Biblia Todo Logo
Bib sou entènèt

- Piblisite -




ଯିରିମୀୟ 17:18 - ପବିତ୍ର ବାଇବଲ (Re-edited) - (BSI)

18 ଯେଉଁମାନେ ମୋତେ ତାଡ଼ନା କରନ୍ତି, ସେମାନେ ଲଜ୍ଜିତ ହେଉନ୍ତୁ, ମାତ୍ର ମୋତେ ଲଜ୍ଜିତ ହେବାକୁ ଦିଅ ନାହିଁ; ସେମାନେ ନିରାଶ ହେଉନ୍ତୁ, ମାତ୍ର ମୋତେ ନିରାଶ ହେବାକୁ ଦିଅ ନାହିଁ; ସେମାନଙ୍କ ଉପରେ ଅମଙ୍ଗଳର ଦିନ ଆଣ ଓ ଦ୍ଵିଗୁଣ ବିନାଶରେ ସେମାନଙ୍କୁ ବିନାଶ କର।

Gade chapit la Kopi

ଓଡିଆ ବାଇବେଲ

18 ଯେଉଁମାନେ ମୋତେ ତାଡ଼ନା କରନ୍ତି, ସେମାନେ ଲଜ୍ଜିତ ହେଉନ୍ତୁ, ମାତ୍ର ମୋତେ ଲଜ୍ଜିତ ହେବାକୁ ଦିଅ ନାହିଁ; ସେମାନେ ନିରାଶ ହେଉନ୍ତୁ, ମାତ୍ର ମୋତେ ନିରାଶ ହେବାକୁ ଦିଅ ନାହିଁ; ସେମାନଙ୍କ ଉପରେ ଅମଙ୍ଗଳର ଦିନ ଆଣ ଓ ଦ୍ୱିଗୁଣ ବିନାଶରେ ସେମାନଙ୍କୁ ବିନାଶ କର।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ଯେଉଁମାନେ ମୋତେ ତାଡ଼ନା କରନ୍ତି, ସେମାନେ ଲଜ୍ଜିତ ହେଉନ୍ତୁ, ମାତ୍ର ମୋତେ ଲଜ୍ଜିତ ହେବାକୁ ଦିଅ ନାହିଁ; ସେମାନେ ନିରାଶ ହେଉନ୍ତୁ, ମାତ୍ର ମୋତେ ନିରାଶ ହେବାକୁ ଦିଅ ନାହିଁ; ସେମାନଙ୍କ ଉପରେ ଅମଙ୍ଗଳର ଦିନ ଆଣ ଓ ଦ୍ୱିଗୁଣ ବିନାଶରେ ସେମାନଙ୍କୁ ବିନାଶ କର।

Gade chapit la Kopi

ପବିତ୍ର ବାଇବଲ

18 ଯେଉଁମାନେ ମୋତେ ଆଘାତ କରନ୍ତି, ସେମାନେ ଲଜ୍ଜିତ ହୁଅନ୍ତୁ। ମାତ୍ର ମୋତେ ଲଜ୍ଜିତ ହେବାକୁ ଦିଅ ନାହିଁ। ସେମାନେ ନିରାଶ ହୁଅନ୍ତୁ, ମାତ୍ର ମୋତେ ନିରାଶ ହେବାକୁ ଦିଅ ନାହିଁ। ସେମାନଙ୍କ ଉପରେ ଅମଙ୍ଗଳର ଦିନ ଆଣ ଓ ଦ୍ୱିଗୁଣ ବିନାଶରେ ସେମାନଙ୍କୁ ବିନାଶ କର।

Gade chapit la Kopi




ଯିରିମୀୟ 17:18
21 Referans Kwoze  

ମୋʼ ପ୍ରାଣର ଅନ୍ଵେଷଣକାରୀମାନେ ଲଜ୍ଜିତ ଓ ଅପମାନିତ ହେଉନ୍ତୁ; ମୋହର ଅନିଷ୍ଟଚିନ୍ତକମାନେ ବିମୁଖ ଓ ଘାବରା ହେଉନ୍ତୁ।


ମାତ୍ର ସଦାପ୍ରଭୁ ଭୟାନକ ବୀର ପରି ମୋʼ ସଙ୍ଗରେ ଅଛନ୍ତି; ଏହେତୁ ମୋର ତାଡ଼ନାକାରୀମାନେ ଝୁଣ୍ଟିପଡ଼ିବେ ଓ ସେମାନେ ଜୟଯୁକ୍ତ ନୋହିବେ; ସେମାନେ ବିବେଚନା-ପୂର୍ବକ କାର୍ଯ୍ୟ ନ କରିବାରୁ ଅତ୍ୟ; ଲଜ୍ଜିତ ହେବେ, ସେ ଅପମାନ ନିତ୍ୟସ୍ଥାୟୀ ହେବ, ତାହା କେବେ ବିସ୍ମୃତ ନୋହିବ ଣ।


ମାତ୍ର ହେ ସୈନ୍ୟାଧିପତି ସଦାପ୍ରଭୁ, ତୁମ୍ଭେ ନ୍ୟାୟରେ ବିଚାର କରୁଥାଅ, ତୁମ୍ଭେ ମର୍ମ ଓ ଚିତ୍ତର ପରୀକ୍ଷା କରୁଥାଅ, ସେମାନଙ୍କ ପ୍ରତି ତୁମ୍ଭର ପ୍ରତିଶୋଧ ଦାନ ମୋତେ ଦେଖିବାକୁ ଦିଅ; କାରଣ ମୁଁ ତୁମ୍ଭ ନିକଟରେ ଆପଣା ଗୁହାରି ପ୍ରକାଶ କରିଅଛି।


ମୋʼ ପ୍ରାଣନାଶର ଅନ୍ଵେଷଣକାରୀ ଲୋକମାନେ ଏକତ୍ର ଲଜ୍ଜିତ ଓ ହତାଶ ହେଉନ୍ତୁ; ମୋʼ କ୍ଷତିରେ ସନ୍ତୁଷ୍ଟ ଲୋକମାନେ ପଛକୁ ଫେରାଯାଇ ଅପମାନିତ ହେଉନ୍ତୁ।


ଅଜ୍ଞାତସାରରେ ତାହାକୁ ସର୍ବନାଶ ଘଟୁ ଓ ତାହାର ଗୁପ୍ତ ଜାଲ ତାହାକୁ ହିଁ ଧରୁ;


ସେ ଯେପରି କରିଅଛି, ସେହିପରି ତାହାକୁ ପ୍ରତିଫଳ ଦିଅ, ତାହାର କର୍ମାନୁସାରେ ତାହାକୁ ଦ୍ଵିଗୁଣ ପ୍ରତିଫଳ ଦିଅ, ଆଉ ସେ ଯେଉଁ ପାତ୍ରରେ ମଦ୍ୟ ମିଶ୍ରିତ କରିଅଛି, ସେଥିରେ ତାହା ପାଇଁ ଦ୍ଵିଗୁଣ ମଦ୍ୟ ମିଶ୍ରିତ କର।


ମୁଁ ତ ତୁମ୍ଭ ପଛେ ପଛେ ମେଷପାଳକର କାର୍ଯ୍ୟ କରିବାରୁ ବିମୁଖ ହେବା ପାଇଁ ବେଗଗାମୀ ହୋଇ ନାହିଁ; କିଅବା ସେହି ଅମଙ୍ଗଳର ଦିନ ଚାହିଁ ନାହିଁ; ତୁମ୍ଭେ ଜାଣୁଅଛ; ମୋʼ ଓଷ୍ଠରୁ ଯାହା ନିର୍ଗତ ହେଲା, ତାହା ତୁମ୍ଭ ସମ୍ମୁଖରେ ଥିଲା।


ପୁଣି, ଆମ୍ଭେ ପ୍ରଥମେ ସେମାନଙ୍କର ଅଧର୍ମ ଓ ପାପର ଦୁଇଗୁଣ ପ୍ରତିଫଳ ଦେବା, କାରଣ ସେମାନେ ଆପଣାମାନଙ୍କ ଘୃଣ୍ୟ ବସ୍ତୁରୂପ ଶବରେ ଆମ୍ଭର ଦେଶ ଅପବିତ୍ର କରିଅଛନ୍ତି ଓ ଆପଣାମାନଙ୍କର ଘୃଣାଯୋଗ୍ୟ କର୍ମରେ ଆମ୍ଭର ଅଧିକାର ପରିପୂର୍ଣ୍ଣ କରିଅଛନ୍ତି।


ହେ ସଦାପ୍ରଭୋ, ମୁଁ ତୁମ୍ଭର ଶରଣ ନେଇଅଛି; ମୋତେ କେବେ ଲଜ୍ଜିତ ହେବାକୁ ଦିଅ ନାହିଁ।


ମୋହର ପ୍ରାଣ ଅନ୍ଵେଷଣକାରୀମାନେ ଲଜ୍ଜିତ ଓ ହତାଶ ହେଉନ୍ତୁ; ମୋʼ କ୍ଷତିରେ ସନ୍ତୁଷ୍ଟ ଲୋକମାନେ ପଛକୁ ଫେରି ଯାଇ ଅପମାନିତ ହେଉନ୍ତୁ।


ସେ ମୋତେ ଭାଙ୍ଗିଭାଙ୍ଗି ଭାଙ୍ଗି ପକାନ୍ତି; ସେ ବୀର ପରି ମୋର ଉପରକୁ ଧାଇଁ ଆସନ୍ତି।


ଆଉ, ତୁମ୍ଭେ ସେମାନଙ୍କୁ ଏହି କଥା କହିବ, ଦିବାରାତ୍ର ଆମ୍ଭ ଚକ୍ଷୁରୁ ଜଳଧାରା ବହୁ, ତାହା ନିବୃତ୍ତ ନ ହେଉ; କାରଣ ଆମ୍ଭ ଲୋକମାନଙ୍କର ଅନୂଢ଼ା କନ୍ୟା, ମହା କ୍ଷତରେ, ମହା ଦୁଃଖଦାୟକ ଆଘାତରେ ଭଗ୍ନ ହୋଇଅଛି।


ଏହେତୁ ତୁମ୍ଭେ ଆପଣା କଟି ବାନ୍ଧି ଉଠ ଓ ଆମ୍ଭେ ତୁମ୍ଭକୁ ଯାହା ଯାହା ଆଜ୍ଞା କରୁଅଛୁ, ତାହାସବୁ ସେମାନଙ୍କୁ କୁହ; ସେମାନଙ୍କ ସକାଶୁ ଉଦ୍ବିଗ୍ନ ହୁଅ ନାହିଁ; ହେଲେ, ଆମ୍ଭେ ସେମାନଙ୍କ ସାକ୍ଷାତରେ ତୁମ୍ଭକୁ ଉଦ୍ବିଗ୍ନ କରିବା।


ମାତ୍ର ହେ ସଦାପ୍ରଭୁ, ତୁମ୍ଭେ ମୋତେ ଜାଣୁଅଛ; ତୁମ୍ଭେ ମୋତେ ଦେଖୁଅଛ ଓ ତୁମ୍ଭ ପ୍ରତି ମୋର ମନ କିପରି, ତାହା ପରୀକ୍ଷା କରୁଅଛ; ତୁମ୍ଭେ ସେମାନଙ୍କୁ ହତ୍ୟା ନିମନ୍ତେ ମେଷଗଣ ତୁଲ୍ୟ ଟାଣିଆଣ ଓ ହତ୍ୟା-ଦିନରଣ ନିମନ୍ତେ ସେମାନଙ୍କୁ ପ୍ରସ୍ତୁତ ରଖ।


ହେ ଇସ୍ରାଏଲର ପ୍ରତ୍ୟାଶାଭୂମି ସଦାପ୍ରଭୁ, ଯେଉଁମାନେ ତୁମ୍ଭଙ୍କୁ ପରିତ୍ୟାଗ କରନ୍ତି, ସେସମସ୍ତେ ଲଜ୍ଜିତ ହେବେ; ଯେଉଁମାନେ ମୋʼ ନିକଟରୁ ପ୍ରସ୍ଥାନ କରନ୍ତି, ସେମାନଙ୍କର ନାମ ଧୂଳିରେ ଲିଖିତ ହେବ , କାରଣ ସେମାନେ ଅମୃତ ଜଳର ନିର୍ଝରସ୍ଵରୂପ ସଦାପ୍ରଭୁଙ୍କୁ ତ୍ୟାଗ କରିଅଛନ୍ତି।


ସଦାପ୍ରଭୁ ମୋତେ ଏହି କଥା କହିଲେ, ଯିହୁଦାର ରାଜଗଣ ଯେଉଁ ଦ୍ଵାର ଦେଇ ଭିତରେ ଯାଆନ୍ତି ଓ ବାହାରେ ଆସନ୍ତି, ଲୋକମାନଙ୍କ ସନ୍ତାନଗଣର ସେହି ଦ୍ଵାରରେ ଓ ଯିରୂଶାଲମର ସକଳ ଦ୍ଵାରରେ ଯାଇ ଠିଆ ହୁଅ;


ହେ ସଦାପ୍ରଭୋ, ତାହାର ସମ୍ପତ୍ତିକି ଆଶୀର୍ବାଦ କର ଓ ତାହା ହସ୍ତର କର୍ମ ଗ୍ରହଣ କର; ଯେଉଁମାନେ ତାହା ବିରୁଦ୍ଧରେ ଉଠନ୍ତି ଓ ଯେଉଁମାନେ ତାହାକୁ ଘୃଣା କରନ୍ତି, ସେମାନଙ୍କ କଟିଦେଶ ଭାଙ୍ଗିପକାଅ, ଯେପରି ସେମାନେ ପୁନର୍ବାର ଉଠି ନ ପାରିବେ।


Swiv nou:

Piblisite


Piblisite