Biblia Todo Logo
Bib sou entènèt

- Piblisite -




ଯିରିମୀୟ 14:3 - ପବିତ୍ର ବାଇବଲ (Re-edited) - (BSI)

3 ପୁଣି, ସେମାନଙ୍କର କୁଳୀନମାନେ ଆପଣା ଆପଣା ଅଧୀନସ୍ଥ ଲୋକମାନଙ୍କୁ ଜଳ ପାଇଁ ପଠାନ୍ତି; ସେମାନେ ଗର୍ତ୍ତ ନିକଟକୁ ଆସି କିଛି ଜଳ ପାଆନ୍ତି ନାହିଁ; ସେମାନେ ଶୂନ୍ୟପାତ୍ର ଘେନି ଫେରି ଯାଆନ୍ତି; ସେମାନେ ଲଜ୍ଜିତ ଓ ଘାବରା ହୋଇ ଆପଣା ଆପଣା ମସ୍ତକ ଢାମ୍ପନ୍ତି।

Gade chapit la Kopi

ଓଡିଆ ବାଇବେଲ

3 ପୁଣି, ସେମାନଙ୍କର କୁଳୀନମାନେ ଆପଣା ଆପଣା ଅଧୀନସ୍ଥ ଲୋକମାନଙ୍କୁ ଜଳ ପାଇଁ ପଠାନ୍ତି; ସେମାନେ ଗର୍ତ୍ତ ନିକଟକୁ ଆସି କିଛି ଜଳ ପାଆନ୍ତି ନାହିଁ; ସେମାନେ ଶୂନ୍ୟପାତ୍ର ଘେନି ଫେରି ଯାଆନ୍ତି; ସେମାନେ ଲଜ୍ଜିତ ଓ ଘାବରା ହୋଇ ଆପଣା ଆପଣା ମସ୍ତକ ଢାମ୍ପନ୍ତି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ପୁଣି, ସେମାନଙ୍କର କୁଳୀନମାନେ ଆପଣା ଆପଣା ଅଧୀନସ୍ଥ ଲୋକମାନଙ୍କୁ ଜଳ ପାଇଁ ପଠାନ୍ତି; ସେମାନେ ଗର୍ତ୍ତ ନିକଟକୁ ଆସି କିଛି ଜଳ ପାଆନ୍ତି ନାହିଁ; ସେମାନେ ଶୂନ୍ୟପାତ୍ର ଘେନି ଫେରି ଯାଆନ୍ତି; ସେମାନେ ଲଜ୍ଜିତ ଓ ଘାବରା ହୋଇ ଆପଣା ଆପଣା ମସ୍ତକ ଢାମ୍ପନ୍ତି।

Gade chapit la Kopi

ପବିତ୍ର ବାଇବଲ

3 ସେମାନଙ୍କର କୁଳୀନମାନେ ଆପଣା ଆପଣା ଅଧୀନସ୍ଥ ଲୋକମାନଙ୍କୁ ଜଳ ପାଇଁ ପଠାନ୍ତି। ସେମାନେ ଜଳାଶୟ ନିକଟକୁ ଯାଇ ଜଳ ପାଆନ୍ତି ନାହିଁ ଓ ଶୂନ୍ୟପାତ୍ର ଘେନି ଫେରି ଆସନ୍ତି। ସେମାନେ ଲଜ୍ଜିତ ଓ ଘବରା ହୋଇ ଆପଣା ଆପଣା ମସ୍ତକ ଢାଙ୍କନ୍ତି।

Gade chapit la Kopi




ଯିରିମୀୟ 14:3
23 Referans Kwoze  

ଅନନ୍ତର ଦାଉଦ ଜୈତୁନ ପର୍ବତର ଉଠାଣି ଦେଇ ଗଲେ ଓ ଉପରକୁ ଯିବା ବେଳେ ରୋଦନ କରି କରି ଉପରକୁ ଗଲେ; ସେସମୟରେ ତାଙ୍କର ମସ୍ତକ ଆଚ୍ଛାଦିତ ଥିଲା ଓ ସେ ଖାଲି ପାଦରେ ଚାଲୁଥିଲେ; ପୁଣି ତାଙ୍କର ସଙ୍ଗୀ ଲୋକମାନେ ପ୍ରତ୍ୟେକେ ଆପଣା ଆପଣା ମସ୍ତକ ଆଚ୍ଛାଦନ କରିଥିଲେ ଓ ସେମାନେ ଉପରକୁ ଯିବା ବେଳେ ରୋଦନ କରୁ କରୁ ଉପରକୁ ଗଲେ।


ମୋʼ ପ୍ରାଣନାଶର ଅନ୍ଵେଷଣକାରୀ ଲୋକମାନେ ଏକତ୍ର ଲଜ୍ଜିତ ଓ ହତାଶ ହେଉନ୍ତୁ; ମୋʼ କ୍ଷତିରେ ସନ୍ତୁଷ୍ଟ ଲୋକମାନେ ପଛକୁ ଫେରାଯାଇ ଅପମାନିତ ହେଉନ୍ତୁ।


ହିଜକୀୟର କଥା ଶୁଣ ନାହିଁ କାରଣ ଅଶୂରୀୟ ରାଜା ଏହି କଥା କହନ୍ତି, ତୁମ୍ଭେମାନେ ମୋʼ ସଙ୍ଗେ ସନ୍ଧି କର ଓ ମୋʼ କତିକି ବାହାରି ଆସ ଓ ପ୍ରତ୍ୟେକେ ଆପଣା ଆପଣା ଦ୍ରାକ୍ଷାଫଳ ଓ ପ୍ରତ୍ୟେକେ ଆପଣା ଆପଣା ଡିମିରିଫଳ ଭୋଜନ କର, ଆଉ ପ୍ରତ୍ୟେକେ ଆପଣା ଆପଣା କୂପଜଳ ପାନ କର;


ତହିଁ ସକାଶୁ ଦୁଇ, ତିନି ନଗରସ୍ଥ ଲୋକମାନେ ଜଳ ପାନ କରିବା ନିମନ୍ତେ ବୁଲି ବୁଲି ଅନ୍ୟ ଏକ ନଗରକୁ ଗଲେ, ମାତ୍ର ତୃପ୍ତ ନୋହିଲେ; ତଥାପି ତୁମ୍ଭେମାନେ ଆମ୍ଭ ପ୍ରତି ଫେରି ନାହଁ, ଏହା ସଦାପ୍ରଭୁ କହନ୍ତି।


କାରଣ ଆମ୍ଭର ଲୋକମାନେ ଦୁଇଟି ଦୋଷ କରି ଅଛନ୍ତି; ସେମାନେ ଅମୃତ ଜଳର ନିର୍ଝର ସ୍ଵରୂପ ଯେ ଆମ୍ଭେ, ଆମ୍ଭକୁ ପରିତ୍ୟାଗ କରିଅଛନ୍ତି, ପୁଣି ଆପଣା-ମାନଙ୍କ ନିମନ୍ତେ ନାନା କୂପ ଖୋଳିଅଛନ୍ତି, ସେସବୁ ଭଗ୍ନ କୂପ, ଜଳଧାରଣ କରି ନ ପାରେ।


ହଁ, କ୍ଷେତ୍ରସ୍ଥ ପଶୁସକଳ ତୁମ୍ଭ ନିକଟରେ ଧକାଉ-ଅଛନ୍ତି; ଯେହେତୁ ଜଳସ୍ରୋତସବୁ ଶୁଷ୍କ ହୋଇଅଛି ଓ ଅଗ୍ନି ପ୍ରାନ୍ତରର ଚରାଣି-ସ୍ଥାନସବୁ ଗ୍ରାସ କରିଅଛି।


ମାତ୍ର ସଦାପ୍ରଭୁ ଭୟାନକ ବୀର ପରି ମୋʼ ସଙ୍ଗରେ ଅଛନ୍ତି; ଏହେତୁ ମୋର ତାଡ଼ନାକାରୀମାନେ ଝୁଣ୍ଟିପଡ଼ିବେ ଓ ସେମାନେ ଜୟଯୁକ୍ତ ନୋହିବେ; ସେମାନେ ବିବେଚନା-ପୂର୍ବକ କାର୍ଯ୍ୟ ନ କରିବାରୁ ଅତ୍ୟ; ଲଜ୍ଜିତ ହେବେ, ସେ ଅପମାନ ନିତ୍ୟସ୍ଥାୟୀ ହେବ, ତାହା କେବେ ବିସ୍ମୃତ ନୋହିବ ଣ।


ଦେଶରେ ବୃଷ୍ଟି ନୋହିବା ସକାଶୁ ଭୂମି ଫାଟି ଯିବାରୁ କୃଷକମାନେ ଲଜ୍ଜିତ ହୋଇ ଆପଣା ଆପଣା ମସ୍ତକ ଢାମ୍ପନ୍ତି।


ମୋʼ ବିପକ୍ଷମାନେ ଅପମାନରେ ବସ୍ତ୍ରାନ୍ଵିତ ହେବେ, ପୁଣି, ସେମାନେ ଉତ୍ତରୀୟ ବସ୍ତ୍ର ତୁଲ୍ୟ ନିଜ ଲଜ୍ଜାରେ ଆଚ୍ଛନ୍ନ ହେଉନ୍ତୁ।


ସେମାନେ ପ୍ରତ୍ୟାଶା କରିଥିବା ସକାଶୁ ଲଜ୍ଜିତ ହେଲେ; ସେମାନେ ସେଠାରେ ଉପସ୍ଥିତ ହୋଇ ଘାବରା ହେଲେ।


ଏଉତ୍ତାରୁ ମର୍ଦ୍ଦଖୟ ପୁନର୍ବାର ରାଜଦ୍ଵାରକୁ ଆସିଲା, ମାତ୍ର ହାମନ୍ ଶୋକାନ୍ଵିତ ହୋଇ ଓ ମସ୍ତକ ଢାଙ୍କି ଆପଣା ଗୃହକୁ ଶୀଘ୍ର ଗଲା।


ପୁଣି ଦେଶରେ ବୃଷ୍ଟି ନୋହିବାରୁ କିଛି କାଳ ଉତ୍ତାରେ ନଦୀ ଶୁଷ୍କ ହୋଇଗଲା।


ଆଉ ରାଜା ମଧ୍ୟ ଆପଣା ମୁଖ ଢାଙ୍କିଲେ, ପୁଣି ରାଜା ଉଚ୍ଚୈଃସ୍ଵରରେ କାନ୍ଦି କହିଲେ, ହାୟ ଆମ୍ଭ ପୁତ୍ର ଅବଶାଲୋମ, ହାୟ ଅବଶାଲୋମ, ଆମ୍ଭ ପୁତ୍ର, ଆମ୍ଭ ପୁତ୍ର।


ତୁମ୍ଭେ ଆପଣା ମୁଣ୍ତରେ ହାତ ଦେଇ ତାହା ନିକଟରୁ ମଧ୍ୟ ବାହାରି ଯିବ; କାରଣ ସଦାପ୍ରଭୁ ତୁମ୍ଭର ବିଶ୍ଵାସପାତ୍ରମାନଙ୍କୁ ଅଗ୍ରାହ୍ୟ କରିଅଛନ୍ତି ଓ ସେମାନଙ୍କ ଦ୍ଵାରା ତୁମ୍ଭେ କୃତକାର୍ଯ୍ୟ ହେବ ନାହିଁ।


ଏହେତୁ ବୃଷ୍ଟି ନିବାରିତ ହୋଇଅଛି ଓ ଶେଷ-ବର୍ଷା ହୋଇ ନାହିଁ; ତଥାପି ତୁମ୍ଭେ ବେଶ୍ୟାର କପାଳ ଧାରଣ କରିଅଛ, ତୁମ୍ଭେ ଲଜ୍ଜିତା ହେବାକୁ ଅସମ୍ମତା ହୋଇଅଛ।


ମୋର ବେଦନା ନିତ୍ୟସ୍ଥାୟୀ ଓ ମୋର କ୍ଷତ ଅପ୍ରତୀକାର୍ଯ୍ୟ ହୋଇ ସୁସ୍ଥ ହେବାକୁ ଅସ୍ଵୀକାର କରେ କାହିଁକିଣ? ତୁମ୍ଭେ କି ମୋʼ ପ୍ରତି ନିତା; ପ୍ରବଞ୍ଚନାଜନକ ନଦୀସ୍ରୋତ, ଅସ୍ଥାୟୀ ଜଳ ତୁଲ୍ୟ ହେବ?


ତୃଷା ହେତୁରୁ ସ୍ତନ୍ୟପାୟୀ ଶିଶୁର ଜିହ୍ଵା ତାଳୁରେ ଲାଗି ଯାଉଅଛି; ବାଳକ ବାଳିକାମାନେ ରୁଟୀ ମାଗନ୍ତି ଓ କେହି ସେମାନଙ୍କୁ ତାହା ଭାଙ୍ଗି ଦିଏ ନାହିଁ।


ନୋହିଲେ ଅବା ଆମ୍ଭେ ତାହାକୁ ବିବସ୍ତ୍ରା କରିବା ଓ ସେ ଜନ୍ମ ଦିନରେ ଯେରୂପ ଥିଲା, ସେରୂପ କରି ତାହାକୁ ରଖିବା; ପୁଣି, ତାହାକୁ ପ୍ରାନ୍ତରର ତୁଲ୍ୟ କରିବା ଓ ମରୁଭୂମି ତୁଲ୍ୟ କରି ତୃଷାରେ ତାହାକୁ ବଧ କରିବା;


ପୁଣି, ପୃଥିବୀସ୍ଥ ସବୁ ଗୋଷ୍ଠୀ ମଧ୍ୟରୁ ଯେଉଁମାନେ ସୈନ୍ୟାଧିପତି ସଦାପ୍ରଭୁ ରାଜାଙ୍କ ନିକଟରେ ପ୍ରଣାମ କରିବା ପାଇଁ ଯିରୂଶାଲମକୁ ଆସିବେ ନାହିଁ, ସେମାନଙ୍କ ଉପରେ କିଛି ଜଳ ବୃଷ୍ଟି ହେବ ନାହିଁ।


ଆହୁରି, ଶସ୍ୟ ପାଚିବାର ତିନି ମାସ ପୂର୍ବେ ଆମ୍ଭେ ତୁମ୍ଭମାନଙ୍କଠାରୁ ବୃଷ୍ଟି ନିବାରଣ କରିଅଛୁ; ପୁଣି, ଏକ ନଗରରେ ଜଳ ବର୍ଷାଇଅଛୁ ଓ ଅନ୍ୟ ନଗରରେ ଜଳ ବର୍ଷାଇ ନାହୁଁ; ଖଣ୍ତେ (କ୍ଷେତ୍ରରେ) ବୃଷ୍ଟି ହେଲା ଓ ଯେଉଁ ଖଣ୍ତକରେ ବୃଷ୍ଟି ନୋହିଲା, ତାହା ଶୁଷ୍କ ହେଲା।


Swiv nou:

Piblisite


Piblisite