Biblia Todo Logo
Bib sou entènèt

- Piblisite -




ଯିରିମୀୟ 13:19 - ପବିତ୍ର ବାଇବଲ (Re-edited) - (BSI)

19 ଦକ୍ଷିଣ ପ୍ରଦେଶୀୟ ନଗରସବୁ ରୁଦ୍ଧ ହୋଇଅଛି ଓ ତାହା ଫିଟାଇବାକୁ କେହି ନାହିଁ; ସମୁଦାୟ ଯିହୁଦା ନିର୍ବାସିତ ହୋଇଅଛି; ତାହା ସମ୍ପୂର୍ଣ୍ଣ ରୂପେ ନିର୍ବାସିତ ହୋଇଅଛି।

Gade chapit la Kopi

ଓଡିଆ ବାଇବେଲ

19 ଦକ୍ଷିଣ ପ୍ରଦେଶୀୟ ନଗରସବୁ ରୁଦ୍ଧ ହୋଇଅଛି ଓ ତାହା ଫିଟାଇବାକୁ କେହି ନାହିଁ; ସମୁଦାୟ ଯିହୁଦା ନିର୍ବାସିତ ହୋଇଅଛି; ତାହା ସମ୍ପୂର୍ଣ୍ଣ ରୂପେ ନିର୍ବାସିତ ହୋଇଅଛି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 ଦକ୍ଷିଣ ପ୍ରଦେଶୀୟ ନଗରସବୁ ରୁଦ୍ଧ ହୋଇଅଛି ଓ ତାହା ଫିଟାଇବାକୁ କେହି ନାହିଁ; ସମୁଦାୟ ଯିହୁଦା ନିର୍ବାସିତ ହୋଇଅଛି; ତାହା ସମ୍ପୂର୍ଣ୍ଣ ରୂପେ ନିର୍ବାସିତ ହୋଇଅଛି।

Gade chapit la Kopi

ପବିତ୍ର ବାଇବଲ

19 ଦକ୍ଷିଣ ପ୍ରଦେଶୀୟ ନଗରସବୁ ରୁଦ୍ଧ ହୋଇଅଛି ଓ ତାହାକୁ ଫିଟାଇବାକୁ କେହି ନାହିଁ। ସମଗ୍ର ଯିହୁଦା ନିର୍ବାସିତ ହୋଇଛନ୍ତି। ସେମାନେ ସମସ୍ତେ ବନ୍ଦୀରୂପେ ଉପନୀତ ହୋଇଛନ୍ତି।

Gade chapit la Kopi




ଯିରିମୀୟ 13:19
21 Referans Kwoze  

ତହିଁରେ ବାବିଲର ରାଜା ହମାତ୍ ଦେଶସ୍ଥ ରିବ୍ଳାରେ ସେମାନଙ୍କୁ ଆଘାତ କରି ବଧ କଲା। ଏହିରୂପେ ଯିହୁଦା ଆପଣା ଦେଶରୁ ବନ୍ଦୀ ହୋଇ ନୀତ ହେଲା।


ନବୂଖଦ୍ନିତ୍ସରର ଅଧିକାରର ତେଇଶ ବର୍ଷରେ ନବୂଷରଦନ୍ ପ୍ରହରୀବର୍ଗର ସେନାପତି, ସାତ ଶହ ପଇଁଚାଳିଶ୍ ଜଣ ଯିହୁଦୀଙ୍କି ବନ୍ଦୀ କରି ନେଇଗଲା; ସର୍ବସୁଦ୍ଧା ଚାରି ସହସ୍ର ଛʼଶତ ଲୋକ ଥିଲେ।


ପୁଣି, ପ୍ରହରୀବର୍ଗର ସେନାପତି ନବୁସର୍ଦନ୍, ନଗରରେ ଥିବା ଅବଶିଷ୍ଟ ଲୋକମାନଙ୍କୁ, ମଧ୍ୟ ତାହାର ପକ୍ଷ ହୋଇଥିବା ପଳାତକମାନଙ୍କୁ ବନ୍ଦୀକରି ବାବିଲକୁ ନେଇଗଲା।


ତହିଁରେ ବାବିଲ୍-ରାଜା ହମାତ ଦେଶସ୍ଥ ରିବ୍ଲାରେ ସେମାନଙ୍କୁ ଆଘାତ କରି ବଧ କଲା। ଏହିରୂପେ ଯିହୁଦା ଆପଣା ଦେଶରୁ ବନ୍ଦୀ ହୋଇ ନୀତ ହେଲା।


ଆଉ ତୁମ୍ଭର ସମୁଦାୟ ଦେଶସ୍ଥ ଯେସମସ୍ତ ଉଚ୍ଚ ଓ ଦୁର୍ଗମ ପ୍ରାଚୀରରେ ତୁମ୍ଭେ ଭରସା ରଖିଲ, ତାହାସବୁ ପତିତ ହେବାଯାଏ ସେ ତୁମ୍ଭର ସମସ୍ତ ନଗରଦ୍ଵାରରେ ତୁମ୍ଭକୁ ଅବରୋଧ କରିବ; ସଦାପ୍ରଭୁ ତୁମ୍ଭ ପରମେଶ୍ଵର ତୁମ୍ଭକୁ ଯେଉଁ ଦେଶ ଦେଇଅଛନ୍ତି, ତହିଁର ସମସ୍ତ ନଗରଦ୍ଵାରରେ ସେ ତୁମ୍ଭକୁ ଅବରୋଧ କରିବ।


ସଦାପ୍ରଭୁ କହନ୍ତି, ପାର୍ବତୀୟ ଦେଶର ନଗର-ସମୂହରେ, ନିମ୍ନ ଭୂମିର ନଗରମାନରେ ଓ ଦକ୍ଷିଣ ଦିଗସ୍ଥ ସକଳ ନଗରରେ ଓ ବିନ୍ୟାମୀନ ଦେଶରେ ଓ ଯିରୂଶାଲମର ଚତୁର୍ଦ୍ଦିଗସ୍ଥ ଅଞ୍ଚଳରେ ଓ ଯିହୁଦାର ନଗରମାନରେ, ମେଷଗଣନାକାରୀ ଲୋକର ହସ୍ତାଧୀନରେ ମେଷପଲ ପୁନର୍ବାର ଗତାୟାତ କରିବେ।


କାରଣ ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ତୁମ୍ଭକୁ, ତୁମ୍ଭ ପ୍ରତି ଓ ତୁମ୍ଭର ସମସ୍ତ ବନ୍ଧୁ ପ୍ରତି ଆଶଙ୍କାଜନକ କରିବା; ପୁଣି, ସେମାନେ ଆପଣାମାନଙ୍କ ଶତ୍ରୁଗଣର ଖଡ଼୍‍ଗ ଦ୍ଵାରା ହତ ହେବେ ଓ ତୁମ୍ଭର ଚକ୍ଷୁ ତାହା ଦେଖିବ; ଆଉ, ଆମ୍ଭେ ସମୁଦାୟ ଯିହୁଦାକୁ ବାବିଲର ରାଜା ହସ୍ତରେ ସମର୍ପଣ କରିବା, ତହିଁରେ ସେ ସେମାନଙ୍କୁ ବନ୍ଦୀ କରି ବାବିଲକୁ ଘେନିଯାଇ ଖଡ଼୍‍ଗରେ ବଧ କରିବ।


ପୁଣି, ଲୋକମାନେ ଯିହୁଦାର ନଗରସମୂହରୁ, ଯିରୂଶାଲମର ଚତୁର୍ଦ୍ଦିଗସ୍ଥିତ ଅଞ୍ଚଳରୁ, ବିନ୍ୟାମୀନ ଦେଶରୁ ଓ ନିମ୍ନଭୂମିରୁ ଓ ପାର୍ବତୀୟ ଦେଶରୁ ଓ ଦକ୍ଷିଣ ଦେଶରୁ ହୋମବଳି, ନୈବେଦ୍ୟ ଓ କୁନ୍ଦୁରୁ ନେଇ, ଆଉ ପ୍ରଶଂସାର୍ଥକ ବଳି ଘେନି ସଦାପ୍ରଭୁଙ୍କ ଗୃହକୁ ଆସିବେ।


ଦେଖ, ସେ ଭାଙ୍ଗି ପକାନ୍ତି, ଆଉ ତାହା ପୁନର୍ନିର୍ମିତ ହୋଇ ନ ପାରେ; ସେ ମନୁଷ୍ୟକୁ ରୁଦ୍ଧ କଲେ, ଆଉ ମୁକୁଳା ହୋଇ ନ ପାରେ।


ପୁଣି ସେମାନେ ତାହା ସାତ ଭାଗରେ ବିଭାଗ କରିବେ; ଦକ୍ଷିଣ ଦିଗରେ ଆପଣା ସୀମାରେ ଯିହୁଦା ରହିବ ଓ ଉତ୍ତର ଦିଗରେ ଆପଣା ସୀମାରେ ଯୋଷେଫ ବଂଶ ରହିବେ।


ମାତ୍ର ମୁଁ ଆଜି ତୁମ୍ଭକୁ ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କ ଯେ ଯେ ଆଜ୍ଞା ଓ ବିଧି ଆଦେଶ କରୁଅଛି, ସେସବୁ ମାନିବା ପାଇଁ ଓ କରିବା ପାଇଁ ଯେବେ ତୁମ୍ଭେ ତାହାଙ୍କ ରବରେ କର୍ଣ୍ଣପାତ ନ କରିବ, ତେବେ ଏହିସବୁ ଅଭିଶାପ ତୁମ୍ଭ ଉପରେ ବର୍ତ୍ତିବ ଓ ତୁମ୍ଭ ସଙ୍ଗ ଧରିବ।


ବିନ୍ୟାମୀନ ପ୍ରଦେଶରେ ଓ ଯିରୂଶାଲମର ଚତୁର୍ଦ୍ଦିଗସ୍ଥ ନାନା ସ୍ଥାନରେ, ଯିହୁଦାର ନଗରସମୂହରେ, ପାର୍ବତୀୟ ପ୍ରଦେଶସ୍ଥ ନାନା ନଗରରେ, ପୁଣି ନିମ୍ନ ଭୂମିସ୍ଥ ନଗରମାନରେ ଓ ଦକ୍ଷିଣ ଦିଗସ୍ଥ ନଗରସମୂହରେ ଲୋକମାନେ ମୂଲ୍ୟ ଦେଇ କ୍ଷେତ୍ର କ୍ରୟ କରିବେ ଓ କ୍ରୟପତ୍ର ସ୍ଵାକ୍ଷର କରି ମୁଦ୍ରାଙ୍କିତ କରିବେ ଓ ସାକ୍ଷୀ ରଖିବେ; କାରଣ ସଦାପ୍ରଭୁ କହନ୍ତି, ଆମ୍ଭେ ସେମାନଙ୍କର ବନ୍ଦୀତ୍ଵାବସ୍ଥା ପରିବର୍ତ୍ତନ କରିବା।


ଦୁଃଖ ସକାଶୁ ଓ ମହାଦାସତ୍ଵ ସକାଶୁ ଯିହୁଦା ବନ୍ଦୀ ହୋଇ ଯାଇଅଛି; ସେ ଦେବପୂଜକମାନଙ୍କ ମଧ୍ୟରେ ବାସ କରେ, ସେ କିଛି ବିଶ୍ରାମ ପାଏ ନାହିଁ; ତାହାର ତାଡ଼ନାକାରୀ ସମସ୍ତେ ସଙ୍କୀର୍ଣ୍ଣ ପଥରେ ତାହାର ସଙ୍ଗ ଧରିଲେ।


ଯିରୂଶାଲମ ବସତିବିଶିଷ୍ଟ ଓ ସମୃଦ୍ଧ ଅବସ୍ଥାରେ ଥିବା ବେଳେ, ପୁଣି ତହିଁର ଚତୁର୍ଦ୍ଦିଗସ୍ଥ ନଗରସକଳ, ଆଉ ଦକ୍ଷିଣ ଦେଶ ଓ ନିମ୍ନଭୂମି ବସତିବିଶିଷ୍ଟ ଥିବା ବେଳେ ସଦାପ୍ରଭୁ ପୂର୍ବକାଳର ଭବିଷ୍ୟଦ୍ବକ୍ତାଗଣଙ୍କ ଦ୍ଵାରା ଯେଉଁସକଳ ବାକ୍ୟ ପ୍ରଚାର କରାଇଅଛନ୍ତି, ତାହା କି ତୁମ୍ଭମାନଙ୍କର ଶୁଣିବାର ଉଚିତ ନୁହେଁ?


ଏହି ପ୍ରକାରେ ସମଗ୍ର ଇସ୍ରାଏଲ ବଂଶାବଳୀକ୍ରମେ ଲିଖିତ ହେଲେ; ଦେଖ, ତାହା ଇସ୍ରାଏଲ- ରାଜାମାନଙ୍କ ପୁସ୍ତକରେ ଲିଖିତ ଅଛି; ଅନନ୍ତର ଯିହୁଦା ଆପଣାମାନଙ୍କ ସତ୍ୟଲଙ୍ଘନ ସକାଶୁ ବନ୍ଦୀ ହୋଇ ବାବିଲ୍‍କୁ ନୀତ ହେଲେ।


ବାବିଲର ରାଜା ନବୂଖଦ୍ନିତ୍ସର, ଯିହୋୟାକୀମ୍ର ପୁତ୍ର, ଯିହୁଦାର ରାଜା ଯିହୋୟାଖୀନ୍କୁ ଓ ଯିହୁଦାର ଅଧିପତିମାନଙ୍କୁ, ଶିଳ୍ପକରଣଓ କର୍ମକାରକମାନଙ୍କ ସହିତ ଯିରୂଶାଲମରୁ ବନ୍ଦୀ କରି ବାବିଲକୁ ନେଇ ଗଲା ଉତ୍ତାରେ ସଦାପ୍ରଭୁ ମୋତେ ଏକ ଦର୍ଶନ ଦେଖାଇଲେ, ଆଉ ଦେଖ, ସଦାପ୍ରଭୁଙ୍କର ମନ୍ଦିର ସମ୍ମୁଖରେ ଦୁଇ ଡାଲା ଡିମିରି ଫଳ ରଖାଯାଇଅଛି।


ପୁଣି, ଯିହୋୟାକୀମ୍ର ପୁତ୍ର ଯିହୁଦାର ରାଜା ଯିହୋୟାଖୀନ୍କୁ, ଯିହୁଦାରୁ ବାବିଲକୁ ବନ୍ଦୀ ହୋଇ ଯାଇଥିବା ସମସ୍ତ ଲୋକ ସହିତ ଏସ୍ଥାନକୁ ଫେରାଇ ଆଣିବା, ଏହା ସଦାପ୍ରଭୁ କହନ୍ତି; କାରଣ ଆମ୍ଭେ ବାବିଲ ରାଜାର ଯୁଆଳି ଭାଙ୍ଗି ପକାଇବା।


ନବୂଖଦ୍ନିତ୍ସର ଯେଉଁମାନଙ୍କୁ ବନ୍ଦୀ କରି ନେଇଗଲା, ସେହି ଲୋକମାନଙ୍କର ସଂଖ୍ୟା ଏହି; ସପ୍ତମ ବର୍ଷରେ ତିନି ସହସ୍ର ତେଇଶ ଜଣ ଯିହୁଦୀ ଲୋକ;


Swiv nou:

Piblisite


Piblisite