Biblia Todo Logo
Bib sou entènèt

- Piblisite -




ଯିରିମୀୟ 2:12 - ପବିତ୍ର ବାଇବଲ (Re-edited) - (BSI)

12 ହେ ଆକାଶମଣ୍ତଳ, ଏଥିରେ ଚମତ୍କୃତ ହୁଅ ଓ ମହାଭୟଗ୍ରସ୍ତ ହୋଇ ସଙ୍କୁଚିତ ହୁଅ, ଏହା ସଦାପ୍ରଭୁ କହନ୍ତି।

Gade chapit la Kopi

ଓଡିଆ ବାଇବେଲ

12 “ହେ ଆକାଶମଣ୍ଡଳ, ଏଥିରେ ଚମତ୍କୃତ ହୁଅ ଓ ମହା ଭୟଗ୍ରସ୍ତ ହୋଇ ସଙ୍କୁଚିତ ହୁଅ,” ଏହା ସଦାପ୍ରଭୁ କହନ୍ତି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ହେ ଆକାଶମଣ୍ଡଳ, ଏଥିରେ ଚମତ୍କୃତ ହୁଅ ଓ ମହାଭୟଗ୍ରସ୍ତ ହୋଇ ସଙ୍କୁଚିତ ହୁଅ, ଏହା ସଦାପ୍ରଭୁ କହନ୍ତି।

Gade chapit la Kopi

ପବିତ୍ର ବାଇବଲ

12 “ହେ ସ୍ୱର୍ଗ, ଚକିତ ଓ ଭୟରେ କମ୍ପିତ ହୁଅ।” ସଦାପ୍ରଭୁ ଏହା କହିଲେ।

Gade chapit la Kopi




ଯିରିମୀୟ 2:12
10 Referans Kwoze  

ହେ ଆକାଶମଣ୍ତଳ, ଶୁଣ, ହେ ପୃଥିବୀ, କର୍ଣ୍ଣପାତ କର, କାରଣ ସଦାପ୍ରଭୁ କହିଅଛନ୍ତିନ୍ତ ଆମ୍ଭେ ସନ୍ତାନ-ଗଣକୁ ପ୍ରତିପାଳନ ଓ ଭରଣପୋଷଣ କରିଅଛୁ, ମାତ୍ର ସେମାନେ ଆମ୍ଭର ବିଦ୍ରୋହାଚରଣ କରିଅଛନ୍ତି।


ହେ ପର୍ବତଗଣ, ହେ ପୃଥିବୀର ଅଟଳ ଭିତ୍ତିମୂଳ-ସକଳ, ତୁମ୍ଭେମାନେ ସଦାପ୍ରଭୁଙ୍କର ବିବାଦବାକ୍ୟ ଶୁଣ; କାରଣ ଆପଣା ଲୋକମାନଙ୍କ ସହିତ ସଦାପ୍ରଭୁଙ୍କର ବିବାଦ ଅଛି ଓ ସେ ଇସ୍ରାଏଲ ସହିତ ବାଦାନୁବାଦ କରିବେ।


ହେ ପୃଥିବୀ, ପୃଥିବୀ, ପୃଥିବୀ, ସଦାପ୍ରଭୁଙ୍କର ବାକ୍ୟ ଶୁଣ।


ହେ ପୃଥିବୀ, ଶୁଣନ୍ତ ଦେଖ, ଆମ୍ଭେ ଏହି ଲୋକମାନଙ୍କ ଉପରେ ଅମଙ୍ଗଳ, ଅର୍ଥାତ୍, ସେମାନଙ୍କ କଳ୍ପନାସମୂହର ଫଳ ବର୍ତ୍ତାଇବା, କାରଣ ସେମାନେ ଆମ୍ଭ ବାକ୍ୟରେ ମନୋଯୋଗ କରିନାହାନ୍ତି ଓ ଆମ୍ଭର ବ୍ୟବସ୍ଥା ସେମାନେ ଅଗ୍ରାହ୍ୟ କରିଅଛନ୍ତି।


ହେ ଆକାଶମଣ୍ତଳ, କର୍ଣ୍ଣ ଦିଅ, ଆମ୍ଭେ କହିବା; ପୁଣି ପୃଥିବୀ ଆମ୍ଭ ମୁଖର ବାକ୍ୟ ଶ୍ରବଣ କରୁ;


ପରେ ବାର ଘଣ୍ଟାଠାରୁ ତିନି ଘଣ୍ଟା ପର୍ଯ୍ୟନ୍ତ ଦେଶଯାକ ଅନ୍ଧକାର ଘୋଟିଗଲା।


ମୁଁ ପୃଥିବୀକି ଅନାଇଲି, ଆଉ ଦେଖ, ତାହା ନିର୍ଜନ ଓ ଶୂନ୍ୟ ଥିଲା; ଆକାଶମଣ୍ତଳକୁ ଅନାଇଲି, ଆଉ ତହିଁରେ ଦୀପ୍ତି ନ ଥିଲା।


ତୁମ୍ଭେମାନେ ସ୍ଥଗିତ ଓ ଚମତ୍କୃତ ହୁଅ; ଆମୋଦ କରି ଅନ୍ଧ ହୁଅ; ସେମାନେ ମତ୍ତ ଅଛନ୍ତି, ମାତ୍ର ଦ୍ରାକ୍ଷାରସରେ ନୁହେଁ; ସେମାନେ ଟଳଟଳ ହୁଅନ୍ତି, ମାତ୍ର ସୁରାପାନରେ ନୁହେଁ।


ଏଣୁକରି ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭେମାନେ ଏବେ ନାନା ଦେଶୀୟମାନଙ୍କ ମଧ୍ୟରେ ପଚାର, ଏପରି କଥା କିଏ ଶୁଣିଅଛି; ଇସ୍ରାଏଲର ଅନୂଢ଼ା କନ୍ୟା ଅତ୍ୟ; ରୋମାଞ୍ଚଜନକ କାର୍ଯ୍ୟ କରିଅଛି।


Swiv nou:

Piblisite


Piblisite