Biblia Todo Logo
Bib sou entènèt

- Piblisite -




ଯିରିମୀୟ 20:10 - ପବିତ୍ର ବାଇବଲ (Re-edited) - (BSI)

10 କାରଣ ମୁଁ ଅନେକଙ୍କର ଅପବାଦ ଶୁଣିଅଛି, ଚତୁର୍ଦ୍ଦିଗରେ ଆଶଙ୍କା ଅଛି। ମୋର ଝୁଣ୍ଟିବାର ଅପେକ୍ଷାକାରୀ ଆତ୍ମୀୟ ମିତ୍ରସମସ୍ତେ କହନ୍ତି, ତୁମ୍ଭେମାନେ ଅଭିଯୋଗ କର, ଆମ୍ଭେମାନେ ହିଁ ତାହାର ଅଭିଯୋଗ କରିବା; କେଜାଣି ସେ ଭୁଲିଯିବ, ତହିଁରେ ଆମ୍ଭେମାନେ ତାହାକୁ ପରାସ୍ତ କରି ତାହାଠାରୁ ପରିଶୋଧ ନେବା।

Gade chapit la Kopi

ଓଡିଆ ବାଇବେଲ

10 କାରଣ ମୁଁ ଅନେକଙ୍କର ଅପବାଦ ଶୁଣିଅଛି, ଚତୁର୍ଦ୍ଦିଗରେ ଆଶଙ୍କା ଅଛି। ମୋର ଝୁଣ୍ଟିବାର ଅପେକ୍ଷାକାରୀ ଆତ୍ମୀୟ ମିତ୍ର ସମସ୍ତେ କହନ୍ତି, ତୁମ୍ଭେମାନେ ଅଭିଯୋଗ କର, ଆମ୍ଭେମାନେ ହିଁ ତାହାର ଅଭିଯୋଗ କରିବା; କେଜାଣି ସେ ଭୁଲିଯିବ, ତହିଁରେ ଆମ୍ଭେମାନେ ତାହାକୁ ପରାସ୍ତ କରି ତାହାଠାରୁ ପରିଶୋଧ ନେବା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 କାରଣ ମୁଁ ଅନେକଙ୍କର ଅପବାଦ ଶୁଣିଅଛି, ଚତୁର୍ଦ୍ଦିଗରେ ଆଶଙ୍କା ଅଛି। ମୋର ଝୁଣ୍ଟିବାର ଅପେକ୍ଷାକାରୀ ଆତ୍ମୀୟ ମିତ୍ର ସମସ୍ତେ କହନ୍ତି, “ତୁମ୍ଭେମାନେ ଅଭିଯୋଗ କର, ଆମ୍ଭେମାନେ ହିଁ ତାହାର ଅଭିଯୋଗ କରିବା; କେଜାଣି ସେ ଭୁଲିଯିବ, ତହିଁରେ ଆମ୍ଭେମାନେ ତାହାକୁ ପରାସ୍ତ କରି ତାହାଠାରୁ ପରିଶୋଧ ନେବା।”

Gade chapit la Kopi

ପବିତ୍ର ବାଇବଲ

10 ମୁଁ ବହୁବାର ଅପବାଦ ଶୁଣିଅଛି। ମୋର ଚତୁର୍ଦ୍ଦିଗରେ ଆଶଙ୍କା ଅଛି। ଏପରିକି ମୋର ମିତ୍ରମାନେ ମଧ୍ୟ ମୋର ଦୋଷ ଦେଖନ୍ତି ଓ ଲୋକମାନେ ମୋର ତ୍ରୁଟିକୁ ଅପେକ୍ଷା କରନ୍ତି। ସେମାନେ ଅଭିଯୋଗ କରି କହନ୍ତି, “ଆମ୍ଭେମାନେ ଯିରିମିୟଙ୍କ ବିରୁଦ୍ଧରେ ମିଥ୍ୟା ଓ ମନ୍ଦକଥା କହିବା, ତୁମ୍ଭେମାନେ ମଧ୍ୟ ତାହା କହିବ। ତାହାହେଲେ ଆମ୍ଭେମାନେ ତାକୁ ପରାସ୍ତ କରିବା ଓ ତା’ ଉପରେ ପ୍ରତିଶୋଧ ନେଇପାରିବା।”

Gade chapit la Kopi




ଯିରିମୀୟ 20:10
35 Referans Kwoze  

ହଁ, ମୋହର ନିଜ ସୁହୃଦ, ଯାହାକୁ ମୁଁ ବିଶ୍ଵାସ କଲି, ଯେ ମୋହର ରୋଟୀ ଖାଇଲା, ସେ ଆମ୍ଭ ବିରୁଦ୍ଧରେ ଆପଣା ଗୋଇଠି ଉଠାଇଅଛି।


କାରଣ ମୁଁ ଅନେକଙ୍କଠାରୁ ନିନ୍ଦାବାଦ ଶୁଣିଅଛି, ଚତୁର୍ଦ୍ଦିଗରେ ଆଶଙ୍କା; ସେମାନେ ମୋʼ ବିରୁଦ୍ଧରେ ଏକତ୍ର ମନ୍ତ୍ରଣା କଲା ବେଳେ ମୋʼ ପ୍ରାଣ ନେବା ପାଇଁ ସଙ୍କଳ୍ପ କଲେ।


ସେମାନେ କଥାରେ ମନୁଷ୍ୟକୁ ଦୋଷୀ କରନ୍ତି ଓ ନଗର ଦ୍ଵାରରେ ଦୋଷବକ୍ତା ନିମନ୍ତେ ଫାନ୍ଦ ପାତନ୍ତି ଓ ଅକାରଣରେ ଧାର୍ମିକ ପ୍ରତି ଅନ୍ୟାୟ କରନ୍ତି।


ତେବେ ସେମାନେ କହିଲେ, ଆସ, ଆମ୍ଭେମାନେ ଯିରିମୀୟ ବିରୁଦ୍ଧରେ ପରାମର୍ଶ କରୁ; କାରଣ ଯାଜକ ନିକଟରୁ ବ୍ୟବସ୍ଥା ଅବା ଜ୍ଞାନବାନ ନିକଟରୁ ମନ୍ତ୍ରଣା ଅଥବା ଭବିଷ୍ୟଦ୍ବକ୍ତା ନିକଟରୁ ବାକ୍ୟ ଲୁପ୍ତ ହେବ ନାହିଁ। ଆସ, ଆମ୍ଭେମାନେ ଜିହ୍ଵା ଦ୍ଵାରା ତାହାକୁ ପ୍ରହାର କରୁ, ପୁଣି ତାହାର କୌଣସି କଥାରେ ମନୋଯୋଗ ନ କରୁ।


ପୁଣି, ଏବେ ଏମାନେ ମୋʼ ବିରୁଦ୍ଧରେ ଯେଉଁ ସମସ୍ତ ବିଷୟ ଘେନି ଅଭିଯୋଗ କରୁଅଛନ୍ତି, ସେହିସବୁ ଆପଣଙ୍କ ନିକଟରେ ପ୍ରମାଣ କରି ପାରନ୍ତି ନାହିଁ।


ରକ୍ତପାତ କରିବା ପାଇଁ ନିନ୍ଦକମାନେ ତୁମ୍ଭ ମଧ୍ୟରେ ରହିଅଛନ୍ତି ଓ ତୁମ୍ଭ ମଧ୍ୟରେ ଲୋକମାନେ ପର୍ବତ ଉପରେ ଭୋଜନ କରିଅଛନ୍ତି; ତୁମ୍ଭ ମଧ୍ୟରେ ଲୋକମାନେ ଲମ୍ପଟା-ଚରଣ କରିଅଛନ୍ତି।


ବାହାର ହୋଇ କ୍ଷେତ୍ରକୁ ଯାଅ ନାହିଁ, ଅଥବା ପଥରେ ଗମନ କର ନାହିଁ; କାରଣ ଚାରିଆଡ଼େ ଶତ୍ରୁର ଖଡ଼୍‍ଗ ଓ ଆଶଙ୍କା ଅଛି।


ଯେ ହିଂସା ଆଚ୍ଛାଦନ କରେ, ତାହାର ଓଷ୍ଠାଧର ମିଥ୍ୟାବାଦୀ; ପୁଣି, ଯେ ଅପବାଦ ରଟନା କରେ, ସେ ଅଜ୍ଞାନ।


ସେଥିରେ ସେମାନେ ତାହାଙ୍କୁ କର୍ତ୍ତୃପକ୍ଷଙ୍କ ହସ୍ତରେ ଓ ଶାସନକର୍ତ୍ତାଙ୍କ କ୍ଷମତାଧୀନରେ ସମର୍ପଣ କରିବା ନିମନ୍ତେ ସୁଯୋଗ ଖୋଜି ତାହାଙ୍କ କଥାର ଛିଦ୍ର ଧରିବା ଉଦ୍ଦେଶ୍ୟରେ କପଟ ଭାବରେ ଆପଣା ଆପଣାକୁ ଧାର୍ମିକ ବୋଲି ଦେଖାଉଥିବା ଚରମାନଙ୍କୁ ପଠାଇଲେ।


ମୋହର ସୁହୃଦମାନେ ମୋତେ ଘୃଣା କରନ୍ତି ଓ ଯେଉଁମାନଙ୍କୁ ମୁଁ ସ୍ନେହ କଲି, ସେମାନେ ମୋହର ବିରୁଦ୍ଧ ହୋଇଅଛନ୍ତି।


ତହିଁରେ ଆହାବ ଏଲୀୟଙ୍କୁ କହିଲେ, ହେ ମୋହର ଶତ୍ରୁ, ତୁମ୍ଭେ କʼଣ ମୋତେ ପାଇଲ? ତହୁଁ ସେ ଉତ୍ତର କଲେ, ମୁଁ ତୁମ୍ଭକୁ ପାଇଲି; ଯେହେତୁ ସଦାପ୍ରଭୁଙ୍କ ଦୃଷ୍ଟିରେ ମନ୍ଦ କର୍ମ କରିବା ପାଇଁ ତୁମ୍ଭେ ଆପଣାକୁ ବିକିଅଛ।


ତହିଁରେ ଈଷେବଲ୍ ଏଲୀୟଙ୍କ ନିକଟକୁ ଦୂତ ପଠାଇ ଏହି କଥା କହିଲା, ପ୍ରାୟ କାଲି ଏହି ସମୟକୁ ଯେବେ ମୁଁ ତୁମ୍ଭ ପ୍ରାଣକୁ ସେମାନଙ୍କ ଜଣକର ପ୍ରାଣ ତୁଲ୍ୟ ନ କରେ, ତେବେ ଦେବତାମାନେ ମୋତେ ସେହି ଦଣ୍ତ, ମଧ୍ୟ ତହିଁରୁ ଅଧିକ ଦେଉନ୍ତୁ।


ଏହିସମସ୍ତ କଥା ଶୁଣି ସେମାନେ ମର୍ମାହତ ହେଲେ, ପୁଣି ତାଙ୍କ ପ୍ରତି ଦା; କଡ଼ମଡ଼ କରିବାକୁ ଲାଗିଲେ।


ଏହି କଥା ଶୁଣି ସେମାନେ ମର୍ମାହତ ହେଲେ ଓ ସେମାନଙ୍କୁ ବଧ କରିବା ନିମନ୍ତେ ମନ୍ତ୍ରଣା କରିବାକୁ ଲାଗିଲେ।


ମୋʼ ପ୍ରାଣ ସିଂହମାନଙ୍କ ମଧ୍ୟରେ ଅଛି; ମୁଁ ପ୍ରଜ୍ଵଳିତ ଲୋକମାନଙ୍କ ମଧ୍ୟରେ, ଯେଉଁ ମନୁଷ୍ୟ-ସନ୍ତାନଗଣର ଦ; ବର୍ଚ୍ଛା ଓ ତୀର ତୁଲ୍ୟ, ପୁଣି ଜିହ୍ଵା ତୀକ୍ଷ୍ଣ ଖଡ଼୍‍ଗ ତୁଲ୍ୟ, ସେମାନଙ୍କ ମଧ୍ୟରେ ଶୟନ କରେ।


ପୁଣି କୁହ, ରାଜା ଏହି କଥା କହନ୍ତି, ଏଇଟାକୁ କାରାଗାରରେ ରଖ ଓ ମୁଁ କୁଶଳରେ ଫେରି ଆସିବା ପର୍ଯ୍ୟନ୍ତ ତାକୁ ଦୁଃଖରୂପ ଅନ୍ନ ଓ ଦୁଃଖରୂପ ଜଳ ଖୁଆଅ।


ତହିଁରେ ଇସ୍ରାଏଲର ରାଜା ଯିହୋଶାଫଟ୍ଙ୍କୁ କହିଲେ, ଆଉ ଏକ ଜଣ ଅଛି, ଯାହା ଦ୍ଵାରା ଆମ୍ଭେମାନେ ସଦାପ୍ରଭୁଙ୍କୁ ପଚାରି ପାରୁ, ସେ ଇମ୍ଲର ପୁତ୍ର ମୀଖାୟ; ମାତ୍ର ମୁଁ ତାହାକୁ ଘୃଣା କରେ; କାରଣ ସେ ମୋʼ ବିଷୟରେ ଅମଙ୍ଗଳ ବିନା ମଙ୍ଗଳର ଭବିଷ୍ୟଦ୍ବାକ୍ୟ ପ୍ରଚାର କରେ ନାହିଁ। ତହୁଁ ଯିହୋଶାଫଟ୍ କହିଲେ, ରାଜା ଏପରି ନ କହନ୍ତୁ।


ମାତ୍ର ମୁଁ ହତ୍ୟା ନିମନ୍ତେ ନିଆଯାଉଥିବା ଶା; ମେଷଶାବକ ଓ ବଳଦ ପରି ଥିଲି; ପୁଣି, ଆମ୍ଭେମାନେ ଫଳସୁଦ୍ଧା ବୃକ୍ଷ ନଷ୍ଟ କରୁ ଓ ତାହାର ନାମ ଯେପରି ଆଉ ସ୍ମରଣରେ ନ ଥାଏ, ଏଥିପାଇଁ ଜୀବିତ ଲୋକମାନଙ୍କ ଦେଶରୁ ତାହାକୁ କାଟି ପକାଉ, ଏହି କଥା କହି ସେମାନେ ଯେ ମୋʼ ବିରୁଦ୍ଧରେ କୁମନ୍ତ୍ରଣା କରିଥିଲେ, ଏହା ମୁଁ ଜାଣି ନ ଥିଲି।


ଏହେତୁ ଅନାଥୋତ୍ ଲୋକମାନଙ୍କ ବିଷୟରେ ସଦାପ୍ରଭୁ ଏହି କଥା କହନ୍ତି, ସେମାନେ ତୁମ୍ଭର ପ୍ରାଣ ଅନ୍ଵେଷଣ କରି କହନ୍ତି, ତୁମ୍ଭେ ଯେପରି ଆମ୍ଭମାନଙ୍କ ହସ୍ତରେ ହତ ନ ହୁଅ, ଏଥିପାଇଁ ସଦାପ୍ରଭୁଙ୍କ ନାମରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କର ନାହିଁ


ପୁଣି, ତହିଁ ପରଦିନ ପଶ୍ହୂର ଯିରିମୀୟଙ୍କୁ ହରିକାଠରୁ ବାହାର କରି ଆଣିଲା। ତହିଁରେ ଯିରିମୀୟ ତାହାକୁ କହିଲେ, ସଦାପ୍ରଭୁ ତୁମ୍ଭର ନାମ ପଶ୍ହୂର ନ ରଖି, ମାଗୋରମୀଷାବୀବ୍ (ଚତୁର୍ଦ୍ଦିଗେ ଆଶଙ୍କା) ରଖିଅଛନ୍ତି।


ପୁଣି, ସେ ବିନ୍ୟାମୀନ ନାମକ ନଗର-ଦ୍ଵାରରେ ଉପସ୍ଥିତ ହେବା ବେଳେ ସେଠାରେ ପ୍ରହରୀଗଣର ଜଣେ ଅଧ୍ୟକ୍ଷ ଥିଲା, ତାହାର ନାମ ଯିରୀୟ, ସେ ହନାନୀୟର ପୌତ୍ର ଶେଲିମୀୟର ପୁତ୍ର; ପୁଣି, ସେ ଯିରିମୀୟ ଭବିଷ୍ୟଦ୍ବକ୍ତାଙ୍କୁ ଧରି କହିଲା, ତୁମ୍ଭେ କଲ୍ଦୀୟମାନଙ୍କର ପକ୍ଷକୁ ଯାଉଅଛ।


ଏଥିରେ ଅଧ୍ୟକ୍ଷ ଓ କ୍ଷିତିପାଳମାନେ ରାଜକର୍ମ ବିଷୟରେ ଦାନିୟେଲଙ୍କର ଦୋଷ ଅନୁସନ୍ଧାନ କଲେ; ମାତ୍ର ସେମାନେ କୌଣସି ଦୋଷ ଅବା ଅପରାଧ ପାଇ ପାରିଲେ ନାହିଁ, କାରଣ ସେ ବିଶ୍ଵସ୍ତ ଥିଲେ ଓ ତାଙ୍କର କୌଣସି ଭ୍ରାନ୍ତି ଅବା ଅପରାଧ ଦେଖା ଗଲା ନାହିଁ।


ମାତ୍ର ହେ ସଦାପ୍ରଭୋ, ମୁଁ ତୁମ୍ଭଠାରେ ନିର୍ଭର ରଖିଲି; ମୁଁ କହିଲି, ତୁମ୍ଭେ ମୋହର ପରମେଶ୍ଵର।


ମାତ୍ର ହେ ସଦାପ୍ରଭୋ, ତୁମ୍ଭେ ମୋʼ ପ୍ରତି ଦୟା କରି ମୋତେ ଉଠାଅ, ତହିଁରେ ମୁଁ ସେମାନଙ୍କୁ ପ୍ରତିଫଳ ଦେବି।


ପୁଣି, ସେମାନେ ତୁମ୍ଭ ବିରୁଦ୍ଧରେ ଯୁଦ୍ଧ କରିବେ; ମାତ୍ର ତୁମ୍ଭ ଉପରେ ଜୟଯୁକ୍ତ ହେବେ ନାହିଁ; କାରଣ ସଦାପ୍ରଭୁ କହନ୍ତି, ତୁମ୍ଭକୁ ଉଦ୍ଧାର କରିବା ପାଇଁ ଆମ୍ଭେ ତୁମ୍ଭର ସଙ୍ଗେ ସଙ୍ଗେ ଅଛୁ।


Swiv nou:

Piblisite


Piblisite