Biblia Todo Logo
Bib sou entènèt

- Piblisite -




ଯିରିମୀୟ 21:13 - ପବିତ୍ର ବାଇବଲ (Re-edited) - (BSI)

13 ହେ ଉପତ୍ୟକା ଓ କ୍ଷେତ୍ରସ୍ଥ ଶୈଳନିବାସିନୀ, ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ ତୁମ୍ଭର ପ୍ରତିକୂଳ ଅଟୁ; ତୁମ୍ଭେମାନେ କହୁଅଛ, ଆମ୍ଭମାନଙ୍କ ବିରୁଦ୍ଧରେ କିଏ ଆସିବ? ଅବା କିଏ ଆମ୍ଭମାନଙ୍କ ନିବାସ-ସ୍ଥାନରେ ପ୍ରବେଶ କରିବ?

Gade chapit la Kopi

ଓଡିଆ ବାଇବେଲ

13 ହେ ଉପତ୍ୟକା ଓ କ୍ଷେତ୍ରସ୍ଥ ଶୈଳନିବାସିନୀ, ସଦାପ୍ରଭୁ କହନ୍ତି, “ଦେଖ, ଆମ୍ଭେ ତୁମ୍ଭର ପ୍ରତିକୂଳ ଅଟୁ; ତୁମ୍ଭେମାନେ କହୁଅଛ, ଆମ୍ଭମାନଙ୍କ ବିରୁଦ୍ଧରେ କିଏ ଆସିବ ? ଅବା କିଏ ଆମ୍ଭମାନଙ୍କ ନିବାସ ସ୍ଥାନରେ ପ୍ରବେଶ କରିବ ?”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ହେ ଉପତ୍ୟକା ଓ କ୍ଷେତ୍ରସ୍ଥ ଶୈଳନିବାସିନୀ, ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ ତୁମ୍ଭର ପ୍ରତିକୂଳ ଅଟୁ; ତୁମ୍ଭେମାନେ କହୁଅଛ, ‘ଆମ୍ଭମାନଙ୍କ ବିରୁଦ୍ଧରେ କିଏ ଆସିବ? ଅବା କିଏ ଆମ୍ଭମାନଙ୍କ ନିବାସ ସ୍ଥାନରେ ପ୍ରବେଶ କରିବ?’

Gade chapit la Kopi

ପବିତ୍ର ବାଇବଲ

13 “ହେ ଉପତ୍ୟକା ଓ କ୍ଷେତ୍ରସ୍ଥ ଶୈଳ ନିବାସୀନି ଯିରୁଶାଲମ,” ସଦାପ୍ରଭୁ କହନ୍ତି, “ଦେଖ, ଆମ୍ଭେ ତୁମ୍ଭର ପ୍ରତିକୂଳ ଅଟୁ। ତୁମ୍ଭେମାନେ କହୁଅଛ ‘ଆମ୍ଭମାନଙ୍କ ବିପକ୍ଷରେ କେହି ଆକ୍ରମଣ କରିବେ ନାହିଁ କି ଆମ୍ଭର ସୁଦୃଢ଼ ନଗରୀକୁ କେହି ପରାସ୍ତ କରି ପାରିବେ ନାହିଁ।’”

Gade chapit la Kopi




ଯିରିମୀୟ 21:13
21 Referans Kwoze  

ଏହେତୁ ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭେମାନେ ଅସାର ବାକ୍ୟ କହିଅଛ ଓ ମିଥ୍ୟା ଦର୍ଶନ ପାଇଅଛ, ଏଥିପାଇଁ ଦେଖ, ଆମ୍ଭେ ତୁମ୍ଭମାନଙ୍କର ପ୍ରତିକୂଳ ଅଟୁ, ଏହା ପ୍ରଭୁ ସଦାପ୍ରଭୁ କହନ୍ତି।


ବିପକ୍ଷ ଲୋକ ଓ ଶତ୍ରୁ ଯେ ଯିରୂଶାଲମର ଦ୍ଵାରସମୂହରେ ପ୍ରବେଶ କରିବ, ଏହା ପୃଥିବୀସ୍ଥ ରାଜଗଣ କିଅବା ଜଗନ୍ନିବାସୀ ସମସ୍ତେ ବିଶ୍ଵାସ କଲେ ନାହିଁ।


ସେସ୍ଥାନର ପ୍ରଧାନବର୍ଗ ଲାଞ୍ଚ ନେଇ ବିଚାର କରନ୍ତି ଓ ତହିଁର ଯାଜକଗଣ ବେତନ ନେଇ ଶିକ୍ଷା ଦିଅନ୍ତି ଓ ତହିଁର ଭବିଷ୍ୟଦ୍ବକ୍ତାଗଣ ଅର୍ଥ ନେଇ ମନ୍ତ୍ର ପଢ଼ନ୍ତି; ତଥାପି ସେମାନେ ସଦାପ୍ରଭୁଙ୍କ ଉପରେ ନିର୍ଭର କରି କୁହନ୍ତି, ସଦାପ୍ରଭୁ କି ଆମ୍ଭମାନଙ୍କ ମଧ୍ୟରେ ନାହାନ୍ତି? କୌଣସି ଅମଙ୍ଗଳ ଆମ୍ଭମାନଙ୍କ ନିକଟକୁ ଆସିବ ନାହିଁ।


ହେ ଅହଙ୍କାରୀ, ପ୍ରଭୁ, ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ ତୁମ୍ଭର ବିପକ୍ଷ ଅଟୁ , କାରଣ ତୁମ୍ଭର ଦିନ, ତୁମ୍ଭକୁ ଆମ୍ଭର ପ୍ରତିଫଳ ଦେବାର ସମୟ ଉପସ୍ଥିତ।


ଯେପରି ଯିରୂଶାଲମର ଚତୁର୍ଦ୍ଦିଗରେ ପର୍ବତମାନ ଥାଏ, ସେପରି ଆଜିଠାରୁ ସଦାକାଳ ସଦାପ୍ରଭୁ ଆପଣା ଲୋକମାନଙ୍କର ଚତୁର୍ଦ୍ଦିଗରେ ଥାଆନ୍ତି।


ଗୋ ଶୈଳଛିଦ୍ରନିବାସିନୀ, ହେ ପର୍ବତ ଶୃଙ୍ଗ ଅବଲମ୍ଵିନୀ, ତୁମ୍ଭର ଭୟଙ୍କରତା ବିଷୟରେ, ତୁମ୍ଭ ଅନ୍ତଃକରଣର ଅହଙ୍କାର ତୁମ୍ଭକୁ ବଞ୍ଚନା କରିଅଛି; ଯଦ୍ୟପି ତୁମ୍ଭେ ଉତ୍କୋଶ ପକ୍ଷୀ ପରି ଉଚ୍ଚ ସ୍ଥାନରେ ବସା କରିବ, ତଥାପି ଆମ୍ଭେ ତୁମ୍ଭକୁ ସେଠାରୁ ଓହ୍ଳାଇ ଆଣିବା, ଏହା ସଦାପ୍ରଭୁ କହନ୍ତି।


ପୁଣି, ଆମ୍ଭେ ଆପେ ବିସ୍ତୃତ ହସ୍ତ ଓ ବଳବାନ ବାହୁ ଦ୍ଵାରା କ୍ରୋଧରେ, ପ୍ରଚଣ୍ତ ରୋଷରେ ଓ ମହାକୋପରେ ତୁମ୍ଭମାନଙ୍କ ବିରୁଦ୍ଧରେ ଯୁଦ୍ଧ କରିବା।


ଦର୍ଶନ ଉପତ୍ୟକା ବିଷୟକ ଭାରୋକ୍ତି। ଏବେ ତୁମ୍ଭର କʼଣ ହେଉଅଛି ଯେ, ତୁମ୍ଭେ ସମସ୍ତେ ଗୃହର ଛାତ ଉପରକୁ ଯାଇଅଛ?


ହେ ବିନାଶକ ପର୍ବତ, ତୁମ୍ଭେ ସମୁଦାୟ ପୃଥିବୀକି ବିନାଶ କରୁଅଛ, ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ ତୁମ୍ଭର ବିପକ୍ଷ ଅଟୁ; ଆଉ, ଆମ୍ଭେ ତୁମ୍ଭ ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରିବା ଓ ଶୈଳରୁ ତୁମ୍ଭକୁ ଗଡ଼ାଇ ପକାଇ ଏକ ଦଗ୍ଧ ପର୍ବତ କରିବା।


ଏହିସବୁ ସଦାପ୍ରଭୁଙ୍କର ମନ୍ଦିର, ସଦାପ୍ରଭୁଙ୍କର ମନ୍ଦିର, ସଦାପ୍ରଭୁଙ୍କର ମନ୍ଦିର, ଏହି ମିଥ୍ୟା କଥାରେ ବିଶ୍ଵାସ କର ନାହିଁ।


ପୁଣି ସେହି ଦିନ ତୁମ୍ଭେ ଆପଣା ପୁତ୍ରକୁ ଜଣାଇବ, ମିସରଠାରୁ ଆମ୍ଭେ ବାହାର ହେବା ବେଳେ ସଦାପ୍ରଭୁ ଆମ୍ଭ ପ୍ରତି ଯେ ଯେ କର୍ମ କରିଥିଲେ, ସେସବୁର ସ୍ମରଣ ନିମନ୍ତେ ଏହା ହୁଏ।


ଅନନ୍ତର ସେମାନେ ସୁକ୍କୋତଠାରୁଯାତ୍ରା କରି ପ୍ରାନ୍ତର-ଧାରସ୍ଥିତ ଏଥମ୍ରେ ଛାଉଣି କଲେ।


ଏଥିପାଇଁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ, ଆମ୍ଭେ ହିଁ ତୁମ୍ଭର ବିପକ୍ଷ ଅଟୁ ଓ ଆମ୍ଭେ ଗୋଷ୍ଠୀଗଣର ସାକ୍ଷାତରେ ତୁମ୍ଭ ମଧ୍ୟରେ ବିଚାର ସାଧନ କରିବା।


ଆଉ, ଇସ୍ରାଏଲ ଦେଶକୁ କୁହ, ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ତୁମ୍ଭର ପ୍ରତିକୂଳ ଅଟୁ ଓ ଆମ୍ଭେ ଆପଣା ଖଡ଼୍‍ଗ କୋଷରୁ ବାହାର କରି ତୁମ୍ଭ ମଧ୍ୟରୁ ଧାର୍ମିକ ଓ ଦୁଷ୍ଟକୁ ଉଚ୍ଛିନ୍ନ କରିବା।


ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି; ଦେଖ, ଆମ୍ଭେ ପାଳକମାନଙ୍କର ପ୍ରତିକୂଳ ଅଟୁ; ଆମ୍ଭେ ସେମାନଙ୍କ ହସ୍ତରୁ ଆମ୍ଭ ମେଷଗଣକୁ ଆଦାୟ କରିବା, ଆଉ ସେମାନଙ୍କୁ ମେଷପାଳନ କର୍ମରୁ ଚ୍ୟୁତ କରିବା ଓ ସେହି ପାଳକମାନେ ଆଉ ଆପଣାମାନଙ୍କୁ ପାଳନ କରିବେ ନାହିଁ; ପୁଣି, ସେମାନଙ୍କ ମୁଖରୁ ଆମ୍ଭେ ଆମ୍ଭର ମେଷଗଣକୁ ଉଦ୍ଧାର କରିବା, ତହିଁରେ ସେମାନେ ସେମାନଙ୍କ ପାଇଁ ଭକ୍ଷ୍ୟ ହେବେ ନାହିଁ।


ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ ତୁମ୍ଭର ପ୍ରତିକୂଳ ଅଟୁ, ଆମ୍ଭେ ତାହାର ରଥସବୁ ଦଗ୍ଧ କରି ଧୂଆଁରେ ଲୀନ କରିବା ଓ ଖଡ଼୍‍ଗ ତୁମ୍ଭର ଯୁବାସିଂହ-ଗଣକୁ ଗ୍ରାସ କରିବ; ପୁଣି, ଆମ୍ଭେ ପୃଥିବୀରୁ ତୁମ୍ଭର ମୃଗୟା ଉଚ୍ଛିନ୍ନ କରିବା ଓ ତୁମ୍ଭ ଦୂତଗଣର ରବ ଆଉ ଶୁଣାଯିବ ନାହିଁ।


ହେ ଆମ୍ଭର କ୍ଷେତ୍ରସ୍ଥ ପର୍ବତ, ତୁମ୍ଭର ସମୁଦାୟ ଅଞ୍ଚଳରେ କୃତ ପାପ ସକାଶେ ଆମ୍ଭେ ତୁମ୍ଭର ସମ୍ପତ୍ତି ଓ ସବୁ ଧନଭଣ୍ତାର ଓ ଉଚ୍ଚସ୍ଥଳୀସକଳ ଲୁଟିତ ହେବା ପାଇଁ ଦେବା।


Swiv nou:

Piblisite


Piblisite