Biblia Todo Logo
Bib sou entènèt

- Piblisite -




ଯିରିମୀୟ 15:2 - ପବିତ୍ର ବାଇବଲ (Re-edited) - (BSI)

2 ପୁଣି, ଯେବେ ସେମାନେ ତୁମ୍ଭକୁ କହନ୍ତି, ଆମ୍ଭେମାନେ କେଉଁଠାକୁ ବାହାରି ଯିବା? ତେବେ ତୁମ୍ଭେ ସେମାନଙ୍କୁ ଏହା କହିବ, ସଦାପ୍ରଭୁ ଏହି କଥା କହନ୍ତି, ହତଯୋଗ୍ୟ ଲୋକମାନେ ହତ ସ୍ଥାନକୁ, ଖଡ଼୍‍ଗଯୋଗ୍ୟ ଲୋକମାନେ ଖଡ଼୍‍ଗ ନିକଟକୁ, ଦୁର୍ଭିକ୍ଷଯୋଗ୍ୟ ଲୋକମାନେ ଦୁର୍ଭିକ୍ଷ ସ୍ଥାନକୁ ଓ ବନ୍ଦୀତ୍ଵର ଯୋଗ୍ୟ ଲୋକମାନେ ବନ୍ଦୀ ସ୍ଥାନକୁ ଯାଉନ୍ତୁ।

Gade chapit la Kopi

ଓଡିଆ ବାଇବେଲ

2 ପୁଣି, ଯଦି ସେମାନେ ତୁମ୍ଭକୁ କହନ୍ତି, ‘ଆମ୍ଭେମାନେ କେଉଁଠାକୁ ବାହାରି ଯିବା ?’ ତେବେ ତୁମ୍ଭେ ସେମାନଙ୍କୁ ଏହା କହିବ, ସଦାପ୍ରଭୁ ଏହି କଥା କହନ୍ତି, ‘ହତଯୋଗ୍ୟ ଲୋକମାନେ ହତ ସ୍ଥାନକୁ, ଖଡ୍ଗଯୋଗ୍ୟ ଲୋକମାନେ ଖଡ୍ଗ ନିକଟକୁ, ଦୁର୍ଭିକ୍ଷଯୋଗ୍ୟ ଲୋକମାନେ ଦୁର୍ଭିକ୍ଷ ସ୍ଥାନକୁ ଓ ବନ୍ଦୀତ୍ୱର ଯୋଗ୍ୟ ଲୋକମାନେ ବନ୍ଦୀ ସ୍ଥାନକୁ ଯାଉନ୍ତୁ।’”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ପୁଣି, ଯଦି ସେମାନେ ତୁମ୍ଭକୁ କହନ୍ତି, ‘ଆମ୍ଭେମାନେ କେଉଁଠାକୁ ବାହାରି ଯିବା?’ ତେବେ ତୁମ୍ଭେ ସେମାନଙ୍କୁ ଏହା କହିବ, ‘ସଦାପ୍ରଭୁ ଏହି କଥା କହନ୍ତି, ହତଯୋଗ୍ୟ ଲୋକମାନେ ହତ ସ୍ଥାନକୁ, ଖଡ୍ଗଯୋଗ୍ୟ ଲୋକମାନେ ଖଡ୍ଗ ନିକଟକୁ, ଦୁର୍ଭିକ୍ଷଯୋଗ୍ୟ ଲୋକମାନେ ଦୁର୍ଭିକ୍ଷ ସ୍ଥାନକୁ ଓ ବନ୍ଦୀତ୍ୱର ଯୋଗ୍ୟ ଲୋକମାନେ ବନ୍ଦୀସ୍ଥାନକୁ ଯାଉନ୍ତୁ।’

Gade chapit la Kopi

ପବିତ୍ର ବାଇବଲ

2 ପୁଣି ଯେବେ ସେମାନେ ତୁମ୍ଭକୁ ପଗ୍ଭରନ୍ତି, ‘ଆମ୍ଭେମାନେ କେଉଁଠାକୁ ଯିବା?’ ତେବେ ତୁମ୍ଭେ ସେମାନଙ୍କୁ ଏହା କହିବ, ସଦାପ୍ରଭୁ ଏହି କଥା କହିଲେ: “‘ମୃତ ଲୋକମାନେ କବରକୁ ଯିବେ। ଯେଉଁ ଲୋକମାନେ ଖଣ୍ଡା ଦ୍ୱାରା ହତ ହେବାକୁ ଥିବେ, ସେମାନଙ୍କୁ ଖଣ୍ଡାରେ ହତ୍ୟା କରାଯିବ। ଯେଉଁ ଲୋକମାନଙ୍କ ଭାଗ୍ୟରେ ଦୁର୍ଭିକ୍ଷରେ ପୀଡ଼ିତ ହେବାର ଥିବ, ସେମାନେ ମରୁଡ଼ିରେ ପୀଡ଼ିତ ହେବେ ଏବଂ ଯେଉଁ ଲୋକମାନଙ୍କ ଭାଗ୍ୟରେ ବନ୍ଦୀ ହେବାର ଥିବ ସେମାନେ ବନ୍ଦୀଗୃହକୁ ଯିବେ।’

Gade chapit la Kopi




ଯିରିମୀୟ 15:2
18 Referans Kwoze  

ପୁଣି, ସେ ଆସି ମିସର ଦେଶକୁ ଆଘାତ କରି ମୃତ୍ୟୁଯୋଗ୍ୟ ଲୋକଙ୍କୁ ମୃତ୍ୟୁରେ, ବନ୍ଦୀତ୍ଵର ଯୋଗ୍ୟ ଲୋକଙ୍କୁ ବନ୍ଦୀତ୍ଵରେ ଓ ଖଡ଼୍‍ଗଯୋଗ୍ୟ ଲୋକଙ୍କୁ ଖଡ଼୍‍ଗରେ ସମର୍ପଣ କରିବ।


ସେତେବେଳେ ମୁଁ କହିଲି, ମୁଁ ତୁମ୍ଭମାନଙ୍କୁ ଚରାଇବି ନାହିଁ; ଯେ ମରିବ, ସେ ମରୁ ଓ ଯାହାର ଉଚ୍ଛିନ୍ନ ହେବାର ଅଛି, ସେ ଉଚ୍ଛିନ୍ନ ହେଉ ଓ ଯେଉଁମାନେ ଅବଶିଷ୍ଟ ରହନ୍ତି, ସେମାନଙ୍କର ଏକ ଜଣ ଅନ୍ୟର ମାଂସ ଖାଉ।


କେହି ଯଦି ବନ୍ଦୀ କରିନିଏ, ତାହାହେଲେ ସେ ବନ୍ଦୀ ହୋଇଯିବ; କେହି ଯଦି ଖଡ଼୍‍ଗ ଦ୍ଵାରା ବଧ କରେ, ତାହାହେଲେ ସେ ନିଶ୍ଚୟ ଖଡ଼୍‍ଗ ଦ୍ଵାରା ବଧ କରାଯିବ। ଏହି ସ୍ଥଳରେ ସାଧୁମାନଙ୍କର ଧୈର୍ଯ୍ୟ ଓ ବିଶ୍ଵାସ ଆବଶ୍ୟକ।


ତହିଁର ତୃତୀୟାଂଶ ନେଇ ଅବରୋଧ କାଳ ସମାପ୍ତ ହେଲେ ନଗରର ମଧ୍ୟସ୍ଥାନରେ ଅଗ୍ନିରେ ଦଗ୍ଧ କରିବ; ପୁଣି, ତୃତୀୟାଂଶ ନେଇ ତହିଁର ଚତୁର୍ଦ୍ଦିଗରେ ଖଡ଼୍‍ଗରେ କାଟିବ; ଆଉ, ତୃତୀୟାଂଶ ନେଇ ବାୟୁରେ ଉଡ଼ାଇ ଦେବ ଓ ଆମ୍ଭେ ତହିଁର ପଛେ ପଛେ ଖଡ଼୍‍ଗ ନିଷ୍କୋଷ କରିବା।


ତୁମ୍ଭର ତୃତୀୟାଂଶ ମହାମାରୀରେ ମରିବେ, ଆଉ ଦୁର୍ଭିକ୍ଷ ଦ୍ଵାରା ତୁମ୍ଭ ମଧ୍ୟରେ ସେମାନେ କ୍ଷୟ ପାଇବେ; ପୁଣି, ତୃତୀୟାଂଶ ଖଡ଼୍‍ଗ ଦ୍ଵାରା ତୁମ୍ଭ ଚତୁର୍ଦ୍ଦିଗରେ ପତିତ ହେବେ; ଆଉ ତୃତୀୟାଂଶକୁ ଆମ୍ଭେ ଚତୁର୍ଦ୍ଦିଗରେ ଛିନ୍ନଭିନ୍ନ କରିବା ଓ ସେମାନଙ୍କର ପଶ୍ଚାତ୍ ଖଡ଼୍‍ଗ ନିଷ୍କୋଷ କରିବା।


ସେମାନେ ଉପବାସ କଲେ, ଆମ୍ଭେ ସେମାନଙ୍କର କାତରୋକ୍ତି ଶୁଣିବା ନାହିଁ; ପୁଣି, ସେମାନେ ହୋମ ଓ ନୈବେଦ୍ୟ ଉତ୍ସର୍ଗ କଲେ, ଆମ୍ଭେ ସେମାନଙ୍କୁ ଗ୍ରହଣ କରିବା ନାହିଁ; ମାତ୍ର ଆମ୍ଭେ ଖଡ଼୍‍ଗ ଓ ଦୁର୍ଭିକ୍ଷ ଓ ମହାମାରୀ ଦ୍ଵାରା ସେମାନଙ୍କୁ ସଂହାର କରିବା।


ଆଉ, ଏପରି ଘଟିବ, କେହି ଯେବେ ଭୟର ଶଦ୍ଦରୁ ପଳାଏ, ସେ ଗର୍ତ୍ତରେ ପଡ଼ିବ; କେହି ଗର୍ତ୍ତ ମଧ୍ୟରୁ ଉଠି ଆସିଲେ, ସେ ଫାନ୍ଦରେ ଧରା ଯିବ; କାରଣ ଊର୍ଦ୍ଧ୍ଵସ୍ଥ ଝରକାସବୁ ମୁକ୍ତ ଅଛି ଓ ପୃଥିବୀର ମୂଳସବୁ କମ୍ପମାନ ହେଉଅଛି।


କୌଣସି ମନୁଷ୍ୟ ସିଂହଠାରୁ ପଳାଇ ଯେପରି ଭଲ୍ଲୁକର ହାବୁଡ଼ରେ ପଡ଼ିଲା, ଅଥବା ଗୃହ ମଧ୍ୟରେ ପ୍ରବେଶ କରି କାନ୍ଥ ଉପରେ ହସ୍ତ ଦିଅନ୍ତେ, ସର୍ପ ତାହାକୁ ଦଂଶନ କଲା, (ସେ ଦିନ ତତ୍ତୁଲ୍ୟ) ଯିରି. ୪୮:୪୪


ପୁଣି, ସେ ଆମ୍ଭମାନଙ୍କ ଉପରେ ମହା ଅମଙ୍ଗଳ ଘଟାଇବା ଦ୍ଵାରା ଆମ୍ଭମାନଙ୍କ ବିରୁଦ୍ଧରେ ଓ ଯେଉଁ ବିଚାରକର୍ତ୍ତାଗଣ ଆମ୍ଭମାନଙ୍କର ବିଚାର କଲେ, ସେମାନଙ୍କ ବିରୁଦ୍ଧରେ ଯାହା କହିଥିଲେ, ଆପଣାର ସେହି ବାକ୍ୟ ସେ ସଫଳ କରିଅଛନ୍ତି; କାରଣ ଯିରୂଶାଲମ ପ୍ରତି ଯାହା କରା ଯାଇଅଛି, ସମୁଦାୟ ଆକାଶମଣ୍ତଳ ତଳେ ସେପରି କରାଯାଇ ନାହିଁ।


କାରଣ ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି; ଆମ୍ଭେ ମନୁଷ୍ୟ ଓ ପଶୁଗଣକୁ ଉଚ୍ଛିନ୍ନ କରିବା ପାଇଁ ଯେତେବେଳେ ଯିରୂଶାଲମ ବିରୁଦ୍ଧରେ ଖଡ଼୍‍ଗ, ଦୁର୍ଭିକ୍ଷ, ହିଂସ୍ରକ ପଶୁ ଓ ମହାମାରୀ, ଆମ୍ଭର ଏହି ଚାରି ମହାଦଣ୍ତ ପଠାଇବା, ସେତେବେଳେ ଆଉ କେତେ ଅଧିକ ନ ଘଟିବ?


ପୁଣି, ଯେଉଁ ଲୋକମାନଙ୍କ ନିକଟରେ ସେମାନେ ଭବିଷ୍ୟଦ୍ବାକ୍ୟ ପ୍ରଚାର କରନ୍ତି, ସେମାନେ ଦୁର୍ଭିକ୍ଷ ଓ ଖଡ଼୍‍ଗ ହେତୁରୁ ଯିରୂଶାଲମର ନାନା ସଡ଼କରେ ପକାଯିବେ; ପୁଣି, ସେମାନଙ୍କୁ ସେମାନଙ୍କ ଭାର୍ଯ୍ୟା ଓ ସେମାନଙ୍କ ପୁତ୍ର ଓ କନ୍ୟାମାନଙ୍କୁ କବର ଦେବା ପାଇଁ କେହି ନ ଥିବେ; କାରଣ ଆମ୍ଭେ ସେମାନଙ୍କ ଦୁଷ୍ଟତା ସେମାନଙ୍କ ଉପରେ ଢାଳି ଦେବା।


ସେମାନେ ଅତି ଯନ୍ତ୍ରଣାଦାୟକ ମୃତ୍ୟୁରେ ପ୍ରାଣତ୍ୟାଗ କରିବେ; ସେମାନଙ୍କ ନିମନ୍ତେ ବିଳାପ କରାଯିବ ନାହିଁ, କିଅବା ସେମାନଙ୍କୁ କବର ଦିଆଯିବ ନାହିଁ, ସେମାନେ ଭୂମି ଉପରେ ଖତ ପରି ହେବେ; ଆଉ, ସେମାନେ ଖଡ଼୍‍ଗ ଓ ଦୁର୍ଭିକ୍ଷ ଦ୍ଵାରା ସଂହାରିତ ହେବେ; ପୁଣି, ସେମାନଙ୍କର ଶବ ଆକାଶ-ପକ୍ଷୀଗଣର ଓ ଭୂଚର ପଶୁଗଣର ଖାଦ୍ୟ ହେବ।


ପୁଣି, ଆମ୍ଭେ ଏହି ସ୍ଥାନରେ ଯିହୁଦାର ଓ ଯିରୂଶାଲମର ମନ୍ତ୍ରଣା ବ୍ୟର୍ଥ କରିବା; ପୁଣି, ସେମାନଙ୍କ ଶତ୍ରୁଗଣ ସମ୍ମୁଖରେ ଖଡ଼୍‍ଗ ଦ୍ଵାରା ଓ ସେମାନଙ୍କ ପ୍ରାଣ ଅନ୍ଵେଷଣକାରୀମାନଙ୍କ ହସ୍ତ ଦ୍ଵାରା ସେମାନଙ୍କୁ ନିପାତ କରିବା; ଆଉ, ଆମ୍ଭେ ଖେଚର ପକ୍ଷୀଗଣକୁ ଓ ଭୂଚର ପଶୁଗଣକୁ ସେମାନଙ୍କର ଶବ ଖାଦ୍ୟ ନିମନ୍ତେ ଦେବା।


ତୁମ୍ଭେ କୁହ, ମୁଁ ତୁମ୍ଭମାନଙ୍କର ଚିହ୍ନ ସ୍ଵରୂପ ଅଟେ: ମୁଁ ଯେପରି କଲି, ସେମାନଙ୍କ ପ୍ରତି ସେପରି କରାଯିବ; ସେମାନେ ନିର୍ବାସିତ ହୋଇ ବନ୍ଦୀତ୍ଵ ସ୍ଥାନକୁ ଯିବେ।


ଏହି ପ୍ରକାରେ ତୁମ୍ଭେ ସେମାନଙ୍କୁ କହିବ, ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି; ଆମ୍ଭେ ଜୀବିତଥିବା ପ୍ରମାଣେ ଉତ୍ସନ୍ନ ସ୍ଥାନସକଳରେ ଥିବା ଲୋକମାନେ ନିଶ୍ଚୟ ଖଡ଼୍‍ଗ ଦ୍ଵାରା ପତିତ ହେବେ ଓ ଯେଉଁ ଜନ ପଡ଼ିଆରେ ଅଛି, ଆମ୍ଭେ ତାହାକୁ ଭକ୍ଷ୍ୟ ରୂପେ ପଶୁମାନଙ୍କୁ ଦେବା, ଆଉ ଯେଉଁମାନେ ଦୃଢ଼ ଦୁର୍ଗରେ ଓ ଗୁହାରେ, ଥାʼନ୍ତି, ସେମାନେ ମହାମାରୀରେ ମରିବେ।


ସେମାନେ କେବଳ ବନ୍ଦୀ ଲୋକମାନଙ୍କର ପଦ ତଳେ ନତ ହେବେ ଓ ହତ ଲୋକମାନଙ୍କର ତଳେ ପଡ଼ିବେ। ଏସବୁ ହେଲେ ହେଁ ତାହାଙ୍କର କ୍ରୋଧ ନିବୃତ୍ତ ହୁଏ ନାହିଁ, ମାତ୍ର ତାହାଙ୍କର ହସ୍ତ ପୂର୍ବ ପରି ବିସ୍ତାରିତ ହୋଇ ରହିଅଛି।


Swiv nou:

Piblisite


Piblisite