Biblia Todo Logo
Bib sou entènèt

- Piblisite -




ଯିରିମୀୟ 14:8 - ପବିତ୍ର ବାଇବଲ (Re-edited) - (BSI)

8 ହେ ଇସ୍ରାଏଲର ଆଶାଭୂମି, ସଙ୍କଟ ସମୟରେ ତାହାର ଉଦ୍ଧାରକର୍ତ୍ତା, ତୁମ୍ଭେ ଦେଶ ମଧ୍ୟରେ ପ୍ରବାସୀ ତୁଲ୍ୟ ଓ ଗୋଟିଏ ରାତ୍ରି କ୍ଷେପଣ କରିବା ପାଇଁ ଆସିବା ପଥିକ ତୁଲ୍ୟ କାହିଁକି ହେବ?

Gade chapit la Kopi

ଓଡିଆ ବାଇବେଲ

8 ହେ ଇସ୍ରାଏଲର ଆଶାଭୂମି, ସଙ୍କଟ ସମୟରେ ତାହାର ଉଦ୍ଧାରକର୍ତ୍ତା, ତୁମ୍ଭେ ଦେଶ ମଧ୍ୟରେ ପ୍ରବାସୀ ତୁଲ୍ୟ ଓ ଗୋଟିଏ ରାତ୍ରି କ୍ଷେପଣ କରିବା ପାଇଁ ଆସିବା ପଥିକ ତୁଲ୍ୟ କାହିଁକି ହେବ ?

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ହେ ଇସ୍ରାଏଲର ଆଶାଭୂମି, ସଙ୍କଟ ସମୟରେ ତାହାର ଉଦ୍ଧାରକର୍ତ୍ତା, ତୁମ୍ଭେ ଦେଶ ମଧ୍ୟରେ ପ୍ରବାସୀ ତୁଲ୍ୟ ଓ ଗୋଟିଏ ରାତ୍ରି କ୍ଷେପଣ କରିବା ପାଇଁ ଆସିବା ପଥିକ ତୁଲ୍ୟ କାହିଁକି ହେବ?

Gade chapit la Kopi

ପବିତ୍ର ବାଇବଲ

8 ହେ ପରମେଶ୍ୱର, ତୁମ୍ଭେ ଇସ୍ରାଏଲର ଆଶା ଓ ତୁମ୍ଭେ ସଙ୍କଟ ସମୟରେ ତ୍ରାଣକର୍ତ୍ତା! ମାତ୍ର ତୁମ୍ଭେ ବର୍ତ୍ତମାନ ଦେଶ ମଧ୍ୟରେ ପ୍ରବାସୀ ତୁଲ୍ୟ ଓ ଗୋଟିଏ ରାତ୍ରି ଅତିବାହିତ କରୁଥିବା ପଥିକ ତୁଲ୍ୟ ହେଉଅଛ।

Gade chapit la Kopi




ଯିରିମୀୟ 14:8
25 Referans Kwoze  

ହେ ଇସ୍ରାଏଲର ପ୍ରତ୍ୟାଶାଭୂମି ସଦାପ୍ରଭୁ, ଯେଉଁମାନେ ତୁମ୍ଭଙ୍କୁ ପରିତ୍ୟାଗ କରନ୍ତି, ସେସମସ୍ତେ ଲଜ୍ଜିତ ହେବେ; ଯେଉଁମାନେ ମୋʼ ନିକଟରୁ ପ୍ରସ୍ଥାନ କରନ୍ତି, ସେମାନଙ୍କର ନାମ ଧୂଳିରେ ଲିଖିତ ହେବ , କାରଣ ସେମାନେ ଅମୃତ ଜଳର ନିର୍ଝରସ୍ଵରୂପ ସଦାପ୍ରଭୁଙ୍କୁ ତ୍ୟାଗ କରିଅଛନ୍ତି।


ଯେଉଁମାନେ ସେମାନଙ୍କୁ ପାଇଲେ, ସେସମସ୍ତେ ସେମାନଙ୍କୁ ଗ୍ରାସ କରିଅଛନ୍ତି ଓ ସେମାନଙ୍କର ବିପକ୍ଷମାନେ କହିଲେ, ଆମ୍ଭେମାନେ ଦୋଷ କରୁ ନାହୁଁ , କାରଣ ସେମାନେ ଧର୍ମନିବାସ ସଦାପ୍ରଭୁଙ୍କର, ଆପଣା-ମାନଙ୍କର ପିତୃପୁରୁଷଗଣର ଆଶାଭୂମି ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କରିଅଛନ୍ତି।


କାରଣ ଆମ୍ଭେ ସଦାପ୍ରଭୁ, ତୁମ୍ଭ ପରମେଶ୍ଵର, ଇସ୍ରାଏଲର ଧର୍ମସ୍ଵରୂପ, ତୁମ୍ଭର ତ୍ରାଣକର୍ତ୍ତା ଅଟୁ; ଆମ୍ଭେ ତୁମ୍ଭ ମୁକ୍ତିର ମୂଲ୍ୟ ସ୍ଵରୂପେ ମିସର ଓ ତୁମ୍ଭ ପରିବର୍ତ୍ତେ କୂଶ୍ ଓ ଶିବା ଦେଶ ଦେଇଅଛୁ।


ପୁଣି, ସଙ୍କଟ ଦିନରେ ଆମ୍ଭକୁ ଡାକ; ଆମ୍ଭେ ତୁମ୍ଭକୁ ଉଦ୍ଧାର କରିବା, ଆଉ ତୁମ୍ଭେ ଆମ୍ଭର ମହିମା ପ୍ରକାଶ କରିବ।


ପୁଣି, ସଦାପ୍ରଭୁ ସିୟୋନରୁ ଗର୍ଜନ କରିବେ ଓ ଯିରୂଶାଲମରୁ ଆପଣା ରବ ଶୁଣାଇବେ; ତହିଁରେ ଆକାଶମଣ୍ତଳ ଓ ପୃଥିବୀ କମ୍ପିତ ହେବେ; ମାତ୍ର ସଦାପ୍ରଭୁ ଆପଣା ଲୋକମାନଙ୍କ ପ୍ରତି ଆଶ୍ରୟସ୍ଵରୂପ ହେବେ ଓ ଇସ୍ରାଏଲ-ସନ୍ତାନଗଣ ପ୍ରତି ଦୃଢ଼ ଦୁର୍ଗସ୍ଵରୂପ ହେବେ।


ତୁମ୍ଭେମାନେ ପ୍ରକାଶ କର ଓ ତାହା ଉପସ୍ଥିତ କର; ହଁ, ସେମାନେ ପରସ୍ପର ମନ୍ତ୍ରଣା କରନ୍ତୁ; ପୂର୍ବ କାଳରୁ କିଏ ଏହା ଜଣାଇଅଛି? ପୁରାତନ କାଳରୁ କିଏ ଏହା ପ୍ରକାଶ କରିଅଛି? ଆମ୍ଭେ ସଦାପ୍ରଭୁ କି ଏହା କରି ନାହୁଁ? ଆମ୍ଭ ଛଡ଼ା ଅନ୍ୟ ପରମେଶ୍ଵର ନାହିଁ, ଆମ୍ଭେ ଧର୍ମଶୀଳ ପରମେଶ୍ଵର ଓ ତ୍ରାଣକର୍ତ୍ତା; ଆମ୍ଭ ଛଡ଼ା ଆଉ କେହି ନାହିଁ।


ଆମ୍ଭେ, ଆମ୍ଭେ ହିଁ ସଦାପ୍ରଭୁ ଅଟୁ ଓ ଆମ୍ଭ ଛଡ଼ା ଆଉ ତ୍ରାଣକର୍ତ୍ତା ନାହିଁ।


ପାଉଲ, ଆମ୍ଭମାନଙ୍କ ତ୍ରାଣକର୍ତ୍ତା ଈଶ୍ଵର ଓ ଭରସାଭୂମି ଖ୍ରୀଷ୍ଟ ଯୀଶୁଙ୍କ ଆଜ୍ଞା ଅନୁସାରେ ଖ୍ରୀଷ୍ଟ ଯୀଶୁଙ୍କ ଜଣେ ପ୍ରେରିତ,


ଅତଏବ, ଏହି କାରଣରୁ ମୁଁ ଆପଣମାନଙ୍କୁ ମୋʼ ସହିତ ସାକ୍ଷାତ ଓ କଥାବାର୍ତ୍ତା କରିବାକୁ ଅନୁରୋଧ କଲି, କାରଣ ଇସ୍ରାଏଲର ଭରସା ଯୋଗୁ ମୁଁ ଏହି ଜଞ୍ଜିରରେ ବନ୍ଧାଯାଇଅଛି।


ହେ ତ୍ରାଣକର୍ତ୍ତା, ଇସ୍ରାଏଲର ପରମେଶ୍ଵର, ତୁମ୍ଭେ ନିଶ୍ଚୟ ଆତ୍ମଗୋପନକାରୀ ପରମେଶ୍ଵର ଅଟ।


ମୁଁ ସଙ୍କଟ ମଧ୍ୟରେ ଗମନ କଲେ ହେଁ ତୁମ୍ଭେ ମୋତେ ସଜୀବ କରିବ, ତୁମ୍ଭେ ମୋʼ ଶତ୍ରୁଗଣର କୋପ ପ୍ରତିକୂଳରେ ଆପଣା ହସ୍ତ ବିସ୍ତାର କରିବ ଓ ତୁମ୍ଭ ଦକ୍ଷିଣ ହସ୍ତ ମୋତେ ତ୍ରାଣ କରିବ।


ସେ ଆମ୍ଭ ନିକଟରେ ପ୍ରାର୍ଥନା କଲେ, ଆମ୍ଭେ ତାହାକୁ ଉତ୍ତର ଦେବା; ଦୁଃଖ ବେଳେ ଆମ୍ଭେ ତାହାର ସହବର୍ତ୍ତୀ ହେବା; ଆମ୍ଭେ ତାହାକୁ ରକ୍ଷା କରିବା ଓ ତାହାକୁ ସମ୍ଭ୍ରମ କରିବା।


ପରମେଶ୍ଵର ଆମ୍ଭମାନଙ୍କର ଆଶ୍ରୟ ଓ ବଳ, ଦୁର୍ଦ୍ଦଶାକାଳରେ ଅତି ନିକଟବର୍ତ୍ତୀ ସହାୟ।


ମଧ୍ୟ ସଦାପ୍ରଭୁ ଉପଦ୍ରବଗ୍ରସ୍ତମାନଙ୍କ ନିମନ୍ତେ ଉଚ୍ଚ ଦୁର୍ଗ ହେବେ। ସଙ୍କଟ ସମୟରେ ଉଚ୍ଚ ଦୁର୍ଗ ହେବେ;


ହେ ସଦାପ୍ରଭୋ, ତୁମ୍ଭେ କାହିଁକି ଦୂରରେ ଠିଆ ହେଉଅଛ? ସଙ୍କଟ ସମୟରେ ତୁମ୍ଭେ କାହିଁକି ଆପଣାକୁ ଲୁଚାଉଅଛ?


ପୁଣି ସେ ଲୋକ ଅନାଇ ନଗରର ଦାଣ୍ତରେ ସେହି ପଥିକକୁ ଦେଖିଲା ଓ ସେହି ବୃଦ୍ଧ ଲୋକ ପଚାରିଲା, ତୁମ୍ଭେ କେଉଁଠାକୁ ଯାଉଅଛ? ପୁଣି କେଉଁଠାରୁ ଆସିଅଛ?


କାରଣ ହେ ପ୍ରଭୋ, ସଦାପ୍ରଭୋ, ତୁମ୍ଭେ ହିଁ ମୋହର ଭରସା; ମୋʼ ବାଲ୍ୟକାଳରୁ ତୁମ୍ଭେ ମୋହର ବିଶ୍ଵାସଭୂମି।


କାରଣ ସେ କହିଲେ, ନିଶ୍ଚୟ ସେମାନେ ଆମ୍ଭର ଲୋକ, ଯେଉଁମାନେ ଅସତ୍ୟ ବ୍ୟବହାର ନ କରିବେ, ଏପରି ସନ୍ତାନ ଅଟନ୍ତି; ଏଣୁ ସେ ସେମାନଙ୍କର ତ୍ରାଣକର୍ତ୍ତା ହେଲେ।


ହାୟ ହାୟ ! ସେ ଦିନ ମହତ, ତାହା ତୁଲ୍ୟ ଦିନ ଆଉ ନାହିଁ, ତାହା ଯାକୁବର ସଙ୍କଟ କାଳ; ମାତ୍ର ସେ ତହିଁରୁ ଉଦ୍ଧାର ପାଇବ।


ହେ ଭରସାଯୁକ୍ତ ବନ୍ଦୀମାନେ, ତୁମ୍ଭେମାନେ ଦୃଢ଼ ଗଡ଼ ଆଡ଼େ ଫେରି ଆସ; ଆମ୍ଭେ ତୁମ୍ଭକୁ ଦୁଇ ଗୁଣ ମଙ୍ଗଳ ଦେବା ବୋଲି ଆଜି ପ୍ରକାଶ କରୁଅଛୁ।


ଏଥିପାଇଁ ପୃଥିବୀ ପରିବର୍ତ୍ତିତ ହେଲେ ହେଁ ଓ ପର୍ବତଗଣ ସମୁଦ୍ର ମଧ୍ୟରେ ବିଚଳିତ ହେଲେ ହେଁ;


ହେ ସଦାପ୍ରଭୋ, ଆମ୍ଭମାନଙ୍କ ପ୍ରତି କୃପା କର; ଆମ୍ଭେମାନେ ତୁମ୍ଭର ଅପେକ୍ଷା କରିଅଛୁ; ତୁମ୍ଭେ ପ୍ରତି ପ୍ରଭାତ ସେମାନଙ୍କର ବାହୁ ସ୍ଵରୂପ ହୁଅ, ସଙ୍କଟ ସମୟରେ ମଧ୍ୟ ଆମ୍ଭମାନଙ୍କର ତ୍ରାଣ ସ୍ଵରୂପ ହୁଅ।


ହେ ମୋର ବଳ ଓ ମୋର ଦୃଢ଼ ଦୁର୍ଗ ଓ ବିପଦ ସମୟରେ ମୋର ଆଶ୍ରୟସ୍ଵରୂପ ସଦାପ୍ରଭୁ, ପୃଥିବୀର ପ୍ରାନ୍ତସକଳରୁ ନାନା ଦେଶୀୟମାନେ ତୁମ୍ଭ ନିକଟକୁ ଆସି କହିବେ, ଆମ୍ଭମାନଙ୍କର ପୂର୍ବପୁରୁଷମାନେ କେବଳ ମିଥ୍ୟା, ଅର୍ଥାତ୍, ଅସାର ଓ ନିଷ୍ଫଳ ବସ୍ତୁି ଅଧିକାର କରିଅଛନ୍ତି।


Swiv nou:

Piblisite


Piblisite