Biblia Todo Logo
Bib sou entènèt

- Piblisite -




ଯିରିମୀୟ 21:1 - ପବିତ୍ର ବାଇବଲ (Re-edited) - (BSI)

1 ସିଦିକୀୟ ରାଜା ଯେଉଁ ସମୟରେ ମଲ୍‍କୀୟର ପୁତ୍ର ପଶ୍ହୂରକୁ ଓ ମାସେୟର ପୁତ୍ର ସଫନୀୟ। ଯାଜକକୁ ଯିରିମୀୟଙ୍କ ନିକଟକୁ ପଠାଇ କହିଲା,

Gade chapit la Kopi

ଓଡିଆ ବାଇବେଲ

1 ସିଦିକୀୟ ରାଜା ଯେଉଁ ସମୟରେ ମଲ୍‍କୀୟର ପୁତ୍ର ପଶ୍‍ହୂରକୁ ଓ ମାସେୟର ପୁତ୍ର ସଫନୀୟ ଯାଜକକୁ ଯିରିମୀୟଙ୍କ ନିକଟକୁ ପଠାଇ କହିଲା,

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ସିଦିକୀୟ ରାଜା ଯେଉଁ ସମୟରେ ମଲ୍‍କୀୟର ପୁତ୍ର ପଶ୍‍ହୂରକୁ ଓ ମାସେୟର ପୁତ୍ର ସଫନୀୟ ଯାଜକକୁ ଯିରିମୀୟଙ୍କ ନିକଟକୁ ପଠାଇ କହିଲା,

Gade chapit la Kopi

ପବିତ୍ର ବାଇବଲ

1 ରାଜା ସିଦିକିୟ ମ‌‌ଲ୍‌‌କିୟର ପୁତ୍ର ପ‌‌‌ଶ୍‌‌‌ହୂରକୁ ଓ ମାସେୟର ପୁତ୍ର ସିଫନିୟ ଯାଜକକୁ ସଦାପ୍ରଭୁଙ୍କର ବାକ୍ୟ ଦେଇ ଯିରିମିୟ ନିକଟକୁ ପଠାଇଲେ।

Gade chapit la Kopi




ଯିରିମୀୟ 21:1
20 Referans Kwoze  

ପୁଣି, ସିଦିକୀୟ ରାଜା ଶେଲିମୀୟର ପୁତ୍ର ଯିହୁଖଲକୁ ଓ ମାସେୟର ପୁତ୍ର ସଫନୀୟ ଯାଜକକୁ ଯିରିମୀୟ ଭବିଷ୍ୟଦ୍ବକ୍ତାଙ୍କ ନିକଟକୁ ପଠାଇ କହିଲା, ବିନୟ କରୁଅଛୁ, ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ଵରଙ୍କ ନିକଟରେ ତୁମ୍ଭେ ଆମ୍ଭମାନଙ୍କ ପାଇଁ ପ୍ରାର୍ଥନା କର।


ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ଏହି କଥା କହନ୍ତି, ତୁମ୍ଭେ ଯିରୂଶାଲମସ୍ଥିତ ସମସ୍ତ ଲୋକଙ୍କ ନିକଟକୁ ଓ ମାସେୟର ପୁତ୍ର ସଫନୀୟ ଯାଜକ ଓ ଅନ୍ୟାନ୍ୟ ସମସ୍ତ ଯାଜକମାନଙ୍କ ନିକଟକୁ ଆପଣା ନାମରେ ଏହି ପତ୍ର ପଠାଇଅଛ, ଯଥା,


ପୁଣି, ପ୍ରହରୀବର୍ଗର ସେନାପତି ପ୍ରଧାନ ଯାଜକ ସରାୟକୁ ଓ ଦ୍ଵିତୀୟ ଯାଜକ ସଫନୀୟକୁ, ଆଉ ତିନିଜଣ ଦ୍ଵାରପାଳକୁ ଧରିଲା।


ଅନନ୍ତର ମତ୍ତନର ପୁତ୍ର ଶଫଟୀୟ, ପଶହୂର ପୁତ୍ର ଗଦଲୀୟ, ଶେଲିମୀୟର ପୁତ୍ର ଯିହଖଲ ଓ ମଲ୍‍କୀୟର ପୁତ୍ର ପଶହୂର, ସମସ୍ତ ଲୋକଙ୍କ ନିକଟରେ ଯିରିମୀୟଙ୍କର କଥିତ ଏହି ବାକ୍ୟ ଶୁଣିଲେ, ଯଥା,


ଅନନ୍ତର ଯିହୋୟାକୀମ୍ର ପୁତ୍ର କନୀୟର ପଦରେ ଯୋଶୀୟର ପୁତ୍ର ସିଦିକୀୟ ରାଜା ହୋଇ ରାଜତ୍ଵ କଲା; ବାବିଲର ରାଜା ନବୂଖଦ୍ନିତ୍ସର ତାହାକୁ ଯିହୁଦା ଦେଶର ରାଜା କରିଥିଲା।


ଆଉ ମଲ୍‍କୀୟର ପ୍ରପୌତ୍ର ପଶ୍ହୂରର ପୌତ୍ର ଯିରୋହମର ପୁତ୍ର ଅଦାୟା, ପୁଣି ଇମ୍ମେରର ଅତି ବୃଦ୍ଧ ପ୍ରପୌତ୍ର ମଶିଲ୍ଲମୋରର ବୃଦ୍ଧ ପ୍ରପୌତ୍ର ମଶୁଲ୍ଲମ୍ର ପ୍ରପୌତ୍ର ଯହସେରାର ପୌତ୍ର ଅଦୀୟେଲର ପୁତ୍ର ମାସୟ;


ଗୃହର କର୍ମକାରୀ ସେମାନଙ୍କ ଭ୍ରାତୃଗଣ ଆଠ ଶହ ବାଇଶ ଜଣ ଥିଲେ; ପୁଣି, ଯିରୋହମ୍ର ପୁତ୍ର ଅଦାୟା, ସେହି ଯିରୋହମ୍ ପଲଲୀୟର ପୁତ୍ର, ପଲଲୀୟ ଅମ୍ସିର ପୁତ୍ର, ଅମ୍ସି ଜିଖରୀୟର ପୁତ୍ର, ଜିଖରୀୟ ପଶ୍ହୂରର ପୁତ୍ର, ପଶ୍ହୂର ମଲ୍‍କିୟେଲର ପୁତ୍ର,


ଯୋଶୀୟର ପୁତ୍ରଗଣ, ଯଥା, ପ୍ରଥମଜାତ ଯୋହାନନ୍, ଦ୍ଵିତୀୟ ଯିହୋୟାକୀମ୍, ତୃତୀୟ ସିଦିକୀୟ, ଚତୁର୍ଥ ଶଲ୍ଲୁମ୍।


ଏନିମନ୍ତେ ସେ କଲଦୀୟମାନଙ୍କ ରାଜାକୁ ସେମାନଙ୍କ ପ୍ରତିକୂଳରେ ଆଣନ୍ତେ, ସେ ସେମାନଙ୍କ ଯୁବାମାନଙ୍କୁ ସେମାନଙ୍କ ଧର୍ମଧାମରେ ଖଡ଼୍‍ଗ ଦ୍ଵାରା ବଧ କଲା, ପୁଣି ଯୁବା କି ଯୁବତୀ, ବୃଦ୍ଧ କି ଜରାଜୀର୍ଣ୍ଣ, କାହାରିକି ଦୟା କଲା ନାହିଁ; ପରମେଶ୍ଵର ତାହା ହସ୍ତରେ ସମସ୍ତଙ୍କୁ ସମର୍ପି ଦେଲେ।


ଅନନ୍ତର ସଫନୀୟ ଯାଜକ ଯିରିମୀୟ ଭବିଷ୍ୟଦ୍-ବକ୍ତାଙ୍କ କର୍ଣ୍ଣଗୋଚରରେ ଏହି ପତ୍ର ପାଠ କଲା।


ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ଏହି କଥା କହନ୍ତି; ଆମ୍ଭ ନିକଟରେ ପଚାରିବା ପାଇଁ ତୁମ୍ଭମାନଙ୍କୁ ପଠାଇ ଅଛି ଯେ ଯିହୁଦାର ରାଜା, ତାହାକୁ ତୁମ୍ଭେମାନେ ଏହି କଥା କହିବ: ଦେଖ, ତୁମ୍ଭମାନଙ୍କର ସାହାଯ୍ୟ ପାଇଁ ଫାରୋର ଯେଉଁ ସୈନ୍ୟ ବାହାରି ଆସିଅଛନ୍ତି, ସେମାନେ ଆପଣାମାନଙ୍କର ନିଜ ଦେଶ ମିସରକୁ ଫେରିଯିବେ।


ତହିଁ ଉତ୍ତାରେ ସିଦିକୀୟ ରାଜା ଲୋକ ପଠାଇ ତାଙ୍କୁ ଅଣାଇଲା; ଆଉ, ରାଜା ଆପଣା ଗୃହରେ ତାଙ୍କୁ ଗୋପନରେ ପଚାରିଲା, ସଦାପ୍ରଭୁଙ୍କ ନିକଟରୁ କୌଣସି ବାକ୍ୟ ଆସିଅଛି କି? ତହିଁରେ ଯିରିମୀୟ କହିଲେ, ଆସିଅଛି। ସେ ଆହୁରି କହିଲେ, ଆପଣ ବାବିଲ-ରାଜାର ହସ୍ତରେ ସମର୍ପିତ ହେବେ।


ଏଥି ଉତ୍ତାରେ ସିଦିକୀୟ ରାଜା ଲୋକ ପଠାଇ ଯିରିମୀୟ ଭବିଷ୍ୟଦ୍ବକ୍ତାଙ୍କୁ ସଦାପ୍ରଭୁଙ୍କ ଗୃହର ତୃତୀୟ ପ୍ରବେଶ ସ୍ଥାନରେ ଆପଣା ନିକଟକୁ ଅଣାଇଲା। ଆଉ, ରାଜା ଯିରିମୀୟଙ୍କୁ କହିଲା, ମୁଁ ତୁମ୍ଭକୁ ଗୋଟିଏ କଥା ପଚାରିବି; ତୁମ୍ଭେ ମୋʼଠାରୁ କିଛି ଗୋପନ କରିବ ନାହିଁ।


ତୁମ୍ଭେମାନେ ଯାଅ, ଏହି ପ୍ରାପ୍ତ ପୁସ୍ତକର ବାକ୍ୟ ବିଷୟରେ ଆମ୍ଭ ପାଇଁ ଓ ଲୋକମାନଙ୍କ ପାଇଁ ଓ ସମଗ୍ର ଯିହୁଦା ପାଇଁ ସଦାପ୍ରଭୁଙ୍କୁ ପଚାର, କାରଣ ଆମ୍ଭମାନଙ୍କ ବିଷୟରେ ଏହି ପୁସ୍ତକଲିଖିତ ସମସ୍ତ ବାକ୍ୟାନୁସାରେ କର୍ମ କରିବା ପାଇଁ ଆମ୍ଭମାନଙ୍କ ପିତୃଲୋକମାନେ ମନୋଯୋଗୀ ନୋହିବାରୁ ଆମ୍ଭମାନଙ୍କ ବିରୁଦ୍ଧରେ ସଦାପ୍ରଭୁଙ୍କ ପ୍ରଜ୍ଵଳିତ କ୍ରୋଧ ଗୁରୁତର ହୋଇଅଛି।


ସେମାନଙ୍କୁ ସଦାପ୍ରଭୁଙ୍କ ଗୃହରେ, ପରମେଶ୍ଵରଙ୍କ ଲୋକ ଯିଗ୍ଦଲୀୟର ପୁତ୍ର ହାନନର ପୁତ୍ରମାନଙ୍କର କୋଠରୀକି ନେଇଗଲି, ସେହି କୋଠରୀ ଶଲ୍ଲୂମର ପୁତ୍ର ମାସେୟ ନାମକ ଦ୍ଵାରପାଳର କୋଠରୀ ଉପରେ, ଅଧିପତିଗଣର କୋଠରୀ ନିକଟରେ ଥିଲା;


Swiv nou:

Piblisite


Piblisite