Biblia Todo Logo
Bib sou entènèt

- Piblisite -




ଯିରିମୀୟ 14:12 - ପବିତ୍ର ବାଇବଲ (Re-edited) - (BSI)

12 ସେମାନେ ଉପବାସ କଲେ, ଆମ୍ଭେ ସେମାନଙ୍କର କାତରୋକ୍ତି ଶୁଣିବା ନାହିଁ; ପୁଣି, ସେମାନେ ହୋମ ଓ ନୈବେଦ୍ୟ ଉତ୍ସର୍ଗ କଲେ, ଆମ୍ଭେ ସେମାନଙ୍କୁ ଗ୍ରହଣ କରିବା ନାହିଁ; ମାତ୍ର ଆମ୍ଭେ ଖଡ଼୍‍ଗ ଓ ଦୁର୍ଭିକ୍ଷ ଓ ମହାମାରୀ ଦ୍ଵାରା ସେମାନଙ୍କୁ ସଂହାର କରିବା।

Gade chapit la Kopi

ଓଡିଆ ବାଇବେଲ

12 ସେମାନେ ଉପବାସ କଲେ, ଆମ୍ଭେ ସେମାନଙ୍କର କାତରୋକ୍ତି ଶୁଣିବା ନାହିଁ; ପୁଣି, ସେମାନେ ହୋମ ଓ ନୈବେଦ୍ୟ ଉତ୍ସର୍ଗ କଲେ, ଆମ୍ଭେ ସେମାନଙ୍କୁ ଗ୍ରହଣ କରିବା ନାହିଁ; ମାତ୍ର ଆମ୍ଭେ ଖଡ୍ଗ ଓ ଦୁର୍ଭିକ୍ଷ ଓ ମହାମାରୀ ଦ୍ୱାରା ସେମାନଙ୍କୁ ସଂହାର କରିବା।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ସେମାନେ ଉପବାସ କଲେ, ଆମ୍ଭେ ସେମାନଙ୍କର କାତରୋକ୍ତି ଶୁଣିବା ନାହିଁ; ପୁଣି, ସେମାନେ ହୋମ ଓ ନୈବେଦ୍ୟ ଉତ୍ସର୍ଗ କଲେ, ଆମ୍ଭେ ସେମାନଙ୍କୁ ଗ୍ରହଣ କରିବା ନାହିଁ; ମାତ୍ର ଆମ୍ଭେ ଖଡ୍ଗ ଓ ଦୁର୍ଭିକ୍ଷ ଓ ମହାମାରୀ ଦ୍ୱାରା ସେମାନଙ୍କୁ ସଂହାର କରିବା।”

Gade chapit la Kopi

ପବିତ୍ର ବାଇବଲ

12 ଯିହୁଦା ନିବାସୀ ଉପବାସ କରି କାତର ପ୍ରାର୍ଥନା କରିବେ। ମାତ୍ର ଆମ୍ଭେ ସେମାନଙ୍କର ପ୍ରାର୍ଥନା ଶୁଣିବା ନାହିଁ। ସେମାନେ ହୋମବଳି ଓ ଶସ୍ୟ ନୈବେଦ୍ୟ ଉତ୍ସର୍ଗ କଲେ ବି ଆମ୍ଭେ ତାହା ଗ୍ରହଣ କରିବା ନାହିଁ। କିନ୍ତୁ ଆମ୍ଭେ ‌‌ଖ‌ଡ଼୍‌ଗ, ଦୁର୍ଭିକ୍ଷ ଓ ମହାମାରୀ ଦ୍ୱାରା ସେମାନଙ୍କୁ ସଂହାର କରିବା।”

Gade chapit la Kopi




ଯିରିମୀୟ 14:12
32 Referans Kwoze  

ଏଥିପାଇଁ ଆମ୍ଭେ ମଧ୍ୟ କୋପରେ ବ୍ୟବହାର କରିବା; ଚକ୍ଷୁଲଜ୍ଜା କରିବା ନାହିଁ, କିଅବା ଦୟା କରିବା ନାହିଁ; ଆଉ, ଯଦ୍ୟପି ସେମାନେ ଆମ୍ଭ କର୍ଣ୍ଣଗୋଚରରେ ଉଚ୍ଚସ୍ଵରରେ ଡାକନ୍ତି, ତଥାପି ଆମ୍ଭେ ସେମାନଙ୍କ କଥା ଶୁଣିବା ନାହିଁ।


ଏହେତୁ ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ସେମାନଙ୍କ ପ୍ରତି ଅମଙ୍ଗଳ ଘଟାଇବା, ସେମାନେ ତହିଁରୁ ରକ୍ଷା ପାଇ ପାରିବେ ନାହିଁ; ପୁଣି, ସେମାନେ ଆମ୍ଭ ନିକଟରେ ଆର୍ତ୍ତସ୍ଵର କରିବେ, ମାତ୍ର ଆମ୍ଭେ ସେମାନଙ୍କର କଥା ଶୁଣିବା ନାହିଁ।


ଶିବା ଦେଶରୁ କୁନ୍ଦୁରୁ ଓ ଦୂର ଦେଶରୁ ସୁଗନ୍ଧି ବଚ ଆସିବାର ଫଳ କଅଣ? ତୁମ୍ଭମାନଙ୍କର ହୋମବଳିସବୁ ଗ୍ରାହ୍ୟ ନୁହେଁ, କିଅବା ତୁମ୍ଭମାନଙ୍କର ବଳିଦାନସବୁ ଆମ୍ଭର ତୁଷ୍ଟିଜନକ ନୁହେଁ।


ସେତେବେଳେ ସେମାନେ ମୋତେ ଡାକ ପକାଇବେ, ମାତ୍ର ମୁଁ ଉତ୍ତର ଦେବି ନାହିଁ; ସେମାନେ ଅତି ଯନିରେ ମୋହର ଅନ୍ଵେଷଣ କରିବେ, ମାତ୍ର ମୋହର ଉଦ୍ଦେଶ୍ୟ ପାଇବେ ନାହିଁ।


ପୁଣି, ସେ ଡାକିବା ବେଳେ ସେମାନେ ଯେପରି ଶୁଣିଲେ ନାହିଁ; ତଦନୁସାରେ ସେମାନେ ଡାକିବେ, ମାତ୍ର ସୈନ୍ୟାଧିପତି ସଦାପ୍ରଭୁ କହିଲେ, ଆମ୍ଭେ ଶୁଣିବା ନାହିଁ,


ସେହି ସମୟରେ ସେମାନେ ସଦାପ୍ରଭୁଙ୍କ ନିକଟରେ ନିବେଦନ କରିବେ, ମାତ୍ର ସେ ସେମାନଙ୍କୁ ଉତ୍ତର ଦେବେ ନାହିଁ; ବରଞ୍ଚ ସେମାନଙ୍କର ଦୁଷ୍କ୍ରିୟାନୁସାରେ ସେ ସେହି ସମୟରେ ସେମାନଙ୍କଠାରୁ ଆପଣା ମୁଖ ଲୁଚାଇବେ।


କାରଣ ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି; ଆମ୍ଭେ ମନୁଷ୍ୟ ଓ ପଶୁଗଣକୁ ଉଚ୍ଛିନ୍ନ କରିବା ପାଇଁ ଯେତେବେଳେ ଯିରୂଶାଲମ ବିରୁଦ୍ଧରେ ଖଡ଼୍‍ଗ, ଦୁର୍ଭିକ୍ଷ, ହିଂସ୍ରକ ପଶୁ ଓ ମହାମାରୀ, ଆମ୍ଭର ଏହି ଚାରି ମହାଦଣ୍ତ ପଠାଇବା, ସେତେବେଳେ ଆଉ କେତେ ଅଧିକ ନ ଘଟିବ?


ପୁଣି, ଆମ୍ଭେ ସେମାନଙ୍କୁ ଓ ସେମାନଙ୍କର ପିତୃପୁରୁଷମାନଙ୍କୁ ଯେଉଁ ଦେଶ ଦେଲୁ, ତହିଁରୁ ସେମାନେ ଯେପର୍ଯ୍ୟନ୍ତ ଉଚ୍ଛିନ୍ନ ନ ହୁଅନ୍ତି, ସେପର୍ଯ୍ୟନ୍ତ ଆମ୍ଭେ ସେମାନଙ୍କ ମଧ୍ୟକୁ ଖଡ଼୍‍ଗ ଦୁର୍ଭିକ୍ଷ ଓ ମହାମାରୀ ପଠାଇବା।


ସେମାନେ ଅତି ଯନ୍ତ୍ରଣାଦାୟକ ମୃତ୍ୟୁରେ ପ୍ରାଣତ୍ୟାଗ କରିବେ; ସେମାନଙ୍କ ନିମନ୍ତେ ବିଳାପ କରାଯିବ ନାହିଁ, କିଅବା ସେମାନଙ୍କୁ କବର ଦିଆଯିବ ନାହିଁ, ସେମାନେ ଭୂମି ଉପରେ ଖତ ପରି ହେବେ; ଆଉ, ସେମାନେ ଖଡ଼୍‍ଗ ଓ ଦୁର୍ଭିକ୍ଷ ଦ୍ଵାରା ସଂହାରିତ ହେବେ; ପୁଣି, ସେମାନଙ୍କର ଶବ ଆକାଶ-ପକ୍ଷୀଗଣର ଓ ଭୂଚର ପଶୁଗଣର ଖାଦ୍ୟ ହେବ।


ଆହୁରି, ଯେଉଁମାନଙ୍କୁ ସେମାନେ କିଅବା ସେମାନଙ୍କର ପୂର୍ବପୁରୁଷମାନେ ଜାଣି ନାହାନ୍ତି, ଏପରି ନାନା ଦେଶୀୟମାନଙ୍କ ମଧ୍ୟରେ ଆମ୍ଭେ ସେମାନଙ୍କୁ ଛିନ୍ନଭିନ୍ନ କରିବା; ପୁଣି, ଆମ୍ଭେ ଯେଯାଏ ସେମାନଙ୍କୁ ସଂହାର ନ କରୁ, ସେଯାଏ ଆମ୍ଭେ ସେମାନଙ୍କ ପଛେ ପଛେ ଖଡ଼୍‍ଗ ପଠାଇବା।


ସେମାନେ କୁହନ୍ତି, ଆମ୍ଭେମାନେ କାହିଁକି ଉପବାସ କରିଅଛୁ ଓ ତୁମ୍ଭେ ଦୃଷ୍ଟି କରୁ ନାହଁ? ଆମ୍ଭେମାନେ କାହିଁକି ଆପଣା ଆପଣା ପ୍ରାଣକୁ କ୍ଳେଶ ଦେଇଅଛୁ ଓ ତୁମ୍ଭେ ମନୋଯୋଗ କରୁ ନାହଁ? ଦେଖ, ତୁମ୍ଭେମାନେ ଉପବାସ ଦିନ ଆପଣା ସୁଖ ଚେଷ୍ଟା କରୁଅଛ ଓ ବଳପୂର୍ବକ ସବୁ ପରିଶ୍ରମ ନେଉଅଛ।


ଯେଉଁ ଲୋକ ବ୍ୟବସ୍ଥା ଶୁଣିବାରୁ ଆପଣା କର୍ଣ୍ଣ ଫେରାଏ, ତାହାର ପ୍ରାର୍ଥନା ହିଁ ଘୃଣାର ବିଷୟ ହୁଏ।


ଦୁଷ୍ଟମାନଙ୍କର ବଳିଦାନ ଘୃଣାର ବିଷୟ, ମାତ୍ର ସେ କୁଅଭିପ୍ରାୟରେ ଆଣିଲେ ତାହା କେତେ ଅଧିକ ଘୃଣିତ।


ଦୁଷ୍ଟମାନଙ୍କ ବଳିଦାନ ସଦାପ୍ରଭୁଙ୍କଠାରେ ଘୃଣା ବିଷୟ ଅଟେ; ମାତ୍ର ସରଳ ଲୋକଙ୍କର ପ୍ରାର୍ଥନା ତାହାଙ୍କର ତୁଷ୍ଟିକର।


ସେଥିରେ ମୁଁ ଦୃଷ୍ଟିପାତ କଲି, ଆଉ ଦେଖ, ଗୋଟିଏ ପାଣ୍ତୁବର୍ଣ୍ଣ ଅଶ୍ଵ, ତାହାର ଆରୋହୀର ନାମ ମୃତ୍ୟୁ, ପୁଣି ପାତାଳ ତାହାର ପଶ୍ଚାତ୍ଗମନ କରୁଥିଲା; ଖଡ଼୍‍ଗ, ଦୁର୍ଭିକ୍ଷ, ମହାମାରୀ ଓ ପୃଥିବୀର ବନ୍ୟପଶୁମାନଙ୍କ ଦ୍ଵାରା ବିନାଶ କରିବାକୁନ ପୃଥିବୀର ଚତୁର୍ଥାଂଶ ଉପରେ ସେମାନଙ୍କୁ କ୍ଷମତା ଦିଆଗଲା।


ତାହା ଉପରେ ଦୁଃଖ ଉପସ୍ଥିତ ହେଲେ କି ପରମେଶ୍ଵର ତାହାର କ୍ରନ୍ଦନ ଶୁଣିବେ?


ସଦାପ୍ରଭୁ କହନ୍ତି, ଆମ୍ଭେ ସେମାନଙ୍କୁ ନିଃଶେଷ ରୂପେ ସଂହାର କରିବା; ଦ୍ରାକ୍ଷାଲତାରେ ଦ୍ରାକ୍ଷାଫଳ, କିଅବା ଡିମିରି ବୃକ୍ଷରେ ଡିମିରି ଫଳ ରହିବ ନାହିଁ ଓ ପତ୍ର ମ୍ଳାନ ହେବ; ଆଉ, ଆମ୍ଭେ ସେମାନଙ୍କୁ ଯାହା ଦେଇଅଛୁ, ସେସବୁ ସେମାନଙ୍କଠାରୁ ଛାଡ଼ିଯିବ।


ଆଉ, ଆମ୍ଭେ ଏହି ନଗରବାସୀ ମନୁଷ୍ୟ ଓ ପଶୁ ସମସ୍ତଙ୍କୁ ସଂହାର କରିବା; ସେମାନେ ମହାମାରୀରେ ମରିବେ।


ଏହିସବୁ ବନ୍ଧ ଦେଖ, ସେମାନେ ଜୟ କରିବା ପାଇଁ ନଗରକୁ ଆସିଅଛନ୍ତି; ପୁଣି, ଖଡ଼୍‍ଗ ଓ ଦୁର୍ଭିକ୍ଷ ଓ ମହାମାରୀ ସକାଶୁ ନଗର ବିରୁଦ୍ଧରେ ଯୁଦ୍ଧକାରୀ କଲ୍ଦୀୟମାନଙ୍କ ହସ୍ତରେ ତାହା ଦତ୍ତ ହେଉଅଛି; ଆଉ, ତୁମ୍ଭେ ଯାହା କହିଅଛ, ତାହା ସଫଳ ହେଉଅଛି; ପୁଣି ଦେଖ, ତୁମ୍ଭେ ଏହା ଦେଖୁଅଛ।


ଅଥବା ଆମ୍ଭେ ଯେବେ ସେହି ଦେଶକୁ ମହାମାରୀ ପଠାଉ, ଆଉ ତହିଁ ମଧ୍ୟରୁ ମନୁଷ୍ୟ ଓ ପଶୁକୁ ଉଚ୍ଛିନ୍ନ କରିବା ପାଇଁ ତହିଁ ଉପରେ ଆମ୍ଭର କୋପ ଢାଳି ରକ୍ତ ବହାଉ;


ସେମାନେ ଆପଣାମାନଙ୍କର ମେଷପଲ ଓ ଗୋପଲ ଘେନି ସଦାପ୍ରଭୁଙ୍କର ଅନ୍ଵେଷଣ କରିବା ପାଇଁ ଯିବେ; ମାତ୍ର ତାହାଙ୍କର ଉଦ୍ଦେଶ୍ୟ ପାଇବେ ନାହିଁ; ସେ ସେମାନଙ୍କ ନିକଟରୁ ଚାଲି ଯାଇଅଛନ୍ତି।


ଆମ୍ଭେ ତୁମ୍ଭମାନଙ୍କର ପର୍ବସବୁ ଘୃଣା କରୁ, ଆମ୍ଭେ ତାହା ତୁଚ୍ଛ ଜ୍ଞାନ କରୁ, ଆମ୍ଭେ ତୁମ୍ଭମାନଙ୍କର ମହାସଭାରେ କିଛି ସନ୍ତୁଷ୍ଟ ନୋହିବା।


ଆଃ, ତୁମ୍ଭେମାନେ ଯେପରି ବୃଥାରେ ଆମ୍ଭ ଯଜ୍ଞବେଦି ଉପରେ ଅଗ୍ନି ଜ୍ଵଳାଇ ନ ପାରିବ, ଏଥିପାଇଁ କବାଟ ବନ୍ଦ କରିବାକୁ ଯେବେ ତୁମ୍ଭମାନଙ୍କ ମଧ୍ୟରେ ଜଣେ ଥାଆନ୍ତା ! ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ତୁମ୍ଭମାନଙ୍କଠାରେ ଆମ୍ଭର କିଛି ସନ୍ତୋଷ ନାହିଁ, ଆଉ ତୁମ୍ଭମାନଙ୍କ ହସ୍ତରୁ ଆମ୍ଭେ ନୈବେଦ୍ୟ ଗ୍ରହଣ କରିବା ନାହିଁ।


ପୁନର୍ବାର ତୁମ୍ଭେମାନେ ଏହି କର୍ମ କରୁଅଛ; ତୁମ୍ଭେମାନେ ଲୋତକରେ, ରୋଦନରେ ଓ ଆର୍ତ୍ତସ୍ଵରରେ ସଦାପ୍ରଭୁଙ୍କ ଯଜ୍ଞବେଦିକି ଏପରି ଆଚ୍ଛନ୍ନ କରୁଅଛ ଯେ, ସେ ଆଉ ନୈବେଦ୍ୟ ପ୍ରତି ଦୃଷ୍ଟିପାତ କରନ୍ତି ନାହିଁ, କିଅବା ତୁଷ୍ଟ ହୋଇ ତୁମ୍ଭମାନଙ୍କ ହସ୍ତରୁ ତାହା ଗ୍ରହଣ କରନ୍ତି ନାହିଁ।


ଏହେତୁ ତୁମ୍ଭେ ଏହି ଲୋକମାନଙ୍କ ନିମନ୍ତେ ପ୍ରାର୍ଥନା କର ନାହିଁ, କିଅବା ସେମାନଙ୍କ ନିମନ୍ତେ ଉଚ୍ଚ ଆର୍ତ୍ତସ୍ଵର ଅବା ପ୍ରାର୍ଥନା କର ନାହିଁ, କାରଣ ସେମାନେ ଆପଣାମାନଙ୍କର ବିପଦ ସକାଶୁ ଆମ୍ଭ ନିକଟରେ ଆର୍ତ୍ତସ୍ଵର କଲା ବେଳେ ଆମ୍ଭେ ସେମାନଙ୍କର କଥା ଶୁଣିବା ନାହିଁ।


ସେତେବେଳେ ସଦାପ୍ରଭୁ ମୋତେ କହିଲେ, ଯଦ୍ୟପି ମୋଶା ଓ ଶାମୁୟେଲ ଆମ୍ଭ ସମ୍ମୁଖରେ ଠିଆ ହୁଅନ୍ତେ, ତଥାପି ଆମ୍ଭର ମନ ଏହି ଲୋକମାନଙ୍କ ପ୍ରତି ଅନୁକୂଳ ହୁଅନ୍ତା ନାହିଁ; ସେମାନଙ୍କୁ ଆମ୍ଭ ଦୃଷ୍ଟିରୁ ଦୂର କର, ସେମାନେ ବାହାରି ଯାଉନ୍ତୁ।


Swiv nou:

Piblisite


Piblisite