Biblia Todo Logo
Bib sou entènèt

- Piblisite -




ଯିରିମୀୟ 20:11 - ପବିତ୍ର ବାଇବଲ (Re-edited) - (BSI)

11 ମାତ୍ର ସଦାପ୍ରଭୁ ଭୟାନକ ବୀର ପରି ମୋʼ ସଙ୍ଗରେ ଅଛନ୍ତି; ଏହେତୁ ମୋର ତାଡ଼ନାକାରୀମାନେ ଝୁଣ୍ଟିପଡ଼ିବେ ଓ ସେମାନେ ଜୟଯୁକ୍ତ ନୋହିବେ; ସେମାନେ ବିବେଚନା-ପୂର୍ବକ କାର୍ଯ୍ୟ ନ କରିବାରୁ ଅତ୍ୟ; ଲଜ୍ଜିତ ହେବେ, ସେ ଅପମାନ ନିତ୍ୟସ୍ଥାୟୀ ହେବ, ତାହା କେବେ ବିସ୍ମୃତ ନୋହିବ ଣ।

Gade chapit la Kopi

ଓଡିଆ ବାଇବେଲ

11 ମାତ୍ର ସଦାପ୍ରଭୁ ଭୟାନକ ବୀର ପରି ମୋ’ ସଙ୍ଗରେ ଅଛନ୍ତି; ଏହେତୁ ମୋର ତାଡ଼ନାକାରୀମାନେ ଝୁଣ୍ଟି ପଡ଼ିବେ ଓ ସେମାନେ ଜୟଯୁକ୍ତ ହେବେ ନାହିଁ; ସେମାନେ ବିବେଚନାପୂର୍ବକ କାର୍ଯ୍ୟ ନ କରିବାରୁ ଅତ୍ୟନ୍ତ ଲଜ୍ଜିତ ହେବେ, ସେ ଅପମାନ ନିତ୍ୟସ୍ଥାୟୀ ହେବ, ତାହା କେବେ ବିସ୍ମୃତ ହେବ ନାହିଁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ମାତ୍ର ସଦାପ୍ରଭୁ ଭୟାନକ ବୀର ପରି ମୋʼ ସଙ୍ଗରେ ଅଛନ୍ତି; ଏହେତୁ ମୋର ତାଡ଼ନାକାରୀମାନେ ଝୁଣ୍ଟି ପଡ଼ିବେ ଓ ସେମାନେ ଜୟଯୁକ୍ତ ହେବେ ନାହିଁ; ସେମାନେ ବିବେଚନାପୂର୍ବକ କାର୍ଯ୍ୟ ନ କରିବାରୁ ଅତ୍ୟନ୍ତ ଲଜ୍ଜିତ ହେବେ, ସେ ଅପମାନ ନିତ୍ୟସ୍ଥାୟୀ ହେବ, ତାହା କେବେ ବିସ୍ମୃତ ହେବ ନାହିଁ।

Gade chapit la Kopi

ପବିତ୍ର ବାଇବଲ

11 କିନ୍ତୁ ସଦାପ୍ରଭୁ ମୋ’ ପାଖେ ପାଖେ ଅଛନ୍ତି। ସେ ଜଣେ ବୀର ସୈନିକ ସଦୃଶ ମୋତେ ଆଶ୍ରୟ ଦେଇଅଛନ୍ତି। ତେଣୁ ମୋର ତାଡ଼ନାକାରୀମାନେ ବିଫଳ ହେବେ ଓ ମୋତେ ପରାସ୍ତ କରି ପାରିବେ ନାହିଁ। ସେମାନେ ଘୋର ଅପମାନିତ ହେବେ କାରଣ ସେମାନେ ଯାହା କରିବାକୁ ଆରମ୍ଭ କରିଛନ୍ତି ତାହା ସଫଳତାର ସହିତ ଶେଷ କରି ପାରିବେ ନାହିଁ। ତାଙ୍କର ଏହି ଅପମାନ ନିତ୍ୟସ୍ଥାୟୀ ହେବ ଓ ଲୋକେ ତାହା ଭୁଲିବେ ନାହିଁ।

Gade chapit la Kopi




ଯିରିମୀୟ 20:11
25 Referans Kwoze  

ପୁଣି, ସେମାନେ ତୁମ୍ଭ ବିରୁଦ୍ଧରେ ଯୁଦ୍ଧ କରିବେ; ମାତ୍ର ତୁମ୍ଭ ଉପରେ ଜୟଯୁକ୍ତ ହେବେ ନାହିଁ; କାରଣ ସଦାପ୍ରଭୁ କହନ୍ତି, ତୁମ୍ଭକୁ ଉଦ୍ଧାର କରିବା ପାଇଁ ଆମ୍ଭେ ତୁମ୍ଭର ସଙ୍ଗେ ସଙ୍ଗେ ଅଛୁ।


ସେମାନଙ୍କ ସକାଶୁ ଭୀତ ହୁଅ ନାହିଁ କାରଣ ସଦାପ୍ରଭୁ କହନ୍ତି, ତୁମ୍ଭକୁ ଉଦ୍ଧାର କରିବା ପାଇଁ ଆମ୍ଭେ ତୁମ୍ଭ ସଙ୍ଗେ ସଙ୍ଗେ ଅଛୁ।


ପୁଣି, ଆମ୍ଭେ ଏହି ଲୋକମାନଙ୍କ ନିକଟରେ ତୁମ୍ଭକୁ ପିତ୍ତଳର ଦୃଢ଼ ପ୍ରାଚୀର ସ୍ଵରୂପ କରିବା; ସେମାନେ ତୁମ୍ଭ ସଙ୍ଗେ ଯୁଦ୍ଧ କରିବେ, ମାତ୍ର ତୁମ୍ଭକୁ ପରାଜୟ କରି ପାରିବେ ନାହିଁ; କାରଣ ସଦାପ୍ରଭୁ କହନ୍ତି, ତୁମ୍ଭକୁ ତ୍ରାଣ କରିବା ପାଇଁ ଓ ତୁମ୍ଭର ଉଦ୍ଧାର କରିବା ପାଇଁ ଆମ୍ଭେ ତୁମ୍ଭ ସଙ୍ଗେ ସଙ୍ଗେ ଅଛୁ।


ଯେଉଁମାନେ ମୋତେ ତାଡ଼ନା କରନ୍ତି, ସେମାନେ ଲଜ୍ଜିତ ହେଉନ୍ତୁ, ମାତ୍ର ମୋତେ ଲଜ୍ଜିତ ହେବାକୁ ଦିଅ ନାହିଁ; ସେମାନେ ନିରାଶ ହେଉନ୍ତୁ, ମାତ୍ର ମୋତେ ନିରାଶ ହେବାକୁ ଦିଅ ନାହିଁ; ସେମାନଙ୍କ ଉପରେ ଅମଙ୍ଗଳର ଦିନ ଆଣ ଓ ଦ୍ଵିଗୁଣ ବିନାଶରେ ସେମାନଙ୍କୁ ବିନାଶ କର।


ତୁମ୍ଭେ ଭୟ କର ନାହିଁ, କାରଣ ଆମ୍ଭେ ତୁମ୍ଭ ସଙ୍ଗରେ ଅଛୁ; ନିରାଶ ହୁଅ ନାହିଁ, କାରଣ ଆମ୍ଭେ ତୁମ୍ଭର ପରମେଶ୍ଵର; ଆମ୍ଭେ ତୁମ୍ଭକୁ ସବଳ କରିବା; ହଁ, ଆମ୍ଭେ ତୁମ୍ଭର ସାହାଯ୍ୟ କରିବା; ହଁ, ଆମ୍ଭେ ଆପଣା ଧର୍ମସ୍ଵରୂପ ଦକ୍ଷିଣ ହସ୍ତରେ ତୁମ୍ଭକୁ ଧରି ରଖିବା।


ମୋହର ଶତ୍ରୁ ସମସ୍ତେ ଲଜ୍ଜିତ ଓ ଅତ୍ୟ; ବ୍ୟାକୁଳ ହେବେ; ସେମାନେ ଫେରିଯିବେ, ସେମାନେ ହଠାତ୍ ଲଜ୍ଜିତ ହେବେ।


ମୋʼ ପ୍ରାଣନାଶର ଅନ୍ଵେଷଣକାରୀ ଲୋକମାନେ ଏକତ୍ର ଲଜ୍ଜିତ ଓ ହତାଶ ହେଉନ୍ତୁ; ମୋʼ କ୍ଷତିରେ ସନ୍ତୁଷ୍ଟ ଲୋକମାନେ ପଛକୁ ଫେରାଯାଇ ଅପମାନିତ ହେଉନ୍ତୁ।


ଯେଉଁମାନେ ମୋʼ ବିପଦରେ ଆନନ୍ଦ କରନ୍ତି, ସେମାନେ ଏକତ୍ର ଲଜ୍ଜିତ ଓ ଘାବରା ହେଉନ୍ତୁ; ଯେଉଁମାନେ ମୋʼ ବିରୁଦ୍ଧରେ ଦର୍ପ କରନ୍ତି, ସେମାନେ ଲଜ୍ଜା ଓ ଅପମାନ ପରିଧାନ କରନ୍ତୁ।


ତେବେ ଏସମସ୍ତ ଦୃଷ୍ଟିରେ ଆମ୍ଭେମାନେ କଅଣ କହିବା? ଯଦି ଈଶ୍ଵର ଆମ୍ଭମାନଙ୍କ ସପକ୍ଷ, ତେବେ ଆମ୍ଭମାନଙ୍କ ବିପକ୍ଷ କିଏ?


ଆଉ, ଯାହା ବିସ୍ମୃତ ନୋହିବ, ଏପରି ନିତ୍ୟସ୍ଥାୟୀ ଦୁର୍ନାମ ଓ ଚିରସ୍ଥାୟୀ ଲଜ୍ଜା ଆମ୍ଭେ ତୁମ୍ଭମାନଙ୍କୁ ଭୋଗ କରାଇବା।


କିନ୍ତୁ ପ୍ରଭୁ ମୋହର ସପକ୍ଷ ହୋଇ ମୋତେ ବଳବାନ କଲେ, ପୁଣି ମୁଁ ସିଂହ ମୁଖରୁ ରକ୍ଷା ପାଇଲି, ଯେପରି ମୋʼ ଦ୍ଵାରା ସୁସମାଚାର ସମ୍ପୂର୍ଣ୍ଣ ରୂପେ ପ୍ରଚାରିତ ହୋଇ ପାରେ ଓ ବିଜାତି ସମସ୍ତେ ତାହା ଶ୍ରବଣ କରି ପାରନ୍ତି;


ସେମାନେ ଲଜ୍ଜିତ ହେବେ, ହଁ, ସେସମସ୍ତେ ଘାବରା ହେବେ; ପ୍ରତିମା ନିର୍ମାଣକାରୀ ସମସ୍ତେ ଏକାସଙ୍ଗେ ଅପମାନଗ୍ରସ୍ତ ହେବେ।


ଆସ ଓ ପରମେଶ୍ଵରଙ୍କ କ୍ରିୟାସକଳ ଦେଖ; ମନୁଷ୍ୟ-ସନ୍ତାନଗଣ ପ୍ରତି ଆପଣା କ୍ରିୟାରେ ସେ ଭୟଙ୍କର ଅଟନ୍ତି।


ପୁଣି, ପୃଥିବୀର ଧୂଳିରେ ଯେଉଁମାନେ ଶୟନ କରନ୍ତି, ସେମାନଙ୍କ ମଧ୍ୟରୁ ଅନେକେ ଜାଗି ଉଠିବେ; କେତେକେ ଅନ; ଜୀବନ ଓ କେତେକେ ଲଜ୍ଜା ଓ ଅନ; ଅବଜ୍ଞା ଭୋଗ ପାଇଁ ଉଠିବେ।


ହେ ଆମ୍ଭମାନଙ୍କ ପରିତ୍ରାଣର ପରମେଶ୍ଵର, ତୁମ୍ଭେ ଭୟାନକ କ୍ରିୟା ଦ୍ଵାରା ଧର୍ମରେ ଆମ୍ଭମାନଙ୍କୁ ଉତ୍ତର ଦେବ; ତୁମ୍ଭେ ପୃଥିବୀର ପ୍ରାନ୍ତନିବାସୀ ଓ ଦୂରବର୍ତ୍ତୀ ସମୁଦ୍ରବାସୀ ସମସ୍ତଙ୍କର ବିଶ୍ଵାସଭୂମି ଅଟ।


କାରଣ ସର୍ବୋପରିସ୍ଥ ସଦାପ୍ରଭୁ ଭୟଙ୍କର ଅଟନ୍ତି; ସେ ସମୁଦାୟ ପୃଥିବୀ ଉପରେ ମହାନ ରାଜା।


ହେ କୀଟ ସ୍ଵରୂପ ଯାକୁବ ଓ ହେ ଇସ୍ରାଏଲୀୟ ନରଗଣ, ଭୟ କର ନାହିଁ; ସଦାପ୍ରଭୁ କହନ୍ତି, ଆମ୍ଭେ ତୁମ୍ଭର ସାହାଯ୍ୟ କରିବା ଓ ଇସ୍ରାଏଲର ଧର୍ମସ୍ଵରୂପ ତୁମ୍ଭର ମୁକ୍ତିଦାତା ଅଟନ୍ତି।


ମୋʼ ଯୌବନଠାରୁ ସେମାନେ ଅନେକ ଥର ମୋତେ କ୍ଳେଶ ଦେଇଅଛନ୍ତି; ତଥାପି ସେମାନେ ମୋʼ ଉପରେ ଜୟୀ ହୋଇ ନାହାନ୍ତି।


ହେ ସଦାପ୍ରଭୋ, ତୁମ୍ଭେ ଜାଣୁଅଛ; ମୋତେ ସ୍ମରଣ କର ଓ ମୋହର ତତ୍ତ୍ଵାନୁସନ୍ଧାନ କର, ପୁଣି ମୋର ତାଡ଼ନାକାରୀମାନଙ୍କଠାରୁ ପରିଶୋଧ ନିଅ; ତୁମ୍ଭର ଦୀର୍ଘସହିଷ୍ଣୁତା ସକାଶୁ ମୋତେ ସଂହାର କର ନାହିଁ; ମୁଁ ତୁମ୍ଭ ସକାଶୁ ନିନ୍ଦାଭୋଗ କରିଅଛି , ଏହା ଜ୍ଞାତ ହୁଅ।


ବାୟୁ ତୁମ୍ଭର ସମସ୍ତ ମେଷପାଳକଙ୍କୁ ଚରାଇବ ଓ ତୁମ୍ଭର ପ୍ରେମକାରୀମାନେ ବନ୍ଦୀତ୍ଵ ସ୍ଥାନକୁ ଯିବେ; ସେହି ସମୟରେ ତୁମ୍ଭେ ଆପଣାର ସକଳ ଦୁଷ୍ଟତା ହେତୁ ନିଶ୍ଚୟ ଲଜ୍ଜିତା ଓ ବ୍ୟାକୁଳିତା ହେବ।


ତୁମ୍ଭେ ସହସ୍ର ସହସ୍ରର ପ୍ରତି ଦୟା ପ୍ରକାଶ କରୁଅଛ ଓ ପିତୃଗଣର ଅଧର୍ମର ପ୍ରତିଫଳ ସେମାନଙ୍କ ଉତ୍ତାରେ ସେମାନଙ୍କ ସନ୍ତାନଗଣର କ୍ରୋଡ଼ରେ ଦେଉଅଛ; ତୁମ୍ଭେ ମହାନ ପରାକ୍ରା; ପରମେଶ୍ଵର, ସୈନ୍ୟାଧିପତି ସଦାପ୍ରଭୁ, ତୁମ୍ଭର ନାମ;


କାରଣ ଦେଖ, ଆମ୍ଭେ ଆଜି ସମଗ୍ର ଦେଶ ବିରୁଦ୍ଧରେ, ଯିହୁଦାର ରାଜଗଣ ବିରୁଦ୍ଧରେ, ତହିଁର ଅଧିପତିଗଣର ବିରୁଦ୍ଧରେ, ତହିଁର ଯାଜକମାନଙ୍କ ବିରୁଦ୍ଧରେ ଓ ଦେଶସ୍ଥ ଲୋକମାନଙ୍କ ବିରୁଦ୍ଧରେ, ତୁମ୍ଭକୁ ଏକ ଦୃଢ଼ ନଗର ଓ ଲୌହସ୍ତମ୍ଭ ଓ ପିତ୍ତଳର ପ୍ରାଚୀର ସ୍ଵରୂପ କଲୁ।


Swiv nou:

Piblisite


Piblisite