Biblia Todo Logo
Bib sou entènèt

- Piblisite -




ଯିରିମୀୟ 17:9 - ପବିତ୍ର ବାଇବଲ (Re-edited) - (BSI)

9 ଅନ୍ତଃକରଣ ସବୁଠାରୁ କପଟମୟ ଓ ଅପ୍ରତୀକାର୍ଯ୍ୟ ରୂପେ ପୀଡ଼ିତ; କିଏ ତାହା ଜାଣିପାରେ?

Gade chapit la Kopi

ଓଡିଆ ବାଇବେଲ

9 ଅନ୍ତଃକରଣ ସବୁଠାରୁ କପଟମୟ ଓ ଅପ୍ରତୀକାର୍ଯ୍ୟ ରୂପେ ପୀଡ଼ିତ; କିଏ ତାହା ଜାଣିପାରେ ?

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ଅନ୍ତଃକରଣ ସବୁଠାରୁ କପଟମୟ ଓ ଅପ୍ରତୀକାର୍ଯ୍ୟ ରୂପେ ପୀଡ଼ିତ; କିଏ ତାହା ଜାଣିପାରେ?

Gade chapit la Kopi

ପବିତ୍ର ବାଇବଲ

9 “ଯାହାର ଅନ୍ତଃକରଣ ସବୁଠାରୁ କପଟମୟ ଓ ଯାହାର ଅନ୍ତଃକରଣ ପୀଡ଼ିତ, ତାହା କେହି ଜାଣି ପାରିବେ ନାହିଁ।

Gade chapit la Kopi




ଯିରିମୀୟ 17:9
23 Referans Kwoze  

କାରଣ ହୃଦୟରୁ କୁଚିନ୍ତା, ନରହତ୍ୟା, ବ୍ୟଭିଚାର, ବେଶ୍ୟାଗମନ, ଚୌର୍ଯ୍ୟ, ମିଥ୍ୟାସାକ୍ଷ୍ୟ ଓ ନିନ୍ଦା ବାହାରେ;


ସୂର୍ଯ୍ୟ ତଳେ ଯେତେ କାର୍ଯ୍ୟ କରାଯାଏ, ତହିଁ ମଧ୍ୟରେ ଦୁଃଖର ବିଷୟ ଏହି ଯେ, ସମସ୍ତଙ୍କ ପ୍ରତି ସମାନ ଘଟନା ହୁଏ; ଆହୁରି ମଧ୍ୟ ମନୁଷ୍ୟ-ସନ୍ତାନଗଣର ହୃଦୟ ଦୁଷ୍ଟତାରେ ପରିପୂର୍ଣ୍ଣ ଓ ବଞ୍ଚିଥିବାଯାଏ ସେମାନଙ୍କ ହୃଦୟରେ ଉନ୍ମତ୍ତତା ଥାଏ, ପୁଣି ତହିଁ ଉତ୍ତାରେ ସେମାନେ ମୃତମାନଙ୍କ ନିକଟକୁ ଯାଆନ୍ତି।


ଯେ ଆପଣା ଅନ୍ତଃକରଣରେ ନିର୍ଭର ରଖେ, ସେ ମୂର୍ଖ; ମାତ୍ର ଯେ ଜ୍ଞାନରେ ଚାଲେ, ସେ ରକ୍ଷା ପାଇବ। ହିତୋ. ୩:୫


ହେ ଭାଇମାନେ, ସାବଧାନ, ଯେପରି ଜୀବନ୍ତ ଈଶ୍ଵରଙ୍କଠାରୁ ବିମୁଖକାରୀ ଦୁଷ୍ଟ, ଅବିଶ୍ଵାସୀ ହୃଦୟ ତୁମ୍ଭ-ମାନଙ୍କର କାହାରିଠାରେ ନ ଥାଏ।


ଅନନ୍ତର ସଦାପ୍ରଭୁ ଦେଖିଲେ ଯେ, ପୃଥିବୀରେ ମନୁଷ୍ୟର ଦୁଷ୍ଟତା ଅତି ବଡ଼, ଆଉ ତାହାର ଅନ୍ତଃକରଣର ଭାବନାର ପ୍ରତ୍ୟେକ କଳ୍ପନା ଅବିରତ ମନ୍ଦମାତ୍ର।


ତହିଁରେ ସଦାପ୍ରଭୁ ତହିଁର ସୁଗନ୍ଧ ଆଘ୍ରାଣ କରି ମନେ ମନେ କହିଲେ, ଆମ୍ଭେ ମନୁଷ୍ୟ ହେତୁରୁ ଆଉ ପୃଥିବୀକି ଅଭିଶାପ ଦେବା ନାହିଁ; ଯଦ୍ୟପି ବାଲ୍ୟକାଳଠାରୁ ମନୁଷ୍ୟ ମନର କଳ୍ପନା ମନ୍ଦ, ତଥାପି ଆମ୍ଭେ ଯେପରି କରିଅଛୁ, ସେପରି ଆଉ ଥରେ କେବେହେଁ ସବୁ ପ୍ରାଣୀଙ୍କୁ ବିନଷ୍ଟ କରିବା ନାହିଁ।


କାରଣ ଏହି ଲୋକଙ୍କର ହୃଦୟ ଜଡ଼ ହେଲା, ସେମାନେ କାନରେ କଷ୍ଟରେ ଶୁଣିଲେ ଓ ଆପଣା ଆପଣା ଆଖି ବୁଜିଲେ, ଯେପରି ସେମାନେ ଆଖିରେ ଦେଖିବେ ନାହିଁ ଓ କାନରେ ଶୁଣିବେ ନାହିଁ, ଆଉ ହୃଦୟରେ ବୁଝିବେ ନାହିଁ, ପୁଣି ଫେରି ଆସିବେ ନାହିଁ, ଆଉ ଆମ୍ଭେ ସେମାନଙ୍କୁ ସୁସ୍ଥ କରିବୁ ନାହିଁ।


ପୁଣି, ତୁମ୍ଭେମାନେ ତୁମ୍ଭମାନଙ୍କର ପିତୃପୁରୁଷ-ଗଣର ଅପେକ୍ଷା ଅଧିକ ମନ୍ଦ ଆଚରଣ କରିଅଛ; କାରଣ ଦେଖ, ତୁମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା ଦୁଷ୍ଟାନ୍ତଃକରଣର ଅବାଧ୍ୟତାନୁସାରେ ଆଚରଣ କରୁଅଛ, ଆମ୍ଭ ବାକ୍ୟରେ ଅବଧାନ କରୁନାହଁ;


ଦେଖ, ଅପରାଧରେ ମୁଁ ନିର୍ମିତ ହେଲି ଓ ପାପରେ ମୋʼ ମାତା ମୋତେ ଗର୍ଭରେ ଧାରଣ କଲା।


ଯୀଶୁ ତାହା ଶୁଣି ସେମାନଙ୍କୁ କହିଲେ, ସୁସ୍ଥ ଲୋକମାନଙ୍କର ବୈଦ୍ୟଠାରେ ପ୍ରୟୋଜନ ନାହିଁ, ମାତ୍ର ଅସୁସ୍ଥ ଲୋକମାନଙ୍କର ପ୍ରୟୋଜନ ଅଛି; ମୁଁ ଧାର୍ମିକମାନଙ୍କୁ ଆହ୍ଵାନ କରିବା ନିମନ୍ତେ ଆସି ନାହିଁ, କିନ୍ତୁ ପାପୀମାନଙ୍କୁ ଆହ୍ଵାନ କରିବା ନିମନ୍ତେ ଆସିଅଛି।


କାରଣ ସେମାନେ ଈଶ୍ଵରଙ୍କୁ ଜାଣି ତାହାଙ୍କୁ ଈଶ୍ଵର ବୋଲି ଗୌରବ ଦେଲେ ନାହିଁ କି ଧନ୍ୟବାଦ ଦେଲେ ନାହିଁ, କିନ୍ତୁ ଆପଣା ଆପଣା ଅସାର ତର୍କବିତର୍କରେ ଜଡ଼ିତ ହେଲେ ଓ ସେମାନଙ୍କର ଅବୋଧ ମନ ଅନ୍ଧକାରମୟ ହେଲା;


କାରଣ ପାପ ସୁଯୋଗ ପାଇ ଆଜ୍ଞା ଦ୍ଵାରା ମୋତେ ପ୍ରତାରଣା କଲା, ପୁଣି ତାହା ଦ୍ଵାରା ମୋତେ ବଧ କଲା।


ଅର୍ଥାତ୍ ତୁମ୍ଭେମାନେ ତୁମ୍ଭମାନଙ୍କ ପୁରାତନ ଆଚରଣ ସମ୍ଵନ୍ଧରେ, ଯେଉଁ ପୁରାତନ ସ୍ଵଭାବ।। ପ୍ରବଞ୍ଚନାର ବିଳାସିତା ଅନୁସାରେ ଅଧିକରୁ ଅଧିକ ଭ୍ରଷ୍ଟ ହେଉଅଛି, ତାହାକୁ ପରିତ୍ୟାଗ କରିବାକୁ,


ପତ୍ରରେ ସେ ଏହା ଲେଖିଥିଲେ, ଯଥା, ଯେପରି ଊରୀୟ ଆହତ ହୋଇ ମରିବ, ଏଥିପାଇଁ ତୁମ୍ଭେମାନେ ଘୋର ଯୁଦ୍ଧ ସମ୍ମୁଖରେ ତାହାକୁ ନିଯୁକ୍ତ କରି ତାହା ନିକଟରୁ ଘୁଞ୍ଚିଯିବ।


ତୁମ୍ଭେମାନେ ଅଧିକ ଅଧିକ ବିଦ୍ରୋହାଚରଣ କରିବା ପାଇଁ କାହିଁକି ଆହୁରି ପ୍ରହାରିତ ହେବ? ମସ୍ତକଯାକ ପୀଡ଼ିତ ଓ ସମୁଦାୟ ହୃଦୟ ଦୁର୍ବଳ ହୋଇଅଛି।


ପାଦର ତଳଠାରୁ ମସ୍ତକ ପର୍ଯ୍ୟନ୍ତ କିଛି ସ୍ଵାସ୍ଥ୍ୟ ନାହିଁ; କେବଳ କ୍ଷତ ଓ ଦାଗ ଓ ପୂଜପୂର୍ଣ୍ଣ ଘା; ସେସବୁ ଟିପା କି ବନ୍ଧା ଯାଇ ନାହିଁ, କିଅବା ତୈଳ ଦ୍ଵାରା କୋମଳ କରାଯାଇ ନାହିଁ।


ଏହି ଲୋକମାନେ ଆପଣା ଆପଣା ଚକ୍ଷୁରେ ଦେଖି ଓ କର୍ଣ୍ଣରେ ଶୁଣି ଓ ଅନ୍ତଃକରଣରେ ବୁଝି ମନ ଫେରାଇ ଯେପରି ସୁସ୍ଥ ନ ହୁଅନ୍ତି, ଏଥିପାଇଁ ତୁମ୍ଭେ ସେମାନଙ୍କ ଅନ୍ତଃକରଣ ସ୍ଥୂଳ କର ଓ ସେମାନଙ୍କ କର୍ଣ୍ଣ ଭାରୀ କର ଓ ସେମାନଙ୍କ ଚକ୍ଷୁ ମୁଦି ଦିଅ।


ମାତ୍ର ପରମେଶ୍ଵର ସେମାନଙ୍କ ପ୍ରତି ନିକ୍ଷେପ କରିବେ; ସେମାନେ ତୀରରେ ହଠାତ୍ ଆହତ ହେବେ।


ମାତ୍ର ସେମାନେ ଶୁଣିଲେ ନାହିଁ, କିଅବା କର୍ଣ୍ଣପାତ କଲେ ନାହିଁ, ମାତ୍ର ସେମାନେ ଆପଣା ଆପଣା ମନ୍ତ୍ରଣାରେ ଓ ଆପଣା ଆପଣା ଦୁଷ୍ଟ ଅନ୍ତଃକରଣର ଅବାଧ୍ୟତାନୁସାରେ ଗମନ କରି ପଶ୍ଚାଦ୍ବର୍ତ୍ତୀ ହେଲେ, ଅଗ୍ରବର୍ତ୍ତୀ ହେଲେ ନାହିଁ।


Swiv nou:

Piblisite


Piblisite