Biblia Todo Logo
Bib sou entènèt

- Piblisite -




ଯିରିମୀୟ 21:7 - ପବିତ୍ର ବାଇବଲ (Re-edited) - (BSI)

7 ଆଉ, ସଦାପ୍ରଭୁ କହନ୍ତି, ତହିଁ ଉତ୍ତାରେ ଆମ୍ଭେ ଯିହୁଦାର ରାଜା ସିଦିକୀୟକୁ, ତାହାର ଦାସଗଣକୁ ଓ ଲୋକମାନଙ୍କୁ, ଅର୍ଥାତ୍, ଏହି ନଗରର ଯେଉଁସକଳ ଲୋକ ମହାମାରୀ, ଖଡ଼୍‍ଗ ଓ ଦୁର୍ଭିକ୍ଷରୁ ଅବଶିଷ୍ଟ ରହିବେ, ସେମାନଙ୍କୁ ବାବିଲର ରାଜା ନବୂଖଦ୍ନିତ୍ସରର ହସ୍ତରେ ଓ ସେମାନଙ୍କ ଶତ୍ରୁଗଣର ହସ୍ତରେ ଓ ସେମାନଙ୍କ ପ୍ରାଣନାଶର ଚେଷ୍ଟାକାରୀମାନଙ୍କ ହସ୍ତରେ ସମର୍ପଣ କରିବା; ଆଉ, ସେ ସେମାନଙ୍କୁ ଖଡ଼୍‍ଗଧାରରେ ବଧ କରିବ; ସେ ସେମାନଙ୍କୁ କ୍ଷମା କି ଦୟା କି କରୁଣା କରିବ ନାହିଁ।

Gade chapit la Kopi

ଓଡିଆ ବାଇବେଲ

7 ଆଉ, ସଦାପ୍ରଭୁ କହନ୍ତି, ‘ତହିଁ ଉତ୍ତାରେ ଆମ୍ଭେ ଯିହୁଦାର ରାଜା ସିଦିକୀୟକୁ, ତାହାର ଦାସଗଣକୁ ଓ ଲୋକମାନଙ୍କୁ, ଅର୍ଥାତ୍‍, ଏହି ନଗରର ଯେଉଁସକଳ ଲୋକ ମହାମାରୀ, ଖଡ୍ଗ ଓ ଦୁର୍ଭିକ୍ଷରୁ ଅବଶିଷ୍ଟ ରହିବେ, ସେମାନଙ୍କୁ ବାବିଲର ରାଜା ନବୂଖଦ୍‍ନିତ୍ସରର ହସ୍ତରେ ଓ ସେମାନଙ୍କ ଶତ୍ରୁଗଣର ହସ୍ତରେ ଓ ସେମାନଙ୍କ ପ୍ରାଣନାଶର ଚେଷ୍ଟାକାରୀମାନଙ୍କ ହସ୍ତରେ ସମର୍ପଣ କରିବା; ଆଉ, ସେ ସେମାନଙ୍କୁ ଖଡ୍ଗଧାରରେ ବଧ କରିବ; ସେ ସେମାନଙ୍କୁ କ୍ଷମା, ଦୟା କି କରୁଣା କରିବ ନାହିଁ।’

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ଆଉ, ସଦାପ୍ରଭୁ କହନ୍ତି, ତହିଁ ଉତ୍ତାରେ ଆମ୍ଭେ ଯିହୁଦାର ରାଜା ସିଦିକୀୟକୁ, ତାହାର ଦାସଗଣକୁ ଓ ଲୋକମାନଙ୍କୁ, ଅର୍ଥାତ୍‍, ଏହି ନଗରର ଯେଉଁ ସକଳ ଲୋକ ମହାମାରୀ, ଖଡ୍ଗ ଓ ଦୁର୍ଭିକ୍ଷରୁ ଅବଶିଷ୍ଟ ରହିବେ, ସେମାନଙ୍କୁ ବାବିଲର ରାଜା ନବୂଖଦ୍‍ନିତ୍ସରର ହସ୍ତରେ ଓ ସେମାନଙ୍କ ଶତ୍ରୁଗଣର ହସ୍ତରେ ଓ ସେମାନଙ୍କ ପ୍ରାଣନାଶର ଚେଷ୍ଟାକାରୀମାନଙ୍କ ହସ୍ତରେ ସମର୍ପଣ କରିବା; ଆଉ, ସେ ସେମାନଙ୍କୁ ଖଡ୍ଗଧାରରେ ବଧ କରିବ; ସେ ସେମାନଙ୍କୁ କ୍ଷମା, ଦୟା କି କରୁଣା କରିବ ନାହିଁ।’

Gade chapit la Kopi

ପବିତ୍ର ବାଇବଲ

7 ଏସବୁ ଘଟିଲା ପରେ’” ସଦାପ୍ରଭୁ କହନ୍ତି, “‘ଆମ୍ଭେ ଯିହୁଦା ରାଜା ସିଦିକିୟଙ୍କୁ, ତାହାର ଦାସଗଣଙ୍କୁ ଓ ତାହାର ଲୋକମାନଙ୍କୁ ଯେଉଁମାନେ ମହାମାରୀ, ‌‌ଖ‌ଡ଼୍‌ଗ ଓ ଦୁର୍ଭିକ୍ଷରୁ ଅବଶିଷ୍ଟ ରହିବେ, ସେମାନଙ୍କୁ ବାବିଲର ରାଜା ନବୂଖ‌ଦ୍‌ନିତ୍ସରଙ୍କ ହସ୍ତରେ, ସେମାନଙ୍କ ଶତ୍ରୁଗଣ ହସ୍ତରେ ଓ ସେମାନଙ୍କ ପ୍ରାଣନାଶକାରୀଙ୍କ ହସ୍ତରେ ସମର୍ପଣ କରିବା। ଆଉ ସେମାନେ ସେମାନଙ୍କୁ ଦୟା, କରୁଣା ଓ କ୍ଷମା ନ କରି ‌‌ଖ‌ଡ଼୍‌ଗରେ ବଧ କରିବେ।’

Gade chapit la Kopi




ଯିରିମୀୟ 21:7
37 Referans Kwoze  

ତହିଁ ଉତ୍ତାରେ ସିଦିକୀୟ ରାଜା ଲୋକ ପଠାଇ ତାଙ୍କୁ ଅଣାଇଲା; ଆଉ, ରାଜା ଆପଣା ଗୃହରେ ତାଙ୍କୁ ଗୋପନରେ ପଚାରିଲା, ସଦାପ୍ରଭୁଙ୍କ ନିକଟରୁ କୌଣସି ବାକ୍ୟ ଆସିଅଛି କି? ତହିଁରେ ଯିରିମୀୟ କହିଲେ, ଆସିଅଛି। ସେ ଆହୁରି କହିଲେ, ଆପଣ ବାବିଲ-ରାଜାର ହସ୍ତରେ ସମର୍ପିତ ହେବେ।


ପୁଣି, ଆମ୍ଭେ ଚକ୍ଷୁଲଜ୍ଜା କରିବା ନାହିଁ; କିଅବା ଦୟା କରିବା ନାହିଁ; ଆମ୍ଭେ ତୁମ୍ଭର ଆଚରଣାନୁସାରେ ତୁମ୍ଭ ଉପରେ ଫଳ ବର୍ତ୍ତାଇବା ଓ ତୁମ୍ଭର ଘୃଣାଯୋଗ୍ୟ କ୍ରିୟାସକଳ ତୁମ୍ଭ ମଧ୍ୟରେ ରହିବ; ତହିଁରେ ଆମ୍ଭେ ସଦାପ୍ରଭୁ ଆଘାତ କରୁ, ଏହା ତୁମ୍ଭେମାନେ ଜାଣିବ।


ପୁଣି, ଆମ୍ଭେ ସେମାନଙ୍କର ଏକ ଜଣକୁ ଅନ୍ୟ ଜଣର ଉପରେ, ହଁ, ପିତୃଗଣକୁ ଓ ପୁତ୍ରଗଣକୁ ଏକ ସଙ୍ଗେ କଚାଡ଼ି ପକାଇବା, ଏହା ସଦାପ୍ରଭୁ କହନ୍ତି; ଆମ୍ଭେ ସେମାନଙ୍କ ପ୍ରତି କୃପା କିଅବା ଦୟା ଅଥବା କରୁଣା ନ କରି ସେମାନଙ୍କୁ ନଷ୍ଟ କରିବା।


ସେହି ଗୋଷ୍ଠୀ ଭୟଙ୍କର ବଦନବିଶିଷ୍ଟ, ସେ ବୃଦ୍ଧର ମୁଖାପେକ୍ଷା କରିବ ନାହିଁ, କିଅବା ଯୁବାକୁ ଦୟା କରିବ ନାହିଁ।


ଏହେତୁ ଆମ୍ଭେ ମଧ୍ୟ ଚକ୍ଷୁଲଜ୍ଜା କରିବା ନାହିଁ, କିଅବା ଦୟା କରିବା ନାହିଁ, ମାତ୍ର ଆମ୍ଭେ ସେମାନଙ୍କ ଆଚରଣର ପ୍ରତିଫଳ ସେମାନଙ୍କ ମସ୍ତକରେ ବର୍ତ୍ତାଇବା।


ଏଥିପାଇଁ ଆମ୍ଭେ ମଧ୍ୟ କୋପରେ ବ୍ୟବହାର କରିବା; ଚକ୍ଷୁଲଜ୍ଜା କରିବା ନାହିଁ, କିଅବା ଦୟା କରିବା ନାହିଁ; ଆଉ, ଯଦ୍ୟପି ସେମାନେ ଆମ୍ଭ କର୍ଣ୍ଣଗୋଚରରେ ଉଚ୍ଚସ୍ଵରରେ ଡାକନ୍ତି, ତଥାପି ଆମ୍ଭେ ସେମାନଙ୍କ କଥା ଶୁଣିବା ନାହିଁ।


ଆମ୍ଭେ ଆପଣା ଲୋକମାନଙ୍କ ପ୍ରତି କ୍ରୁଦ୍ଧ ହୋଇ ଆପଣା ଅଧିକାର ଅପବିତ୍ର କଲୁ ଓ ତୁମ୍ଭ ହସ୍ତରେ ସେମାନଙ୍କୁ ସମର୍ପଣ କଲୁ; ତୁମ୍ଭେ ସେମାନଙ୍କ ପ୍ରତି କିଛି ଦୟା ପ୍ରକାଶ କଲ ନାହିଁ; ତୁମ୍ଭେ ବୃଦ୍ଧ ଲୋକ ଉପରେ ତୁମ୍ଭର ଯୁଆଳି ବଡ଼ ଭାରୀ କରି ଥୋଇଲ ।


ତହିଁର ଡାଳସବୁ ଶୁଷ୍କ ହେଲେ ଭଙ୍ଗା ଯିବ; ସ୍ତ୍ରୀମାନେ ଆସି ତହିଁରେ ଅଗ୍ନି ଲଗାଇବେ; କାରଣ ସେହି ଲୋକମାନେ ବୁଦ୍ଧିହୀନ; ଏହେତୁ ଯେ ସେମାନଙ୍କୁ ନିର୍ମାଣ କଲେ, ସେ ସେମାନଙ୍କ ପ୍ରତି ଦୟା କରିବେ ନାହିଁ ଓ ଯେ ସେମାନଙ୍କୁ ଗଢ଼ିଲେ, ସେ ସେମାନଙ୍କ ପ୍ରତି ଅନୁଗ୍ରହ ପ୍ରକାଶ କରିବେ ନାହିଁ।


କାରଣ ହେ ଯିରୂଶାଲମ, କିଏ ତୁମ୍ଭକୁ ଦୟା କରିବ? ଅବା କିଏ ତୁମ୍ଭ ଲାଗି ବିଳାପ କରିବ? ଅଥବା ତୁମ୍ଭର ମଙ୍ଗଳ ବିଷୟ ପଚାରିବା ପାଇଁ କିଏ କତିକି ଆସିବ?


ସାତ ସନ୍ତାନପ୍ରସୂତା ସ୍ତ୍ରୀ କ୍ଷୀଣା ହେଉଅଛି; ସେ ପ୍ରାଣତ୍ୟାଗ କରିଅଛି; ଦିନ ଥାଉ ଥାଉ ତାହାର ସୂର୍ଯ୍ୟ ଅସ୍ତ ହୋଇଅଛି; ସେ ଲଜ୍ଜିତା ଓ ହତାଶା ହୋଇଅଛି; ପୁଣି, ସେମାନଙ୍କର ଅବଶିଷ୍ଟ ଲୋକମାନଙ୍କୁ ଆମ୍ଭେ ସେମାନଙ୍କ ଶତ୍ରୁଗଣର ସମ୍ମୁଖରେ ଖଡ଼୍‍ଗରେ ସମର୍ପଣ କରିବା, ଏହା ସଦାପ୍ରଭୁ କହନ୍ତି।


ପୁଣି, ଯେଉଁମାନେ ତୁମ୍ଭର ପ୍ରାଣ ନାଶ କରିବାକୁ ଚେଷ୍ଟା କରନ୍ତି ଓ ଯେଉଁମାନଙ୍କ ବିଷୟରେ ତୁମ୍ଭେ ଭୟ କରୁଅଛ, ସେମାନଙ୍କ ହସ୍ତରେ, ଅର୍ଥାତ୍, ବାବିଲର ରାଜା ନବୂଖଦ୍ନିତ୍ସରର ହସ୍ତରେ ଓ କଲ୍ଦୀୟମାନଙ୍କ ହସ୍ତରେ ଆମ୍ଭେ ତୁମ୍ଭକୁ ସମର୍ପି ଦେବା।


ପୁଣି, ସମ୍ପ୍ରତି ଆମ୍ଭେ ଏହିସବୁ ଦେଶ ଆପଣା ଦାସ ବାବିଲର ରାଜା ନବୂଖଦ୍ନିତ୍ସରର ହସ୍ତରେ ଦେଇଅଛୁ ଓ ତାହାର ସେବା କରିବା ନିମନ୍ତେ କ୍ଷେତ୍ରସ୍ଥ ପଶୁମାନଙ୍କୁ ହିଁ ତାହାକୁ ଦେଇଅଛୁ।


ପୁଣି, ତୁମ୍ଭେ ତାହା ହସ୍ତରୁ ରକ୍ଷା ପାଇବ ନାହିଁ, ମାତ୍ର ନିଶ୍ଚୟ ଧରାଯିବ ଓ ତାହା ହସ୍ତରେ ସମର୍ପିତ ହେବ; ପୁଣି, ତୁମ୍ଭର ଚକ୍ଷୁ ବାବିଲ ରାଜାର ଚକ୍ଷୁକୁ ଦେଖିବ ଓ ସେ ସମ୍ମୁଖାସମ୍ମୁଖୀ ହୋଇ ତୁମ୍ଭ ସଙ୍ଗେ କଥା କହିବ ଓ ତୁମ୍ଭେ ବାବିଲକୁ ଯିବ।


କାରଣ ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି; ଦେଖ, ଯେଉଁମାନଙ୍କୁ ତୁମ୍ଭେ ଘୃଣା କରୁଅଛଓ ଯେଉଁମାନଙ୍କଠାରୁ ତୁମ୍ଭର ପ୍ରାଣ ବିମୁଖ ହୋଇଅଛି, ସେମାନଙ୍କ ହସ୍ତରେ ଆମ୍ଭେ ତୁମ୍ଭକୁ ସମର୍ପଣ କରିବା;


ସେମାନେ ଉପବାସ କଲେ, ଆମ୍ଭେ ସେମାନଙ୍କର କାତରୋକ୍ତି ଶୁଣିବା ନାହିଁ; ପୁଣି, ସେମାନେ ହୋମ ଓ ନୈବେଦ୍ୟ ଉତ୍ସର୍ଗ କଲେ, ଆମ୍ଭେ ସେମାନଙ୍କୁ ଗ୍ରହଣ କରିବା ନାହିଁ; ମାତ୍ର ଆମ୍ଭେ ଖଡ଼୍‍ଗ ଓ ଦୁର୍ଭିକ୍ଷ ଓ ମହାମାରୀ ଦ୍ଵାରା ସେମାନଙ୍କୁ ସଂହାର କରିବା।


ପୁଣି, ଆମ୍ଭେ ଏହି ସ୍ଥାନରେ ଯିହୁଦାର ଓ ଯିରୂଶାଲମର ମନ୍ତ୍ରଣା ବ୍ୟର୍ଥ କରିବା; ପୁଣି, ସେମାନଙ୍କ ଶତ୍ରୁଗଣ ସମ୍ମୁଖରେ ଖଡ଼୍‍ଗ ଦ୍ଵାରା ଓ ସେମାନଙ୍କ ପ୍ରାଣ ଅନ୍ଵେଷଣକାରୀମାନଙ୍କ ହସ୍ତ ଦ୍ଵାରା ସେମାନଙ୍କୁ ନିପାତ କରିବା; ଆଉ, ଆମ୍ଭେ ଖେଚର ପକ୍ଷୀଗଣକୁ ଓ ଭୂଚର ପଶୁଗଣକୁ ସେମାନଙ୍କର ଶବ ଖାଦ୍ୟ ନିମନ୍ତେ ଦେବା।


କାରଣ ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ତୁମ୍ଭକୁ, ତୁମ୍ଭ ପ୍ରତି ଓ ତୁମ୍ଭର ସମସ୍ତ ବନ୍ଧୁ ପ୍ରତି ଆଶଙ୍କାଜନକ କରିବା; ପୁଣି, ସେମାନେ ଆପଣାମାନଙ୍କ ଶତ୍ରୁଗଣର ଖଡ଼୍‍ଗ ଦ୍ଵାରା ହତ ହେବେ ଓ ତୁମ୍ଭର ଚକ୍ଷୁ ତାହା ଦେଖିବ; ଆଉ, ଆମ୍ଭେ ସମୁଦାୟ ଯିହୁଦାକୁ ବାବିଲର ରାଜା ହସ୍ତରେ ସମର୍ପଣ କରିବା, ତହିଁରେ ସେ ସେମାନଙ୍କୁ ବନ୍ଦୀ କରି ବାବିଲକୁ ଘେନିଯାଇ ଖଡ଼୍‍ଗରେ ବଧ କରିବ।


ଆଉ, ଯିହୁଦାର ରାଜା ସିଦିକୀୟ କଲ୍ଦୀୟମାନଙ୍କ ହସ୍ତରୁ ରକ୍ଷା ପାଇବ ନାହିଁ, ମାତ୍ର ନିଶ୍ଚୟ ବାବିଲ-ରାଜାର ହସ୍ତରେ ସମର୍ପିତ ହେବ ଓ ସମ୍ମୁଖାସମ୍ମୁଖୀ ହୋଇ ତାହା ସହିତ କଥା କହିବ ଓ ସ୍ଵଚକ୍ଷୁରେ ତାହାର ଚକ୍ଷୁ ଦେଖିବ;


ପୁଣି, ଯିହୁଦାର ରାଜା ଯିହୋୟାକୀମ୍ ବିଷୟରେ ତୁମ୍ଭେ କହିବ, ସଦାପ୍ରଭୁ ଏହି କଥା କହନ୍ତି: ବାବିଲର ରାଜା ନିଶ୍ଚୟ ଆସିବ ଓ ଏହି ଦେଶ ନଷ୍ଟ କରିବ, ଆଉ ତାହାକୁ ମନୁଷ୍ୟ ଓ ପଶୁଶୂନ୍ୟ କରିବ, ଏପରି କଥା ତୁମ୍ଭେ କାହିଁକି ଲେଖିଅଛ? ଏହା କହି ତୁମ୍ଭେ ଏହି ପୁସ୍ତକ ଦଗ୍ଧ କରିଅଛ।


ଇସ୍ରାଏଲ ଛିନ୍ନଭିନ୍ନ ମେଷ ସ୍ଵରୂପ; ସିଂହମାନେ ତାହାକୁ ତଡ଼ି ଦେଇଅଛନ୍ତି; ପ୍ରଥମରେ ଅଶୂରର ରାଜା ତାହାକୁ ଗ୍ରାସ କଲା; ଆଉ, ଶେଷରେ ବାବିଲର ରାଜା ଏହି ନବୂଖଦ୍ନିତ୍ସର ତାହାର ହାଡ଼ସବୁ ଭାଙ୍ଗି ପକାଇଅଛି।


ହେ ସଦାପ୍ରଭୁ, ଦେଖ, ନିରୀକ୍ଷଣ କର, ତୁମ୍ଭେ କାହା ପ୍ରତି ଏପ୍ରକାର ବ୍ୟବହାର କରିଅଛ? ସ୍ତ୍ରୀଲୋକେ କି ଆପଣା ଗର୍ଭଫଳକୁ, ହସ୍ତରେ ଲାଳିତ ଶିଶୁମାନଙ୍କୁ ଭୋଜନ କରିବେ? ଯାଜକ ଓ ଭବିଷ୍ୟଦ୍ବକ୍ତା କି ପ୍ରଭୁଙ୍କର ପବିତ୍ର ସ୍ଥାନରେ ହତ ହେବେ?


ତୁମ୍ଭେ ମୋର ଚତୁର୍ଦ୍ଦିଗସ୍ଥ ଆଶଙ୍କାସକଳକୁ ମହାସଭା ଦିନର ନ୍ୟାୟ ଆହ୍ଵାନ କରିଅଛ। ସଦାପ୍ରଭୁଙ୍କ କ୍ରୋଧର ଦିନରେ କେହି ରକ୍ଷା ପାଇଲେ ନାହିଁ, କି ଅବଶିଷ୍ଟ ରହିଲେ ନାହିଁ; ଯେଉଁମାନଙ୍କୁ ମୁଁ ଲାଳନ ପାଳନ କଲି, ସେମାନଙ୍କୁ ମୋର ଶତ୍ରୁ ସଂହାର କରିଅଛି।


Swiv nou:

Piblisite


Piblisite