Biblia Todo Logo
Bib sou entènèt

- Piblisite -




ଯିରିମୀୟ 2:27 - ପବିତ୍ର ବାଇବଲ (Re-edited) - (BSI)

27 ସେମାନେ ଖଣ୍ତେ କାଠମୁଣ୍ତାକୁ କହନ୍ତି, ତୁମ୍ଭେ ଆମ୍ଭର ପିତା ଓ ପଥରକୁ କହନ୍ତି, ତୁମ୍ଭେ ଆମ୍ଭକୁ ଜନ୍ମ କରିଅଛ; ସେମାନେ ଆମ୍ଭ ଆଡ଼କୁ ମୁଖ ନ ଫେରାଇ ଆପଣା ଆପଣା ପିଠି ଫେରାଇ ଅଛନ୍ତି; ମାତ୍ର ବିପଦ ସମୟରେ ସେମାନେ କହିବେ, ତୁମ୍ଭେ ଉଠ, ଆମ୍ଭମାନଙ୍କୁ ଉଦ୍ଧାର କର।

Gade chapit la Kopi

ଓଡିଆ ବାଇବେଲ

27 ସେମାନେ ଖଣ୍ଡେ କାଠମୁଣ୍ଡାକୁ କହନ୍ତି, “ତୁମ୍ଭେ ଆମ୍ଭର ପିତା” ଓ ପଥରକୁ କହନ୍ତି, “ତୁମ୍ଭେ ଆମ୍ଭକୁ ଜନ୍ମ କରିଅଛ,” ସେମାନେ ଆମ୍ଭ ଆଡ଼କୁ ମୁଖ ନ ଫେରାଇ ଆପଣା ଆପଣା ପିଠି ଫେରାଇ ଅଛନ୍ତି; ବିପଦ ସମୟରେ ସେମାନେ କହିବେ, “ତୁମ୍ଭେ ଉଠ, ଆମ୍ଭମାନଙ୍କୁ ଉଦ୍ଧାର କର।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

27 ସେମାନେ ଖଣ୍ଡେ କାଠମୁଣ୍ଡାକୁ କହନ୍ତି, ‘ତୁମ୍ଭେ ଆମ୍ଭର ପିତା’ ଓ ପଥରକୁ କହନ୍ତି, ‘ତୁମ୍ଭେ ଆମ୍ଭକୁ ଜନ୍ମ କରିଅଛ,’ ସେମାନେ ଆମ୍ଭ ଆଡ଼କୁ ମୁଖ ନ ଫେରାଇ ଆପଣା ଆପଣା ପିଠି ଫେରାଇ ଅଛନ୍ତି; ବିପଦ ସମୟରେ ସେମାନେ କହିବେ, ‘ତୁମ୍ଭେ ଉଠ, ଆମ୍ଭମାନଙ୍କୁ ଉଦ୍ଧାର କର।’

Gade chapit la Kopi

ପବିତ୍ର ବାଇବଲ

27 ସେମାନେ ଏକ କାଠ ମୁଣ୍ଡାକୁ କହନ୍ତି, ‘ତୁମ୍ଭେ ଆମ୍ଭର ପିତା’ ଓ ଖଣ୍ଡେ ପଥରକୁ କହନ୍ତି, ‘ତୁମ୍ଭେ ଆମ୍ଭକୁ ଜନ୍ମ କରିଅଛ।’ ସେମାନେ ସେଥିପାଇଁ ଲଜ୍ଜିତ ହେବେ। ପୁଣି ସେମାନେ ଆମ୍ଭ ଆଡ଼କୁ ମୁଖ ନ କରି, ଆମ୍ଭ ଆଡ଼କୁ ପଛପଟ କରିଅଛନ୍ତି। ମାତ୍ର ବିପଦ ସମୟରେ ଯିହୁଦାର ଲୋକମାନେ କହିବେ, ‘ତୁମ୍ଭେ ଆସ, ଆମ୍ଭମାନଙ୍କୁ ଉଦ୍ଧାର କର।’

Gade chapit la Kopi




ଯିରିମୀୟ 2:27
23 Referans Kwoze  

ହେ ସଦାପ୍ରଭୋ, ସଙ୍କଟ ସମୟରେ ସେମାନେ ତୁମ୍ଭର ଅନ୍ଵେଷଣ କରିଅଛନ୍ତି, ତୁମ୍ଭର ଶାସ୍ତି ସେମାନଙ୍କ ଉପରେ ଥିବା ବେଳେ ସେମାନେ ପ୍ରାର୍ଥନା ଢାଳି ପକାଇଲେ।


ପୁଣି, ସେମାନେ ଅନ୍ତଃକରଣ ସହିତ ଆମ୍ଭ ନିକଟରେ କ୍ରନ୍ଦନ କରି ନାହାନ୍ତି; ମାତ୍ର ସେମାନେ ଆପଣା ଶଯ୍ୟାରେ ହାହାକାର କରନ୍ତି; ସେମାନେ ଶସ୍ୟ ଓ ଦ୍ରାକ୍ଷାରସର ନିମନ୍ତେ ଆପଣାମାନଙ୍କୁ ଏକତ୍ର କରନ୍ତି , ସେମାନେ ଆମ୍ଭ ବିରୁଦ୍ଧରେ ବିଦ୍ରୋହାଚରଣ କରନ୍ତି।


ସେମାନେ ଆପଣା ଆପଣା ଅପରାଧ ସ୍ଵୀକାର କରି ଆମ୍ଭର ମୁଖ ଅନ୍ଵେଷଣ ନ କରିବା ପର୍ଯ୍ୟନ୍ତ ଆମ୍ଭେ ଫେରି ଆପଣା ସ୍ଥାନକୁ ଯିବା; ସେମାନେ ଆପଣାମାନଙ୍କର ଦୁଃଖ ସମୟରେ ଯନିରେ ଆମ୍ଭର ଅନ୍ଵେଷଣ କରିବେ।


ଏହେତୁ ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭେ ଆମ୍ଭକୁ ପାସୋରିଅଛ ଓ ତୁମ୍ଭ ପଛଆଡ଼େ ଆମ୍ଭକୁ ପକାଇଅଛ, ଏଥିପାଇଁ ତୁମ୍ଭେ ମଧ୍ୟ ଆପଣା ଲମ୍ପଟାଚରଣ ଓ ବ୍ୟଭିଚାର କ୍ରିୟାର ଭାର ବହନ କର।


ଅନନ୍ତର ସେ ମୋତେ ସଦାପ୍ରଭୁଙ୍କ ଗୃହର ଭିତର ପ୍ରାଙ୍ଗଣ ମଧ୍ୟକୁ ଆଣିଲେ, ଆଉ ଦେଖ, ସଦାପ୍ରଭୁଙ୍କ ମନ୍ଦିରର ଦ୍ଵାର ନିକଟରେ, ବରଣ୍ତା ଓ ଯଜ୍ଞବେଦିର ମଧ୍ୟ-ସ୍ଥାନରେ ଊଣାଧିକ ପଚିଶ ଜଣ ପୁରୁଷ ସଦାପ୍ରଭୁଙ୍କ ମନ୍ଦିର ଆଡ଼େ ପିଠି କରି ଓ ପୂର୍ବଦିଗ ଆଡ଼େ ମୁଖ କରିଅଛନ୍ତି; ଆଉ, ସେମାନେ ପୂର୍ବଦିଗ ଆଡ଼େ ସୂର୍ଯ୍ୟକୁ ପ୍ରଣାମ କଲେ।


ସେମାନେ ଆମ୍ଭ ପ୍ରତି ମୁଖ ନ ଫେରାଇ ପିଠି ଫେରାଇ ଅଛନ୍ତି; ଆଉ, ଆମ୍ଭେ ସେମାନଙ୍କୁ ଶିକ୍ଷା ଦେଲେ ହେଁ, ପ୍ରଭାତରେ ଉଠି ଶିକ୍ଷା ଦେଲେ ହେଁ ସେମାନେ ଶିକ୍ଷା ଗ୍ରହଣ କରିବା ପାଇଁ ମନୋଯୋଗ କରି ନାହାନ୍ତି।


ହେ ଲିବାନୋନ ନିବାସିନୀ, ଏରସ ବୃକ୍ଷ ବନରେ ବସା କରିଅଛ ଯେ ତୁମ୍ଭେ, ଯେତେବେଳେ ପ୍ରସବବେଦନା ତୁଲ୍ୟ ତୁମ୍ଭର ବେଦନା ଉପସ୍ଥିତ ହେବ, ସେତେବେଳେ ତୁମ୍ଭର ଅବସ୍ଥା ବଡ଼ ଶୋଚନୀୟ ହେବ।


ଆମ୍ଭେ ଶତ୍ରୁ ସମ୍ମୁଖରେ ପୂର୍ବୀୟ ବାୟୁ ଦ୍ଵାରା ଛିନ୍ନ ହେଲା ପରି ସେମାନଙ୍କୁ ଛିନ୍ନଭିନ୍ନ କରିବା; ଆମ୍ଭେ ସେମାନଙ୍କ ବିପଦ ଦିନରେ ସେମାନଙ୍କ ପ୍ରତି ଅଭିମୁଖ ନ ହୋଇ ବିମୁଖ ହେବା।


ସେସମସ୍ତେ ପଶୁବତ୍ ଓ ଅଜ୍ଞାନ; ପ୍ରତିମାଗଣର ଶିକ୍ଷା କାଷ୍ଠ ମାତ୍ର।


ତୁମ୍ଭେ ପ୍ରାନ୍ତର ପରିଚିତା ବନ୍ୟ ଗର୍ଦ୍ଦଭୀ ଅଟ; ସେ ଆପଣା ଅଭିଳାଷକ୍ରମେ ବାୟୁ ଆଘ୍ରାଣ କରେ, ତାହାର ଋତୁ ସମୟରେ କିଏ ତାହାକୁ ଫେରାଇ ପାରଇ? ତାହାର ଅନ୍ଵେଷଣକାରୀମାନଙ୍କର ଆପଣାମାନଙ୍କୁ କ୍ଳା; କରିବାର ପ୍ରୟୋଜନ ନାହିଁ; ସେମାନେ ତାହାର ନିୟମିତ ମାସରେ ତାହାକୁ ପାଇବେ।


ତାହାର ବ୍ୟଭିଚାରର ଅଖ୍ୟାତିରେ ଦେଶ ଅଶୁଚି ହେଲା ଓ ସେ ପଥର ଓ କାଠ ସଙ୍ଗରେ ବ୍ୟଭିଚାର କଲା।


ହାୟ ହାୟ ! ସେ ଦିନ ମହତ, ତାହା ତୁଲ୍ୟ ଦିନ ଆଉ ନାହିଁ, ତାହା ଯାକୁବର ସଙ୍କଟ କାଳ; ମାତ୍ର ସେ ତହିଁରୁ ଉଦ୍ଧାର ପାଇବ।


ପୁଣି, ସିଦିକୀୟ ରାଜା ଶେଲିମୀୟର ପୁତ୍ର ଯିହୁଖଲକୁ ଓ ମାସେୟର ପୁତ୍ର ସଫନୀୟ ଯାଜକକୁ ଯିରିମୀୟ ଭବିଷ୍ୟଦ୍ବକ୍ତାଙ୍କ ନିକଟକୁ ପଠାଇ କହିଲା, ବିନୟ କରୁଅଛୁ, ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ଵରଙ୍କ ନିକଟରେ ତୁମ୍ଭେ ଆମ୍ଭମାନଙ୍କ ପାଇଁ ପ୍ରାର୍ଥନା କର।


ହେ ପ୍ରଭୁ ଧାର୍ମିକତା ତୁମ୍ଭର ଅଟେ, ମାତ୍ର ଆଜିକାର ନ୍ୟାୟ ମୁଖର ବିବର୍ଣ୍ଣତା ଆମ୍ଭମାନଙ୍କର; ତୁମ୍ଭ ବିରୁଦ୍ଧରେ କୃତ ସତ୍ୟ ଲଙ୍ଘନ ସକାଶୁ ଯିହୁଦାର ଲୋକ ଓ ଯିରୂଶାଲମ ନିବାସୀଗଣ ଓ ତୁମ୍ଭ ଦ୍ଵାରା ତାଡ଼ିତ ସକଳ ଦେଶସ୍ଥ ନିକଟବର୍ତ୍ତୀ ଓ ଦୂରବର୍ତ୍ତୀ ସମସ୍ତ ଇସ୍ରାଏଲ ଲୋକ (ବିବର୍ଣ୍ଣତାର ପାତ୍ର)।


ଆମ୍ଭର ଲୋକମାନେ ଆପଣା କାଷ୍ଠଖଣ୍ତର ନିକଟରେ ମନ୍ତ୍ରଣା ଚାହାନ୍ତି ଓ ସେମାନଙ୍କର ଯଷ୍ଟି ସେମାନଙ୍କ ପ୍ରତି (କଥା) ପ୍ରକାଶ କରେ; କାରଣ ବ୍ୟଭିଚାରର ଆତ୍ମା ସେମାନଙ୍କୁ ଭ୍ରାନ୍ତ କରିଅଛି, ପୁଣି ସେମାନେ ପରମେଶ୍ଵରଙ୍କ ଅଧୀନତାରୁ ଯାଇ ବ୍ୟଭିଚାର କରିଅଛନ୍ତି।


କାରଣ ଆମ୍ଭମାନଙ୍କ ପୂର୍ବପୁରୁଷମାନେ ସତ୍ୟଲଙ୍ଘନ କରି ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ଵରଙ୍କ ଦୃଷ୍ଟିରେ କୁକର୍ମ କରିଅଛନ୍ତି ଓ ତାହାଙ୍କୁ ପରିତ୍ୟାଗ କରି ସଦାପ୍ରଭୁଙ୍କ ଆବାସରୁ ବିମୁଖ ହୋଇ ତହିଁ ପ୍ରତି ଆପଣା ପୃଷ୍ଠ ଫେରାଇ ଅଛନ୍ତି।


ଆମ୍ଭେମାନେ ବିନୟ କରୁଅଛୁ, ଆମ୍ଭମାନଙ୍କର ନିବେଦନ ଆପଣଙ୍କ ନିକଟରେ ଗ୍ରାହ୍ୟ ହେଉ, ଆପଣ ଆମ୍ଭମାନଙ୍କ ନିମନ୍ତେ, ଅର୍ଥାତ୍, ଅବଶିଷ୍ଟ ଏହିସକଳ ଲୋକଙ୍କ ନିମନ୍ତେ ସଦାପ୍ରଭୁ ଆପଣଙ୍କ ପରମେଶ୍ଵରଙ୍କ ନିକଟରେ ପ୍ରାର୍ଥନା କରନ୍ତୁ; କାରଣ ଆପଣ ସ୍ଵଚକ୍ଷୁରେ ଆମ୍ଭମାନଙ୍କୁ ଦେଖୁଅଛନ୍ତି, ଆମ୍ଭେମାନେ ଅନେକ ଥିଲୁ, ଏବେ ଅଳ୍ପମାତ୍ର ରହିଅଛୁ।


Swiv nou:

Piblisite


Piblisite