Biblia Todo Logo
Bib sou entènèt

- Piblisite -




ଯିରିମୀୟ 15:3 - ପବିତ୍ର ବାଇବଲ (Re-edited) - (BSI)

3 ପୁଣି, ସଦାପ୍ରଭୁ କହନ୍ତି, ଆମ୍ଭେ ବଧ କରିବା ନିମନ୍ତେ ଖଡ଼୍‍ଗ, ବିଦୀର୍ଣ୍ଣ କରିବା ନିମନ୍ତେ କୁକ୍କୁରଗଣ, ପୁଣି ଗ୍ରାସ ଓ ବିନାଶ କରିବା ନିମନ୍ତେ ଖେଚର ପକ୍ଷୀଗଣ ଓ ଭୂଚର ପଶୁଗଣ, ଏହି ଚାରି ଜାତିକି ସେମାନଙ୍କ ଉପରେ ନିଯୁକ୍ତ କରିବା।

Gade chapit la Kopi

ଓଡିଆ ବାଇବେଲ

3 ପୁଣି, ସଦାପ୍ରଭୁ କହନ୍ତି, “ଆମ୍ଭେ ବଧ କରିବା ନିମନ୍ତେ ଖଡ୍ଗ, ବିଦୀର୍ଣ୍ଣ କରିବା ନିମନ୍ତେ କୁକ୍କୁରଗଣ, ପୁଣି ଗ୍ରାସ ଓ ବିନାଶ କରିବା ନିମନ୍ତେ ଖେଚର ପକ୍ଷୀଗଣ ଓ ଭୂଚର ପଶୁଗଣ, ଏହି ଚାରି ଜାତିକୁ ସେମାନଙ୍କ ଉପରେ ନିଯୁକ୍ତ କରିବା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ପୁଣି, ସଦାପ୍ରଭୁ କହନ୍ତି, ଆମ୍ଭେ ବଧ କରିବା ନିମନ୍ତେ ଖଡ୍ଗ, ବିଦୀର୍ଣ୍ଣ କରିବା ନିମନ୍ତେ କୁକ୍କୁରଗଣ, ପୁଣି ଗ୍ରାସ ଓ ବିନାଶ କରିବା ନିମନ୍ତେ ଖେଚର ପକ୍ଷୀଗଣ ଓ ଭୂଚର ପଶୁଗଣ, ଏହି ଚାରି ଜାତିକୁ ସେମାନଙ୍କ ଉପରେ ନିଯୁକ୍ତ କରିବା।

Gade chapit la Kopi

ପବିତ୍ର ବାଇବଲ

3 ସଦାପ୍ରଭୁ କହନ୍ତି, ‘ଆମ୍ଭେ ଗ୍ଭରି ପ୍ରକାରରେ ତୁମ୍ଭମାନଙ୍କୁ ଦଣ୍ଡିତ କରିବା। ଆମ୍ଭେ ବଧ କରିବା ନିମନ୍ତେ ଯୋଦ୍ଧା, ବିଦୀର୍ଣ୍ଣ କରିବା ନିମନ୍ତେ କୁକୁରଗଣ, ପୁଣି ଗ୍ରାସ ଓ ବିନାଶ କରିବା ନିମନ୍ତେ ଖେଚର ପକ୍ଷୀଗଣ ଓ ଭୂଚର ପଶୁଗଣ ତୁମ୍ଭମାନଙ୍କ ଉପରେ ନିଯୁକ୍ତ କରିବା।

Gade chapit la Kopi




ଯିରିମୀୟ 15:3
21 Referans Kwoze  

ଆଉ ତୁମ୍ଭ ଶବ ଖେଚର ପକ୍ଷୀଗଣର ଓ ଭୂଚର ପଶୁଗଣର ଭକ୍ଷ୍ୟ ହେବ; କେହି ସେମାନଙ୍କୁ ଅଡ଼ାଇ ଦେବାକୁ ନ ଥିବ।


ପୁଣି ଆମ୍ଭେ ତୁମ୍ଭମାନଙ୍କ ପ୍ରତିକୂଳରେ ବନପଶୁମାନଙ୍କୁ ପଠାଇବା, ତହିଁରେ ସେମାନେ ତୁମ୍ଭମାନଙ୍କୁ ସନ୍ତାନହୀନ କରିବେ ଓ ତୁମ୍ଭମାନଙ୍କ ପଶୁଗଣକୁ ବିନଷ୍ଟ କରିବେ, ପୁଣି ତୁମ୍ଭମାନଙ୍କୁ ଅଳ୍ପସଂଖ୍ୟକ କରିବେ; ଆଉ ତୁମ୍ଭମାନଙ୍କ ରାଜପଥସକଳ ଧ୍ଵଂସିତ ହେବ।


ତେବେ ଆମ୍ଭେ ମଧ୍ୟ ତୁମ୍ଭମାନଙ୍କ ପ୍ରତି ଏହିରୂପ ବ୍ୟବହାର କରିବା; ଆମ୍ଭେ ତୁମ୍ଭମାନଙ୍କ ଉପରେ ବିହ୍ଵଳତା, ଅର୍ଥାତ୍, ଯକ୍ଷ୍ମା ଓ ଜ୍ଵର ନିରୂପଣ କରିବା, ତାହା ତୁମ୍ଭମାନଙ୍କ ଚକ୍ଷୁ କ୍ଷୀଣ କରିବ ଓ ପ୍ରାଣ କ୍ଷୟ କରିବ; ଆଉ ତୁମ୍ଭେମାନେ ବୃଥାରେ ଆପଣାମାନଙ୍କ ବୀଜ ବୁଣିବ, କାରଣ ତୁମ୍ଭମାନଙ୍କ ଶତ୍ରୁମାନେ ତାହା ଖାଇବେ।


ସେଥିରେ ମୁଁ ଦୃଷ୍ଟିପାତ କଲି, ଆଉ ଦେଖ, ଗୋଟିଏ ପାଣ୍ତୁବର୍ଣ୍ଣ ଅଶ୍ଵ, ତାହାର ଆରୋହୀର ନାମ ମୃତ୍ୟୁ, ପୁଣି ପାତାଳ ତାହାର ପଶ୍ଚାତ୍ଗମନ କରୁଥିଲା; ଖଡ଼୍‍ଗ, ଦୁର୍ଭିକ୍ଷ, ମହାମାରୀ ଓ ପୃଥିବୀର ବନ୍ୟପଶୁମାନଙ୍କ ଦ୍ଵାରା ବିନାଶ କରିବାକୁନ ପୃଥିବୀର ଚତୁର୍ଥାଂଶ ଉପରେ ସେମାନଙ୍କୁ କ୍ଷମତା ଦିଆଗଲା।


କାରଣ ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି; ଆମ୍ଭେ ମନୁଷ୍ୟ ଓ ପଶୁଗଣକୁ ଉଚ୍ଛିନ୍ନ କରିବା ପାଇଁ ଯେତେବେଳେ ଯିରୂଶାଲମ ବିରୁଦ୍ଧରେ ଖଡ଼୍‍ଗ, ଦୁର୍ଭିକ୍ଷ, ହିଂସ୍ରକ ପଶୁ ଓ ମହାମାରୀ, ଆମ୍ଭର ଏହି ଚାରି ମହାଦଣ୍ତ ପଠାଇବା, ସେତେବେଳେ ଆଉ କେତେ ଅଧିକ ନ ଘଟିବ?


ପୁଣି ଆମ୍ଭେ ତୁମ୍ଭମାନଙ୍କ ଉପରକୁ ଖଡ଼୍‍ଗ ଆଣିବା, ତାହା ନିୟମ-ଲଙ୍ଘନର ପ୍ରତିଫଳ ଦେବ ଓ ତୁମ୍ଭେମାନେ ନଗର ମଧ୍ୟରେ ଏକତ୍ର ହେଲେ, ଆମ୍ଭେ ତୁମ୍ଭମାନଙ୍କ ମଧ୍ୟକୁ ମହାମାରୀ ପଠାଇବା; ତହିଁରେ ତୁମ୍ଭେମାନେ ଶତ୍ରୁହସ୍ତରେ ସମର୍ପିତ ହେବ।


ତହିଁରେ ଏହି ଲୋକମାନଙ୍କର ଶବ ଆକାଶ ପକ୍ଷୀଗଣର ଓ ଭୂଚର ପଶୁଗଣର ଖାଦ୍ୟ ହେବ; ଆଉ, ସେମାନଙ୍କୁ କେହି ତଡ଼ି ଦେବ ନାହିଁ।


ପର୍ବତସ୍ଥ ଦୁର; ପକ୍ଷୀଗଣ ଓ ପୃଥିବୀର ପଶୁଗଣ ନିମନ୍ତେ ସେସବୁ ପରିତ୍ୟକ୍ତ ହେବ; ଦୁର; ପକ୍ଷୀଗଣ ତହିଁ ଉପରେ ଗ୍ରୀଷ୍ମକାଳ କ୍ଷେପଣ କରିବେ ଓ ପୃଥିବୀର ପଶୁସବୁ ତହିଁ ଉପରେ ଶୀତକାଳ କ୍ଷେପଣ କରିବେ।


ତହିଁରେ ତୁମ୍ଭେ ରକ୍ତରେ ଆପଣା ଚରଣ ବୁଡ଼ାଇବ, ତୁମ୍ଭ କୁକ୍କୁରଗଣର ଜିହ୍ଵା ତୁମ୍ଭ ଶତ୍ରୁମାନଙ୍କଠାରୁ ଅଂଶ ପାଇବ।


ଆମ୍ଭର ଅଧିକାର ଆମ୍ଭ ପ୍ରତି କି ଚିତ୍ରିତ ଶିକାରୀ ପକ୍ଷୀ ତୁଲ୍ୟ ଅଟେ, ଶିକାରୀ ପକ୍ଷୀମାନେ ତାହାର ବିରୁଦ୍ଧରେ ଚାରିଆଡ଼େ ଘେରିଅଛନ୍ତି? ତୁମ୍ଭେମାନେ ଯାଇ ବନ୍ୟ ପଶୁମାନଙ୍କୁ ଗ୍ରାସ କରାଇବା ନିମନ୍ତେ ଏକତ୍ର କରି ଆଣ।


ପୁଣି, ଯେଉଁ ଲୋକମାନଙ୍କ ନିକଟରେ ସେମାନେ ଭବିଷ୍ୟଦ୍ବାକ୍ୟ ପ୍ରଚାର କରନ୍ତି, ସେମାନେ ଦୁର୍ଭିକ୍ଷ ଓ ଖଡ଼୍‍ଗ ହେତୁରୁ ଯିରୂଶାଲମର ନାନା ସଡ଼କରେ ପକାଯିବେ; ପୁଣି, ସେମାନଙ୍କୁ ସେମାନଙ୍କ ଭାର୍ଯ୍ୟା ଓ ସେମାନଙ୍କ ପୁତ୍ର ଓ କନ୍ୟାମାନଙ୍କୁ କବର ଦେବା ପାଇଁ କେହି ନ ଥିବେ; କାରଣ ଆମ୍ଭେ ସେମାନଙ୍କ ଦୁଷ୍ଟତା ସେମାନଙ୍କ ଉପରେ ଢାଳି ଦେବା।


ସେମାନେ ଅତି ଯନ୍ତ୍ରଣାଦାୟକ ମୃତ୍ୟୁରେ ପ୍ରାଣତ୍ୟାଗ କରିବେ; ସେମାନଙ୍କ ନିମନ୍ତେ ବିଳାପ କରାଯିବ ନାହିଁ, କିଅବା ସେମାନଙ୍କୁ କବର ଦିଆଯିବ ନାହିଁ, ସେମାନେ ଭୂମି ଉପରେ ଖତ ପରି ହେବେ; ଆଉ, ସେମାନେ ଖଡ଼୍‍ଗ ଓ ଦୁର୍ଭିକ୍ଷ ଦ୍ଵାରା ସଂହାରିତ ହେବେ; ପୁଣି, ସେମାନଙ୍କର ଶବ ଆକାଶ-ପକ୍ଷୀଗଣର ଓ ଭୂଚର ପଶୁଗଣର ଖାଦ୍ୟ ହେବ।


ସେ ମୋର ପଥ ବିପଥ କରି ମୋତେ ଟାଣି ଖଣ୍ତ ଖଣ୍ତ କରିଅଛନ୍ତି; ସେ ମୋତେ ଅନାଥ କରିଅଛନ୍ତି।


ଏହି ପ୍ରକାରେ ତୁମ୍ଭେ ସେମାନଙ୍କୁ କହିବ, ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି; ଆମ୍ଭେ ଜୀବିତଥିବା ପ୍ରମାଣେ ଉତ୍ସନ୍ନ ସ୍ଥାନସକଳରେ ଥିବା ଲୋକମାନେ ନିଶ୍ଚୟ ଖଡ଼୍‍ଗ ଦ୍ଵାରା ପତିତ ହେବେ ଓ ଯେଉଁ ଜନ ପଡ଼ିଆରେ ଅଛି, ଆମ୍ଭେ ତାହାକୁ ଭକ୍ଷ୍ୟ ରୂପେ ପଶୁମାନଙ୍କୁ ଦେବା, ଆଉ ଯେଉଁମାନେ ଦୃଢ଼ ଦୁର୍ଗରେ ଓ ଗୁହାରେ, ଥାʼନ୍ତି, ସେମାନେ ମହାମାରୀରେ ମରିବେ।


କୌଣସି ମନୁଷ୍ୟ ସିଂହଠାରୁ ପଳାଇ ଯେପରି ଭଲ୍ଲୁକର ହାବୁଡ଼ରେ ପଡ଼ିଲା, ଅଥବା ଗୃହ ମଧ୍ୟରେ ପ୍ରବେଶ କରି କାନ୍ଥ ଉପରେ ହସ୍ତ ଦିଅନ୍ତେ, ସର୍ପ ତାହାକୁ ଦଂଶନ କଲା, (ସେ ଦିନ ତତ୍ତୁଲ୍ୟ) ଯିରି. ୪୮:୪୪


ସେମାନେ କ୍ଷୁଧାରେ କ୍ଷୀଣ ହେବେ, ସେମାନେ ବ୍ୟାଧିର ଜ୍ଵାଳାରେ ଓ ବିଷାକ୍ତ ମହାମାରୀରେ ଗ୍ରାସିତ ହେବେ; ଆମ୍ଭେ ଧୂଳିର ଉରୋଗାମୀର ବିଷ ସହିତ ଜନ୍ତୁଗଣର ଦନ୍ତ ପଠାଇବା।


ସେମାନେ ଉପବାସ କଲେ, ଆମ୍ଭେ ସେମାନଙ୍କର କାତରୋକ୍ତି ଶୁଣିବା ନାହିଁ; ପୁଣି, ସେମାନେ ହୋମ ଓ ନୈବେଦ୍ୟ ଉତ୍ସର୍ଗ କଲେ, ଆମ୍ଭେ ସେମାନଙ୍କୁ ଗ୍ରହଣ କରିବା ନାହିଁ; ମାତ୍ର ଆମ୍ଭେ ଖଡ଼୍‍ଗ ଓ ଦୁର୍ଭିକ୍ଷ ଓ ମହାମାରୀ ଦ୍ଵାରା ସେମାନଙ୍କୁ ସଂହାର କରିବା।


Swiv nou:

Piblisite


Piblisite