Biblia Todo Logo
Bib sou entènèt

- Piblisite -




ଯିରିମୀୟ 18:11 - ପବିତ୍ର ବାଇବଲ (Re-edited) - (BSI)

11 ଏନିମନ୍ତେ ଏବେ ତୁମ୍ଭେ ଯିହୁଦାର ଲୋକମାନଙ୍କ ଓ ଯିରୂଶାଲମ ନିବାସୀମାନଙ୍କ ନିକଟକୁ ଯାଇ କୁହ, ସଦାପ୍ରଭୁ ଏହି କଥା କହନ୍ତି; ଦେଖ, ଆମ୍ଭେ ତୁମ୍ଭମାନଙ୍କ ବିରୁଦ୍ଧରେ ସଂକଳ୍ପ କରୁଅଛୁ; ଏବେ ତୁମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା କୁପଥରୁ ଫେର, ପୁଣି ଆପଣା ଆପଣା ପଥ ଓ ଆପଣା ଆପଣା କ୍ରିୟାର ଶୋଧନ କର।

Gade chapit la Kopi

ଓଡିଆ ବାଇବେଲ

11 ଏନିମନ୍ତେ ଏବେ ତୁମ୍ଭେ ଯିହୁଦାର ଲୋକମାନଙ୍କ ଓ ଯିରୂଶାଲମ ନିବାସୀମାନଙ୍କ ନିକଟକୁ ଯାଇ କୁହ, ସଦାପ୍ରଭୁ ଏହି କଥା କହନ୍ତି; “ଦେଖ, ଆମ୍ଭେ ତୁମ୍ଭମାନଙ୍କ ବିରୁଦ୍ଧରେ ସଂକଳ୍ପ କରୁଅଛୁ; ଏବେ ତୁମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା କୁପଥରୁ ଫେର, ପୁଣି ଆପଣା ଆପଣା ପଥ ଓ ଆପଣା ଆପଣା କ୍ରିୟାର ଶୋଧନ କର।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ଏନିମନ୍ତେ ଏବେ ତୁମ୍ଭେ ଯିହୁଦାର ଲୋକମାନଙ୍କ ଓ ଯିରୂଶାଲମ ନିବାସୀମାନଙ୍କ ନିକଟକୁ ଯାଇ କୁହ, ‘ସଦାପ୍ରଭୁ ଏହି କଥା କହନ୍ତି; ଦେଖ, ଆମ୍ଭେ ତୁମ୍ଭମାନଙ୍କ ବିରୁଦ୍ଧରେ ସଂକଳ୍ପ କରୁଅଛୁ; ଏବେ ତୁମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା କୁପଥରୁ ଫେର, ପୁଣି ଆପଣା ଆପଣା ପଥ ଓ ଆପଣା ଆପଣା କ୍ରିୟାର ଶୋଧନ କର।’

Gade chapit la Kopi

ପବିତ୍ର ବାଇବଲ

11 “ହେ ଯିରିମିୟ, ତୁମ୍ଭେ ଯିହୁଦା ଓ ଯିରୁଶାଲମ ନିବାସୀଙ୍କୁ କୁହ, ‘ସଦାପ୍ରଭୁ ଏହି କଥା କହନ୍ତି। ଦେଖ, ଆମ୍ଭେ ତୁମ୍ଭମାନଙ୍କ ବିରୁଦ୍ଧରେ ସଂକଳ୍ପ କରିଅଛୁ। ଏବେ ତୁମ୍ଭେମାନେ ପ୍ରତ୍ୟେକ ଆପଣା ଆପଣା କୁପଥରୁ ଫେର ଓ ଆପଣା ଆପଣା ପଥ ସଂଶୋଧନ କରି ସୁକର୍ମ କର।’

Gade chapit la Kopi




ଯିରିମୀୟ 18:11
40 Referans Kwoze  

ତଥାପି ସଦାପ୍ରଭୁ ପ୍ରତ୍ୟେକ ଭବିଷ୍ୟଦ୍ବକ୍ତା ଓ ପ୍ରତ୍ୟେକ ଦର୍ଶକ ଦ୍ଵାରା ଇସ୍ରାଏଲ ପ୍ରତି ଓ ଯିହୁଦା ପ୍ରତି ସାକ୍ଷ୍ୟ ଦେଇ କହିଲେ, ତୁମ୍ଭେମାନେ ଆପଣାମାନଙ୍କ କୁପଥରୁ ଫେର, ଆଉ ଆମ୍ଭେ ତୁମ୍ଭମାନଙ୍କ ପିତୃଲୋକଙ୍କୁ ଯେସମସ୍ତ ବ୍ୟବସ୍ଥା ଆଜ୍ଞା କରିଅଛୁ ଓ ଯାହା ଆପଣା ଦାସ ଭବିଷ୍ୟଦ୍ବକ୍ତାଗଣର ହସ୍ତ ଦ୍ଵାରା ତୁମ୍ଭମାନଙ୍କ ନିକଟକୁ ପଠାଇଅଛୁ, ତଦନୁସାରେ ଆମ୍ଭର ଆଜ୍ଞା ଓ ବିଧିସବୁ ପାଳନ କର।


ମଧ୍ୟ ଆମ୍ଭେ ଆପଣାର ସମସ୍ତ ଦାସ ଭବିଷ୍ୟଦ୍-ବକ୍ତାଗଣଙ୍କୁ ତୁମ୍ଭମାନଙ୍କ ନିକଟକୁ ପଠାଇଅଛୁ, ପ୍ରଭାତରେ ଉଠି ସେମାନଙ୍କୁ ପଠାଇ ତୁମ୍ଭମାନଙ୍କୁ କହିଅଛୁ, ତୁମ୍ଭେମାନେ ପ୍ରତ୍ୟେକେ ଏବେ ଆପଣା ଆପଣା କୁପଥରୁ ଫେର, ଆପଣମାନଙ୍କର ଆଚରଣ ଶୁଧରାଅ ଓ ଅନ୍ୟ ଦେବଗଣର ସେବା କରିବା ନିମନ୍ତେ ସେମାନଙ୍କର ପଶ୍ଚାଦ୍ଗାମୀ ହୁଅ ନାହିଁ, ତହିଁରେ ତୁମ୍ଭମାନଙ୍କୁ ଓ ତୁମ୍ଭମାନଙ୍କର ପିତୃପୁରୁଷ-ମାନଙ୍କୁ ଆମ୍ଭର ଦତ୍ତ ଦେଶରେ ତୁମ୍ଭେମାନେ ବାସ କରିବ; ମାତ୍ର ତୁମ୍ଭେମାନେ କର୍ଣ୍ଣପାତ କରି ନାହଁ, କିଅବା ଆମ୍ଭ ବାକ୍ୟରେ ମନୋଯୋଗ କରି ନାହଁ।


ଇସ୍ରାଏଲର ପରମେଶ୍ଵର ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେମାନେ ଆପଣା ଆପଣା ଆଚାର ବ୍ୟବହାର ଶୁଧୁରାଅ, ତହିଁରେ ଆମ୍ଭେ ଏହି ସ୍ଥାନରେ ତୁମ୍ଭମାନଙ୍କୁ ବାସ କରାଇବା।


ମୁଁ କହିଅଛି, ତୁମ୍ଭେମାନେ ପ୍ରତ୍ୟେକ ଜଣ ଆପଣା ଆପଣା କୁପଥରୁ ଓ ଆପଣା ଆପଣା ଆଚରଣର ଦୁଷ୍ଟତାରୁ ଫେର, ତହିଁରେ ସଦାପ୍ରଭୁ ପୁରାତନ କାଳରୁ ସଦାକାଳ ନିମନ୍ତେ ତୁମ୍ଭମାନଙ୍କୁ ଓ ତୁମ୍ଭମାନଙ୍କର ପିତୃପୁରୁଷଗଣକୁ ଯେଉଁ ଦେଶ ଦେଇଅଛନ୍ତି, ତହିଁ ମଧ୍ୟରେ ତୁମ୍ଭେମାନେ ବାସ କରିବ;


ଏବେ ଦେଖ, ହେ ଧନୀମାନେ, ତୁମ୍ଭମାନଙ୍କର ଆସନ୍ନ ଦୁର୍ଦ୍ଦଶା ନିମନ୍ତେ କ୍ରନ୍ଦନ ଓ ହାହାକାର କର।


କିନ୍ତୁ ପ୍ରଥମେ ଦାମାସ୍କସ୍ର ଓ ଯିରୂଶାଲମର ଲୋକମାନଙ୍କ ନିକଟରେ, ପରେ ଯିହୁଦା ପ୍ରଦେଶର ସମସ୍ତ ଅଞ୍ଚଳରେ, ପୁଣି ବିଜାତିମାନଙ୍କ ନିକଟରେ ମଧ୍ୟ ପ୍ରଚାର କରିବାକୁ ଲାଗିଲି, ଯେପରି ସେମାନେ ମନ ପରିବର୍ତ୍ତନ କରି ଈଶ୍ଵରଙ୍କ ପ୍ରତି ଫେରିଆସନ୍ତି ଓ ମନ ପରିବର୍ତ୍ତନର ଉପଯୁକ୍ତ କାର୍ଯ୍ୟ କରନ୍ତି।


ଏଥିପାଇଁ ତୁମ୍ଭେ ଏହି ଲୋକମାନଙ୍କୁ କୁହ, ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭେମାନେ ଆମ୍ଭ ପ୍ରତି ଫେର, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ତହିଁରେ ଆମ୍ଭେ ତୁମ୍ଭମାନଙ୍କ ପ୍ରତି ଫେରିବା, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।


ଏହେତୁ ସଦାପ୍ରଭୁ ଏହି କଥା କହନ୍ତି; ଦେଖ, ଆମ୍ଭେ ଏହି ଗୋଷ୍ଠୀ ବିରୁଦ୍ଧରେ ଅମଙ୍ଗଳ କଳ୍ପନା କରୁଅଛୁ, ତହିଁରୁ ତୁମ୍ଭେମାନେ ଆପଣା ଆପଣା ବେକ କାଢ଼ି ନେବାକୁ କିଅବା ଗର୍ବ କରି ଚାଲିବାକୁ ପାରିବ ନାହିଁ; କାରଣ ତାହା ଦୁଃସମୟ ଅଟେ।


ଏଣୁ ଏବେ ଶୁଣ; ମୁଁ ଆପଣା ଦ୍ରାକ୍ଷାକ୍ଷେତ୍ର ପ୍ରତି ଯାହା କରିବି, ତାହା ତୁମ୍ଭମାନଙ୍କୁ ଜଣାଇବି; ମୁଁ ତହିଁର ବାଡ଼ କାଢ଼ି ପକାଇବି, ତହିଁରେ ତାହା ଗ୍ରାସ କରାଯିବ; ମୁଁ ତହିଁର ବେଢ଼ା ଭାଙ୍ଗି ପକାଇବି, ତହିଁରେ ତାହା ଦଳିତ ହେବ;


ଏବେ ଦେଖ, ଯେଉଁମାନେ କହୁଅଛ, ଆଜି କିମ୍ଵା କାଲି ଆମ୍ଭେମାନେ ଅମୁକ ସହରକୁ ଯିବୁ ଓ ସେଠାରେ ଏକ ବର୍ଷ ପର୍ଯ୍ୟନ୍ତ ରହି ବାଣିଜ୍ୟ ବ୍ୟବସାୟ କରି ଲାଭ କରିବୁ;


ପ୍ରଭୁ ସଦାପ୍ରଭୁକହନ୍ତି, ଦୁଷ୍ଟର ମରଣରେ କି ଆମ୍ଭର କିଛି ସନ୍ତୋଷ ଅଛି? ବରଂ ସେ ଆପଣା କୁପଥରୁ ଫେରି ବଞ୍ଚୁ, ଏଥିରେ କି ଆମ୍ଭର ସନ୍ତୋଷ ନାହିଁ?


ଆମ୍ଭେ ଯେଉଁ ଧାର୍ମିକ ଲୋକକୁ ବିଷର୍ଣ୍ଣ କରି ନାହୁଁ, ତୁମ୍ଭେମାନେ ମିଥ୍ୟା କଥା ଦ୍ଵାରା ତାହାର ଅନ୍ତଃକରଣକୁ ଦୁଃଖାର୍ତ୍ତ କରିଅଛ, ପୁଣି ଦୁଷ୍ଟ ଲୋକ ବଞ୍ଚିବା ନିମନ୍ତେ ଯେପରି ଆପଣା କୁପଥରୁ ଫେରିବ ନାହିଁ, ଏଥିପାଇଁ ତାହାର ହସ୍ତ ସବଳ କରିଅଛ;


ତୁମ୍ଭେମାନେ ତୀର ତୀକ୍ଷ୍ଣ କର; ଦୃଢ଼ କରି ଢାଲ ଧର; ସଦାପ୍ରଭୁ ମାଦୀୟ ରାଜଗଣର ମନ ଉତ୍ତେଜିତ କରିଅଛନ୍ତି; କାରଣ ବାବିଲକୁ ନଷ୍ଟ କରିବା ପାଇଁ ତାହା ବିରୁଦ୍ଧରେ ତାହାଙ୍କର ସଙ୍କଳ୍ପ ଅଛି; ଯେହେତୁ ଏହା ସଦାପ୍ରଭୁଙ୍କର ଦାତବ୍ୟ ପ୍ରତିଶୋଧ, ତାହାଙ୍କର ମନ୍ଦିର ନିମିତ୍ତକ ପ୍ରତିଶୋଧ ଅଟେ।


ହୋଇପାରେ, ସେମାନେ ସଦାପ୍ରଭୁଙ୍କ ସାକ୍ଷାତରେ ଆପଣା ଆପଣାର ନିବେଦନ ଜଣାଇବେ ଓ ପ୍ରତ୍ୟେକେ ଆପଣା ଆପଣା କୁପଥରୁ ଫେରିବେ; କାରଣ ସଦାପ୍ରଭୁ ଏହି ଲୋକମାନଙ୍କ ବିରୁଦ୍ଧରେ ମହାକ୍ରୋଧ ଓ ପ୍ରଚଣ୍ତ କୋପର କଥା କହିଅଛନ୍ତି।


ହୋଇପାରେ, ଆମ୍ଭେ ଯିହୁଦା-ବଂଶ ପ୍ରତି ଯେସକଳ ଅମଙ୍ଗଳ ଘଟାଇବାର ସଙ୍କଳ୍ପ କରିଅଛୁ, ସେମାନେ ତାହାସବୁ ଶୁଣି ପ୍ରତ୍ୟେକେ ଆପଣା ଆପଣା କୁପଥରୁ ଫେରିବେ; ତାହାହେଲେ, ଆମ୍ଭେ ସେମାନଙ୍କର ଅଧର୍ମ ଓ ପାପ କ୍ଷମା କରିବା।


ଏହେତୁ ଏବେ ତୁମ୍ଭେମାନେ ଆପଣା ଆପଣା ଆଚରଣ ଓ କ୍ରିୟା ଶୁଧୁରାଅ, ଆଉ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵରଙ୍କର ବାକ୍ୟ ମାନ; ତହିଁରେ ସଦାପ୍ରଭୁ ତୁମ୍ଭମାନଙ୍କ ବିରୁଦ୍ଧରେ ଯେଉଁ ଅମଙ୍ଗଳର କଥା କହିଅଛନ୍ତି, ତାହା କରିବାରୁ କ୍ଷା; ହେବେ।


ହୋଇପାରେ, ସେମାନେ ମନୋଯୋଗ କରି ପ୍ରତ୍ୟେକେ ଆପଣା ଆପଣା କୁପଥରୁ ଫେରିବେ; ତାହାହେଲେ ସେମାନଙ୍କ ଆଚରଣର ଦୁଷ୍ଟତା ହେତୁ ଆମ୍ଭେ ସେମାନଙ୍କ ପ୍ରତି ଯେଉଁ ଅମଙ୍ଗଳ ଘଟାଇବାକୁ ମନସ୍ଥ କରିଅଛୁ, ତହିଁରୁ ନିବୃତ୍ତ ହେବା।


ତେବେ ସେମାନେ କହିଲେ, ଆସ, ଆମ୍ଭେମାନେ ଯିରିମୀୟ ବିରୁଦ୍ଧରେ ପରାମର୍ଶ କରୁ; କାରଣ ଯାଜକ ନିକଟରୁ ବ୍ୟବସ୍ଥା ଅବା ଜ୍ଞାନବାନ ନିକଟରୁ ମନ୍ତ୍ରଣା ଅଥବା ଭବିଷ୍ୟଦ୍ବକ୍ତା ନିକଟରୁ ବାକ୍ୟ ଲୁପ୍ତ ହେବ ନାହିଁ। ଆସ, ଆମ୍ଭେମାନେ ଜିହ୍ଵା ଦ୍ଵାରା ତାହାକୁ ପ୍ରହାର କରୁ, ପୁଣି ତାହାର କୌଣସି କଥାରେ ମନୋଯୋଗ ନ କରୁ।


ମାତ୍ର ମୁଁ ହତ୍ୟା ନିମନ୍ତେ ନିଆଯାଉଥିବା ଶା; ମେଷଶାବକ ଓ ବଳଦ ପରି ଥିଲି; ପୁଣି, ଆମ୍ଭେମାନେ ଫଳସୁଦ୍ଧା ବୃକ୍ଷ ନଷ୍ଟ କରୁ ଓ ତାହାର ନାମ ଯେପରି ଆଉ ସ୍ମରଣରେ ନ ଥାଏ, ଏଥିପାଇଁ ଜୀବିତ ଲୋକମାନଙ୍କ ଦେଶରୁ ତାହାକୁ କାଟି ପକାଉ, ଏହି କଥା କହି ସେମାନେ ଯେ ମୋʼ ବିରୁଦ୍ଧରେ କୁମନ୍ତ୍ରଣା କରିଥିଲେ, ଏହା ମୁଁ ଜାଣି ନ ଥିଲି।


ମୁଁ ପୃଥିବୀକି ଅନାଇଲି, ଆଉ ଦେଖ, ତାହା ନିର୍ଜନ ଓ ଶୂନ୍ୟ ଥିଲା; ଆକାଶମଣ୍ତଳକୁ ଅନାଇଲି, ଆଉ ତହିଁରେ ଦୀପ୍ତି ନ ଥିଲା।


ସିୟୋନ ଆଡ଼େ ଧ୍ଵଜା ଟେକ, ରକ୍ଷା ନିମନ୍ତେ ପଳାଅ, ବିଳମ୍ଵ କର ନାହିଁ; କାରଣ ଆମ୍ଭେ ଉତ୍ତର ଦିଗରୁ ଅମଙ୍ଗଳ ଓ ମହାବିନାଶ ଆଣିବା।


ହେ ବିପଥଗାମୀ ସନ୍ତାନଗଣ ଫେର, ଆମ୍ଭେ ତୁମ୍ଭମାନଙ୍କର ବିପଥଗମନରୂପ ରୋଗ ସୁସ୍ଥ କରିବା। ଦେଖ, ଆମ୍ଭେମାନେ ତୁମ୍ଭ ନିକଟକୁ ଆସିଅଛୁ; କାରଣ ତୁମ୍ଭେ ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ଵର ଅଟ।


ଲୋକେ କହନ୍ତି, କେହି ଆପଣା ଭାର୍ଯ୍ୟାକୁ ତ୍ୟାଗ କଲେ, ସେ ସ୍ତ୍ରୀ ତାହା ନିକଟରୁ ଯାଇ ଯେବେ ଅନ୍ୟ ପୁରୁଷର ହୁଏ, ତେବେ ତାହାର ସ୍ଵାମୀ କି ପୁନର୍ବାର ତାହା ନିକଟକୁ ଯିବ? ଗଲେ, ସେହି ଦେଶ କି ଅତ୍ୟ; ଅଶୁଚି ନୋହିବ? ମାତ୍ର ତୁମ୍ଭେ ଅନେକ ଉପପତିର ସଙ୍ଗେ ବ୍ୟଭିଚାର କରିଅଛ ? ତଥାପି ସଦାପ୍ରଭୁ କହନ୍ତି, ତୁମ୍ଭେ ପୁନର୍ବାର ଆମ୍ଭ ନିକଟକୁ ଫେରି ଆସୁଅଛ !


ତୁମ୍ଭେମାନେ ଯାଅ, ଏହି ପ୍ରାପ୍ତ ପୁସ୍ତକର ବାକ୍ୟ ବିଷୟରେ ଆମ୍ଭ ପାଇଁ ଓ ଲୋକମାନଙ୍କ ପାଇଁ ଓ ସମଗ୍ର ଯିହୁଦା ପାଇଁ ସଦାପ୍ରଭୁଙ୍କୁ ପଚାର, କାରଣ ଆମ୍ଭମାନଙ୍କ ବିଷୟରେ ଏହି ପୁସ୍ତକଲିଖିତ ସମସ୍ତ ବାକ୍ୟାନୁସାରେ କର୍ମ କରିବା ପାଇଁ ଆମ୍ଭମାନଙ୍କ ପିତୃଲୋକମାନେ ମନୋଯୋଗୀ ନୋହିବାରୁ ଆମ୍ଭମାନଙ୍କ ବିରୁଦ୍ଧରେ ସଦାପ୍ରଭୁଙ୍କ ପ୍ରଜ୍ଵଳିତ କ୍ରୋଧ ଗୁରୁତର ହୋଇଅଛି।


ତହୁଁ ଅରାମର ରାଜା କହିଲା, ତୁମ୍ଭେ ସେଠାକୁ ଯାଅ, ଆଉ ମୁଁ ଇସ୍ରାଏଲ-ରାଜାଙ୍କ ନିକଟକୁ ଖଣ୍ତେ ପତ୍ର ପଠାଇବି। ତହୁଁ ସେ ଆପଣା ସଙ୍ଗେ ଦଶ ତାଳ; ରୂପା ଓ ଛଅ ସହସ୍ର ସ୍ଵର୍ଣ୍ଣ ମୁଦ୍ରା ଓ ଦଶ ସାଜ ପୋଷାକ ନେଇ ପ୍ରସ୍ଥାନ କଲା।


ଏଣୁକରି ସେମାନେ ଯେପରି ପରସ୍ପର ଭାଷା ବୁଝି ନ ପାରନ୍ତି, ଏଥିପାଇଁ ଆସ, ଆମ୍ଭେମାନେ ଓହ୍ଲାଇ ଯାଇ ସେ ସ୍ଥାନରେ ସେମାନଙ୍କ ଭାଷାର ଭେଦ ଜନ୍ମାଉ।


ଧାର୍ମିକ ଲୋକ ବିନଷ୍ଟ ହେଉଅଛି ଓ ସେ ବିଷୟରେ କେହି ମନୋଯୋଗ କରୁ ନାହିଁ; ପୁଣି, ଭକ୍ତ ଲୋକମାନେ ନିଆ ଯାଉଅଛନ୍ତି, ଧାର୍ମିକମାନେ ଯେ ଆସନ୍ତା ବିପଦରୁ ନିଆ ଯାଉଅଛନ୍ତି, ଏହା କେହି ବିବେଚନା କରୁ ନାହିଁ।


ସଦାପ୍ରଭୁ କହନ୍ତି, ହେ ଇସ୍ରାଏଲ, ଯେବେ ତୁମ୍ଭେ ଫେରିବ, ତେବେ ଆମ୍ଭ ନିକଟକୁ ତୁମ୍ଭେ ଫେରି ଆସିବ; ଆଉ, ଯେବେ ତୁମ୍ଭେ ଆମ୍ଭ ଦୃଷ୍ଟିରୁ ତୁମ୍ଭର ଘୃଣାଯୋଗ୍ୟ ବିଷୟସବୁ ଦୂର କରିବ, ତେବେ ତୁମ୍ଭେ ସ୍ଥାନାନ୍ତରୀକୃତ ନୋହିବ;


ଏହେତୁ ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ସେମାନଙ୍କ ପ୍ରତି ଅମଙ୍ଗଳ ଘଟାଇବା, ସେମାନେ ତହିଁରୁ ରକ୍ଷା ପାଇ ପାରିବେ ନାହିଁ; ପୁଣି, ସେମାନେ ଆମ୍ଭ ନିକଟରେ ଆର୍ତ୍ତସ୍ଵର କରିବେ, ମାତ୍ର ଆମ୍ଭେ ସେମାନଙ୍କର କଥା ଶୁଣିବା ନାହିଁ।


ଯିରିମୀୟ ଭବିଷ୍ୟଦ୍ବକ୍ତା ଯିହୁଦାର ସମସ୍ତ ଲୋକ ଓ ଯିରୂଶାଲମ ନିବାସୀ ସମସ୍ତଙ୍କ ନିକଟରେ ସେହି ବାକ୍ୟ ପ୍ରଚାର କରି କହିଲେ;


ମାତ୍ର ମନୁଷ୍ୟ ଓ ପଶୁ ଚଟ ପରିଧାନ କରି ଯଥାଶକ୍ତି ପରମେଶ୍ଵରଙ୍କୁ ଡାକନ୍ତୁ; ଆହୁରି, ପ୍ରତ୍ୟେକ ଲୋକ ଆପଣା ଆପଣା କୁପଥରୁ ଓ ସେମାନଙ୍କ ହସ୍ତସ୍ଥିତ ଦୌରାତ୍ମ୍ୟରୁ ବିମୁଖ ହେଉନ୍ତୁ।


ଏହେତୁ ଦେଖ, ସଦାପ୍ରଭୁ ତୁମ୍ଭର ଏସମସ୍ତ ଭବିଷ୍ୟଦ୍ବକ୍ତାଙ୍କ ମୁଖରେ ମିଥ୍ୟାବାଦୀ ଆତ୍ମା ଦେଇଅଛନ୍ତି; ସଦାପ୍ରଭୁ ତୁମ୍ଭ ବିଷୟରେ ଅମଙ୍ଗଳର କଥା କହିଅଛନ୍ତି।


ହେ ଯିରୂଶାଲମ, ଉଦ୍ଧାର ପାଇବା ନିମନ୍ତେ ଦୁଷ୍ଟତାରୁ ଆପଣା ହୃଦୟ ଧୁଅ। ତୁମ୍ଭର ମନ୍ଦ କଳ୍ପନାସବୁ କେତେ କାଳ ତୁମ୍ଭ ମଧ୍ୟରେ ବାସ କରିବ?


ଆଉ କୁହ, ହେ ଯିହୁଦାର ରାଜଗଣ ଓ ଯିରୂଶାଲମ ନିବାସୀମାନେ, ତୁମ୍ଭେମାନେ ସଦାପ୍ରଭୁଙ୍କ ବାକ୍ୟ ଶୁଣ; ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ଏହି କଥା କହନ୍ତି, ଦେଖ, ଆମ୍ଭେ ଏହି ସ୍ଥାନ ପ୍ରତି ଅମଙ୍ଗଳ ଘଟାଇବା, ତାହା ଯେ ଶୁଣେ, ତାହାର କର୍ଣ୍ଣ ଶିହରି ଉଠିବ।


ସୈନ୍ୟାଧିପତି ସଦାପ୍ରଭୁ ଓ ଇସ୍ରାଏଲର ପରମେଶ୍ଵର ଏହି କଥା କହନ୍ତି, ଦେଖ, ଆମ୍ଭେ ଏହି ନଗର ଓ ତହିଁର ସକଳ ଉପନଗର ବିରୁଦ୍ଧରେ ଯେ ଯେ ଅମଙ୍ଗଳର କଥା କହିଅଛୁ, ସେସବୁ ସେମାନଙ୍କ ପ୍ରତି ଘଟାଇବା; କାରଣ ସେମାନେ ଆମ୍ଭର ବାକ୍ୟରେ ଅବଧାନ ନ କରିବା ପାଇଁ ଆପଣାମାନଙ୍କର ଗ୍ରୀବା ଶକ୍ତ କରିଅଛନ୍ତି।


Swiv nou:

Piblisite


Piblisite