Biblia Todo Logo
Bib sou entènèt

- Piblisite -




ଯିରିମୀୟ 22:16 - ପବିତ୍ର ବାଇବଲ (Re-edited) - (BSI)

16 ସେ ଦରିଦ୍ର ଓ ଦୀନହୀନମାନଙ୍କର ଗୁହାରି ବିଚାର କଲା, ତହିଁରେ ମଙ୍ଗଳ ହେଲା। ସଦାପ୍ରଭୁ କହନ୍ତି, ଏହା କି ଆମ୍ଭଙ୍କୁ ଜ୍ଞାତ ହେବାର ନୁହେଁ?

Gade chapit la Kopi

ଓଡିଆ ବାଇବେଲ

16 ସେ ଦରିଦ୍ର ଓ ଦୀନହୀନମାନଙ୍କ ଗୁହାରି ବିଚାର କଲା, ତହିଁରେ ମଙ୍ଗଳ ହେଲା। ସଦାପ୍ରଭୁ କହନ୍ତି, “ଏହା କି ଆମ୍ଭଙ୍କୁ ଜ୍ଞାତ ହେବାର ନୁହେଁ ?

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ସେ ଦରିଦ୍ର ଓ ଦୀନହୀନମାନଙ୍କ ଗୁହାରି ବିଚାର କଲା, ତହିଁରେ ମଙ୍ଗଳ ହେଲା। ସଦାପ୍ରଭୁ କହନ୍ତି, ଏହା କି ଆମ୍ଭଙ୍କୁ ଜ୍ଞାତ ହେବାର ନୁହେଁ?

Gade chapit la Kopi

ପବିତ୍ର ବାଇବଲ

16 ଯୋଶିୟ ଦରିଦ୍ର ଓ ଦୀନହୀନଙ୍କର ଯତ୍ନ ନେଉଥିବାରୁ ତାଙ୍କର ମଙ୍ଗଳ ହେଲା। ସଦାପ୍ରଭୁ କହନ୍ତି, “ଏହାକି ଆମ୍ଭକୁ ଜ୍ଞାତ ହେବାର ନୁହେଁ?”

Gade chapit la Kopi




ଯିରିମୀୟ 22:16
25 Referans Kwoze  

ମାତ୍ର ଯେବେ କେହି ଦର୍ପ କରେ, ତେବେ ସେ ଆମ୍ଭକୁ ଚିହ୍ନେ ଓ ଜାଣେ ବୋଲି ଦର୍ପ କରୁ; ଆମ୍ଭେ ସଦାପ୍ରଭୁ, ପୃଥିବୀରେ ସ୍ନେହପୂର୍ଣ୍ଣ କରୁଣା, ବିଚାର ଓ ଧର୍ମ ସାଧନ କରୁ, କାରଣ ସଦାପ୍ରଭୁ କହନ୍ତି, ଏସବୁରେ ଆମ୍ଭର ସନ୍ତୋଷ ଥାଏ।


ସୁକ୍ରିୟା କରିବାକୁ ଶିଖ; ନ୍ୟାୟବିଚାର ଚେଷ୍ଟା କର, ଉପଦ୍ରବଗ୍ରସ୍ତମାନଙ୍କର ସାହାଯ୍ୟ କର, ପିତୃହୀନମାନଙ୍କର ନ୍ୟାୟ ବିଚାର କର, ବିଧବାମାନଙ୍କ ପକ୍ଷରେ ପ୍ରତିବାଦ କର।


ସେମାନେ ଈଶ୍ଵରଙ୍କୁ ଜାଣନ୍ତି ବୋଲି ସ୍ଵୀକାର କରନ୍ତି, କିନ୍ତୁ ସେମାନଙ୍କ କର୍ମ ଦ୍ଵାରା ତାହାଙ୍କୁ ଅସ୍ଵୀକାର କରନ୍ତି; ସେମାନେ ଘୃଣ୍ୟ ଓ ଅବାଧ୍ୟ ପୁଣି ସମସ୍ତ ସତ୍କର୍ମର ଅଯୋଗ୍ୟ।


ଆଉ, ଏକମାତ୍ର ସତ୍ୟ ଈଶ୍ଵର ଯେ ତୁମ୍ଭେ, ତୁମ୍ଭକୁ ଓ ତୁମ୍ଭର ପ୍ରେରିତ ଯୀଶୁ ଖ୍ରୀଷ୍ଟଙ୍କୁ ଜାଣିବା ଅନ; ଜୀବନ ଅଟେ।


ଆହୁରି, ଯେଉଁମାନଙ୍କୁ ସେମାନେ କିଅବା ସେମାନଙ୍କର ପୂର୍ବପୁରୁଷମାନେ ଜାଣି ନାହାନ୍ତି, ଏପରି ନାନା ଦେଶୀୟମାନଙ୍କ ମଧ୍ୟରେ ଆମ୍ଭେ ସେମାନଙ୍କୁ ଛିନ୍ନଭିନ୍ନ କରିବା; ପୁଣି, ଆମ୍ଭେ ଯେଯାଏ ସେମାନଙ୍କୁ ସଂହାର ନ କରୁ, ସେଯାଏ ଆମ୍ଭେ ସେମାନଙ୍କ ପଛେ ପଛେ ଖଡ଼୍‍ଗ ପଠାଇବା।


କାରଣ ସେ ଦୀନହୀନକୁ ତାହାର ପ୍ରାଣର ବିଚାରକାରୀମାନଙ୍କଠାରୁ ତ୍ରାଣ କରିବା ନିମନ୍ତେ ତାହାର ଡାହାଣରେ ଠିଆ ହେବେ।


ଯେଉଁମାନେ ତୁମ୍ଭ ନାମ ଜାଣନ୍ତି, ସେମାନେ ତୁମ୍ଭଠାରେ ବିଶ୍ଵାସ କରିବେ; କାରଣ ହେ ସଦାପ୍ରଭୋ, ତୁମ୍ଭେ ଆପଣା ଅନ୍ଵେଷଣ-କାରୀମାନଙ୍କୁ ପରିତ୍ୟାଗ କରି ନାହଁ।


ସେମାନେ ଆହୁରି ଆହୁରି ମୋଟ ଓ ଚିକ୍କଣ ହୁଅନ୍ତି, ହଁ, ସେମାନେ ଦୁଷ୍କ୍ରିୟାର ସୀମା ଅତିକ୍ରମ କରନ୍ତି; ସେମାନେ ଗୁହାରି ବିଚାର କରନ୍ତି ନାହିଁ, ପିତୃହୀନ-ମାନଙ୍କର ମଙ୍ଗଳ ନିମନ୍ତେ ସେମାନଙ୍କର ଗୁହାରି ବିଚାର କରନ୍ତି ନାହିଁ; ପୁଣି, ଦରିଦ୍ରମାନଙ୍କର ବିଚାର ସେମାନେ ନିଷ୍ପତ୍ତି କରନ୍ତି ନାହିଁ।


ଆଉ, ହେ ମୋହର ପୁତ୍ର ଶଲୋମନ, ତୁମ୍ଭେ ଆପଣା ପିତାର ପରମେଶ୍ଵରଙ୍କୁ ଜ୍ଞାତ ହୁଅ ଓ ସିଦ୍ଧ ଅନ୍ତଃକରଣରେ ଓ ଇଚ୍ଛୁକ ମନରେ ତାହାଙ୍କର ସେବା କର; କାରଣ ସଦାପ୍ରଭୁ ସମସ୍ତ ଅନ୍ତଃକରଣ ଅନୁସନ୍ଧାନ କରନ୍ତି ଓ ଚିନ୍ତାର ସକଳ କଳ୍ପନା ବୁଝନ୍ତି; ଯେବେ ତୁମ୍ଭେ ତାହାଙ୍କର ଅନ୍ଵେଷଣ କରିବ, ତେବେ ତୁମ୍ଭେ ତାହାଙ୍କର ଉଦ୍ଦେଶ୍ୟ ପାଇବ; ମାତ୍ର ଯେବେ ତୁମ୍ଭେ ତାହାଙ୍କୁ ତ୍ୟାଗ କରିବ, ତେବେ ସେ ତୁମ୍ଭକୁ ଚିରକାଳ ଦୂର କରିବେ।


ତୁମ୍ଭେ ମୋତେ ଜଗତ ମଧ୍ୟରୁ ଯେଉଁ ଲୋକମାନଙ୍କୁ ଦାନ କଲ, ମୁଁ ସେମାନଙ୍କ ନିକଟରେ ତୁମ୍ଭର ନାମ ପ୍ରକାଶ କରିଅଛି; ସେମାନେ ତୁମ୍ଭର ଥିଲେ ଓ ତୁମ୍ଭେ ସେମାନଙ୍କୁ ମୋତେ ଦାନ କଲ, ଆଉ ସେମାନେ ତୁମ୍ଭର ବାକ୍ୟ ପାଳନ କରିଅଛନ୍ତି।


ଆଉ, ସେମାନେ ଏହାସବୁ କରିବେ, କାରଣ ସେମାନେ ପିତାଙ୍କୁ କିମ୍ଵା ମୋତେ ଜାଣି ନାହାନ୍ତି।


ପୁଣି, ସେମାନେ ଅସତ୍ୟତା ନିମନ୍ତେ ଆପଣା ଆପଣା ଜିହ୍ଵାରୂପ ଧନୁକୁ ବକ୍ର କରନ୍ତି; ଆଉ, ସେମାନେ ଦେଶରେ ବଳିଷ୍ଠ ହୋଇଅଛନ୍ତି, ମାତ୍ର ସତ୍ୟତା ପକ୍ଷରେ ନୁହେଁ; କାରଣ ସେମାନେ ଦୁଷ୍ଟତା ଉପରେ ଦୁଷ୍ଟତା କରିବା ପାଇଁ ଅଗ୍ରସର ହୁଅନ୍ତି, ସେମାନେ ଆମ୍ଭଙ୍କୁ ଜାଣନ୍ତି ନାହିଁ , ଏହା ସଦାପ୍ରଭୁ କହନ୍ତି।


ସେଥିରେ ସେମାନେ ତାହାଙ୍କୁ ପଚାରିବାକୁ ଲାଗିଲେ, ତୁମ୍ଭର ପିତା କାହାନ୍ତି? ଯୀଶୁ ଉତ୍ତର ଦେଲେ, ତୁମ୍ଭେମାନେ ମୋତେ ଜାଣ ନାହିଁ କିମ୍ଵା ମୋହର ପିତାଙ୍କୁ ମଧ୍ୟ ଜାଣ ନାହିଁ; ଯଦି ମୋତେ ଜାଣନ୍ତ, ତେବେ ମୋହର ପିତାଙ୍କୁ ମଧ୍ୟ ଜାଣନ୍ତ।


ସଦାପ୍ରଭୁଙ୍କ ତୁଲ୍ୟ ପବିତ୍ର ଆଉ କେହି ନାହିଁ; ଯେହେତୁ ତୁମ୍ଭ ଭିନ୍ନ ଆଉ କେହି ନାହିଁ; କିଅବା ଆମ୍ଭମାନଙ୍କ ପରମେଶ୍ଵରଙ୍କ ତୁଲ୍ୟ କୌଣସି ଶୈଳ ନାହିଁ।


ଆହେ, ତୁମ୍ଭଙ୍କୁ ଜାଣିବା ଲୋକମାନଙ୍କ ପ୍ରତି ଆପଣା ସ୍ନେହପୂର୍ଣ୍ଣ କରୁଣା ଓ ସରଳାନ୍ତଃକରଣ ଲୋକମାନଙ୍କ ପ୍ରତି ଆପଣା ଧାର୍ମିକତା ଚିରସ୍ଥାୟୀ କର।


ମୁଖ ଫିଟାଇ ଯଥାର୍ଥ ବିଚାର କର, ପୁଣି ଦୁଃଖୀ ଓ ଦରିଦ୍ରମାନଙ୍କର ସୁବିଚାର କର।


ହେ ମନୁଷ୍ୟ, ଯାହା ଉତ୍ତମ, ତାହା ସେ ତୁମ୍ଭକୁ ଜଣାଇଅଛନ୍ତି; ନ୍ୟାୟାଚରଣ, ଦୟା ଭଲ ପାଇବା ଓ ନମ୍ର ଭାବରେ ତୁମ୍ଭ ପରମେଶ୍ଵରଙ୍କ ସହିତ ଗମନାଗମନ କରିବାର, ଏହାଛଡ଼ା ସଦାପ୍ରଭୁ ତୁମ୍ଭଠାରୁ ଆଉ କଅଣ ଚାହାନ୍ତି?


Swiv nou:

Piblisite


Piblisite