୀୟମାନେ ଉନ୍ମତ୍ତ ଅଟନ୍ତି।


ଆଉ, ତୁମ୍ଭେ ସେମାନଙ୍କୁ କହିବ, ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ଏହି କଥା କହନ୍ତି; ତୁମ୍ଭେମାନେ ପାନ କରି ମତ୍ତ ହୁଅ ଓ ବାନ୍ତି କର, ପୁଣି ଆମ୍ଭେ ତୁମ୍ଭମାନଙ୍କ ମଧ୍ୟକୁ ଯେଉଁ ଖଡ଼୍‍ଗ ପଠାଇବା, ତହିଁ ହେତୁ ପତିତ ହୋଇ ଆଉ ଉଠ ନାହିଁ।


ପୁଣି, ଆମ୍ଭେ ତୁମ୍ଭର ଉପଦ୍ରବକାରୀମାନଙ୍କୁ ସେମାନଙ୍କର ନିଜ ମାଂସ ଭୋଜନ କରାଇବା ଓ ମିଷ୍ଟ ଦ୍ରାକ୍ଷାରସରେ ମତ୍ତ ହେବା ତୁଲ୍ୟ ସେମାନେ ନିଜ ରକ୍ତରେ ମତ୍ତ ହେବେ; ତହିଁରେ ଆମ୍ଭେ ଯେ ସଦାପ୍ରଭୁ, ତୁମ୍ଭର ତ୍ରାଣକର୍ତ୍ତା ଓ ତୁମ୍ଭର ମୁକ୍ତିଦାତା, ଯାକୁବର ବଳଦାତା, ଏହା ସର୍ବ ପ୍ରାଣୀ ଜାଣିବେ ।


ପୁଣି, ଆମ୍ଭେ ତାହାର ଅଧିପତିଗଣକୁ ଓ ତାହାର ଜ୍ଞାନୀ ଲୋକମାନଙ୍କୁ ଓ ତାହାର ଦେଶାଧ୍ୟକ୍ଷ ଓ ଅଧିପତି-ଗଣକୁ ଓ ତାହାର ବୀରପୁରୁଷମାନଙ୍କୁ ମତ୍ତ କରାଇବା; ତହିଁରେ ସେମାନେ ଚିର ନିଦ୍ରାରେ ନିଦ୍ରିତ ହୋଇ ଆଉ ଜାଗରିତ ହେବେ ନାହିଁ, ଏହା ରାଜା କହନ୍ତି, ସୈନ୍ୟାଧିପତି ସଦାପ୍ରଭୁ ତାହାଙ୍କର ନାମ।


ଏଣୁକରି ହେ ଦୁଃଖିନୀ ଓ ବିନା ଦ୍ରାକ୍ଷାରସରେ ମତ୍ତା ଯେ ତୁମ୍ଭେ, ତୁମ୍ଭେ ଏବେ ଏହା ଶୁଣ;


ତୁମ୍ଭେମାନେ ସ୍ଥଗିତ ଓ ଚମତ୍କୃତ ହୁଅ; ଆମୋଦ କରି ଅନ୍ଧ ହୁଅ; ସେମାନେ ମତ୍ତ ଅଛନ୍ତି, ମାତ୍ର ଦ୍ରାକ୍ଷାରସରେ ନୁହେଁ; ସେମାନେ ଟଳଟଳ ହୁଅନ୍ତି, ମାତ୍ର ସୁରାପାନରେ ନୁହେଁ।


ଏହେତୁ ତୁମ୍ଭେ ସେମାନଙ୍କୁ ଏହି କଥା କହିବ, ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ଏହି କଥା କହନ୍ତି, ପ୍ରତ୍ୟେକ କଳଶ ଦ୍ରାକ୍ଷାରସରେ ପୂର୍ଣ୍ଣ କରାଯିବ; ତହିଁରେ ସେମାନେ ତୁମ୍ଭକୁ କହିବେ, ପ୍ରତ୍ୟେକ କଳଶ ଯେ ଦ୍ରାକ୍ଷାରସରେ ପୂର୍ଣ୍ଣ କରାଯିବ, ଏହା କʼଣ ଆମ୍ଭେମାନେ ଜାଣୁ ନାହୁଁ?


କାରଣ ଦେଖ, ଆମ୍ଭେ ଆମ୍ଭ ନାମରେ ଖ୍ୟାତ ନଗର ପ୍ରତି ଅମଙ୍ଗଳ ଘଟାଇବାକୁ ଆରମ୍ଭ କରିଅଛୁ ଓ ତୁମ୍ଭେମାନେ କି ନିତା; ଅଦଣ୍ତିତ ହେବ? ତୁମ୍ଭେମାନେ ଅଦଣ୍ତିତ ହେବ ନାହିଁ, କାରଣ ଆମ୍ଭେ ପୃଥ୍ଵୀନିବାସୀ ସମସ୍ତଙ୍କ ଉପରେ ଖଡ଼୍‍ଗ ଆହ୍ଵାନ କରିବା , ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।


Swiv nou:

Piblisite


Piblisite