Biblia Todo Logo
Bib sou entènèt

- Piblisite -




ଯିରିମୀୟ 2:7 - ପବିତ୍ର ବାଇବଲ (Re-edited) - (BSI)

7 ପୁଣି, ତୁମ୍ଭେମାନେ ଯେପରି ଫଳ ଓ ଅତ୍ୟୁତ୍ତମ ଦ୍ରବ୍ୟ ଭୋଜନ କରିବ, ଏଥିପାଇଁ ଆମ୍ଭେ ତୁମ୍ଭମାନଙ୍କୁ ଏକ ଅତି ଉର୍ବରା ଦେଶକୁ ଆଣିଲୁ; ମାତ୍ର ତୁମ୍ଭେମାନେ ପ୍ରବେଶ କରି ଆମ୍ଭ ଦେଶକୁ ଅଶୁଚି ଓ ଆମ୍ଭ ଅଧିକାରକୁ ଘୃଣାସ୍ପଦ କଲ।

Gade chapit la Kopi

ଓଡିଆ ବାଇବେଲ

7 ପୁଣି, ତୁମ୍ଭେମାନେ ଯେପରି ଫଳ ଓ ଅତ୍ୟୁତ୍ତମ ଦ୍ରବ୍ୟ ଭୋଜନ କରିବ, ଏଥିପାଇଁ ଆମ୍ଭେ ତୁମ୍ଭମାନଙ୍କୁ ଏକ ଅତି ଉର୍ବରା ଦେଶକୁ ଆଣିଲୁ; ମାତ୍ର ତୁମ୍ଭେମାନେ ପ୍ରବେଶ କରି ଆମ୍ଭ ଦେଶକୁ ଅଶୁଚି ଓ ଆମ୍ଭ ଅଧିକାରକୁ ଘୃଣାସ୍ପଦ କଲ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ପୁଣି, ତୁମ୍ଭେମାନେ ଯେପରି ଫଳ ଓ ଅତ୍ୟୁତ୍ତମ ଦ୍ରବ୍ୟ ଭୋଜନ କରିବ, ଏଥିପାଇଁ ଆମ୍ଭେ ତୁମ୍ଭମାନଙ୍କୁ ଏକ ଅତି ଉର୍ବରା ଦେଶକୁ ଆଣିଲୁ; ମାତ୍ର ତୁମ୍ଭେମାନେ ପ୍ରବେଶ କରି ଆମ୍ଭ ଦେଶକୁ ଅଶୁଚି ଓ ଆମ୍ଭ ଅଧିକାରକୁ ଘୃଣାସ୍ପଦ କଲ।

Gade chapit la Kopi

ପବିତ୍ର ବାଇବଲ

7 ପୁଣି ସଦାପ୍ରଭୁ କହନ୍ତି, “ମୁଁ ତୁମ୍ଭମାନଙ୍କୁ ଏକ ଉର୍ବର ଦେଶକୁ ଆଣିଲି, ଯେଉଁଠାରେ ତୁମ୍ଭେମାନେ ଅତି ଉତ୍ତମ ଖାଦ୍ୟ ଓ ଫଳ ଭୋଜନ କରିବ। ମାତ୍ର ତୁମ୍ଭେମାନେ ପ୍ରବେଶ କଲାପରେ ମୋ’ ଦେଶକୁ ‘ଅଶୁଚି’ ଓ ମୋର ବିରୁଦ୍ଧାଚରଣ କଲ।

Gade chapit la Kopi




ଯିରିମୀୟ 2:7
28 Referans Kwoze  

ପୁଣି, ଆମ୍ଭେ ପ୍ରଥମେ ସେମାନଙ୍କର ଅଧର୍ମ ଓ ପାପର ଦୁଇଗୁଣ ପ୍ରତିଫଳ ଦେବା, କାରଣ ସେମାନେ ଆପଣାମାନଙ୍କ ଘୃଣ୍ୟ ବସ୍ତୁରୂପ ଶବରେ ଆମ୍ଭର ଦେଶ ଅପବିତ୍ର କରିଅଛନ୍ତି ଓ ଆପଣାମାନଙ୍କର ଘୃଣାଯୋଗ୍ୟ କର୍ମରେ ଆମ୍ଭର ଅଧିକାର ପରିପୂର୍ଣ୍ଣ କରିଅଛନ୍ତି।


ପୁଣି ସେମାନେ ବର୍ଣ୍ଣନା କରି ତାଙ୍କୁ କହିଲେ, ତୁମ୍ଭେ ଆମ୍ଭମାନଙ୍କୁ ଯେଉଁ ଦେଶକୁ ପଠାଇଥିଲ, ଆମ୍ଭେମାନେ ସେଠାକୁ ଯାଇଥିଲୁ; ଆଉ ତାହା ଦୁଗ୍ଧମଧୁପ୍ରବାହୀ ପ୍ରମାଣ ଓ ଏହା ତହିଁର ଫଳ।


ହେ ମନୁଷ୍ୟ-ସନ୍ତାନ, ଇସ୍ରାଏଲ-ବଂଶ ନିଜ ଦେଶରେ ବାସ କରିବା ବେଳେ ସେମାନେ ଆପଣାମାନଙ୍କର ଆଚରଣ ଓ କ୍ରିୟା ଦ୍ଵାରା ତାହା ଅଶୁଚି କଲେ; ସେମାନଙ୍କର ଆଚରଣ ଆମ୍ଭ ସାକ୍ଷାତରେ ସ୍ତ୍ରୀଲୋକର ପୃଥକ ସ୍ଥିତିକାଳୀନ ଅଶୌଚର ତୁଲ୍ୟ ଥିଲା।


ତାହାର ବ୍ୟଭିଚାରର ଅଖ୍ୟାତିରେ ଦେଶ ଅଶୁଚି ହେଲା ଓ ସେ ପଥର ଓ କାଠ ସଙ୍ଗରେ ବ୍ୟଭିଚାର କଲା।


ଲୋକେ କହନ୍ତି, କେହି ଆପଣା ଭାର୍ଯ୍ୟାକୁ ତ୍ୟାଗ କଲେ, ସେ ସ୍ତ୍ରୀ ତାହା ନିକଟରୁ ଯାଇ ଯେବେ ଅନ୍ୟ ପୁରୁଷର ହୁଏ, ତେବେ ତାହାର ସ୍ଵାମୀ କି ପୁନର୍ବାର ତାହା ନିକଟକୁ ଯିବ? ଗଲେ, ସେହି ଦେଶ କି ଅତ୍ୟ; ଅଶୁଚି ନୋହିବ? ମାତ୍ର ତୁମ୍ଭେ ଅନେକ ଉପପତିର ସଙ୍ଗେ ବ୍ୟଭିଚାର କରିଅଛ ? ତଥାପି ସଦାପ୍ରଭୁ କହନ୍ତି, ତୁମ୍ଭେ ପୁନର୍ବାର ଆମ୍ଭ ନିକଟକୁ ଫେରି ଆସୁଅଛ !


ତୁମ୍ଭେମାନେ ଉଠ ଓ ପ୍ରସ୍ଥାନ କର; କାରଣ ଏ ତୁମ୍ଭମାନଙ୍କର ବିଶ୍ରାମ ସ୍ଥାନ ନୁହେଁ; ଯେହେତୁ ଅଶୁଚିତା ବିନାଶ, ଅର୍ଥାତ୍, ଭୟାନକ ବିନାଶ କରୁଅଛି।


ସେହି ଦିନ ସେମାନଙ୍କୁ ମିସର ଦେଶରୁ ବାହାର କରି ଆଣିବା ପାଇଁ ଓ ଆମ୍ଭେ ସେମାନଙ୍କ ନିମନ୍ତେ ଯେଉଁ ଦେଶ ଅନୁସନ୍ଧାନ କରିଥିଲୁ, ସର୍ବ ଦେଶର ଗୌରବ ସ୍ଵରୂପ ସେହି ଦୁଗ୍ଧମଧୁପ୍ରବାହୀ ଦେଶକୁ ସେମାନଙ୍କୁ ନେଇଯିବା ପାଇଁ ଆମ୍ଭେ ସେମାନଙ୍କ ପକ୍ଷରେ ଆପଣା ହସ୍ତ ଉଠାଇଲୁ;


ତହିଁରେ ସେମାନେ ପ୍ରାଚୀରବେଷ୍ଟିତ ନଗରସକଳ ଓ ଉର୍ବରା ଭୂମି ନେଲେ, ସର୍ବପ୍ରକାର ଉତ୍ତମ ଦ୍ରବ୍ୟରେ ପରିପୂର୍ଣ୍ଣ ଗୃହ, ଖୋଦିତ କୂପ, ଦ୍ରାକ୍ଷାକ୍ଷେତ୍ର ଓ ଜୀତକ୍ଷେତ୍ର ଓ ପ୍ରଚୁର ଫଳବୃକ୍ଷ ଅଧିକାର କଲେ; ତହୁଁ ସେମାନେ ଭୋଜନ କରି ତୃପ୍ତ ଓ ପୁଷ୍ଟ ହେଲେ ଓ ତୁମ୍ଭର ମହାମଙ୍ଗଳଦାନରେ ଆନନ୍ଦ କଲେ।


ତେବେ ତାହାର ଶବ ରାତ୍ରିଯାକ ବୃକ୍ଷରେ ଟଙ୍ଗା ହୋଇ ରହିବ ନାହିଁ; ମାତ୍ର ତୁମ୍ଭେ କୌଣସି ପ୍ରକାରେ ସେହିଦିନ ତାହାକୁ କବର ଦେବ; କାରଣ ଯେ ଟଙ୍ଗାଯାଏ, ସେ ପରମେଶ୍ଵରଙ୍କ ଅଭିଶାପପାତ୍ର। ଆଉ ସଦାପ୍ରଭୁ ତୁମ୍ଭ ପରମେଶ୍ଵର ଅଧିକାରାର୍ଥେ ତୁମ୍ଭକୁ ଯେଉଁ ଭୂମି ଦେବେ, ତୁମ୍ଭେ ତାହା ଅଶୁଚି କରିବ ନାହିଁ ।


ପୁଣି ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ନ୍ୟାୟ ଓ ଉତ୍ତମ, ତୁମ୍ଭେ ତାହା କରିବ; ତହିଁରେ ତୁମ୍ଭର ମଙ୍ଗଳ ହେବ ଓ ସଦାପ୍ରଭୁ ଆପଣା ବାକ୍ୟାନୁସାରେ ତୁମ୍ଭ ସମ୍ମୁଖରୁ ତୁମ୍ଭର ସମସ୍ତ ଶତ୍ରୁଙ୍କୁ ଦୂର କରିବା ପାଇଁ,


ଚକ୍ଷୁ ଟେକି ବୃକ୍ଷଶୂନ୍ୟ ଟିକର ସ୍ଥାନସବୁ ଦେଖ; ତୁମ୍ଭେ କେଉଁଠାରେ ବ୍ୟଭିଚାର କରି ନାହଁ? ଯେପରି ଆରବୀୟ ଲୋକ ପ୍ରାନ୍ତରରେ ବସେ, ସେପରି ତୁମ୍ଭେ ସେମାନଙ୍କ ନିମନ୍ତେ ରାଜପଥରେ ବସିଅଛ; ଆଉ, ତୁମ୍ଭେ ଆପଣା ବ୍ୟଭିଚାର ଓ ଦୁଷ୍ଟକ୍ରିୟା ଦ୍ଵାରା ଦେଶ ଅଶୁଚି କରିଅଛ ।


ପୁଣି, ସେମାନେ ଆସି ତାହା ଅଧିକାର କଲେ; ମାତ୍ର ସେମାନେ ତୁମ୍ଭ ରବରେ ମନୋଯୋଗ କଲେ ନାହିଁ; କିଅବା ତୁମ୍ଭ ବ୍ୟବସ୍ଥା ପଥରେ ଚାଲିଲେ ନାହିଁ; ତୁମ୍ଭେ ସେମାନଙ୍କୁ ଯାହା ଯାହା ପାଳନ କରିବାକୁ ଆଜ୍ଞା ଦେଲ, ସେସବୁ ମଧ୍ୟରୁ ସେମାନେ କିଛି ହିଁ ପାଳନ କରି ନାହାନ୍ତି; ଏହେତୁ ତୁମ୍ଭେ ଏହିସବୁ ଅମଙ୍ଗଳ ସେମାନଙ୍କ ଉପରେ ଘଟାଇଅଛ।


କାରଣ ଆମ୍ଭ ସାକ୍ଷାତରେ ଯାହା ମନ୍ଦ, କେବଳ ତାହା ହିଁ ଇସ୍ରାଏଲ-ସନ୍ତାନଗଣ ଓ ଯିହୁଦାର ସନ୍ତାନଗଣ ଆପଣା ଆପଣାର ବାଲ୍ୟକାଳରୁ କରି ଆସୁଅଛନ୍ତି; ଇସ୍ରାଏଲ-ସନ୍ତାନଗଣ ଆପଣାମାନଙ୍କର ହସ୍ତକୃତ କର୍ମ ଦ୍ଵାରା ଆମ୍ଭକୁ କେବଳ ବିରକ୍ତ କରିଅଛନ୍ତି, ଏହା ସଦାପ୍ରଭୁ କହନ୍ତି।


କାରଣ ଆମ୍ଭେ ସେମାନଙ୍କୁ ଯେଉଁ ଦେଶ ଦେବା ପାଇଁ ଆପଣା ହସ୍ତ ଉଠାଇଥିଲୁ, ସେହି ଦେଶକୁ ଯେତେବେଳେ ସେମାନଙ୍କୁ ଆଣିଲୁ, ସେତେବେଳେ ସେମାନେ ପ୍ରତ୍ୟେକ ଉଚ୍ଚ ପର୍ବତ ଓ ପ୍ରତ୍ୟେକ ଗହଳିଆ ବୃକ୍ଷ ଦେଖି ସେସ୍ଥାନରେ ବଳିଦାନ କଲେ ଓ ସେହି ସ୍ଥାନରେ ସେମାନେ (ଆମ୍ଭର) ବିରକ୍ତିଜନକ ନୈବେଦ୍ୟ ଉତ୍ସର୍ଗ କଲେ, ସେହି ସ୍ଥାନରେ ମଧ୍ୟ ଆପଣାମାନଙ୍କର ସୌରଭାର୍ଥକ ଦ୍ରବ୍ୟ ରଖିଲେ ଓ ସେହି ସ୍ଥାନରେ ଆପଣାମାନଙ୍କର ପେୟ-ନୈବେଦ୍ୟ ଢାଳିଲେ।


ସେମାନେ ସଦାପ୍ରଭୁଙ୍କ ଦେଶରେ ବାସ କରିବେ ନାହିଁ; ମାତ୍ର ଇଫ୍ରୟିମ ମିସରକୁ ଫେରି ଯିବ, ଆଉ ସେମାନେ ଅଶୂରରେ ଅଶୁଚି ଦ୍ରବ୍ୟ ଭୋଜନ କରିବେ ।


କାରଣ ସଦାପ୍ରଭୁଙ୍କ ଅଂଶ ତାହାଙ୍କର ଲୋକ; ଯାକୁବ ତାହାଙ୍କର ଅଧିକାରର ବାଣ୍ଟ।


ତଥାପି ସେମାନେ ଅନାଜ୍ଞାବହ ହେଲେ ଓ ତୁମ୍ଭ ବିରୁଦ୍ଧରେ ଦ୍ରୋହାଚରଣ କଲେ ଓ ତୁମ୍ଭ ବ୍ୟବସ୍ଥା ଆପଣା ପଛକୁ ପକାଇଲେ, ଆଉ ତୁମ୍ଭର ଯେଉଁ ଭବିଷ୍ୟଦ୍ବକ୍ତା-ମାନେ ସେମାନଙ୍କୁ ତୁମ୍ଭ ପ୍ରତି ପୁନର୍ବାର ଫେରାଇବା ପାଇଁ ସେମାନଙ୍କ ବିପକ୍ଷରେ ସାକ୍ଷ୍ୟ ଦେଲେ, ସେମାନଙ୍କୁ ବଧ କଲେ ଓ ମହାବିରକ୍ତିଜନକ କାର୍ଯ୍ୟ କଲେ।


କାରଣ ସୈନ୍ୟାଧିପତି ସଦାପ୍ରଭୁ ସେମାନଙ୍କୁ ଆଶୀର୍ବାଦ କରି କହିଅଛନ୍ତି, ଆମ୍ଭର ଲୋକ ମିସର ଓ ଆମ୍ଭର ହସ୍ତକୃତ କର୍ମ ଅଶୂର ଓ ଆମ୍ଭର ଅଧିକାର ଇସ୍ରାଏଲ ଆଶୀର୍ବାଦଯୁକ୍ତ ହେଉନ୍ତୁ।


କାରଣ ସେମାନେ ଆମ୍ଭର ଶାସନସକଳ ପାଳନ କଲେ ନାହିଁ, ମାତ୍ର ଆମ୍ଭର ବିଧିସକଳ ଅଗ୍ରାହ୍ୟ କଲେ ଓ ଆମ୍ଭର ବିଶ୍ରାମ ଦିନସକଳ ଅପବିତ୍ର କଲେ, ପୁଣି ସେମାନଙ୍କ ପିତୃବର୍ଗର ପ୍ରତିମାଗଣ ପ୍ରତି ସେମାନଙ୍କର ଦୃଷ୍ଟି ରହିଲା।


ଏହେତୁ ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭେ ଆମ୍ଭକୁ ପାସୋରିଅଛ ଓ ତୁମ୍ଭ ପଛଆଡ଼େ ଆମ୍ଭକୁ ପକାଇଅଛ, ଏଥିପାଇଁ ତୁମ୍ଭେ ମଧ୍ୟ ଆପଣା ଲମ୍ପଟାଚରଣ ଓ ବ୍ୟଭିଚାର କ୍ରିୟାର ଭାର ବହନ କର।


Swiv nou:

Piblisite


Piblisite