Biblia Todo Logo
Bib sou entènèt

- Piblisite -




ଯିରିମୀୟ 20:7 - ପବିତ୍ର ବାଇବଲ (Re-edited) - (BSI)

7 ହେ ସଦାପ୍ରଭୁ, ତୁମ୍ଭେ ମୋତେ ଭୁଲାଇଅଛ, ଆଉ ମୁଁ ଭ୍ରାନ୍ତ ହୋଇଅଛି; ତୁମ୍ଭେ ମୋʼ ଅପେକ୍ଷା ବଳବାନ, ତୁମ୍ଭେ ଜୟ କରିଅଛ; ମୁଁ ଦିନଯାକ ଉପହାସର ପାତ୍ର ହୋଇଅଛି, ସମସ୍ତେ ମୋତେ ଟାହୁଲି କରନ୍ତି।

Gade chapit la Kopi

ଓଡିଆ ବାଇବେଲ

7 ହେ ସଦାପ୍ରଭୁ, ତୁମ୍ଭେ ମୋତେ ଭୁଲାଇଅଛ, ଆଉ ମୁଁ ଭ୍ରାନ୍ତ ହୋଇଅଛି; ତୁମ୍ଭେ ମୋ’ ଅପେକ୍ଷା ବଳବାନ, ତୁମ୍ଭେ ଜୟ କରିଅଛ; ମୁଁ ସାରାଦିନ ଉପହାସର ପାତ୍ର ହୋଇଅଛି, ସମସ୍ତେ ମୋତେ ପରିହାସ କରନ୍ତି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ହେ ସଦାପ୍ରଭୁ, ତୁମ୍ଭେ ମୋତେ ଭୁଲାଇଅଛ, ଆଉ ମୁଁ ଭ୍ରାନ୍ତ ହୋଇଅଛି; ତୁମ୍ଭେ ମୋʼ ଅପେକ୍ଷା ବଳବାନ, ତୁମ୍ଭେ ଜୟ କରିଅଛ; ମୁଁ ସାରାଦିନ ଉପହାସର ପାତ୍ର ହୋଇଅଛି, ସମସ୍ତେ ମୋତେ ପରିହାସ କରନ୍ତି।

Gade chapit la Kopi

ପବିତ୍ର ବାଇବଲ

7 ହେ ସଦାପ୍ରଭୁ, ତୁମ୍ଭେ ମୋତେ ତୁମ୍ଭର ଭବିଷ୍ୟ‌ଦ୍‌ବକ୍ତା ହେବାରୁ ବିପଥଗାମୀ କରାଇଲ ଓ ମୁଁ ପ୍ରତାରିତ ହେଲି। ତୁମ୍ଭେ ମୋ'ଠାରୁ ଶକ୍ତିଶାଳୀ, ଯେଉଁଥିପାଇଁ ମୋ'ଠାରୁ ଜୟ କରିଅଛ। ମୁଁ ଦିନଯାକ ଉପହାସର ପାତ୍ର ହୋଇଅଛି, ସମସ୍ତେ ମୋତେ ପରିହାସ କରୁଛନ୍ତି।

Gade chapit la Kopi




ଯିରିମୀୟ 20:7
32 Referans Kwoze  

ପ୍ରତିଫଳର ଦିନ ଉପସ୍ଥିତ, ଦଣ୍ତର ଦିନ ଉପସ୍ଥିତ; ଇସ୍ରାଏଲ ଏହା ଜାଣିବ। ଭବିଷ୍ୟଦ୍ବକ୍ତା ନିର୍ବୋଧ, ଆତ୍ମାପ୍ରାପ୍ତ ଲୋକ ଉନ୍ମତ୍ତ,, କାରଣ ତୁମ୍ଭର ଅଧର୍ମ ବହୁଳ ଓ ଶତ୍ରୁତାଭାବ ବଡ଼।


ମୁଁ ନିଜ ଲୋକସକଳର ଉପହାସର ବିଷୟ ଓ ଦିନଯାକ ସେମାନଙ୍କର ଗାୟନ ହୋଇଅଛି।


ତହିଁରେ ଆତ୍ମା ମୋତେ ଉପରକୁ ଉଠାଇ ନେଇଗଲେ; ତହୁଁ ମୁଁ ଦୁଃଖିତ ଓ ଆତ୍ମାରେ ତାପିତ ହୋଇ ଗମନ କଲି, ପୁଣି ସଦାପ୍ରଭୁଙ୍କର ହସ୍ତ ମୋʼ ଉପରେ ପ୍ରବଳ ଥିଲା।


ପୁଣି, ମୁଁ ତାହାଙ୍କ ବିଷୟ କହିବି ନାହିଁ, କିଅବା ତାହାଙ୍କ ନାମରେ ଆଉ କଥା କହିବି ନାହିଁ, ଯେବେ ମୁଁ ଏହା କହେ, ତେବେ ମୋର ଅସ୍ଥି ମଧ୍ୟରେ ରୁଦ୍ଧ ଦାହକାରୀ ଅଗ୍ନି ମୋʼ ହୃଦୟରେ ଥିଲା ପରି ହୁଏ, ଆଉ ମୁଁ ତାହା ସମ୍ଭାଳି ରଖିବାରେ କ୍ଳା; ହୋଇ ନୀରବ ହୋଇ ନ ପାରେ।


ଅନ୍ୟମାନେ ବିଦ୍ରୂପ, କୋରଡ଼ା ପ୍ରହାର, ହଁ, ବନ୍ଧନ ଓ କାରାବାସ ଦ୍ଵାରା ସୁଦ୍ଧା ପରୀକ୍ଷିତ ହେଲେ;


କିମ୍ଵା ଜୀବିକା ନିର୍ବାହର ପରିଶ୍ରମ ପରିତ୍ୟାଗ କରିବାକୁ କଅଣ କେବଳ ମୋହର ଓ ବର୍ଣ୍ଣବ୍ବାଙ୍କର ଅଧିକାର ନାହିଁ?


ମୃତମାନଙ୍କର ପୁନରୁତ୍ଥାନ କଥା ଶୁଣି କେହି କେହି ପରିହାସ କରିବାକୁ ଲାଗିଲେ; ଆଉ କେହି କେହି କହିଲେ, ଆମ୍ଭେମାନେ ଆଉ ଥରେ ଆପଣଙ୍କଠାରୁ ଏହି ବିଷୟ ଶୁଣିବା।


ସେଥିରେ ଏପିକୂରୀୟ ଓ ସ୍ତୋୟିକ କେତେକ ଦାର୍ଶନିକ ମଧ୍ୟ ତାଙ୍କ ସହିତ ବାଦାନୁବାଦ କରିବାକୁ ଲାଗିଲେ, ପୁଣି କେହି କେହି କହିଲେ, ଏ ବାଚାଳଟା କଅଣ କହିବାକୁ ଇଚ୍ଛା କରୁଅଛି? ଆଉ କେହି କେହି କହିଲେ, ସେ ଅଜଣା ଦେବତାମାନଙ୍କର ପ୍ରଚାରକ ହେଲା ପରି ଜଣାଯାଉଅଛି; କାରଣ ସେ ଯୀଶୁ ଓ ପୁନରୁତ୍ଥାନ ବିଷୟକ ସୁସମାଚାର ପ୍ରଚାର କରୁଥିଲେ।


ପୁଣି, ହେରୋଦ ଆପଣା ସୈନ୍ୟମାନଙ୍କ ସହିତ ତାହାଙ୍କୁ ତୁଚ୍ଛ କରି ପରିହାସପୂର୍ବକ ଚାକଚକ୍ୟ ବସ୍ତ୍ର ପିନ୍ଧାଇ ପୀଲାତଙ୍କ ନିକଟକୁ ପୁନର୍ବାର ପଠାଇଦେଲେ।


ଏହିସବୁ କଥା ଶୁଣି ଧନଲୋଭୀ ଫାରୂଶୀମାନେ ତାହାଙ୍କୁ ବିଦ୍ରୂପ କରିବାକୁ ଲାଗିଲେ।


ମାତ୍ର ଯାକୁବକୁ ତାହାର ଆଜ୍ଞାଲଙ୍ଘନ ଓ ଇସ୍ରାଏଲକୁ ତାହାର ପାପ ଜ୍ଞାତ କରାଇବା ନିମନ୍ତେ ଆମ୍ଭେ ପ୍ରକୃତରେ ସଦାପ୍ରଭୁଙ୍କ ଆତ୍ମା ଦ୍ଵାରା ଶକ୍ତିରେ, ନ୍ୟାୟ-ବିଚାରରେ ଓ ପରାକ୍ରମରେ ପରିପୂର୍ଣ୍ଣ ଅଛୁ।


କେହି ବାତୁଳ ହୋଇ ଆପଣାକୁ ଭବିଷ୍ୟଦ୍ବକ୍ତା ପରି ଦେଖାଇଲେ, ତାହାକୁ ହରିକାଠରେ ଓ ବେଡ଼ିରେ ରଖିବା ପାଇଁ ସଦାପ୍ରଭୁଙ୍କ ଗୃହରେ ତୁମ୍ଭେମାନେ ଯେପରି ରକ୍ଷକ ସ୍ଵରୂପ ହେବ, ଏଥିପାଇଁ ଯିହୋୟାଦା ଯାଜକର ବଦଳରେ ସଦାପ୍ରଭୁ ତୁମ୍ଭକୁ ଯାଜକ କରିଅଛନ୍ତି।


ମୁଁ ତ ତୁମ୍ଭ ପଛେ ପଛେ ମେଷପାଳକର କାର୍ଯ୍ୟ କରିବାରୁ ବିମୁଖ ହେବା ପାଇଁ ବେଗଗାମୀ ହୋଇ ନାହିଁ; କିଅବା ସେହି ଅମଙ୍ଗଳର ଦିନ ଚାହିଁ ନାହିଁ; ତୁମ୍ଭେ ଜାଣୁଅଛ; ମୋʼ ଓଷ୍ଠରୁ ଯାହା ନିର୍ଗତ ହେଲା, ତାହା ତୁମ୍ଭ ସମ୍ମୁଖରେ ଥିଲା।


ମୋର ବେଦନା ନିତ୍ୟସ୍ଥାୟୀ ଓ ମୋର କ୍ଷତ ଅପ୍ରତୀକାର୍ଯ୍ୟ ହୋଇ ସୁସ୍ଥ ହେବାକୁ ଅସ୍ଵୀକାର କରେ କାହିଁକିଣ? ତୁମ୍ଭେ କି ମୋʼ ପ୍ରତି ନିତା; ପ୍ରବଞ୍ଚନାଜନକ ନଦୀସ୍ରୋତ, ଅସ୍ଥାୟୀ ଜଳ ତୁଲ୍ୟ ହେବ?


ଗୋ ଆମ୍ଭର ମାତଃ, ମୁଁ ସନ୍ତାପର ପାତ୍ର, ତୁମ୍ଭେ ମୋତେ ସମୁଦାୟ ପୃଥିବୀର ବିରୋଧ ଓ ବିବାଦର ପାତ୍ର କରି ଜାତ କରିଅଛ ! ମୁଁ ସୁଧ ନିମନ୍ତେ ଋଣ ଦେଇ ନାହିଁ; କିଅବା ଲୋକେ ମୋତେ ସୁଧ ଲାଗି ଋଣ ଦେଇ ନାହାନ୍ତି; ତଥାପି ସେମାନଙ୍କର ପ୍ରତ୍ୟେକ ଜଣ ମୋତେ ଶାପ ଦିଅନ୍ତି।


ଏଥିଉତ୍ତାରେ ସେ ସେଠାରୁ ବୈଥେଲକୁ ଗଲେ; ପୁଣି ସେ ପଥରେ ଯାଉ ଯାଉ କେତେକ କ୍ଷୁଦ୍ର ବାଳକ ନଗରରୁ ବାହାରି ଆସି ତାଙ୍କୁ ପରିହାସ କରି କହିଲେ, ଆରେ ଟାଙ୍ଗରାମୁଣ୍ତା, ଉପରକୁ ଯା; ଆରେ ଟାଙ୍ଗରାମୁଣ୍ତା, ଉପରକୁ ଯା।


ମୁଁ ପ୍ରତିବାସୀର ହାସ୍ୟାସ୍ପଦ ଲୋକ ତୁଲ୍ୟ ହୋଇଅଛି, ସେ ପରମେଶ୍ଵରଙ୍କୁ ଡାକନ୍ତେ, ସେ ତାହାକୁ ଉତ୍ତର ଦେଲେ; ଧାର୍ମିକ, ସିଦ୍ଧ ଲୋକ ହାସ୍ୟାସ୍ପଦ ହୋଇଅଛି।


ଅହଙ୍କାରୀମାନେ ମୋତେ ଅତିଶୟ ପରିହାସ କରିଅଛନ୍ତି, ତଥାପି ମୁଁ ତୁମ୍ଭ ବ୍ୟବସ୍ଥାରୁ ବିମୁଖ ହୋଇ ନାହିଁ।


ଏଥିରେ ସିଦିକୀୟ ରାଜା ଯିରିମୀୟଙ୍କୁ କହିଲା, ଯେଉଁ ଯିହୁଦୀ ଲୋକମାନେ କଲ୍ଦୀୟମାନଙ୍କ ପକ୍ଷକୁ ଯାଇଅଛନ୍ତି, ସେମାନଙ୍କୁ ମୁଁ ଭୟ କରୁଅଛି, କେଜାଣି ଲୋକେ ମୋତେ ସେମାନଙ୍କ ହସ୍ତରେ ସମର୍ପଣ କରିବେ, ଆଉ ସେମାନେ ମୋତେ ପରିହାସ କରିବେ।


ଆଉ, ସେ ସଦାପ୍ରଭୁଙ୍କର ନିକଟରେ ପ୍ରାର୍ଥନା କରି କହିଲେ, ହେ ସଦାପ୍ରଭୁ, ବିନତି କରେ, ମୁଁ ସ୍ଵଦେଶରେ ଥିବା ବେଳେ କି ଏହି କଥା କହି ନ ଥିଲି? ଏଥିପାଇଁ ଶୀଘ୍ର କରି ତର୍ଶୀଶକୁ ପଳାଇଲି; କାରଣ ତୁମ୍ଭେ ଯେ କୃପାମୟ, ସ୍ନେହଶୀଳ, କ୍ରୋଧରେ ଧୀର, ଦୟାରେ ମହାନ ଓ ଅମଙ୍ଗଳର ବିଷୟରେ ଅନିଚ୍ଛୁକ ପରମେଶ୍ଵର ଅଟ, ଏହା ମୁଁ ଜାଣିଲି।


ମାତ୍ର ଏବେ ମୁଁ ସେମାନଙ୍କର ଗୀତ ସ୍ଵରୂପ ହୋଇଅଛି; ହଁ, ମୁଁ ସେମାନଙ୍କର ଗଳ୍ପ ସ୍ଵରୂପ ହୋଇଅଛି।


କାରଣ ସଦାପ୍ରଭୁ ପ୍ରବଳ ହସ୍ତରେ ଧରି ମୋତେ ଏହିପରି କହିଲେ ଓ ମୁଁ ଯେପରି ଏହି ଲୋକମାନଙ୍କ ପଥରେ ଗମନ ନ କରିବି, ଏଥିପାଇଁ ମୋତେ ଆଦେଶ ଦେଇ କହିଲେ,


Swiv nou:

Piblisite


Piblisite