Biblia Todo Logo
Bib sou entènèt

- Piblisite -




ଯିରିମୀୟ 16:12 - ପବିତ୍ର ବାଇବଲ (Re-edited) - (BSI)

12 ପୁଣି, ତୁମ୍ଭେମାନେ ତୁମ୍ଭମାନଙ୍କର ପିତୃପୁରୁଷ-ଗଣର ଅପେକ୍ଷା ଅଧିକ ମନ୍ଦ ଆଚରଣ କରିଅଛ; କାରଣ ଦେଖ, ତୁମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା ଦୁଷ୍ଟାନ୍ତଃକରଣର ଅବାଧ୍ୟତାନୁସାରେ ଆଚରଣ କରୁଅଛ, ଆମ୍ଭ ବାକ୍ୟରେ ଅବଧାନ କରୁନାହଁ;

Gade chapit la Kopi

ଓଡିଆ ବାଇବେଲ

12 ପୁଣି, ତୁମ୍ଭେମାନେ ତୁମ୍ଭମାନଙ୍କର ପୂର୍ବପୁରୁଷଗଣର ଅପେକ୍ଷା ଅଧିକ ମନ୍ଦ ଆଚରଣ କରିଅଛ; କାରଣ ଦେଖ, ତୁମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା ଦୁଷ୍ଟାନ୍ତଃକରଣର ଅବାଧ୍ୟତାନୁସାରେ ଆଚରଣ କରୁଅଛ, ଆମ୍ଭ ବାକ୍ୟରେ ଅବଧାନ କରୁନାହଁ;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ପୁଣି, ତୁମ୍ଭେମାନେ ତୁମ୍ଭମାନଙ୍କର ପୂର୍ବପୁରୁଷଗଣର ଅପେକ୍ଷା ଅଧିକ ମନ୍ଦ ଆଚରଣ କରିଅଛ; କାରଣ ଦେଖ, ତୁମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା ଦୁଷ୍ଟାନ୍ତଃକରଣର ଅବାଧ୍ୟତାନୁସାରେ ଆଚରଣ କରୁଅଛ, ଆମ୍ଭ ବାକ୍ୟରେ ଅବଧାନ କରୁ ନାହଁ;

Gade chapit la Kopi

ପବିତ୍ର ବାଇବଲ

12 କିନ୍ତୁ ତୁମ୍ଭେ ତୁମ୍ଭ ପୂର୍ବପୁରୁଷଗଣଙ୍କ ଅପେକ୍ଷା ଅଧିକ ପାପ କରିଅଛ। ତୁମ୍ଭେମାନେ ନିଜ ନିଜ ଦୁଷ୍ଟାନ୍ତଃକରଣରେ ଅବାଧ୍ୟ ହୋଇ ମନ୍ଦ ଆଚରଣ କରୁଅଛ ଓ ମୋ’ ଆଜ୍ଞା ପାଳନ କରୁ ନାହଁ।

Gade chapit la Kopi




ଯିରିମୀୟ 16:12
22 Referans Kwoze  

ଏହି ଯେଉଁ ଦୁଷ୍ଟ ଲୋକମାନେ ଆମ୍ଭ ବାକ୍ୟ ଶୁଣିବାକୁ ଅସମ୍ମତ ହୋଇ ଆପଣା ଆପଣା ଅନ୍ତଃକରଣର ଅବାଧ୍ୟତା-ନୁସାରେ ଚାଲନ୍ତି ଓ ଅନ୍ୟ ଦେବଗଣର ସେବା ଓ ପୂଜା କରିବା ନିମନ୍ତେ ସେମାନଙ୍କର ପଶ୍ଚାଦ୍ଗମନ କରିଅଛନ୍ତି, ସେମାନେ ଏହି ଅକର୍ମଣ୍ୟ ପଟୁକା ତୁଲ୍ୟ ହେବେ।


ତଥାପି ସେମାନେ ଆମ୍ଭ କଥା ଶୁଣିଲେ ନାହିଁ, କିଅବା ତହିଁରେ କର୍ଣ୍ଣପାତ କଲେ ନାହିଁ, ମାତ୍ର ଆପଣା ଆପଣା ଗ୍ରୀବା ଶକ୍ତ କଲେ; ସେମାନେ ଆପଣା-ମାନଙ୍କର ପୂର୍ବପୁରୁଷଗଣ ଅପେକ୍ଷା ଅଧିକ ଦୁରାଚାର କଲେ।


ମାତ୍ର ଆପଣା ଆପଣା ଅନ୍ତଃକରଣର ଅବାଧ୍ୟତାନୁସାରେ ଓ ସେମାନଙ୍କ ପୂର୍ବପୁରୁଷମାନଙ୍କ ଶିକ୍ଷାମତେ ବାଲ୍ ଦେବଗଣର ଅନୁଗାମୀ ହୋଇ ଆଚରଣ କରିଅଛନ୍ତି;


ସୂର୍ଯ୍ୟ ତଳେ ଯେତେ କାର୍ଯ୍ୟ କରାଯାଏ, ତହିଁ ମଧ୍ୟରେ ଦୁଃଖର ବିଷୟ ଏହି ଯେ, ସମସ୍ତଙ୍କ ପ୍ରତି ସମାନ ଘଟନା ହୁଏ; ଆହୁରି ମଧ୍ୟ ମନୁଷ୍ୟ-ସନ୍ତାନଗଣର ହୃଦୟ ଦୁଷ୍ଟତାରେ ପରିପୂର୍ଣ୍ଣ ଓ ବଞ୍ଚିଥିବାଯାଏ ସେମାନଙ୍କ ହୃଦୟରେ ଉନ୍ମତ୍ତତା ଥାଏ, ପୁଣି ତହିଁ ଉତ୍ତାରେ ସେମାନେ ମୃତମାନଙ୍କ ନିକଟକୁ ଯାଆନ୍ତି।


କାରଣ ଭିତରୁ, ମନୁଷ୍ୟର ହୃଦୟରୁ, କୁଚିନ୍ତା ବାହାରେ-


ମାତ୍ର ସେମାନେ ଶୁଣିଲେ ନାହିଁ, କିଅବା କର୍ଣ୍ଣପାତ କଲେ ନାହିଁ, ମାତ୍ର ସେମାନେ ଆପଣା ଆପଣା ମନ୍ତ୍ରଣାରେ ଓ ଆପଣା ଆପଣା ଦୁଷ୍ଟ ଅନ୍ତଃକରଣର ଅବାଧ୍ୟତାନୁସାରେ ଗମନ କରି ପଶ୍ଚାଦ୍ବର୍ତ୍ତୀ ହେଲେ, ଅଗ୍ରବର୍ତ୍ତୀ ହେଲେ ନାହିଁ।


ଯେହେତୁ ବିଦ୍ରୋହ ମନ୍ତ୍ରପାଠ ପାପ ତୁଲ୍ୟ ଓ ଅବାଧ୍ୟତା ଅବସ୍ତୁର ଓ ଠାକୁରମାନର ପୂଜା ତୁଲ୍ୟ। ତୁମ୍ଭେ ସଦାପ୍ରଭୁଙ୍କ ବାକ୍ୟ ତୁଚ୍ଛ କରିଅଛ, ଏଥିପାଇଁ ସେ ମଧ୍ୟ ତୁମ୍ଭକୁ ରାଜା ହୋଇ ଥିବା ପାଇଁ ତୁଚ୍ଛ କରିଅଛନ୍ତି।


ମାତ୍ର ସେ ବିଚାରକର୍ତ୍ତାର ମୃତ୍ୟୁ ହୁଅନ୍ତେ, ସେମାନେ ପୁନର୍ବାର ଫେରି ସେମାନଙ୍କ ପିତୃଲୋକଙ୍କ ଅପେକ୍ଷା ଅଧିକ ଭ୍ରଷ୍ଟାଚରଣ କଲେ ଓ ଅନ୍ୟ ଦେବତାଗଣର ସେବା କରି ଓ ସେମାନଙ୍କୁ ପ୍ରଣାମ କରି ସେମାନଙ୍କର ଅନୁଗାମୀ ହେଲେ; ସେମାନେ ଆପଣା ଆପଣା କ୍ରିୟାରୁ ଓ ଅବାଧ୍ୟତା-ମାର୍ଗରୁ କ୍ଷା; ହେଲେ ନାହିଁ।


ହେ ଭାଇମାନେ, ସାବଧାନ, ଯେପରି ଜୀବନ୍ତ ଈଶ୍ଵରଙ୍କଠାରୁ ବିମୁଖକାରୀ ଦୁଷ୍ଟ, ଅବିଶ୍ଵାସୀ ହୃଦୟ ତୁମ୍ଭ-ମାନଙ୍କର କାହାରିଠାରେ ନ ଥାଏ।


କିନ୍ତୁ ଦୁଷ୍ଟ ଲୋକେ ଓ ପ୍ରବଞ୍ଚକମାନେ ଭ୍ରାନ୍ତି ଜନ୍ମାଇ ଓ ଭ୍ରାନ୍ତ ହୋଇ ଅଧିକରୁ ଅଧିକ ଦୁଷ୍ଟ ହୋଇ ଉଠିବେ।


ଅନ୍ତଃକରଣ ସବୁଠାରୁ କପଟମୟ ଓ ଅପ୍ରତୀକାର୍ଯ୍ୟ ରୂପେ ପୀଡ଼ିତ; କିଏ ତାହା ଜାଣିପାରେ?


ଯଦ୍ୟପି ପାପୀ ଶତବାର ଦୁଷ୍କର୍ମ କରି ଦୀର୍ଘଜୀବୀ ହୁଏ, ତଥାପି ମୁଁ ନିଶ୍ଚୟ ଜାଣେ ଯେ, ପରମେଶ୍ଵରଙ୍କ ଭୟକାରୀମାନେ ତାହାଙ୍କ ଛାମୁରେ ଭୀତ ହୁଅନ୍ତି ବୋଲି ସେମାନଙ୍କର ମଙ୍ଗଳ ହେବ;


ଆଉ କେହି ଯେପରି ଏହି ଶାପର କଥା ଶୁଣି ମନେ ମନେ ଆପଣାର ଧନ୍ୟବାଦ କରି ନ କହେ ଯେ, ଆମ୍ଭେ ଶୁଖିଲା ସଙ୍ଗେ ଓଦାକୁ ଧ୍ଵଂସ କରିବା ପାଇଁ ଆପଣା ହୃଦୟର କାଠିନ୍ୟ ଅନୁସାରେ ଚଳିଲେ ହେଁ ଆମ୍ଭର ମଙ୍ଗଳ ହେବ।


ଅବ୍ରହାମ, ଇସ୍‍ହାକ ଓ ଯାକୁବ, ତୁମ୍ଭର ଏହି ଦାସମାନଙ୍କୁ ସ୍ମରଣ କର; ଏହି ଲୋକମାନଙ୍କ ଅବାଧ୍ୟତା ପ୍ରତି, କି ସେମାନଙ୍କ ଦୁଷ୍ଟତା ପ୍ରତି, କିଅବା ସେମାନଙ୍କ ପାପ ପ୍ରତି ଦୃଷ୍ଟି କର ନାହିଁ।


ତହିଁରେ ସଦାପ୍ରଭୁ ତହିଁର ସୁଗନ୍ଧ ଆଘ୍ରାଣ କରି ମନେ ମନେ କହିଲେ, ଆମ୍ଭେ ମନୁଷ୍ୟ ହେତୁରୁ ଆଉ ପୃଥିବୀକି ଅଭିଶାପ ଦେବା ନାହିଁ; ଯଦ୍ୟପି ବାଲ୍ୟକାଳଠାରୁ ମନୁଷ୍ୟ ମନର କଳ୍ପନା ମନ୍ଦ, ତଥାପି ଆମ୍ଭେ ଯେପରି କରିଅଛୁ, ସେପରି ଆଉ ଥରେ କେବେହେଁ ସବୁ ପ୍ରାଣୀଙ୍କୁ ବିନଷ୍ଟ କରିବା ନାହିଁ।


ଅନନ୍ତର ସଦାପ୍ରଭୁ ଦେଖିଲେ ଯେ, ପୃଥିବୀରେ ମନୁଷ୍ୟର ଦୁଷ୍ଟତା ଅତି ବଡ଼, ଆଉ ତାହାର ଅନ୍ତଃକରଣର ଭାବନାର ପ୍ରତ୍ୟେକ କଳ୍ପନା ଅବିରତ ମନ୍ଦମାତ୍ର।


ମାତ୍ର ସେମାନେ କହନ୍ତି, ଭରସା ନାହିଁ; କାରଣ ଆମ୍ଭେମାନେ ଆପଣା ଆପଣା ସଂକଳ୍ପ ଅନୁସାରେ ଚାଲିବା ଓ ଆମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା ଦୁଷ୍ଟ ଅନ୍ତଃକରଣର ଅବାଧ୍ୟତାନୁସାରେ କର୍ମ କରିବା।


ଆମ୍ଭମାନଙ୍କର ପିତୃଲୋକମାନେ ପାପ କରିଅଛନ୍ତି, ଆଉ ସେମାନେ ନାହାନ୍ତି; ପୁଣି, ଆମ୍ଭେମାନେ ସେମାନଙ୍କର ଅଧର୍ମ ବହନ କରିଅଛୁ।


ଏଣୁକରି ତୁମ୍ଭେ ଇସ୍ରାଏଲ-ବଂଶକୁ କୁହ, ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେମାନେ କି ଆପଣା-ମାନଙ୍କର ପିତୃପୁରୁଷଗଣର ରୀତିଅନୁସାରେ ଆପଣାମାନଙ୍କୁ ଅଶୁଚି କରୁଅଛ? ଓ ସେମାନଙ୍କର ଘୃଣାଯୋଗ୍ୟ କ୍ରିୟାନୁସାରେ ବ୍ୟଭିଚାରୀ ହେଉଅଛ?


ସଦାପ୍ରଭୁ ଏହି କଥା କହନ୍ତି; ଯିହୁଦାର ତିନି, ହଁ, ଚାରି ଅପରାଧ ସକାଶୁ ଆମ୍ଭେ ତହିଁର ଦଣ୍ତ ନିବାରଣ କରିବା ନାହିଁ; କାରଣ ସେମାନେ ସଦାପ୍ରଭୁଙ୍କର ବ୍ୟବସ୍ଥା ଅଗ୍ରାହ୍ୟ କରିଅଛନ୍ତି ଓ ତାହାଙ୍କର ବିଧିସବୁ ପାଳନ କରି ନାହାନ୍ତି, ପୁଣି ସେମାନଙ୍କର ପିତୃପୁରୁଷମାନେ ଯେଉଁ ମିଥ୍ୟା ଦେବଗଣର ଅନୁଗାମୀ ହେଲେ,, ତଦ୍ଦ୍ଵାରା ସେମାନେ ଭ୍ରାନ୍ତ ହୋଇଅଛନ୍ତି;


ତୁମ୍ଭମାନଙ୍କର ପିତୃପୁରୁଷଗଣର ସମୟଠାରୁ ତୁମ୍ଭେମାନେ ଆମ୍ଭର ବିଧିସବୁ ଲଙ୍ଘନ କରିଅଛ ଓ ସେସବୁ ପାଳନ କରି ନାହଁ। ଆମ୍ଭ ନିକଟକୁ ଫେରି ଆସ, ତହିଁରେ ଆମ୍ଭେ ତୁମ୍ଭମାନଙ୍କ ନିକଟକୁ ଫେରି ଆସିବା, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି। ମାତ୍ର ତୁମ୍ଭେମାନେ କହୁଅଛ, ଆମ୍ଭେମାନେ କିରୂପେ ଫେରିବାଣେ?


ଏହି କନୀୟ କି ତୁଚ୍ଛୀକୃତ ଭଗ୍ନପାତ୍ର? ସେ କି ଅପ୍ରୀତିକର ପାତ୍ର? ସେ ଓ ତାହାର ବଂଶ କାହିଁକି ଦୂରୀକୃତ ହୋଇ ସେମାନଙ୍କ ଅଜ୍ଞାତ ଦେଶରେ ନିକ୍ଷିପ୍ତ ହେଲେ।


Swiv nou:

Piblisite


Piblisite