Biblia Todo Logo
Bib sou entènèt

- Piblisite -




ଯିରିମୀୟ 19:5 - ପବିତ୍ର ବାଇବଲ (Re-edited) - (BSI)

5 ପୁଣି, ଆପଣା ପୁତ୍ରଗଣକୁ ହୋମବଳି ରୂପେ ବାଲ୍ଦେବ ଉଦ୍ଦେଶ୍ୟରେ ଅଗ୍ନିରେ ଦଗ୍ଧ କରିବା ନିମନ୍ତେ ବାଲ୍ଦେବର ଉଚ୍ଚସ୍ଥଳୀ ନିର୍ମାଣ କରିଅଛନ୍ତି; ତାହା ଆମ୍ଭେ ଆଦେଶ କରି ନାହୁଁ, କି କହି ନାହୁଁ, କିଅବା ଆମ୍ଭ ମନରେ ତାହା ଉଦୟ ହୋଇ ନାହିଁ;

Gade chapit la Kopi

ଓଡିଆ ବାଇବେଲ

5 ପୁଣି, ଆପଣା ପୁତ୍ରଗଣକୁ ହୋମବଳି ରୂପେ ବାଲ୍‍ଦେବ ଉଦ୍ଦେଶ୍ୟରେ ଅଗ୍ନିରେ ଦଗ୍ଧ କରିବା ନିମନ୍ତେ ବାଲ୍‍ଦେବର ଉଚ୍ଚସ୍ଥଳୀ ନିର୍ମାଣ କରିଅଛନ୍ତି; ତାହା ଆମ୍ଭେ ଆଦେଶ କରି ନାହୁଁ, କି କହି ନାହୁଁ, କିଅବା ଆମ୍ଭ ମନରେ ତାହା ଉଦୟ ହୋଇ ନାହିଁ।’”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ପୁଣି, ଆପଣା ପୁତ୍ରଗଣକୁ ହୋମବଳି ରୂପେ ବାଲ୍‍ଦେବ ଉଦ୍ଦେଶ୍ୟରେ ଅଗ୍ନିରେ ଦଗ୍ଧ କରିବା ନିମନ୍ତେ ବାଲ୍‍ଦେବର ଉଚ୍ଚସ୍ଥଳୀ ନିର୍ମାଣ କରିଅଛନ୍ତି; ତାହା ଆମ୍ଭେ ଆଦେଶ କରି ନାହୁଁ, କି କହି ନାହୁଁ, କିଅବା ଆମ୍ଭ ମନରେ ତାହା ଉଦୟ ହୋଇ ନାହିଁ।

Gade chapit la Kopi

ପବିତ୍ର ବାଇବଲ

5 ଯିହୁଦାର ରାଜାଗଣ ବା‌ଲ୍‌ଦେବ ଉଦ୍ଦେଶ୍ୟରେ ଉଚ୍ଚସ୍ଥଳୀ ନିର୍ମାଣ କରିଛନ୍ତି। ସେମାନେ ନିଜର ସନ୍ତାନଗଣଙ୍କୁ ‌ବା‌ଲ୍‌ଦେବ ଉଦ୍ଦେଶ୍ୟରେ ହୋମବଳି ରୂପେ ଉତ୍ସର୍ଗ କରିଅଛନ୍ତି। ଆମ୍ଭେ କିନ୍ତୁ ସେମାନଙ୍କୁ ଏହା କହିବାକୁ ଆଦେଶ କରି ନାହୁଁ କି କହି ନାହୁଁ ଓ ଆମ୍ଭ ମନରେ ଏହା ଉଦୟ ହୋଇ ନାହିଁ।

Gade chapit la Kopi




ଯିରିମୀୟ 19:5
14 Referans Kwoze  

ପୁଣି, ଏହି ଯେଉଁ ଘୃଣାଯୋଗ୍ୟ କାର୍ଯ୍ୟ କରିବା ପାଇଁ ଆମ୍ଭେ ଆଜ୍ଞା କରି ନାହୁଁ, କିଅବା ଯାହା ଆମ୍ଭ ମନରେ ଉଦୟ ହୋଇ ନାହିଁ, ତାହା କରିବା ପାଇଁ, ଅର୍ଥାତ୍, ଯିହୁଦାକୁ ପାପ କରାଇବା ପାଇଁ ମୋଲକର ଉଦ୍ଦେଶ୍ୟରେ ଆପଣା ଆପଣା ପୁତ୍ର କନ୍ୟାଗଣକୁ ଅଗ୍ନି ମଧ୍ୟ ଦେଇ ଗମନ କରାଇବା ପାଇଁ ସେମାନେ ହିନ୍ନୋମ-ପୁତ୍ରର ଉପତ୍ୟକାରେ ବାଲ୍ଦେବର ଉଚ୍ଚସ୍ଥଳୀ ନିର୍ମାଣ କରିଅଛନ୍ତି।


ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ଵରଙ୍କ ପ୍ରତି ତଦ୍ରୂପ କରିବ ନାହିଁ; କାରଣ ସଦାପ୍ରଭୁ ଯାହା ଘୃଣା କରନ୍ତି; ଏପରି ଯାବତୀୟ ଘୃଣ୍ୟ କର୍ମ ସେମାନେ ଆପଣା ଆପଣା ଦେବତାଗଣର ଉଦ୍ଦେଶ୍ୟରେ କରିଅଛନ୍ତି; ମଧ୍ୟ ସେମାନେ ଆପଣା ଆପଣା ଦେବତାଗଣ ଉଦ୍ଦେଶ୍ୟରେ ଆପଣା ଆପଣା ପୁତ୍ର ଓ ଆପଣା ଆପଣା କନ୍ୟାଗଣକୁ ହିଁ ଅଗ୍ନିରେ ଦଗ୍ଧ କରନ୍ତି।


ତୁମ୍ଭେ ଆପଣା ବଂଶଜାତ କାହାକୁ ହିଁ, ମୋଲକ ଦେବତାର ଉଦ୍ଦେଶ୍ୟରେ ଅଗ୍ନି ମଧ୍ୟଦେଇ ଗମନ କରାଇବାକୁଦେବ ନାହିଁ, କିଅବା ତୁମ୍ଭେ ଆପଣା ପରମେଶ୍ଵରଙ୍କ ନାମ ଅପବିତ୍ର କରିବ ନାହିଁ; ଆମ୍ଭେ ସଦାପ୍ରଭୁ ଅଟୁ।


ପୁଣି ସେମାନେ ଆପଣାମାନଙ୍କ ପୁତ୍ରକନ୍ୟାଗଣକୁ ଅଗ୍ନି ମଧ୍ୟ ଦେଇ ଗମନ କରାଇଲେ, ପୁଣି ମନ୍ତ୍ର ଓ ଗଣକତା ବ୍ୟବହାର କଲେ, ଆଉ ସଦାପ୍ରଭୁଙ୍କୁ ବିରକ୍ତ କରିବା ପାଇଁ ତାହାଙ୍କ ଦୃଷ୍ଟିରେ କୁକର୍ମ କରିବାକୁ ଆପଣାମାନଙ୍କୁ ବିକ୍ରୟ କଲେ।


ହେ ମହାରାଜ, ଶଯ୍ୟା ଉପରେ ଆପଣଙ୍କ ମନରେ ଭବିଷ୍ୟଦ୍ ଘଟନା ବିଷୟକ ଚିନ୍ତା ଉପସ୍ଥିତ ହେଲା; ଆଉ ଯେ ନିଗୂଢ଼ ବିଷୟମାନ ପ୍ରକାଶ କରନ୍ତି, ସେ ଯାହା ଘଟିବ, ତାହା ଆପଣଙ୍କ ପ୍ରତି ପ୍ରକାଶ କରିଅଛନ୍ତି।


ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି; ସେସମୟରେ ନାନା ବିଷୟ ତୁମ୍ଭ ମନରେ ପଡ଼ିବ ଓ ତୁମ୍ଭେ ଗୋଟିଏ ଅନିଷ୍ଟ ସଙ୍କଳ୍ପ କରିବ;


ପୁଣି, ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ଯେପରି ସେମାନେ ଜାଣିବେ, ଏଥିପାଇଁ ଆମ୍ଭେ ସେମାନଙ୍କୁ ବିନାଶ କରିବା ନିମନ୍ତେ, ସେମାନେ ଗର୍ଭାଶୟ ମୁକ୍ତକାରୀ ସମସ୍ତ (ସନ୍ତାନକୁ) ଅଗ୍ନି ମଧ୍ୟ ଦେଇ ଗମନ କରାଇବା ଦ୍ଵାରା ଯେଉଁ ଉପହାର ପ୍ରଦାନ କଲେ, ତହିଁରେ ଆମ୍ଭେ ସେମାନଙ୍କୁ ଅଶୁଚି କରାଇଲୁ।


ଆହୁରି, ସେ ହିନ୍ନୋମ-ପୁତ୍ରର ଉପତ୍ୟକାରେ ଧୂପ ଜ୍ଵଳାଇଲେ ଓ ସଦାପ୍ରଭୁ ଇସ୍ରାଏଲ-ସନ୍ତାନଗଣ ସମ୍ମୁଖରୁ ଯେଉଁ ଅନ୍ୟ ଦେଶୀୟମାନଙ୍କୁ ଦୂର କରିଥିଲେ, ସେମାନଙ୍କର ଘୃଣାଯୋଗ୍ୟ ବ୍ୟବହାରାନୁସାରେ ସେ ଆପଣା ସନ୍ତାନଗଣକୁ ଅଗ୍ନିରେ ଦଗ୍ଧ କଲେ।


ପୁଣି ପ୍ରଭାତରେ ବାଲାକ ବିଲୀୟମକୁ ସଂଗେ ନେଇ ବାଲର ଉଚ୍ଚସ୍ଥଳୀରେ ଆରୋହଣ କରାଇଲେ; ଆଉ ସେହିଠାରୁ ସେ ଲୋକମାନଙ୍କର ଶେଷ ସୀମା ପର୍ଯ୍ୟନ୍ତ ଦେଖିଲେ।


ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭର ଅଶୁଚିତା ଢଳା ଯାଇଅଛି ଓ ତୁମ୍ଭର ପ୍ରେମିକଗଣର ସଙ୍ଗେ ତୁମ୍ଭର ବ୍ୟଭିଚାର ହେତୁ ତୁମ୍ଭର ଉଲଙ୍ଗତା ଅନାବୃତ ହୋଇଅଛି, ଏଥିପାଇଁ, ପୁଣି ତୁମ୍ଭର ଘୃଣାଯୋଗ୍ୟ ସକଳ ଦେବତାର ନିମନ୍ତେ ଓ ତୁମ୍ଭେ ସେମାନଙ୍କୁ ଆପଣା ସନ୍ତାନଗଣର ଯେଉଁ ରକ୍ତ ଦେଇଅଛ; ତହିଁ ସକାଶୁ;


ପୁଣି ସେ ଆପଣା ପୁତ୍ରକୁ ଅଗ୍ନି ମଧ୍ୟ ଦେଇ ଗମନ କରାଇଲେ ଓ ଶୁଭାଶୁଭ କହିବାର ବିଦ୍ୟା ଓ ଗଣକତା ବ୍ୟବହାର କଲେ, ଆଉ ଭୂତୁଡ଼ିୟା ଓ ଗୁଣିଆମାନଙ୍କ ସହିତ ସମ୍ପର୍କ ରଖିଲେ; ସେ ସଦାପ୍ରଭୁଙ୍କୁ ବିରକ୍ତ କରିବା ନିମନ୍ତେ ତାହାଙ୍କ ଦୃଷ୍ଟିରେ ବହୁତ କୁକର୍ମ କଲେ।


Swiv nou:

Piblisite


Piblisite