Biblia Todo Logo
Bib sou entènèt

- Piblisite -




ଯିରିମୀୟ 2:26 - ପବିତ୍ର ବାଇବଲ (Re-edited) - (BSI)

26 ଚୋର ଧରା ପଡ଼ିଲେ ଯେପରି ଲଜ୍ଜିତ ହୁଏ, ସେପରି ଇସ୍ରାଏଲ ବଂଶ, ସେମାନଙ୍କର ରାଜଗଣ, ସେମାନଙ୍କର ଅଧିପତିଗଣ, ସେମାନଙ୍କର ଯାଜକଗଣ ଓ ସେମାନଙ୍କର ଭବିଷ୍ୟଦ୍ବକ୍ତାଗଣ ସମସ୍ତେ ଲଜ୍ଜିତ ହୋଇଅଛନ୍ତି;

Gade chapit la Kopi

ଓଡିଆ ବାଇବେଲ

26 ଚୋର ଧରା ପଡ଼ିଲେ ଯେପରି ଲଜ୍ଜିତ ହୁଏ, ସେପରି ଇସ୍ରାଏଲ ବଂଶ, ସେମାନଙ୍କର ରାଜାଗଣ, ସେମାନଙ୍କର ଅଧିପତିଗଣ, ସେମାନଙ୍କର ଯାଜକଗଣ ଓ ସେମାନଙ୍କର ଭବିଷ୍ୟଦ୍‍ବକ୍ତାଗଣ ସମସ୍ତେ ଲଜ୍ଜିତ ହୋଇଅଛନ୍ତି;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

26 ଚୋର ଧରା ପଡ଼ିଲେ ଯେପରି ଲଜ୍ଜିତ ହୁଏ, ସେପରି ଇସ୍ରାଏଲ ବଂଶ, ସେମାନଙ୍କର ରାଜାଗଣ, ସେମାନଙ୍କର ଅଧିପତିଗଣ, ସେମାନଙ୍କର ଯାଜକଗଣ ଓ ସେମାନଙ୍କର ଭବିଷ୍ୟଦ୍‍ବକ୍ତାଗଣ ସମସ୍ତେ ଲଜ୍ଜିତ ହୋଇଅଛନ୍ତି;

Gade chapit la Kopi

ପବିତ୍ର ବାଇବଲ

26 “ଗ୍ଭେର ଧରାପଡ଼ିଲେ ଯେପରି ଲଜ୍ଜିତ ହୁଏ, ସେହିପରି ଇସ୍ରାଏଲ ବଂଶ, ସେମାନଙ୍କର ରାଜଗଣ, ସେମାନଙ୍କର ଅଧିପତିଗଣ, ସେମାନଙ୍କର ଯାଜକଗଣ ଓ ସେମାନଙ୍କର ଭବିଷ୍ୟ‌ଦ୍‌ବକ୍ତାଗଣ ସମସ୍ତେ ଲଜ୍ଜିତ ହୋଇଅଛନ୍ତି।

Gade chapit la Kopi




ଯିରିମୀୟ 2:26
18 Referans Kwoze  

କାରଣ ଇସ୍ରାଏଲ-ସନ୍ତାନଗଣ ଓ ଯିହୁଦାର ସନ୍ତାନଗଣ, ଅର୍ଥାତ୍, ସେମାନେ, ସେମାନଙ୍କର ରାଜଗଣ, ଅଧିପତିଗଣ, ଯାଜକଗଣ ଓ ଭବିଷ୍ୟଦ୍-ବକ୍ତାଗଣ, ଆଉ ଯିହୁଦାର ଲୋକମାନେ ଓ ଯିରୂଶାଲମ ନିବାସୀମାନେ ଆମ୍ଭକୁ ବିରକ୍ତ କରିବା ପାଇଁ ନାନାପ୍ରକାର ଦୁଷ୍କ୍ରିୟା କରିଅଛନ୍ତି।


ଆମ୍ଭମାନଙ୍କ ପୂର୍ବପୁରୁଷଗଣର ସମୟଠାରୁ ଆଜି ପର୍ଯ୍ୟନ୍ତ ଆମ୍ଭେମାନେ ଅତିଶୟ ଦୋଷୀ ହୋଇଅଛୁ; ଆପଣାମାନଙ୍କ ଅପରାଧ ସକାଶୁ ଆଜିର ନ୍ୟାୟ ଆମ୍ଭେମାନେ, ଆମ୍ଭମାନଙ୍କ ରାଜଗଣ ଓ ଆମ୍ଭମାନଙ୍କ ଯାଜକଗଣ ନାନା ଦେଶୀୟ ରାଜଗଣ ହସ୍ତରେ, ଖଡ଼୍‍ଗରେ, ବନ୍ଦୀତ୍ଵରେ ଓ ଲୁଟରେ ଓ ମୁଖ-ବିଷଣ୍ଣତାରେ ସମର୍ପିତ ହୋଇଅଛୁ।


ତେବେ, ସେହି ସମୟରେ ତୁମ୍ଭମାନଙ୍କର କି ଫଳ ଥିଲା? ଯେସମସ୍ତ ବିଷୟରେ ତୁମ୍ଭେମାନେ ଏବେ ଲଜ୍ଜା ବୋଧ କରୁଅଛ, କେବଳ ସେତିକି ମାତ୍ର; ସେହିସମସ୍ତର ପରିଣାମ ତ ମୃତ୍ୟୁ।


ଇସ୍ରାଏଲ କି ତୁମ୍ଭ ପ୍ରତି ପରିହାସର ବିଷୟ ହୋଇ ନ ଥିଲା? ସେ କି ଚୋରମାନଙ୍କ ମଧ୍ୟରେ ଧରା ପଡ଼ିଥିଲା? ତୁମ୍ଭେ ଯେତେଥର ତାହା ବିଷୟ କହୁଅଛ, ସେତେଥର ମସ୍ତକ ହଲାଉଅଛ।


ତୁମ୍ଭେ ଆପଣା ପଥ ପରିବର୍ତ୍ତନ କରିବା ପାଇଁ କାହିଁକି ଏଣେତେଣେ ମିଥ୍ୟାରେ ଏତେ ଭ୍ରମଣ କରୁଅଛଣ? ତୁମ୍ଭେ ଅଶୂରର ବିଷୟରେ ଯେପରି ଲଜ୍ଜିତା ହୋଇଥିଲ, ସେପରି ମିସରର ବିଷୟରେ ହେଁ ଲଜ୍ଜିତା ହେବ।


କାରଣ ସେମାନେ ତୁମ୍ଭମାନଙ୍କର ବାଞ୍ଛିତ ଅଲୋନ ବୃକ୍ଷ ବିଷୟରେ ଲଜ୍ଜିତ ହେବେ, ପୁଣି ତୁମ୍ଭେମାନେ ଆପଣାମାନଙ୍କର ମନୋନୀତ ଉଦ୍ୟାନସକଳର ବିଷୟରେ ହତାଶ ହେବ।


ତହିଁରେ ତୁମ୍ଭେ ଆପଣା ଅପମାନ ଭୋଗ କରିବ ଓ ସେମାନଙ୍କ ପ୍ରତି ସାନ୍ତ୍ଵନା ସ୍ଵରୂପ ହୋଇ ଯାହା ଯାହା କରିଅଛ, ସେସବୁ ସକାଶୁ ଲଜ୍ଜିତା ହେବ।


ତାହାର ଯାଜକମାନେ ଆମ୍ଭ ବ୍ୟବସ୍ଥା ପ୍ରତି ଦୌରାତ୍ମ୍ୟ କରିଅଛନ୍ତି ଓ ଆମ୍ଭର ପବିତ୍ର ବସ୍ତୁସବୁ ଅପବିତ୍ର କରିଅଛନ୍ତି; ସେମାନେ ପବିତ୍ର ଓ ସାମାନ୍ୟ ବିଷୟ ମଧ୍ୟରେ କିଛି ହିଁ ପ୍ରଭେଦ ରଖି ନାହାନ୍ତି, କିଅବା ଶୁଚି ଅଶୁଚି ମଧ୍ୟରେ ବିଶେଷ କରିବା ପାଇଁ ଲୋକମାନଙ୍କୁ ଶିଖାଇ ନାହାନ୍ତି, ପୁଣି ଆମ୍ଭ ବିଶ୍ରାମ ଦିନ ପ୍ରତି ସେମାନଙ୍କ ଚକ୍ଷୁ ମୁଦ୍ରିତ କରିଅଛନ୍ତି, ଆଉ ଆମ୍ଭେ ସେମାନଙ୍କ ମଧ୍ୟରେ ଅପବିତ୍ରୀକୃତ ହେଉଅଛୁ।


ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ଆମ୍ଭେ ତାହାକୁ ବାହାର କରାଇ ଆଣିବା, ଆଉ ତାହା ଚୋରର ଗୃହରେ ଓ ଯେ ଆମ୍ଭ ନାମରେ ମିଥ୍ୟା ଶପଥ କରେ, ତାହାର ଗୃହରେ ପ୍ରବେଶ କରିବ; ପୁଣି, ତାହାର ଗୃହ ମଧ୍ୟରେ ରହି କାଷ୍ଠ ଓ ପଥର ସମେତ ତାହା ଗ୍ରାସ କରିବ।


ଖୋଦିତ ପ୍ରତିମାଗଣର ସେବକସମସ୍ତେ ଓ ଦେବତାଗଣର ଦର୍ପକାରୀସମସ୍ତେ ଲଜ୍ଜିତ ହେଉନ୍ତୁ; ହେ ଦେବସବୁ, ତୁମ୍ଭେମାନେ ତାହାଙ୍କୁ ପ୍ରଣାମ କର।


ଯେଉଁମାନେ ଖୋଦିତ ପ୍ରତିମା ନିର୍ମାଣ କରନ୍ତି, ସେସମସ୍ତେ ଅସାର ଓ ସେମାନଙ୍କର ମନୋହର ବିଷୟ-ମାନ ଉପକାରକ ନୋହିବ; ସେମାନେ ଯେପରି ଲଜ୍ଜିତ ହେବେ, ଏଥିପାଇଁ ସେମାନଙ୍କର ନିଜ ସାକ୍ଷୀଗଣ ଦେଖନ୍ତି ନାହିଁ, କିଅବା ଜାଣନ୍ତି ନାହିଁ।


ଦେଖ, ତାହାର ସହାୟ ସମସ୍ତେ ଲଜ୍ଜିତ ହେବେ; ପୁଣି, ଶିଳ୍ପକାରୀମାନେ ମନୁଷ୍ୟମାତ୍ର; ସେସମସ୍ତେ ଏକତ୍ର ହେଉନ୍ତୁ, ସେମାନେ ଛିଡ଼ା ହେଉନ୍ତୁ; ସେମାନେ କମ୍ପିତ ହେବେ, ସେମାନେ ଏକା ବେଳେ ଲଜ୍ଜିତ ହେବେ।


ପୁଣି ସଦାପ୍ରଭୁ କହନ୍ତି, ସେହି ଦିନ ରାଜାର ହୃଦୟ ଓ ଅଧିପତିଗଣର ହୃଦୟ କ୍ଷୟ ପାଇବ ଓ ଯାଜକଗଣ ଚମତ୍କୃତ ହେବେ ଓ ଭବିଷ୍ୟଦ୍ବକ୍ତାମାନେ ବିସ୍ମୟାପନ୍ନ ହେବେ।


ବାୟୁ ତୁମ୍ଭର ସମସ୍ତ ମେଷପାଳକଙ୍କୁ ଚରାଇବ ଓ ତୁମ୍ଭର ପ୍ରେମକାରୀମାନେ ବନ୍ଦୀତ୍ଵ ସ୍ଥାନକୁ ଯିବେ; ସେହି ସମୟରେ ତୁମ୍ଭେ ଆପଣାର ସକଳ ଦୁଷ୍ଟତା ହେତୁ ନିଶ୍ଚୟ ଲଜ୍ଜିତା ଓ ବ୍ୟାକୁଳିତା ହେବ।


Swiv nou:

Piblisite


Piblisite