Biblia Todo Logo
Bib sou entènèt

- Piblisite -




ଯିରିମୀୟ 16:11 - ପବିତ୍ର ବାଇବଲ (Re-edited) - (BSI)

11 ତହିଁରେ ତୁମ୍ଭେ ସେମାନଙ୍କୁ କହିବ, ସଦାପ୍ରଭୁ କହନ୍ତି, ତୁମ୍ଭମାନଙ୍କ ପିତୃପୁରୁଷମାନେ ଆମ୍ଭକୁ ପରିତ୍ୟାଗ କରିଅଛନ୍ତି, ପୁଣି ଅନ୍ୟ ଦେବଗଣର ପଶ୍ଚାଦ୍ଗମନ କରି ସେମାନଙ୍କର ସେବା କରିଅଛନ୍ତି ଓ ସେମାନଙ୍କର ପୂଜା କରିଅଛନ୍ତି, ଆଉ ଆମ୍ଭକୁ ପରିତ୍ୟାଗ କରି ଆମ୍ଭର ବ୍ୟବସ୍ଥା ପାଳନ କରି ନାହାନ୍ତି;

Gade chapit la Kopi

ଓଡିଆ ବାଇବେଲ

11 ତହିଁରେ ତୁମ୍ଭେ ସେମାନଙ୍କୁ କହିବ, ସଦାପ୍ରଭୁ କହନ୍ତି, “ତୁମ୍ଭମାନଙ୍କ ପିତୃପୁରୁଷମାନେ ଆମ୍ଭକୁ ପରିତ୍ୟାଗ କରିଅଛନ୍ତି, ପୁଣି ଅନ୍ୟ ଦେବଗଣର ପଶ୍ଚାଦ୍‍ଗମନ କରି ସେମାନଙ୍କର ସେବା କରିଅଛନ୍ତି ଓ ସେମାନଙ୍କର ପୂଜା କରିଅଛନ୍ତି, ଆଉ ଆମ୍ଭକୁ ପରିତ୍ୟାଗ କରି ଆମ୍ଭର ବ୍ୟବସ୍ଥା ପାଳନ କରି ନାହାନ୍ତି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ତହିଁରେ ତୁମ୍ଭେ ସେମାନଙ୍କୁ କହିବ, ‘ସଦାପ୍ରଭୁ କହନ୍ତି, ତୁମ୍ଭମାନଙ୍କ ପିତୃପୁରୁଷମାନେ ଆମ୍ଭକୁ ପରିତ୍ୟାଗ କରିଅଛନ୍ତି, ପୁଣି ଅନ୍ୟ ଦେବଗଣର ପଶ୍ଚାଦ୍‍ଗମନ କରି ସେମାନଙ୍କର ସେବା କରିଅଛନ୍ତି ଓ ସେମାନଙ୍କର ପୂଜା କରିଅଛନ୍ତି, ଆଉ ଆମ୍ଭକୁ ପରିତ୍ୟାଗ କରି ଆମ୍ଭର ବ୍ୟବସ୍ଥା ପାଳନ କରି ନାହାନ୍ତି।

Gade chapit la Kopi

ପବିତ୍ର ବାଇବଲ

11 ତୁମ୍ଭେ ସେମାନଙ୍କୁ ଉତ୍ତରରେ କହିବ, ସଦାପ୍ରଭୁ କହନ୍ତି, ‘ତୁମ୍ଭମାନଙ୍କ ପୂର୍ବପୁରୁଷମାନେ ଆମ୍ଭକୁ ପରିତ୍ୟାଗ କରିଅଛନ୍ତି।’ ପୁଣି ‘ଅନ୍ୟ ଦେବତାମାନଙ୍କର ପଶ୍ଚା‌‌ଦ୍‌‌ଗମନ କରି ସେମାନଙ୍କର ସେବା କରିଅଛନ୍ତି ଓ ସେମାନଙ୍କର ପୂଜା କରିଅଛନ୍ତି। ଆଉ ଆମ୍ଭକୁ ପରିତ୍ୟାଗ କରି ଆମ୍ଭର ବ୍ୟବସ୍ଥା ପାଳନ କରି ନାହାନ୍ତି।

Gade chapit la Kopi




ଯିରିମୀୟ 16:11
21 Referans Kwoze  

ଯେଣୁ ବିଜାତିମାନଙ୍କର ଇଚ୍ଛାନୁସାରେ କାର୍ଯ୍ୟ କରି ତୁମ୍ଭେମାନେ ଯେତେକାଳ କାମୁକତା, କୁଅଭିଳାଷ, ମଦ୍ୟପାନ, ରଙ୍ଗରସ, ମତ୍ତତା ଓ ଘୃଣ୍ୟ ପ୍ରତିମାପୂଜା କରୁଥିଲ, ତାହା ଯଥେଷ୍ଟ;


ମାତ୍ର ଯେଉଁମାନଙ୍କ ହୃଦୟ ଆପଣାମାନଙ୍କର ଅଶୁଚି ଓ ଘୃଣାଯୋଗ୍ୟ ବସ୍ତୁସକଳର ହୃଦୟ ଅନୁସାରେ ଆଚରଣ କରେ, ଆମ୍ଭେ ସେମାନଙ୍କର ଆଚରଣର ପ୍ରତିଫଳ ସେମାନଙ୍କ ମସ୍ତକରେ ବର୍ତ୍ତାଇବା, ଏହା ପ୍ରଭୁ ସଦାପ୍ରଭୁ କହନ୍ତି।


ତହିଁରେ ସେମାନେ ଉତ୍ତର କରିବେ, କାରଣ ଏହି, ସେମାନେ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ଵରଙ୍କ ନିୟମ ପରିତ୍ୟାଗ କରି ଅନ୍ୟ ଦେବଗଣର ପ୍ରଣାମ ଓ ସେବା କଲେ।


ଆଉ, ସେମାନେ ସୂର୍ଯ୍ୟ ଓ ଚନ୍ଦ୍ର ଓ ଆକାଶର ଯେଉଁ ସୈନ୍ୟସମୂହକୁ ଭଲ ପାଇଅଛନ୍ତି ଓ ଯେଉଁମାନଙ୍କର ସେବା କରିଅଛନ୍ତି ଓ ଯେଉଁମାନଙ୍କର ପଶ୍ଚାଦ୍ଗାମୀ ହୋଇଅଛନ୍ତି ଓ ଯେଉଁମାନଙ୍କର ଅନ୍ଵେଷଣ କରିଅଛନ୍ତି ଓ ଯେଉଁମାନଙ୍କୁ ପ୍ରଣାମ କରିଅଛନ୍ତି, ସେମାନଙ୍କ ଆଗରେ ତାହାସବୁ ଛିନ୍ନଭିନ୍ନ କରି ପକାଇବେ; ସେହି ଅସ୍ଥିସବୁ ଏକତ୍ରୀକୃତ କିଅବା କବରରେ ପୋତା ନୋହିବ; ସେସବୁ ଭୂମିରେ ଖତ ତୁଲ୍ୟ ହେବ।


ତହିଁରେ ଲୋକମାନେ ଉତ୍ତର କରିବେ, ସଦାପ୍ରଭୁ ସେମାନଙ୍କ ପରମେଶ୍ଵର, ଯେ ସେମାନଙ୍କ ପିତୃଗଣକୁ ମିସର ଦେଶରୁ ବାହାର କରି ଆଣିଲେ, ତାହାଙ୍କୁ ସେମାନେ ତ୍ୟାଗ କଲେ ଓ ଅନ୍ୟ ଦେବଗଣର ଆଶ୍ରୟ ନେଇ ସେମାନଙ୍କୁ ପ୍ରଣାମ ଓ ସେବା କଲେ; ଏହି ହେତୁ ସଦାପ୍ରଭୁ ସେମାନଙ୍କ ଉପରେ ଏହିସବୁ ଅମଙ୍ଗଳ ଘଟାଇଅଛନ୍ତି।


ମାତ୍ର ଆପଣା ଆପଣା ଅନ୍ତଃକରଣର ଅବାଧ୍ୟତାନୁସାରେ ଓ ସେମାନଙ୍କ ପୂର୍ବପୁରୁଷମାନଙ୍କ ଶିକ୍ଷାମତେ ବାଲ୍ ଦେବଗଣର ଅନୁଗାମୀ ହୋଇ ଆଚରଣ କରିଅଛନ୍ତି;


ସଦାପ୍ରଭୁ କାହାନ୍ତି, ଏହା ଯାଜକମାନେ କହିଲେ ନାହିଁ, ଆଉ ଯେଉଁମାନେ ବ୍ୟବସ୍ଥା ହସ୍ତରେ ଧରନ୍ତି, ସେମାନେ ଆମ୍ଭକୁ ଜାଣିଲେ ନାହିଁ; ଶାସନକର୍ତ୍ତାମାନେ ମଧ୍ୟ ଆମ୍ଭ ବିରୁଦ୍ଧରେ ଅଧର୍ମାଚରଣ କଲେ, ଆଉ ଭବିଷ୍ୟଦ୍ବକ୍ତାମାନେ ବାଲ୍ଦେବ ନାମରେ ଭବିଷ୍ୟଦ୍-ବାକ୍ୟ ପ୍ରଚାର କଲେ ଓ ନିଷ୍ଫଳ ବସ୍ତୁମାନର ପଶ୍ଚାଦ୍-ଗମନ କଲେ।


ତହିଁରେ ଲୋକେ ଉତ୍ତର କରି କହିବେ, ସଦାପ୍ରଭୁ ସେମାନଙ୍କ ପୂର୍ବପୁରୁଷଗଣର ଯେଉଁ ପରମେଶ୍ଵର ସେମାନଙ୍କୁ ମିସର ଦେଶରୁ ବାହାର କରି ଆଣିଥିଲେ, ତାହାଙ୍କୁ ସେମାନେ ପରିତ୍ୟାଗ କରି ଅନ୍ୟ ଦେବଗଣକୁ ଅବଲମ୍ଵନ କଲେ ଓ ସେମାନଙ୍କୁ ପ୍ରଣାମ କରି ସେବା କଲେ; ଏହେତୁ ସେ ସେମାନଙ୍କ ଉପରେ ଏହିସବୁ ଅମଙ୍ଗଳ ବର୍ତ୍ତାଇ ଅଛନ୍ତି।


ସଦାପ୍ରଭୁ ଏହି କଥା କହନ୍ତି; ଯିହୁଦାର ତିନି, ହଁ, ଚାରି ଅପରାଧ ସକାଶୁ ଆମ୍ଭେ ତହିଁର ଦଣ୍ତ ନିବାରଣ କରିବା ନାହିଁ; କାରଣ ସେମାନେ ସଦାପ୍ରଭୁଙ୍କର ବ୍ୟବସ୍ଥା ଅଗ୍ରାହ୍ୟ କରିଅଛନ୍ତି ଓ ତାହାଙ୍କର ବିଧିସବୁ ପାଳନ କରି ନାହାନ୍ତି, ପୁଣି ସେମାନଙ୍କର ପିତୃପୁରୁଷମାନେ ଯେଉଁ ମିଥ୍ୟା ଦେବଗଣର ଅନୁଗାମୀ ହେଲେ,, ତଦ୍ଦ୍ଵାରା ସେମାନେ ଭ୍ରାନ୍ତ ହୋଇଅଛନ୍ତି;


ତୁମ୍ଭମାନଙ୍କର ପିତୃପୁରୁଷଗଣର ସମୟଠାରୁ ତୁମ୍ଭେମାନେ ଆମ୍ଭର ବିଧିସବୁ ଲଙ୍ଘନ କରିଅଛ ଓ ସେସବୁ ପାଳନ କରି ନାହଁ। ଆମ୍ଭ ନିକଟକୁ ଫେରି ଆସ, ତହିଁରେ ଆମ୍ଭେ ତୁମ୍ଭମାନଙ୍କ ନିକଟକୁ ଫେରି ଆସିବା, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି। ମାତ୍ର ତୁମ୍ଭେମାନେ କହୁଅଛ, ଆମ୍ଭେମାନେ କିରୂପେ ଫେରିବାଣେ?


ଅନନ୍ତର ଇସ୍ରାଏଲ-ସନ୍ତାନଗଣ ସଦାପ୍ରଭୁଙ୍କର ଦୃଷ୍ଟିରେ ଯାହା ମନ୍ଦ, ତାହା କଲେ ଓ ବାଲ୍ ଦେବତାଗଣର ସେବା କଲେ।


ପୁଣି ଯେବେ ତୁମ୍ଭେ ମନେ ମନେ ପଚାରିବ, ମୋʼ ପ୍ରତି ଏପରି ଦଶା କାହିଁକି ଘଟିଲା? (ତେବେ ଶୁଣ,) ତୁମ୍ଭ ଅଧର୍ମର ବାହୁଲ୍ୟରୁ ତୁମ୍ଭ ବସ୍ତ୍ରର ଅଞ୍ଚଳ ଉଠା ଯାଇଅଛି ଓ ତୁମ୍ଭର ଗୋଇଠି ଦୌରାତ୍ମ୍ୟ ଭୋଗ କରୁଅଛି।


କାରଣ ସେମାନେ ଆମ୍ଭକୁ ବିରକ୍ତ କରିବା ପାଇଁ ଦୁଷ୍ଟତା କଲେ, ଅର୍ଥାତ୍, ସେମାନେ ଆପଣାମାନଙ୍କର ଓ ତୁମ୍ଭମାନଙ୍କର, ଆଉ ତୁମ୍ଭମାନଙ୍କ ପୂର୍ବପୁରୁଷମାନଙ୍କର ଅଜ୍ଞାତ ଅନ୍ୟ ଦେବଗଣର ଉଦ୍ଦେଶ୍ୟରେ ଧୂପ ଜ୍ଵଳାଇବାକୁ ଓ ସେମାନଙ୍କର ସେବା କରିବାକୁ ଗଲେ।


ଆମ୍ଭମାନଙ୍କର ପିତୃଲୋକମାନେ ପାପ କରିଅଛନ୍ତି, ଆଉ ସେମାନେ ନାହାନ୍ତି; ପୁଣି, ଆମ୍ଭେମାନେ ସେମାନଙ୍କର ଅଧର୍ମ ବହନ କରିଅଛୁ।


Swiv nou:

Piblisite


Piblisite