Biblia Todo Logo
Bib sou entènèt

- Piblisite -




ଯିରିମୀୟ 19:3 - ପବିତ୍ର ବାଇବଲ (Re-edited) - (BSI)

3 ଆଉ କୁହ, ହେ ଯିହୁଦାର ରାଜଗଣ ଓ ଯିରୂଶାଲମ ନିବାସୀମାନେ, ତୁମ୍ଭେମାନେ ସଦାପ୍ରଭୁଙ୍କ ବାକ୍ୟ ଶୁଣ; ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ଏହି କଥା କହନ୍ତି, ଦେଖ, ଆମ୍ଭେ ଏହି ସ୍ଥାନ ପ୍ରତି ଅମଙ୍ଗଳ ଘଟାଇବା, ତାହା ଯେ ଶୁଣେ, ତାହାର କର୍ଣ୍ଣ ଶିହରି ଉଠିବ।

Gade chapit la Kopi

ଓଡିଆ ବାଇବେଲ

3 ଆଉ କୁହ, ‘ହେ ଯିହୁଦାର ରାଜାଗଣ ଓ ଯିରୂଶାଲମ ନିବାସୀମାନେ, ତୁମ୍ଭେମାନେ ସଦାପ୍ରଭୁଙ୍କ ବାକ୍ୟ ଶୁଣ; ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, “ଦେଖ, ଆମ୍ଭେ ଏହି ସ୍ଥାନ ପ୍ରତି ଅମଙ୍ଗଳ ଘଟାଇବା,” ତାହା ଯେ ଶୁଣେ, ତାହାର କର୍ଣ୍ଣ ଶିହରି ଉଠିବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ଆଉ କୁହ, ‘ହେ ଯିହୁଦାର ରାଜାଗଣ ଓ ଯିରୂଶାଲମ ନିବାସୀମାନେ, ତୁମ୍ଭେମାନେ ସଦାପ୍ରଭୁଙ୍କ ବାକ୍ୟ ଶୁଣ; ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ଦେଖ, ଆମ୍ଭେ ଏହି ସ୍ଥାନ ପ୍ରତି ଅମଙ୍ଗଳ ଘଟାଇବା, ତାହା ଯେ ଶୁଣେ, ତାହାର କର୍ଣ୍ଣ ଶିହରି ଉଠିବ।

Gade chapit la Kopi

ପବିତ୍ର ବାଇବଲ

3 ଆଉ କୁହ, ‘ହେ ଯିହୁଦାର ରାଜାଗଣ ଓ ଯିରୁଶାଲମ ନିବାସୀମାନେ, ତୁମ୍ଭେମାନେ ସଦାପ୍ରଭୁଙ୍କ ବାକ୍ୟ ଶୁଣ। ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ଦେଖ, ଆମ୍ଭେ ଏହି ସ୍ଥାନକୁ ଦୁର୍ଦ୍ଦଶା ଆଣୁଅଛୁ। ତାହା ଯିଏ ଶୁଣିବ ସେ ଭୟରେ ଶିହରି ଉଠିବ।

Gade chapit la Kopi




ଯିରିମୀୟ 19:3
18 Referans Kwoze  

ତହୁଁ ସଦାପ୍ରଭୁ ଶାମୁୟେଲଙ୍କୁ କହିଲେ, ଦେଖ, ଆମ୍ଭେ ଇସ୍ରାଏଲ ମଧ୍ୟରେ ଏକ କର୍ମ କରିବା, ଯେ ପ୍ରତ୍ୟେକ ଲୋକ ତାହା ଶୁଣିବ, ତାହାର ଦୁଇ କର୍ଣ୍ଣ ଝାଁ ଝାଁ ହେବ।


ଆଉ, ସେମାନଙ୍କୁ କୁହ, ହେ ଯିହୁଦାର ରାଜଗଣ, ହେ ସମୁଦାୟ ଯିହୁଦା ଓ ହେ ଯିରୂଶାଲମର ନିବାସୀ ସମସ୍ତେ, ତୁମ୍ଭେମାନେ ଯେତେ ଲୋକ ଏହିସବୁ ଦ୍ଵାର ଦେଇ ପ୍ରବେଶ କରିଥାଅ, ତୁମ୍ଭେମାନେ ସଦାପ୍ରଭୁଙ୍କର ବାକ୍ୟ ଶୁଣ;


ହେ ପୃଥିବୀ, ଶୁଣନ୍ତ ଦେଖ, ଆମ୍ଭେ ଏହି ଲୋକମାନଙ୍କ ଉପରେ ଅମଙ୍ଗଳ, ଅର୍ଥାତ୍, ସେମାନଙ୍କ କଳ୍ପନାସମୂହର ଫଳ ବର୍ତ୍ତାଇବା, କାରଣ ସେମାନେ ଆମ୍ଭ ବାକ୍ୟରେ ମନୋଯୋଗ କରିନାହାନ୍ତି ଓ ଆମ୍ଭର ବ୍ୟବସ୍ଥା ସେମାନେ ଅଗ୍ରାହ୍ୟ କରିଅଛନ୍ତି।


ତାହା ଯେତେଥର ଉପସ୍ଥିତ ହେବ, ସେତେଥର ତୁମ୍ଭମାନଙ୍କୁ ଧରିବ; କାରଣ ପ୍ରଭାତକୁ ପ୍ରଭାତ, ଦିବସ ଓ ରାତ୍ରି ତାହା ଉପସ୍ଥିତ ହେବ; ଆଉ, ସେହି ସମାଚାର ବୁଝିବାର କେବଳ ତ୍ରାସଜନକ ହେବ।


ମଣ୍ତଳୀଗଣଙ୍କୁ ଆତ୍ମା କଅଣ କହନ୍ତି, ଯାହାର କର୍ଣ୍ଣ ଅଛି, ସେ ତାହା ଶୁଣୁ।


ପୁଣି ତୁମ୍ଭେମାନେ ମୋʼ ସକାଶେ ଶାସନକର୍ତ୍ତା ଓ ରାଜାମାନଙ୍କ ଛାମୁକୁ ଅଣାଯିବ; ତାହା ସେମାନଙ୍କ ଓ ବିଜାତିମାନଙ୍କ ପ୍ରତି ସାକ୍ଷ୍ୟ ସ୍ଵରୂପ ହେବ।


ତୁମ୍ଭେ ରାଜାକୁ ଓ ରାଜମାତାକୁ କୁହ, ତୁମ୍ଭେମାନେ ଆପଣାମାନଙ୍କୁ ନମ୍ର କରି ବସ; କାରଣ ତୁମ୍ଭମାନଙ୍କର ମସ୍ତକାଭରଣ, ଅର୍ଥାତ୍, ଗୌରବ-ମୁକୁଟ ତଳେ ପଡ଼ିଅଛି।


ତୁମ୍ଭ ଦକ୍ଷିଣରେ ସ୍ଥିତ ପ୍ରଭୁ ଆପଣା କୋପର ଦିନରେ ରାଜଗଣକୁ ଚୂର୍ଣ୍ଣ କରିବେ।


ତହିଁରେ ଅନ୍ୟ ଦେଶୀୟମାନେ ସଦାପ୍ରଭୁଙ୍କ ନାମକୁ ଓ ପୃଥିବୀସ୍ଥ ରାଜଗଣ ତୁମ୍ଭ ମହିମାକୁ ଭୟ କରିବେ।


ଏହେତୁ ହେ ରାଜଗଣ, ତୁମ୍ଭେମାନେ ଏବେ ଜ୍ଞାନବାନ ହୁଅ, ହେ ପୃଥିବୀର ବିଚାରକର୍ତ୍ତୃଗଣ, ତୁମ୍ଭେମାନେ ଶିକ୍ଷା ଗ୍ରହଣ କର।


ସୈନ୍ୟାଧିପତି ସଦାପ୍ରଭୁ ଓ ଇସ୍ରାଏଲର ପରମେଶ୍ଵର ଏହି କଥା କହନ୍ତି, ଦେଖ, ଆମ୍ଭେ ଏହି ନଗର ଓ ତହିଁର ସକଳ ଉପନଗର ବିରୁଦ୍ଧରେ ଯେ ଯେ ଅମଙ୍ଗଳର କଥା କହିଅଛୁ, ସେସବୁ ସେମାନଙ୍କ ପ୍ରତି ଘଟାଇବା; କାରଣ ସେମାନେ ଆମ୍ଭର ବାକ୍ୟରେ ଅବଧାନ ନ କରିବା ପାଇଁ ଆପଣାମାନଙ୍କର ଗ୍ରୀବା ଶକ୍ତ କରିଅଛନ୍ତି।


ଏହେତୁ ସଦାପ୍ରଭୁ, ସୈନ୍ୟାଧିପତି ପରମେଶ୍ଵର, ଇସ୍ରାଏଲର ପରମେଶ୍ଵର ଏହି କଥା କହନ୍ତି; ଦେଖ, ଆମ୍ଭେ ଯିହୁଦାର ଓ ଯିରୂଶାଲମ ନିବାସୀ ସମସ୍ତଙ୍କ ବିରୁଦ୍ଧରେ ଯେଉଁ ଅମଙ୍ଗଳର କଥା କହିଅଛୁ, ତାହାସବୁ ସେମାନଙ୍କ ପ୍ରତି ଘଟାଇବା; କାରଣ ଆମ୍ଭେ ସେମାନଙ୍କୁ କଥା କହିଅଛୁ, ମାତ୍ର ସେମାନେ ଶୁଣି ନାହାନ୍ତି ଓ ଆମ୍ଭେ ସେମାନଙ୍କୁ ଡାକିଅଛୁ, ମାତ୍ର ସେମାନେ ଉତ୍ତର ଦେଇ ନାହାନ୍ତି।


ଏନିମନ୍ତେ ଏବେ ତୁମ୍ଭେ ଯିହୁଦାର ଲୋକମାନଙ୍କ ଓ ଯିରୂଶାଲମ ନିବାସୀମାନଙ୍କ ନିକଟକୁ ଯାଇ କୁହ, ସଦାପ୍ରଭୁ ଏହି କଥା କହନ୍ତି; ଦେଖ, ଆମ୍ଭେ ତୁମ୍ଭମାନଙ୍କ ବିରୁଦ୍ଧରେ ସଂକଳ୍ପ କରୁଅଛୁ; ଏବେ ତୁମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା କୁପଥରୁ ଫେର, ପୁଣି ଆପଣା ଆପଣା ପଥ ଓ ଆପଣା ଆପଣା କ୍ରିୟାର ଶୋଧନ କର।


କାରଣ ଦେଖ, ଆମ୍ଭେ ଆମ୍ଭ ନାମରେ ଖ୍ୟାତ ନଗର ପ୍ରତି ଅମଙ୍ଗଳ ଘଟାଇବାକୁ ଆରମ୍ଭ କରିଅଛୁ ଓ ତୁମ୍ଭେମାନେ କି ନିତା; ଅଦଣ୍ତିତ ହେବ? ତୁମ୍ଭେମାନେ ଅଦଣ୍ତିତ ହେବ ନାହିଁ, କାରଣ ଆମ୍ଭେ ପୃଥ୍ଵୀନିବାସୀ ସମସ୍ତଙ୍କ ଉପରେ ଖଡ଼୍‍ଗ ଆହ୍ଵାନ କରିବା , ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।


କାରଣ ସେମାନେ ଆମ୍ଭକୁ ବିରକ୍ତ କରିବା ପାଇଁ ଦୁଷ୍ଟତା କଲେ, ଅର୍ଥାତ୍, ସେମାନେ ଆପଣାମାନଙ୍କର ଓ ତୁମ୍ଭମାନଙ୍କର, ଆଉ ତୁମ୍ଭମାନଙ୍କ ପୂର୍ବପୁରୁଷମାନଙ୍କର ଅଜ୍ଞାତ ଅନ୍ୟ ଦେବଗଣର ଉଦ୍ଦେଶ୍ୟରେ ଧୂପ ଜ୍ଵଳାଇବାକୁ ଓ ସେମାନଙ୍କର ସେବା କରିବାକୁ ଗଲେ।


ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି; ଅମଙ୍ଗଳ, କେବଳ ହିଁ ଅମଙ୍ଗଳ; ଦେଖ, ତାହା ଆସୁଅଛି।


Swiv nou:

Piblisite


Piblisite