Biblia Todo Logo
Bib sou entènèt

- Piblisite -




ଯିରିମୀୟ 2:4 - ପବିତ୍ର ବାଇବଲ (Re-edited) - (BSI)

4 ହେ ଯାକୁବର ବଂଶ, ଆଉ ହେ ଇସ୍ରାଏଲ-ବଂଶର ଗୋଷ୍ଠୀସବୁ, ସଦାପ୍ରଭୁଙ୍କର ବାକ୍ୟ ଶୁଣ;

Gade chapit la Kopi

ଓଡିଆ ବାଇବେଲ

4 ହେ ଯାକୁବର ବଂଶ, ଆଉ ହେ ଇସ୍ରାଏଲ ବଂଶର ଗୋଷ୍ଠୀସବୁ, ସଦାପ୍ରଭୁଙ୍କର ବାକ୍ୟ ଶୁଣ;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ହେ ଯାକୁବର ବଂଶ, ଆଉ ହେ ଇସ୍ରାଏଲ ବଂଶର ଗୋଷ୍ଠୀସବୁ, ସଦାପ୍ରଭୁଙ୍କର ବାକ୍ୟ ଶୁଣ;

Gade chapit la Kopi

ପବିତ୍ର ବାଇବଲ

4 ହେ ଯାକୁବର ବଂଶ, ଆଉ ହେ ଇସ୍ରାଏଲ ବଂଶର ଗୋଷ୍ଠୀସବୁ, ସଦାପ୍ରଭୁଙ୍କର ବାକ୍ୟ ଶୁଣ।

Gade chapit la Kopi




ଯିରିମୀୟ 2:4
14 Referans Kwoze  

ସଦାପ୍ରଭୁ ଯାହା କହନ୍ତି, ତାହା ତୁମ୍ଭେମାନେ ଏବେ ଶୁଣ; ତୁମ୍ଭେ ଉଠ, ପର୍ବତଗଣର ସମ୍ମୁଖରେ ବିବାଦ କର ଓ ଉପପର୍ବତଗଣ ତୁମ୍ଭର ରବ ଶୁଣନ୍ତୁ।


ହେ ଇସ୍ରାଏଲ-ସନ୍ତାନଗଣ, ତୁମ୍ଭେମାନେ ସଦାପ୍ରଭୁଙ୍କର ବାକ୍ୟ ଶୁଣ; କାରଣ ଦେଶରେ ସତ୍ୟ ଅବା ଦୟା କିଅବା ପରମେଶ୍ଵର ବିଷୟକ ଜ୍ଞାନ ନ ଥିବାରୁ ଦେଶନିବାସୀଗଣର ସହିତ ସଦାପ୍ରଭୁଙ୍କର ବିବାଦ ଅଛି।


ତଥାପି ହେ ସିଦିକୀୟ ଯିହୁଦାର ରାଜନ୍, ସଦାପ୍ରଭୁଙ୍କର ବାକ୍ୟ ଶୁଣ; ସଦାପ୍ରଭୁ ତୁମ୍ଭ ବିଷୟରେ ଏହି କଥା କହନ୍ତି, ତୁମ୍ଭେ ଖଡ଼୍‍ଗ ଦ୍ଵାରା ମରିବ ନାହିଁ;


ଏହି ଲୋକମାନେ ଯାହା କହିଅଛନ୍ତି, ତାହା କି ତୁମ୍ଭେ ବିବେଚନା କରୁ ନାହଁ? ସେମାନେ କହିଅଛନ୍ତି, ସଦାପ୍ରଭୁ ଆପଣାର ମନୋନୀତ ଦୁଇ ଗୋଷ୍ଠୀଙ୍କି ଅଗ୍ରାହ୍ୟ କରିଅଛନ୍ତି। ଏହିରୂପେ ସେମାନେ ଆମ୍ଭ ଲୋକମାନଙ୍କୁ ତୁଚ୍ଛ ଜ୍ଞାନ କରନ୍ତି, ସେମାନଙ୍କ ସାକ୍ଷାତରେ ସେମାନେ ଏକ ଗୋଷ୍ଠୀ ହୋଇ ଯେପରି ଆଉ ରହିବେ ନାହିଁ।


ସଦାପ୍ରଭୁ କହନ୍ତି, ସେ ସମୟରେ ଆମ୍ଭେ ଇସ୍ରାଏଲର ସମୁଦାୟ ଗୋଷ୍ଠୀର ପରମେଶ୍ଵର ହେବା ଓ ସେମାନେ ଆମ୍ଭର ଲୋକ ହେବେ।


ଆଉ କୁହ, ହେ ଯିହୁଦାର ରାଜଗଣ ଓ ଯିରୂଶାଲମ ନିବାସୀମାନେ, ତୁମ୍ଭେମାନେ ସଦାପ୍ରଭୁଙ୍କ ବାକ୍ୟ ଶୁଣ; ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ଏହି କଥା କହନ୍ତି, ଦେଖ, ଆମ୍ଭେ ଏହି ସ୍ଥାନ ପ୍ରତି ଅମଙ୍ଗଳ ଘଟାଇବା, ତାହା ଯେ ଶୁଣେ, ତାହାର କର୍ଣ୍ଣ ଶିହରି ଉଠିବ।


ତୁମ୍ଭେମାନେ ଶୁଣ ଓ କର୍ଣ୍ଣପାତ କର; ଅହଙ୍କାର କର ନାହିଁ; କାରଣ ସଦାପ୍ରଭୁ କଥା କହିଅଛନ୍ତି।


ତୁମ୍ଭେ ସଦାପ୍ରଭୁଙ୍କ ଗୃହର ଦ୍ଵାରରେ ଠିଆ ହୋଇ ସେଠାରେ ଏହି କଥା ପ୍ରଚାର କରି କୁହ, ହେ ଯିହୁଦାର ଲୋକ ସମସ୍ତେ, ସଦାପ୍ରଭୁଙ୍କର ଭଜନା କରିବା ନିମନ୍ତେ ଏହିସବୁ ଦ୍ଵାରରେ ପ୍ରବେଶ କରିଥାଅ ଯେ ତୁମ୍ଭେମାନେ, ତୁମ୍ଭେମାନେ ସଦାପ୍ରଭୁଙ୍କର ବାକ୍ୟ ଶୁଣ।


ହେ ଅଜ୍ଞାନ ଓ ବୁଦ୍ଧିହୀନ ଲୋକେ, ଚକ୍ଷୁ ଥାଉ ଥାଉ ଦେଖୁନାହଁ; କର୍ଣ୍ଣ ଥାଉ ଥାଉ ଶୁଣୁ ନାହଁ ଯେ ତୁମ୍ଭେମାନେ, ତୁମ୍ଭେମାନେ ଏବେ ଏହି କଥା ଶୁଣ;


ଇସ୍ରାଏଲ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର, ତାହାଙ୍କ ଆୟର ପ୍ରଥମ ଫଳ ସ୍ଵରୂପ ଥିଲା। ଯେଉଁମାନେ ତାହାକୁ ଗ୍ରାସ କରନ୍ତି, ସେସମସ୍ତେ ଦୋଷୀ ଗଣାଯିବେ; ସେମାନଙ୍କ ପ୍ରତି ଅମଙ୍ଗଳ ଘଟିବ, ଏହା ସଦାପ୍ରଭୁ କହନ୍ତି।


ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭମାନଙ୍କର ପିତୃପୁରୁଷମାନେ ଆମ୍ଭଠାରେ କେଉଁ ଅନ୍ୟାୟ ଦେଖିଲେ ଯେ, ସେମାନେ ଆମ୍ଭଠାରୁ ଦୂରକୁ ଯାଇଅଛନ୍ତି ଓ ଅସାରତାର ପଶ୍ଚାଦ୍ଗମନ କରି ଅସାର ହୋଇଅଛନ୍ତି?


ହେ ଇସ୍ରାଏଲ-ବଂଶ, ସଦାପ୍ରଭୁ ତୁମ୍ଭମାନଙ୍କୁ ଯେଉଁ କଥା କହନ୍ତି, ତାହା ଶୁଣ;


Swiv nou:

Piblisite


Piblisite