Biblia Todo Logo
Bib sou entènèt

- Piblisite -




ଯିରିମୀୟ 18:21 - ପବିତ୍ର ବାଇବଲ (Re-edited) - (BSI)

21 ଏହେତୁ ତୁମ୍ଭେ ସେମାନଙ୍କ ସନ୍ତାନଗଣକୁ ଦୁର୍ଭିକ୍ଷରେ ସମର୍ପଣ କର ଓ ସେମାନଙ୍କୁ ଖଡ଼୍‍ଗର ପରାକ୍ରମରେ ଛାଡ଼ିଦିଅ; ଆଉ, ସେମାନଙ୍କର ଭାର୍ଯ୍ୟାମାନେ ସନ୍ତାନହୀନା ଓ ବିଧବା ହେଉନ୍ତୁ ଓ ସେମାନଙ୍କର ପୁରୁଷମାନେ ମୃତ୍ୟୁରେ ସଂହାରିତ ହେଉନ୍ତୁ ଓ ସେମାନଙ୍କର ଯୁବାଗଣ ଯୁଦ୍ଧରେ ଖଡ଼୍‍ଗହତ ହେଉନ୍ତୁ।

Gade chapit la Kopi

ଓଡିଆ ବାଇବେଲ

21 ଏହେତୁ ତୁମ୍ଭେ ସେମାନଙ୍କ ସନ୍ତାନଗଣକୁ ଦୁର୍ଭିକ୍ଷରେ ସମର୍ପଣ କର ଓ ସେମାନଙ୍କୁ ଖଡ୍ଗର ପରାକ୍ରମରେ ଛାଡ଼ି ଦିଅ; ଆଉ, ସେମାନଙ୍କର ଭାର୍ଯ୍ୟାମାନେ ସନ୍ତାନହୀନା ଓ ବିଧବା ହେଉନ୍ତୁ ଓ ସେମାନଙ୍କର ପୁରୁଷମାନେ ମୃତ୍ୟୁୁରେ ସଂହାରିତ ହେଉନ୍ତୁ ଓ ସେମାନଙ୍କର ଯୁବାଗଣ ଯୁଦ୍ଧରେ ଖଡ୍ଗରେ ହତ ହେଉନ୍ତୁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ଏହେତୁ ତୁମ୍ଭେ ସେମାନଙ୍କ ସନ୍ତାନଗଣକୁ ଦୁର୍ଭିକ୍ଷରେ ସମର୍ପଣ କର ଓ ସେମାନଙ୍କୁ ଖଡ୍ଗର ପରାକ୍ରମରେ ଛାଡ଼ିଦିଅ; ଆଉ, ସେମାନଙ୍କର ଭାର୍ଯ୍ୟାମାନେ ସନ୍ତାନହୀନା ଓ ବିଧବା ହେଉନ୍ତୁ ଓ ସେମାନଙ୍କର ପୁରୁଷମାନେ ମୃତ୍ୟୁୁରେ ସଂହାରିତ ହେଉନ୍ତୁ ଓ ସେମାନଙ୍କର ଯୁବାଗଣ ଯୁଦ୍ଧରେ ଖଡ୍ଗରେ ହତ ହେଉନ୍ତୁ।

Gade chapit la Kopi

ପବିତ୍ର ବାଇବଲ

21 ତେଣୁ ସେମାନଙ୍କର ସନ୍ତାନଗଣ ଦୁର୍ଭିକ୍ଷରେ କବଳିତ ହୁଅନ୍ତୁ। ସେମାନଙ୍କର ଶତ୍ରୁ ସେମାନଙ୍କୁ ‌‌ଖ‌ଡ଼୍‌ଗରେ ପରାସ୍ତ କରନ୍ତୁ। ସେମାନଙ୍କର ସ୍ତ୍ରୀମାନେ ସନ୍ତାନହୀନା ଓ ବିଧବା ହୁଅନ୍ତୁ। ସେମାନଙ୍କର ପୁରୁଷଗଣ ମୃତ୍ୟୁବରଣ କରନ୍ତୁ ଓ ସେମାନଙ୍କର ଯୁବାଗଣ ଯୁଦ୍ଧରେ ନିହତ ହୁଅନ୍ତୁ।

Gade chapit la Kopi




ଯିରିମୀୟ 18:21
27 Referans Kwoze  

ଆମ୍ଭେ ତୁମ୍ଭମାନଙ୍କ ମଧ୍ୟରୁ ମିସର ଦେଶର ମହାମାରୀ ତୁଲ୍ୟ ମହାମାରୀ ପଠାଇଅଛୁ; ତୁମ୍ଭମାନଙ୍କର ଯୁବାଗଣକୁ ଆମ୍ଭେ ଖଡ଼୍‍ଗରେ ସଂହାର କରିଅଛୁ ଓ ତୁମ୍ଭମାନଙ୍କର ଅଶ୍ଵଗଣକୁ ନେଇ ଯାଇଅଛୁ; ପୁଣି, ଆମ୍ଭେ ତୁମ୍ଭମାନଙ୍କର ଛାଉଣି-ସ୍ଥାନର ଦୁର୍ଗନ୍ଧ ତୁମ୍ଭମାନଙ୍କର ନାସିକା ପର୍ଯ୍ୟନ୍ତ ହିଁ ପ୍ରବେଶ କରାଇଅଛୁଣ; ତଥାପି ତୁମ୍ଭେମାନେ ଆମ୍ଭ ପ୍ରତି ଫେରି ନାହଁ, ଏହା ସଦାପ୍ରଭୁ କହନ୍ତି।


ଆମ୍ଭେମାନେ ଅନାଥ ଓ ପିତୃହୀନ, ଆମ୍ଭମାନଙ୍କର ମାତୃଗଣ ବିଧବା ତୁଲ୍ୟ ହୋଇଅଛନ୍ତି।


ଆମ୍ଭ ସାକ୍ଷାତରେ ସେମାନଙ୍କର ବିଧବାମାନେ ସମୁଦ୍ରର ବାଲି ଅପେକ୍ଷା ବହୁସଂଖ୍ୟକ ହୋଇଅଛନ୍ତି, ଆମ୍ଭେ ସେମାନଙ୍କ ମଧ୍ୟରେ ଯୁବାଗଣର ମାତା ବିରୁଦ୍ଧରେ ବିନାଶକ ଏକ ଜଣକୁ ମଧ୍ୟାହ୍ନ କାଳରେ ଆଣିଅଛୁ; ଆମ୍ଭେ ଅକସ୍ମାତ୍ ତାହା ପ୍ରତି ଦୁଃଖ ଓ ଆଶଙ୍କା ଉପସ୍ଥିତ କରାଇଅଛୁ।


କାରଣ ମୃତ୍ୟୁ ଆମ୍ଭମାନଙ୍କର ଝରକା ଦେଇ ଆସି ଆମ୍ଭମାନଙ୍କ ଅଟ୍ଟାଳିକାମାନରେ ପ୍ରବେଶ କରିଅଛି; ସେ ବାହାରେ ବାଳକମାନଙ୍କୁ ଓ ଛକରେ ଯୁବାମାନଙ୍କୁ ଉଚ୍ଛିନ୍ନ କରିବାକୁ ଉଦ୍ୟତ।


ବାହାରେ ଖଡ଼୍‍ଗ ଶୂନ୍ୟ କରିବ ଓ ଗୃହ ଭିତରେ ତ୍ରାସ; ତାହା ଯୁବା ଓ ଯୁବତୀ ଦୁହିଙ୍କି, ପୁଣି ଦୁଗ୍ଧପୋଷ୍ୟ ଶିଶୁ ସହିତ ପକ୍ଵକେଶ ବୃଦ୍ଧକୁ (ବିନାଶ କରିବ)।


ପୁଣି ଆମ୍ଭର କ୍ରୋଧ ପ୍ରଜ୍ଵଳିତ ହେଲେ, ଆମ୍ଭେ ତୁମ୍ଭମାନଙ୍କୁ ଖଡ଼୍‍ଗ ଦ୍ଵାରା ମାରିବା; ତହିଁରେ ତୁମ୍ଭମାନଙ୍କର ଭାର୍ଯ୍ୟାମାନେ ବିଧବା ହେବେ ଓ ସନ୍ତାନଗଣ ପିତୃହୀନ ହେବେ।


କଂସାରି ଆଲେକ୍ଜାଣ୍ତର ମୋହର ବହୁତ ଅନିଷ୍ଟ କରିଅଛି; ପ୍ରଭୁ ତାହାର କର୍ମ ଅନୁସାରେ ତାହାଙ୍କୁ ପ୍ରତିଫଳ ଦେବେ;


ମାତ୍ର ହେ ସଦାପ୍ରଭୁ, ତୁମ୍ଭେ ମୋତେ ଜାଣୁଅଛ; ତୁମ୍ଭେ ମୋତେ ଦେଖୁଅଛ ଓ ତୁମ୍ଭ ପ୍ରତି ମୋର ମନ କିପରି, ତାହା ପରୀକ୍ଷା କରୁଅଛ; ତୁମ୍ଭେ ସେମାନଙ୍କୁ ହତ୍ୟା ନିମନ୍ତେ ମେଷଗଣ ତୁଲ୍ୟ ଟାଣିଆଣ ଓ ହତ୍ୟା-ଦିନରଣ ନିମନ୍ତେ ସେମାନଙ୍କୁ ପ୍ରସ୍ତୁତ ରଖ।


ଏନିମନ୍ତେ ସେ କଲଦୀୟମାନଙ୍କ ରାଜାକୁ ସେମାନଙ୍କ ପ୍ରତିକୂଳରେ ଆଣନ୍ତେ, ସେ ସେମାନଙ୍କ ଯୁବାମାନଙ୍କୁ ସେମାନଙ୍କ ଧର୍ମଧାମରେ ଖଡ଼୍‍ଗ ଦ୍ଵାରା ବଧ କଲା, ପୁଣି ଯୁବା କି ଯୁବତୀ, ବୃଦ୍ଧ କି ଜରାଜୀର୍ଣ୍ଣ, କାହାରିକି ଦୟା କଲା ନାହିଁ; ପରମେଶ୍ଵର ତାହା ହସ୍ତରେ ସମସ୍ତଙ୍କୁ ସମର୍ପି ଦେଲେ।


ମାତ୍ର ଶାମୁୟେଲ କହିଲେ, ତୁମ୍ଭର ଖଡ଼୍‍ଗ ଯେପରି ସ୍ତ୍ରୀମାନଙ୍କୁ ସନ୍ତାନହୀନ କରିଅଛି, ସେପରି ସ୍ତ୍ରୀମାନଙ୍କ ମଧ୍ୟରେ ତୁମ୍ଭର ମାତା ସନ୍ତାନହୀନ ହେବ। ତହୁଁ ଶାମୁୟେଲ ଗିଲ୍ଗଲ୍ରେ ସଦାପ୍ରଭୁଙ୍କ ସମ୍ମୁଖରେ ଅଗାଗକୁ ଖଣ୍ତ ଖଣ୍ତ କରି ହାଣିଲେ।


ସେମାନେ ଖଡ଼୍‍ଗର ପରାକ୍ରମରେ ସମର୍ପିତ ହେବେ; ସେମାନେ ଶୃଗାଳର ଖାଦ୍ୟ ହେବେ।


ଏଣୁ ସଦାପ୍ରଭୁ ସେମାନଙ୍କ ଯୁବକମାନଙ୍କଠାରେ ଆନନ୍ଦ କରିବେ ନାହି, କିଅବା ସେମାନଙ୍କର ପିତୃହୀନ ବାଳକ ଓ ବିଧବାଗଣ ପ୍ରତି ଦୟା କରିବେ ନାହିଁ; ଯେହେତୁ ପ୍ରତ୍ୟେକ ଲୋକ ଧର୍ମହୀନ ଓ ଦୁରାଚାରୀ ଓ ପ୍ରତ୍ୟେକ ମୁଖ ମୂଢ଼ତାଭାଷୀ। ଏସବୁ ହେଲେ ହେଁ ତାହାଙ୍କର କ୍ରୋଧ ନିବୃତ୍ତ ହୁଏ ନାହିଁ, ମାତ୍ର ତାହାଙ୍କର ହସ୍ତ ପୂର୍ବ ପରି ବିସ୍ତାରିତ ହୋଇ ରହିଅଛି।


ସେମାନଙ୍କର ଧନୁ ଯୁବକମାନଙ୍କୁ କଚାଡ଼ି ପକାଇବ ଓ ସେମାନେ ଗର୍ଭର ଫଳ ପ୍ରତି କିଛି ଦୟା କରିବେ ନାହିଁ, ବାଳକଗଣ ପ୍ରତି ସେମାନଙ୍କର କୃପାଦୃଷ୍ଟି ହେବ ନାହିଁ।


ପୁଣି, ଯେଉଁ ଲୋକମାନଙ୍କ ନିକଟରେ ସେମାନେ ଭବିଷ୍ୟଦ୍ବାକ୍ୟ ପ୍ରଚାର କରନ୍ତି, ସେମାନେ ଦୁର୍ଭିକ୍ଷ ଓ ଖଡ଼୍‍ଗ ହେତୁରୁ ଯିରୂଶାଲମର ନାନା ସଡ଼କରେ ପକାଯିବେ; ପୁଣି, ସେମାନଙ୍କୁ ସେମାନଙ୍କ ଭାର୍ଯ୍ୟା ଓ ସେମାନଙ୍କ ପୁତ୍ର ଓ କନ୍ୟାମାନଙ୍କୁ କବର ଦେବା ପାଇଁ କେହି ନ ଥିବେ; କାରଣ ଆମ୍ଭେ ସେମାନଙ୍କ ଦୁଷ୍ଟତା ସେମାନଙ୍କ ଉପରେ ଢାଳି ଦେବା।


ଆମ୍ଭେ ସେମାନଙ୍କୁ ଦେଶର ପୁର-ଦ୍ଵାରସମୂହରେ କୁଲାରେ ପାଛୁଡ଼ି ଅଛୁ; ଆମ୍ଭେ ସେମାନଙ୍କୁ ସନ୍ତାନ-ସନ୍ତତିବିହୀନ କରିଅଛୁ, ଆମ୍ଭେ ଆପଣା ଲୋକମାନଙ୍କୁ ବିନାଶ କରିଅଛୁ; ସେମାନେ ଆପଣା ଆପଣା ପଥରୁ ଫେରି ନାହାନ୍ତି।


ଏହେତୁ ସଦାପ୍ରଭୁ କହନ୍ତି, ସେଦିନରେ ତାହାର ଯୁବକଗଣ ରାଜଦାଣ୍ତରେ ପତିତ ହେବେ ଓ ତାହାର ଯୋଦ୍ଧା ସମସ୍ତେ ନୀରବ କରାଯିବେ।


ପ୍ରଭୁ ମୋହର ମଧ୍ୟବର୍ତ୍ତୀ ବୀର ସମସ୍ତଙ୍କୁ ଅକିଞ୍ଚନ କରିଅଛନ୍ତି; ସେ ମୋʼ ଯୁବକଗଣକୁ ଦଳି ପକାଇବା ପାଇଁ ମୋʼ ବିରୁଦ୍ଧରେ ଏକ ମହାସଭା ଆହ୍ଵାନ କରିଅଛନ୍ତି; ଦ୍ରାକ୍ଷାକୁଣ୍ତରେ ମର୍ଦ୍ଦନ କଲା ପରି ପ୍ରଭୁ ଯିହୁଦାର କୁମାରୀକି ମର୍ଦ୍ଦନ କରିଅଛନ୍ତି।


ବିବାହ ନିୟମ ଲଘଂନକାରିଣୀ ଓ ରକ୍ତପାତ-କାରିଣୀ ସ୍ତ୍ରୀମାନେ ଯେରୂପ ବିଚାରିତା ହୁଅନ୍ତି, ସେରୂପ ଆମ୍ଭେ ତୁମ୍ଭର ବିଚାର କରିବା ଏବଂ କୋପ ଓ ଅନ୍ତର୍ଜ୍ଵାଳାର ରକ୍ତ ତୁମ୍ଭ ଉପରେ ଉପସ୍ଥିତ କରିବା।


ତାହାର ଭବିଷ୍ୟଦ୍ବକ୍ତାମାନେ ତହିଁ ମଧ୍ୟରେ ଚକ୍ରା; କରନ୍ତି, ସେମାନେ ମୃଗୟା ବିଦାରିବାକୁ ଉତ୍ସୁକ ଗର୍ଜନକାରୀ ସିଂହ ପରି; ସେମାନେ ପ୍ରାଣୀମାନଙ୍କୁ ଗ୍ରାସ କରିଅଛନ୍ତି; ସେମାନେ ଧନ ଓ ବହୁମୂଲ୍ୟ ବସ୍ତ୍ର ହରଣ କରନ୍ତି; ସେମାନେ ତହିଁ ମଧ୍ୟରେ ଅନେକଙ୍କୁ ବିଧବା କରିଅଛନ୍ତି।


ମାତ୍ର ରାଜା ପରମେଶ୍ଵରଙ୍କଠାରେ ଆନନ୍ଦ କରିବେ; ତାହାଙ୍କ ନାମରେ ଶପଥକାରୀ ପ୍ରତ୍ୟେକ ଲୋକ ଦର୍ପ କରିବେ; କାରଣ ମିଥ୍ୟାବାଦୀମାନଙ୍କ ମୁଖ ରୁଦ୍ଧ ହେବ।


କାରଣ ଏହି ଲୋକମାନଙ୍କର ପଥପ୍ରଦର୍ଶକମାନେ ସେମାନଙ୍କୁ ଭ୍ରାନ୍ତ କରାନ୍ତି, ପୁଣି ଯେଉଁମାନେ ସେମାନଙ୍କ ଦ୍ଵାରା ପଥ କଢ଼ାଯାʼନ୍ତି, ସେମାନେ ବିନଷ୍ଟ ହୁଅନ୍ତି।


Swiv nou:

Piblisite


Piblisite