Biblia Todo Logo
Bib sou entènèt

- Piblisite -




ଯିରିମୀୟ 2:32 - ପବିତ୍ର ବାଇବଲ (Re-edited) - (BSI)

32 କନ୍ୟା କି ଆପଣା ଅଳଙ୍କାର ଓ ବିବାହିତା କନ୍ୟା କି ଆପଣା ଭୂଷଣ ପାସୋରି ପାରେ? ତଥାପି ଆମ୍ଭର ଲୋକେ ଆମ୍ଭକୁ ଅସଂଖ୍ୟ ଦିନ ପାସୋରି ଅଛନ୍ତି।

Gade chapit la Kopi

ଓଡିଆ ବାଇବେଲ

32 କନ୍ୟା କି ଆପଣା ଅଳଙ୍କାର ଓ ବିବାହିତା କନ୍ୟା କି ଆପଣା ଭୂଷଣ ପାସୋରି ପାରେ ? ତଥାପି ଆମ୍ଭର ଲୋକେ ଆମ୍ଭକୁ ଅସଂଖ୍ୟ ଦିନ ପାସୋରି ଅଛନ୍ତି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

32 କନ୍ୟା କି ଆପଣା ଅଳଙ୍କାର ଓ ବିବାହିତା କନ୍ୟା କି ଆପଣା ଭୂଷଣ ପାସୋରି ପାରେ? ତଥାପି ଆମ୍ଭର ଲୋକେ ଆମ୍ଭକୁ ଅସଂଖ୍ୟ ଦିନ ପାସୋରିଅଛନ୍ତି।

Gade chapit la Kopi

ପବିତ୍ର ବାଇବଲ

32 ଜଣେ ଯୁବତୀ କ’ଣ ନିଜର ଅଳଙ୍କାରକୁ ଭୁଲିପାରେ? ଜଣେ କନ୍ୟା କ’ଣ ତା'ର ପୋଷାକକୁ ଭୁଲି ପାରିବ? କିନ୍ତୁ ମୋର ଲୋକମାନେ ମୋତେ ଅସଂଖ୍ୟ ଥର ପାଶୋରି ଅଛନ୍ତି।

Gade chapit la Kopi




ଯିରିମୀୟ 2:32
24 Referans Kwoze  

ଯେ ମିସରରେ ବିବିଧ ମହତ କର୍ମ, ହାମ୍ ଦେଶରେ ନାନା ଆଶ୍ଚର୍ଯ୍ୟକର୍ମ ଓ ସୂଫ ସମୁଦ୍ର ନିକଟରେ ଭୟଙ୍କର କର୍ମ ସାଧନ କରିଥିଲେ;


ସଦାପ୍ରଭୁ କହନ୍ତି, ଆମ୍ଭଠାରୁ ଏହି ତୁମ୍ଭର ବାଣ୍ଟ ଓ ପରିମିତ ଅଂଶ; କାରଣ ତୁମ୍ଭେ ଆମ୍ଭକୁ ପାସୋରି ଅଛ ଓ ମିଥ୍ୟାରେ ବିଶ୍ଵାସ କରିଅଛ।


ବୃକ୍ଷଶୂନ୍ୟ ଉଚ୍ଚସ୍ଥଳୀମାନରେ ଏକ ସ୍ଵର, ଇସ୍ରାଏଲ ସନ୍ତାନଗଣର ରୋଦନ ଓ କାକୁକ୍ତି ଶୁଣାଯାଏ; କାରଣ ସେମାନେ କୁଟିଳ ପଥଗାମୀ ଓ ସଦାପ୍ରଭୁ ଆପଣା ପରମେଶ୍ଵରଙ୍କୁ ପାସୋରି ପକାଇ ଅଛନ୍ତି।


ଦେବତାମାନେ ଈଶ୍ଵର ନୋହିଲେ ହେଁ କୌଣସି ଦେଶୀୟ ଲୋକେ କି ଆପଣା ଦେବତାମାନଙ୍କୁ ବଦଳ କରିଅଛନ୍ତି? ମାତ୍ର ଆମ୍ଭର ଲୋକମାନେ ନିଷ୍ଫଳ ବସ୍ତୁ ନିମନ୍ତେ ଆପଣାମାନଙ୍କର ଗୌରବସ୍ଵରୂପଙ୍କୁ ବଦଳ କରିଅଛନ୍ତି ।


କାରଣ ତୁମ୍ଭେ ଆପଣା ପରିତ୍ରାଣର ପରମେଶ୍ଵରଙ୍କୁ ପାସୋରିଅଛ ଓ ଆପଣା ଶକ୍ତି ସ୍ଵରୂପ ଶୈଳ ବିଷୟରେ ମନୋଯୋଗୀ ହୋଇ ନାହଁ; ଏହେତୁ ତୁମ୍ଭେ ସୁନ୍ଦର ସୁନ୍ଦର ଚାରା ରୋପଣ କରୁଅଛ ଓ ବିଦେଶୀୟ କଲମ ସଙ୍ଗେ ତାହା ବସାଉଅଛ;


କାରଣ ଇସ୍ରାଏଲ ଆପଣା ସୃଷ୍ଟିକର୍ତ୍ତାଙ୍କୁ ପାସୋରିଅଛି ଓ ନାନା ଅଟ୍ଟାଳିକା ନିର୍ମାଣ କରିଅଛି ଓ ଯିହୁଦା ଅନେକ ପ୍ରାଚୀରବେଷ୍ଟିତ ନଗର ପ୍ରସ୍ତୁତ କରିଅଛି, ମାତ୍ର ଆମ୍ଭେ ତାହାର ନଗରସକଳର ଉପରେ ଅଗ୍ନି ନିକ୍ଷେପ କରିବା ଓ ତାହା ତହିଁର ଦୁର୍ଗସଳକ ଗ୍ରାସ କରିବ।


ମୁଁ ସଦାପ୍ରଭୁଙ୍କଠାରେ ଅତିଶୟ ଆନନ୍ଦ କରିବି; ମୋର ପ୍ରାଣ ମୋʼ ପରମେଶ୍ଵରଙ୍କଠାରେ ଉଲ୍ଲସିତ ହେବନ୍ତ କାରଣ ବର ଯେପରି ଭୂଷଣରେ ଆପଣାକୁ ଭୂଷିତ କରେ ଓ କନ୍ୟା ଯେପରି ଆପଣା ରନିରେ ଆପଣାକୁ ଭୂଷିତା କରେ, ସେପରି ସେ ପରିତ୍ରାଣରୂପ ବସ୍ତ୍ରରେ ମୋତେ ବସ୍ତ୍ରାନ୍ଵିତ କରିଅଛନ୍ତି ଓ ଧର୍ମରୂପ ରାଜବସ୍ତ୍ରରେ ମୋତେ ଆଚ୍ଛାଦିତ କରିଅଛନ୍ତି ।


ଦୁଷ୍ଟମାନେ ଓ ଯେଉଁ ଗୋଷ୍ଠୀୟମାନେ ପରମେଶ୍ଵରଙ୍କୁ ପାସୋରନ୍ତି, ସେସମସ୍ତେ ପାତାଳକୁ ଚାଲିଯିବେ।


ମାତ୍ର ଆମ୍ଭର ଲୋକମାନେ ଆମ୍ଭକୁ ପାସୋରି ଅସାର (ଦେବଗଣର) ଉଦ୍ଦେଶ୍ୟରେ ଧୂପ ଜ୍ଵଳାଇ ଅଛନ୍ତି, ଆଉ ସେମାନେ ଅପ୍ରସ୍ତୁତ ମାର୍ଗର ନାନା ଉପପଥରେ ସେମାନଙ୍କୁ ଗମନ କରାଇବା ନିମନ୍ତେ ସେମାନଙ୍କ ପଥରେ, ପୁରାତନ ପଥରେ ସେମାନଙ୍କର ବିଘ୍ନ ଜନ୍ମାଇ ଅଛନ୍ତି;


ଏହି ଯେଉଁ ଦୁଷ୍ଟ ଲୋକମାନେ ଆମ୍ଭ ବାକ୍ୟ ଶୁଣିବାକୁ ଅସମ୍ମତ ହୋଇ ଆପଣା ଆପଣା ଅନ୍ତଃକରଣର ଅବାଧ୍ୟତା-ନୁସାରେ ଚାଲନ୍ତି ଓ ଅନ୍ୟ ଦେବଗଣର ସେବା ଓ ପୂଜା କରିବା ନିମନ୍ତେ ସେମାନଙ୍କର ପଶ୍ଚାଦ୍ଗମନ କରିଅଛନ୍ତି, ସେମାନେ ଏହି ଅକର୍ମଣ୍ୟ ପଟୁକା ତୁଲ୍ୟ ହେବେ।


ପୁଣି ମୁଁ ପବିତ୍ର ନଗରୀ, ଅର୍ଥାତ୍, ନୂତନ ଯିରୂଶାଲମକୁ ବର ନିମନ୍ତେ ସଜ୍ଜିତା କନ୍ୟାର ସଦୃଶ ପ୍ରସ୍ତୁତା ହୋଇ ସ୍ଵର୍ଗରୁ ଈଶ୍ଵରଙ୍କ ନିକଟରୁ ଅବତରଣ କରିବାର ଦେଖିଲି।


ତୁମ୍ଭ ମଧ୍ୟରେ ଲୋକମାନେ ରକ୍ତପାତ କରିବା ପାଇଁ ଲାଞ୍ଚ ନେଇ ଅଛନ୍ତି; ତୁମ୍ଭେ ସୁଧ ଓ ବୃଦ୍ଧି ଗ୍ରହଣ କରିଅଛ, ଆଉ ତୁମ୍ଭେ ଲୋଭରେ ଉପଦ୍ରବ କରି ଆପଣା ପ୍ରତିବାସୀ-ଠାରୁ ଲାଭ ନେଇଅଛ, ପୁଣି, ଆମ୍ଭକୁ ପାସୋରିଅଛ, ଏହା ପ୍ରଭୁ ସଦାପ୍ରଭୁ କହନ୍ତି।


ପୁଣି ଓଟମାନେ ଜଳ ପାନ କଲା ଉତ୍ତାରେ ସେହି ପୁରୁଷ ତାହା ନିମନ୍ତେ ଅଧଭରି ପରିମିତ ସୁବର୍ଣ୍ଣ ନଥ ଓ ତାହାର ହସ୍ତ ନିମନ୍ତେ ଦଶଭରି ପରିମିତ ଦୁଇ ସୁବର୍ଣ୍ଣ ବଳା ନେଇ କହିଲା,


ହେ ଇସ୍ରାଏଲର କନ୍ୟାଗଣ, ଶାଉଲଙ୍କ ପାଇଁ ରୋଦନ କର, ସେ ତୁମ୍ଭମାନଙ୍କୁ ସିନ୍ଦୂରବର୍ଣ୍ଣ ବସ୍ତ୍ରରେ ସୁନ୍ଦର ରୂପେ ବସ୍ତ୍ରାନ୍ଵିତ କଲେ, ସେ ତୁମ୍ଭମାନଙ୍କ ବସ୍ତ୍ର ଉପରେ ସ୍ଵର୍ଣ୍ଣ ଅଳଙ୍କାର ମଣ୍ତିଲେ।


ଅନନ୍ତର ସେହି ଦାସ ରୂପା ଓ ସୁନାର ଆଭରଣ ଓ ବସ୍ତ୍ର ବାହାର କରି ରିବିକାକୁ ଦେଲା; ପୁଣି ତାହାର ଭ୍ରାତା ଓ ମାତାକୁ ହିଁ ବହୁମୂଲ୍ୟ ଦ୍ରବ୍ୟ ଦେଲା।


ପୁଣି ସେହି ମନୁଷ୍ୟ ମୋତେ ଏହି ଏହି କଥା କହିଲା, ଆପଣା ଭଗିନୀ ରିବିକା ମୁଖରୁ ଏହା ଶୁଣି ଆଉ ଭଗିନୀର ନଥ ଓ ହସ୍ତରେ ବଳା ଦେଖି ସେହି ପୁରୁଷ ନିକଟକୁ ଗଲା, ପୁଣି ତାହାକୁ କୂପ ପାଖରେ ଓଟମାନଙ୍କ ସହିତ ଛିଡ଼ା ହୋଇଥିବାର ଦେଖି କହିଲା,


ପୁଣି, କାହାର ସକାଶୁ ତୁମ୍ଭେ ଏପରି ତ୍ରାସଯୁକ୍ତା ଓ ଭୀତା ହୋଇଅଛଯେ, ତୁମ୍ଭେ ମିଥ୍ୟା କହୁଅଛ ଓ ଆମ୍ଭକୁ ସ୍ମରଣ କରି ନାହଁ, କିଅବା ଆପଣା ମନ ତହିଁରେ ଦେଇ ନାହଁ? ଆମ୍ଭେ କି ଦୀର୍ଘକାଳ ନୀରବ ରହି ନାହୁଁ, ତେଣୁ ତୁମ୍ଭେ କି ଆମ୍ଭକୁ ଭୟ କରୁ ନାହଁ?


ତୁମ୍ଭେ ପ୍ରେମର ଚେଷ୍ଟାରେ କିପରି ଆପଣା ପଥ ସଜାଡ଼ୁଅଛ ! ଏହି କାରଣରୁ ଦୁଷ୍ଟା ସ୍ତ୍ରୀମାନଙ୍କୁ ହିଁ ତୁମ୍ଭେ ଆପଣା ପଥ ଶିଖାଇଅଛ।


ମାତ୍ର ଯିଶୁରୁଣ ଚର୍ବିରେ ଫୁଲି ପଦାଘାତ କଲା; ତୁମ୍ଭେ ଚର୍ବିରେ ଫୁଲିଅଛ, ତୁମ୍ଭେ ମୋଟ ହୋଇଅଛ, ତୁମ୍ଭେ ଚିକ୍କଣ ହୋଇଅଛ। ତହୁଁ ସେ ଆପଣା ସୃଷ୍ଟିକର୍ତ୍ତା ପରମେଶ୍ଵରଙ୍କୁ ତ୍ୟାଗ କଲାପ, ପୁଣି ଆପଣା ତ୍ରାଣ ରୂପ ଶୈଳଙ୍କୁ ଲଘୁ ଜ୍ଞାନ କଲା।


ଆଉ ଚତୁର୍ଦ୍ଦିଗସ୍ଥିତ ଶତ୍ରୁଗଣ ହସ୍ତରୁ ଇସ୍ରାଏଲ-ସନ୍ତାନଗଣକୁ ରକ୍ଷା କରିଥିଲେ ଯେ ସଦାପ୍ରଭୁ ସେମାନଙ୍କ ପରମେଶ୍ଵର, ତାହାଙ୍କୁ ସେମାନେ ସ୍ମରଣ କଲେ ନାହିଁ।


ସେମାନଙ୍କର ପିତୃପୁରୁଷମାନେ ଯେପରି ବାଲ୍ଦେବ ସକାଶେ ଆମ୍ଭ ନାମ ପାସୋରି ପକାଇଲେ, ସେପରି ସେମାନେ ଆପଣା ଆପଣା ପ୍ରତିବାସୀ ନିକଟରେ ନିଜ ସ୍ଵପ୍ନ କଥା କହି ଆମ୍ଭ ଲୋକମାନଙ୍କୁ ଆମ୍ଭର ନାମ ବିସ୍ମୃତ କରାଇବାକୁ ବିଚାର କରନ୍ତି।


Swiv nou:

Piblisite


Piblisite