Biblia Todo Logo
Bib sou entènèt

- Piblisite -




ଯିରିମୀୟ 2:3 - ପବିତ୍ର ବାଇବଲ (Re-edited) - (BSI)

3 ଇସ୍ରାଏଲ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର, ତାହାଙ୍କ ଆୟର ପ୍ରଥମ ଫଳ ସ୍ଵରୂପ ଥିଲା। ଯେଉଁମାନେ ତାହାକୁ ଗ୍ରାସ କରନ୍ତି, ସେସମସ୍ତେ ଦୋଷୀ ଗଣାଯିବେ; ସେମାନଙ୍କ ପ୍ରତି ଅମଙ୍ଗଳ ଘଟିବ, ଏହା ସଦାପ୍ରଭୁ କହନ୍ତି।

Gade chapit la Kopi

ଓଡିଆ ବାଇବେଲ

3 ଇସ୍ରାଏଲ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର, ତାହାଙ୍କ ଆୟର ପ୍ରଥମ ଫଳ ସ୍ୱରୂପ ଥିଲା। ଯେଉଁମାନେ ତାହାକୁ ଗ୍ରାସ କରନ୍ତି, ସେସମସ୍ତେ ଦୋଷୀ ଗଣାଯିବେ; ସେମାନଙ୍କ ପ୍ରତି ଅମଙ୍ଗଳ ଘଟିବ, ଏହା ସଦାପ୍ରଭୁ କହନ୍ତି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ଇସ୍ରାଏଲ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର, ତାହାଙ୍କ ଆୟର ପ୍ରଥମ ଫଳ ସ୍ୱରୂପ ଥିଲା। ଯେଉଁମାନେ ତାହାକୁ ଗ୍ରାସ କରନ୍ତି, ସେସମସ୍ତେ ଦୋଷୀ ଗଣାଯିବେ; ସେମାନଙ୍କ ପ୍ରତି ଅମଙ୍ଗଳ ଘଟିବ,” ଏହା ସଦାପ୍ରଭୁ କହନ୍ତି।

Gade chapit la Kopi

ପବିତ୍ର ବାଇବଲ

3 ସଦାପ୍ରଭୁଙ୍କ ଦୃଷ୍ଟିରେ ଇସ୍ରାଏଲର ଲୋକମାନେ ପବିତ୍ର। ସେମାନେ ସଦାପ୍ରଭୁଙ୍କର ପ୍ରଥମ ସଂଗୃହୀତ ଫଳ। ଯେଉଁମାନେ ସେମାନଙ୍କୁ ଗ୍ରାସ କରନ୍ତି ସେମାନେ ଦୋଷୀ ଗଣାଯିବେ ଓ ସେମାନଙ୍କ ପ୍ରତି ଅମଙ୍ଗଳ ଘଟିବ।”’ ଏହା ସଦାପ୍ରଭୁ କହନ୍ତି

Gade chapit la Kopi




ଯିରିମୀୟ 2:3
32 Referans Kwoze  

ସେମାନେ ସ୍ତ୍ରୀସଂସର୍ଗରେ ଆପଣା ଆପଣାକୁ କଳୁଷିତ କରି ନ ଥିଲେ, କାରଣ ସେମାନେ ଶୁଚି। ମେଷଶାବକ ଯେକୌଣସି ସ୍ଥାନକୁ ଗମନ। କରନ୍ତି, ସେ ସ୍ଥାନକୁ ସେମାନେ ତାହାଙ୍କର ଅନୁଗାମୀ ହୁଅନ୍ତି। ସେମାନେ ଈଶ୍ଵର ଓ ମେଷଶାବକଙ୍କ ଉଦ୍ଦେଶ୍ୟରେ ପ୍ରଥମଜାତ ଫଳସ୍ଵରୂପେ ମନୁଷ୍ୟମାନଙ୍କ ମଧ୍ୟରୁ କ୍ରୀତ ହୋଇଅଛନ୍ତି;


ଆମ୍ଭେମାନେ ଯେପରି ତାହାଙ୍କ ସୃଷ୍ଟ ବିଷୟମାନଙ୍କ ମଧ୍ୟରୁ ଏକ ପ୍ରକାର ପ୍ରଥମଫଳ ସ୍ଵରୂପ ହେଉ, ଏଥିନିମନ୍ତେ ସେ ଆପଣା ଇଚ୍ଛାନୁସାରେ ସତ୍ୟ ବାକ୍ୟ ଦ୍ଵାରା ଆମ୍ଭମାନଙ୍କୁ ଜନ୍ମ ଦେଲେ।


ଦେଖ, ଯେଉଁମାନେ ତୁମ୍ଭ ପ୍ରତି କୁପିତ ଅଛନ୍ତି, ସେସମସ୍ତେ ଲଜ୍ଜିତ ଓ ଘାବରା ହେବେ; ଯେଉଁମାନେ ତୁମ୍ଭ ସଙ୍ଗେ ବିରୋଧ କରନ୍ତି, ସେମାନେ ଅବସ୍ତୁ ତୁଲ୍ୟ ହୋଇ ବିନଷ୍ଟ ହେବେ।


ଆଉ ଯଦି ପ୍ରଥମ ଉତ୍ସର୍ଗୀକୃତ ଅଂଶ ପବିତ୍ର, ତାହାହେଲେ ସମସ୍ତ ପିଠୋଉ ମଧ୍ୟ ପବିତ୍ର; ପୁଣି, ଯଦି ମୂଳ ପବିତ୍ର, ତେବେ ଶାଖାସବୁ ମଧ୍ୟ ପବିତ୍ର।


କାରଣ ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି; ଯେଉଁ ଗୋଷ୍ଠୀଗଣ ତୁମ୍ଭମାନଙ୍କୁ ଲୁଟିଲେ, ସେମାନଙ୍କ ନିକଟକୁ ମହିମାର୍ଥେ ସେ ମୋତେ ପ୍ରେରଣ କରିଅଛନ୍ତି; କାରଣ ଯେଉଁ ଲୋକ ତୁମ୍ଭମାନଙ୍କୁ ସ୍ପର୍ଶ କରେ, ସେ ତାହାଙ୍କ ଚକ୍ଷୁର ପିତୁଳାକୁ ସ୍ପର୍ଶ କରେ।


ଯେଉଁମାନେ ସେମାନଙ୍କୁ ପାଇଲେ, ସେସମସ୍ତେ ସେମାନଙ୍କୁ ଗ୍ରାସ କରିଅଛନ୍ତି ଓ ସେମାନଙ୍କର ବିପକ୍ଷମାନେ କହିଲେ, ଆମ୍ଭେମାନେ ଦୋଷ କରୁ ନାହୁଁ , କାରଣ ସେମାନେ ଧର୍ମନିବାସ ସଦାପ୍ରଭୁଙ୍କର, ଆପଣା-ମାନଙ୍କର ପିତୃପୁରୁଷଗଣର ଆଶାଭୂମି ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କରିଅଛନ୍ତି।


କିନ୍ତୁ ଯେ ତୁମ୍ଭମାନଙ୍କୁ ଅନ୍ଧକାରରୁ ଆପଣା ଆଶ୍ଚର୍ଯ୍ୟ ଆଲୋକ ମଧ୍ୟକୁ ଆହ୍ଵାନ କରିଅଛନ୍ତି, ତୁମ୍ଭେମାନେ ଯେପରି ତାହାଙ୍କ ଗୁଣ କୀର୍ତ୍ତନ କର, ଏଥିନିମନ୍ତେ ତୁମ୍ଭେମାନେ ଏକ ମନୋନୀତ ବଂଶ, ରାଜକୀୟ ଯାଜକବର୍ଗ, ପବିତ୍ର ଜାତି ପୁଣି ଈଶ୍ଵରଙ୍କ ନିଜସ୍ଵ ପ୍ରଜା ହୋଇଅଛ।


ଅର୍ଥାତ୍, ଆମ୍ଭେମାନେ ଯେପରି ତାହାଙ୍କ ସାକ୍ଷାତରେ ପବିତ୍ର ଓ ଅନିନ୍ଦନୀୟ ହେଉ, ଏଥିପାଇଁ ସେ ଜଗତର ପତ୍ତନ ପୂର୍ବେ ତାହାଙ୍କଠାରେ ଆମ୍ଭମାନଙ୍କୁ ମନୋନୀତ କଲେ;


ଆମ୍ଭେ ଆପଣା ଇସ୍ରାଏଲ-ଲୋକଙ୍କୁ ଯେଉଁ ଅଧିକାର ଭୋଗ କରିବାକୁ ଦେଇଅଛୁ, ତାହା ସ୍ପର୍ଶକାରୀ ଆମ୍ଭର ଦୁଷ୍ଟ ପ୍ରତିବାସୀସକଳର ବିରୁଦ୍ଧରେ ସଦାପ୍ରଭୁ ଏହି କଥା କହନ୍ତି; ଦେଖ, ଆମ୍ଭେ ସେମାନଙ୍କ ଦେଶରୁ ସେମାନଙ୍କୁ ଉତ୍ପାଟନ କରିବା ଓ ସେମାନଙ୍କ ମଧ୍ୟରୁ ଯିହୁଦା-ବଂଶକୁ ଉତ୍ପାଟନ କରିବା।


କାରଣ ତୁମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କ ପବିତ୍ର ଲୋକ, ପୁଣି ପୃଥିବୀସ୍ଥ ସମସ୍ତ ଗୋଷ୍ଠୀରୁ ତୁମ୍ଭକୁ ଆପଣାର ସଞ୍ଚିତ ଧନ କରିବା ନିମନ୍ତେ ସଦାପ୍ରଭୁ ତୁମ୍ଭକୁ ମନୋନୀତ କରିଅଛନ୍ତି।


କାରଣ ତୁମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କ ପବିତ୍ର ଲୋକ ଅଟ; ପୃଥିବୀସ୍ଥ ସମସ୍ତ ଗୋଷ୍ଠୀରୁ ତୁମ୍ଭକୁ ଆପଣାର ସଞ୍ଚିତ ଧନ କରିବା ନିମନ୍ତେ ସଦାପ୍ରଭୁ ତୁମ୍ଭ ପରମେଶ୍ଵର ତୁମ୍ଭକୁ ମନୋନୀତ କରିଅଛନ୍ତି।


ସେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆପଣା-ମାନଙ୍କର ସମସ୍ତ ଉତ୍ତମ ତୈଳ ଓ ସମସ୍ତ ଉତ୍ତମ ଦ୍ରାକ୍ଷାଫଳ ଓ ଶସ୍ୟ, ଯେ ଯେ ପ୍ରଥମଜାତ ଫଳ ଉତ୍ସର୍ଗ କରିବେ, ତାହାସବୁ ଆମ୍ଭେ ତୁମ୍ଭକୁ ଦେଲୁ।


ଆଉ ସେମାନଙ୍କ ଗୃହରେ ଥିବା ମଣ୍ତଳୀକି ନମସ୍କାର ଜଣାଅ। ମୋହର ପ୍ରିୟ ଏପାଇନେତଙ୍କୁ ନମସ୍କାର ଜଣାଅ, ସେ ଖ୍ରୀଷ୍ଟଙ୍କ ଉଦ୍ଦେଶ୍ୟରେ ଆସିଆର ପ୍ରଥମ ଫଳସ୍ଵରୂପ।


ଆଉ, ଯେଉଁ ଗୋଷ୍ଠୀଗଣ ନିଶ୍ଚିନ୍ତରେ ଅଛନ୍ତି, ସେମାନଙ୍କ ପ୍ରତି ଆମ୍ଭେ ଅତ୍ୟ; ବିରକ୍ତ ଅଛୁ; କାରଣ ଆମ୍ଭେ ଅଳ୍ପମାତ୍ର ବିରକ୍ତ ହୁଅନ୍ତେ, ସେମାନେ କ୍ଳେଶ ବୃଦ୍ଧିର ସାହାଯ୍ୟ କଲେ।


ତୁମ୍ଭେମାନେ ଆପଣା ଆପଣା ସନ୍ତାନଗଣକୁ ଏହା ଜଣାଅ ଓ ତୁମ୍ଭମାନଙ୍କର ସନ୍ତାନଗଣ ସେମାନଙ୍କ ସନ୍ତାନଗଣକୁ ଜଣାଉନ୍ତୁ, ଆଉ ସେମାନଙ୍କର ସନ୍ତାନଗଣ ଆସନ୍ତା ପୁରୁଷଙ୍କୁ ଜଣାଉନ୍ତୁ।


ଏହେତୁ ଯେଉଁମାନେ ତୁମ୍ଭକୁ ଗ୍ରାସ କରନ୍ତି, ସେମାନେ ଗ୍ରାସିତ ହେବେ ଓ ତୁମ୍ଭର ବିପକ୍ଷ ସମସ୍ତେ ସେମାନଙ୍କର ପ୍ରତ୍ୟେକ ଜଣର ବନ୍ଦୀତ୍ଵ ସ୍ଥାନକୁ ଯିବେ ଓ ଯେଉଁମାନେ ତୁମ୍ଭକୁ ଲୁଟନ୍ତି, ସେମାନେ ଲୁଟିତ ହେବେ; ଯେଉଁମାନେ ତୁମ୍ଭର ଦ୍ରବ୍ୟ ହରଣ କରନ୍ତି, ସେସମସ୍ତଙ୍କର ଦ୍ରବ୍ୟ ଆମ୍ଭେ ହରଣ କରାଇବା।


ଆମ୍ଭେ ଆପଣା ଲୋକମାନଙ୍କ ପ୍ରତି କ୍ରୁଦ୍ଧ ହୋଇ ଆପଣା ଅଧିକାର ଅପବିତ୍ର କଲୁ ଓ ତୁମ୍ଭ ହସ୍ତରେ ସେମାନଙ୍କୁ ସମର୍ପଣ କଲୁ; ତୁମ୍ଭେ ସେମାନଙ୍କ ପ୍ରତି କିଛି ଦୟା ପ୍ରକାଶ କଲ ନାହିଁ; ତୁମ୍ଭେ ବୃଦ୍ଧ ଲୋକ ଉପରେ ତୁମ୍ଭର ଯୁଆଳି ବଡ଼ ଭାରୀ କରି ଥୋଇଲ ।


ପୁଣି ସେ ତୁମ୍ଭକୁ ପ୍ରଶଂସାରେ ଓ ନାମରେ ଓ ସମ୍ମାନରେ ଆପଣାର ସୃଷ୍ଟ ସମସ୍ତ ଦେଶୀୟ ଲୋକମାନଙ୍କ ଅପେକ୍ଷା ଶ୍ରେଷ୍ଠ କରିବେ, ଆଉ ତୁମ୍ଭେ ତାହାଙ୍କ ବାକ୍ୟାନୁସାରେ ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କ ଉଦ୍ଦେଶ୍ୟରେ ପବିତ୍ର ଲୋକ ହେବ।


ଆଉ, ତୁମ୍ଭେ ଶସ୍ୟଚ୍ଛେଦନ ଉତ୍ସବ, ଅର୍ଥାତ୍, କ୍ଷେତ୍ରରେ ଯାହା ବୁଣ, ତହିଁର ପ୍ରଥମ ସଂଗୃହୀତ ଫଳର ଉତ୍ସବ ପାଳନ କର; ପୁଣି ବର୍ଷ ଶେଷରେ କ୍ଷେତ୍ରରୁ ଫଳ ସଂଗ୍ରହ କରିବା ସମୟରେ ଫଳ ସଞ୍ଚୟର ଉତ୍ସବ ପାଳନ କର।


ତୁମ୍ଭେ ଆପଣା ଶସ୍ୟର ପୂର୍ଣ୍ଣତାରୁ ଓ (ଫଳାଦିର) ରସରୁ ଉତ୍ସର୍ଗ କରିବାକୁ ବିଳମ୍ଵ କରିବ ନାହିଁ। ତୁମ୍ଭେ ଆପଣା ପ୍ରଥମଜାତ ପୁତ୍ରମାନଙ୍କୁ ଆମ୍ଭଙ୍କୁ ଦେବ।


ନାନା ପ୍ରଧାନ ଗୋଷ୍ଠୀ ମଧ୍ୟରେ ପ୍ରସିଦ୍ଧ, ଯେଉଁ-ମାନଙ୍କ ନିକଟକୁ ଇସ୍ରାଏଲ-ବଂଶ ଆସନ୍ତି, ଏପରି ଯେ ସିୟୋନସ୍ଥ ସୁଖରେ ଥିବା ଲୋକମାନେ ଓ ଶମରୀୟା ପର୍ବତସ୍ଥ ନିରାପଦରେ ଥିବା ଲୋକମାନେ, ସେମାନେ ସନ୍ତାପର ପାତ୍ର !


ହେ ଯାକୁବର ବଂଶ, ଆଉ ହେ ଇସ୍ରାଏଲ-ବଂଶର ଗୋଷ୍ଠୀସବୁ, ସଦାପ୍ରଭୁଙ୍କର ବାକ୍ୟ ଶୁଣ;


ଏଉତ୍ତାରେ ସେ ବାୟୁ ତୁଲ୍ୟ ବହି ବ୍ୟାପି ଯିବ ଓ ସେ, ଅର୍ଥାତ୍, ଯାହାର ଶକ୍ତି ତାହାର ଦେବତା, ସେ ଦଣ୍ତନୀୟ ହେବ।


Swiv nou:

Piblisite


Piblisite