ଯିରିମୀୟ 17:7 - ପବିତ୍ର ବାଇବଲ (Re-edited) - (BSI)7 ଯେଉଁ ମନୁଷ୍ୟ ସଦାପ୍ରଭୁଙ୍କ ଉପରେ ନିର୍ଭର କରେ, ପୁଣି ସଦାପ୍ରଭୁ ଯାହାର ବିଶ୍ଵାସ-ଭୂମି ଅଟନ୍ତି, ସେ ଧନ୍ୟ। Gade chapit laଓଡିଆ ବାଇବେଲ7 ଯେଉଁ ମନୁଷ୍ୟ ସଦାପ୍ରଭୁଙ୍କ ଉପରେ ନିର୍ଭର କରେ, ପୁଣି ସଦାପ୍ରଭୁ ଯାହାର ବିଶ୍ୱାସଭୂମି ଅଟନ୍ତି, ସେ ଧନ୍ୟ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ଯେଉଁ ମନୁଷ୍ୟ ସଦାପ୍ରଭୁଙ୍କ ଉପରେ ନିର୍ଭର କରେ, ପୁଣି ସଦାପ୍ରଭୁ ଯାହାର ବିଶ୍ୱାସଭୂମି ଅଟନ୍ତି, ସେ ଧନ୍ୟ। Gade chapit laପବିତ୍ର ବାଇବଲ7 “ଯେଉଁ ଲୋକ ସଦାପ୍ରଭୁଙ୍କ ଉପରେ ବିଶ୍ୱାସ ରଖେ ଓ ସଦାପ୍ରଭୁ ଯାହାର ବିଶ୍ୱାସଭୂମି, ସେ ଧନ୍ୟ। Gade chapit la |
ସିୟୋନର ଶୋକାର୍ତ୍ତ ଲୋକମାନଙ୍କ ପାଇଁ ନିରୂପଣ କରିବାକୁ, ଅର୍ଥାତ୍, ଭସ୍ମର ପରିବର୍ତ୍ତେ ଭୂଷଣ, ଦୁଃଖର ପରିବର୍ତ୍ତେ ସୁଖରୂପ ତୈଳ, ଅବସନ୍ନ ଆତ୍ମାର ପରିବର୍ତ୍ତେ ପ୍ରଶଂସାରୂପ ବସ୍ତ୍ର ପ୍ରଦାନ କରିବାକୁ ସେ ମୋତେ ପ୍ରେରଣ କରିଅଛନ୍ତି; ତହିଁରେ ସଦାପ୍ରଭୁ ଯେପରି ଗୌରବାନ୍ଵିତ ହେବେ, ଏଥିପାଇଁ ସେମାନେ ଧର୍ମରୂପ ବୃକ୍ଷ ଓ ତାହାଙ୍କର ଉଦ୍ୟାନ ବୋଲି ବିଖ୍ୟାତ ହେବେ।
ନବୂଖଦ୍ନିତ୍ସର କହିଲା, ଶଦ୍ରକ୍, ମୈଶକ୍ ଓ ଅବେଦ୍-ନଗୋର ପରମେଶ୍ଵର ଧନ୍ୟ, ଯେହେତୁ ସେ ଆପଣା ଦୂତ ପଠାଇଲେ ଓ ତାହାଙ୍କର ଯେଉଁ ଦାସମାନେ ତାହାଙ୍କଠାରେ ବିଶ୍ଵାସ କଲେ ଓ ଆପଣାମାନଙ୍କର ପରମେଶ୍ଵର ଭିନ୍ନ ଯେପରି ଅନ୍ୟ କୌଣସି ଦେବତାକୁ ସେବା କିମ୍ଵା ପ୍ରଣାମ ନ କରିବେ, ଏଥିପାଇଁ ରାଜବାକ୍ୟ ଅନ୍ୟଥା କରି ଆପଣା ଆପଣା ଶରୀର ସମର୍ପଣ କଲେ, ସେ ସେମାନଙ୍କୁ ଉଦ୍ଧାର କଲେ।