Biblia Todo Logo
Bib sou entènèt

- Piblisite -




ଯିରିମୀୟ 22:6 - ପବିତ୍ର ବାଇବଲ (Re-edited) - (BSI)

6 କାରଣ ଯିହୁଦାର ରାଜଗୃହ ବିଷୟରେ ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭେ ଆମ୍ଭ ପ୍ରତି ଗିଲୀୟଦ୍ ଓ ଲିବାନୋନର ଶୃଙ୍ଗ ସ୍ଵରୂପ ଅଟ; ତଥାପି ଆମ୍ଭେ ନିଶ୍ଚୟ ତୁମ୍ଭକୁ ପ୍ରାନ୍ତର ଓ ନିବାସୀବିହୀନ ନଗରସମୂହର ସ୍ଵରୂପ କରିବା।

Gade chapit la Kopi

ଓଡିଆ ବାଇବେଲ

6 କାରଣ ଯିହୁଦାର ରାଜଗୃହ ବିଷୟରେ ସଦାପ୍ରଭୁ ଏହି କଥା କହନ୍ତି; ‘ତୁମ୍ଭେ ଆମ୍ଭ ପ୍ରତି ଗିଲୀୟଦ ଓ ଲିବାନୋନର ଶୃଙ୍ଗ ସ୍ୱରୂପ ଅଟ; ତଥାପି ଆମ୍ଭେ ନିଶ୍ଚୟ ତୁମ୍ଭକୁ ପ୍ରାନ୍ତର ଓ ନିବାସୀବିହୀନ ନଗରସମୂହର ସ୍ୱରୂପ କରିବା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 କାରଣ ଯିହୁଦାର ରାଜଗୃହ ବିଷୟରେ ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭେ ଆମ୍ଭ ପ୍ରତି ଗିଲୀୟଦ ଓ ଲିବାନୋନର ଶୃଙ୍ଗ ସ୍ୱରୂପ ଅଟ; ତଥାପି ଆମ୍ଭେ ନିଶ୍ଚୟ ତୁମ୍ଭକୁ ପ୍ରାନ୍ତର ଓ ନିବାସୀବିହୀନ ନଗରସମୂହର ସ୍ୱରୂପ କରିବା।

Gade chapit la Kopi

ପବିତ୍ର ବାଇବଲ

6 ଆଉ ଯିହୁଦାର ରାଜଗୃହ ବିଷୟରେ ସଦାପ୍ରଭୁ ଏହିକଥା କହନ୍ତି, “ତୁମ୍ଭେ ଆମ୍ଭ ପ୍ରତି ଗିଲିୟଦ୍ ଓ ଲିବାନୋ‌ନ୍‌ର ଶୃଙ୍ଗସ୍ୱରୂପ ଅଟ। ତଥାପି ଆମ୍ଭେ ତୁମ୍ଭକୁ ପ୍ରାନ୍ତର ଓ ଜନଶୂନ୍ୟ ନଗରରେ ପରିଣତ କରିବା।

Gade chapit la Kopi




ଯିରିମୀୟ 22:6
26 Referans Kwoze  

ତେବେ ମୁଁ କହିଲି, ହେ ପ୍ରଭୋ, କେତେ କାଳ ଯାଏ? ତହିଁରେ ସେ ଉତ୍ତର କଲେ, ଯେଯାଏ ନଗରସବୁ ନିବାସୀବିହୀନ ଓ ଗୃହସବୁ ନରଶୂନ୍ୟ ହୋଇ ଉଜାଡ଼ ନ ହୁଏ ଓ ଭୂମି ସମ୍ପୂର୍ଣ୍ଣ ରୂପେ ଉଜାଡ଼ ନ ହୁଏ,


ସେ ଦେଶନିବାସୀମାନଙ୍କ ଦୁଷ୍ଟତା ସକାଶୁ ଉର୍ବରା ଦେଶକୁ ଲବଣ-ପ୍ରାନ୍ତର କରନ୍ତି।


ଏହେତୁ ତୁମ୍ଭମାନଙ୍କ ସକାଶୁ ସିୟୋନ କ୍ଷେତ୍ର ତୁଲ୍ୟ ଚାଷ କରାଯିବ ଓ ଯିରୂଶାଲମ ଢିପି ହେବ, ଆଉ ଗୃହର ପର୍ବତ ବନସ୍ଥ ଉଚ୍ଚସ୍ଥଳୀର ତୁଲ୍ୟ ହେବ।


କାରଣ ସୁଦୃଢ଼ ନଗର ପ୍ରାନ୍ତରର ତୁଲ୍ୟ ନିର୍ଜନ, ଲୋକ ବିବର୍ଜିତ ଓ ପରିତ୍ୟକ୍ତ ବସତି ସ୍ଥାନ ହୋଇଅଛି; ସେସ୍ଥାନରେ ଗୋବତ୍ସ ଚରିବ ଓ ଶୟନ କରିବ, ପୁଣି ବୃକ୍ଷର ଶାଖାସବୁ ଗ୍ରାସ କରିବ।


ଯିହୁଦାର ରାଜା ହିଜକୀୟର ସମୟରେ ମୋରେଷ୍ଟୀୟ ମୀଖା ଭବିଷ୍ୟଦ୍ବାକ୍ୟ ପ୍ରଚାର କଲା; ଆଉ, ସେ ଯିହୁଦାର ସମସ୍ତ ଲୋକଙ୍କୁ ଏହି କଥା କହିଲା, ସୈନ୍ୟାଧିପତି ସଦାପ୍ରଭୁ କହନ୍ତି; ସିୟୋନ କ୍ଷେତ୍ର ତୁଲ୍ୟ ଚଷା ଯିବ ଓ ଯିରୂଶାଲମ ଢିପି ହେବ, ପୁଣି ଯେଉଁ ପର୍ବତରେ ମନ୍ଦିର ଅଛି, ତାହା ବନସ୍ଥ ଉଚ୍ଚସ୍ଥଳୀର ସମାନ ହେବ।


ପୁଣି, ଆମ୍ଭେ ଯିରୂଶାଲମକୁ ଢିପି ଓ ଶୃଗାଳଗଣର ବାସସ୍ଥାନ କରିବା; ଆଉ, ଆମ୍ଭେ ଯିହୁଦାର ନଗରସମୂହକୁ ନିବାସୀବିହୀନ ଧ୍ଵଂସସ୍ଥାନ କରିବା।


ସେସମୟରେ ଆମ୍ଭେ ଯିହୁଦାର ନଗରସବୁରେ ଓ ଯିରୂଶାଲମର ସଡ଼କସବୁରେ, ଆମୋଦର ଧ୍ଵନି ଓ ଆନନ୍ଦର ଧ୍ଵନି ଓ ବରକନ୍ୟାର ଧ୍ଵନି ନିବୃତ୍ତ କରାଇବା; କାରଣ ଦେଶ ଧ୍ଵଂସସ୍ଥାନ ହେବ।


ତହୁଁ ସେମାନେ ଭୋଜନ କରିବାକୁ ବସିଲେ; ସେମାନେ ଅନାଇ ଦେଖିଲେ, ଯେ ଗିଲୀୟଦରୁ ଏକ ଦଳ ଇଶ୍ମାଏଲୀୟ ପଥିକ ଓଟ ଉପରେ ସୁଗନ୍ଧି ଦ୍ରବ୍ୟ ଓ ଗୁଗ୍ଗୁଳ ଓ ଗନ୍ଧରସ ଘେନି ମିସର ଦେଶକୁ ଯାଉଅଛନ୍ତି।


ସଦାପ୍ରଭୁ କହନ୍ତି, ଆମ୍ଭେ ଜୀବିତ ଥିବା ପ୍ରମାଣେ ଯିହୁଦାର ରାଜା ଯିହୋୟାକୀମ୍ର ପୁତ୍ର କନୀୟ ଆମ୍ଭ ଦକ୍ଷିଣ ହସ୍ତରେ ମୋହର ତୁଲ୍ୟ ହେଲେ ହେଁ ଆମ୍ଭେ ତୁମ୍ଭକୁ ସେଠାରୁ କାଢ଼ି ପକାଇବା;


ସଦାପ୍ରଭୁ କହନ୍ତି, ଆମ୍ଭେ ତୁମ୍ଭମାନଙ୍କ କର୍ମର ଫଳାନୁସାରେ ତୁମ୍ଭମାନଙ୍କୁ ଶାସ୍ତି ଦେବା; ପୁଣି, ଆମ୍ଭେ ତାହାର ବନରେ ଅଗ୍ନି ଜ୍ଵଳାଇବା, ତହିଁରେ ତାହା ତାହାର ଚତୁର୍ଦ୍ଦିଗସ୍ଥ ସକଳ ଗ୍ରାସ କରିବ।


ଆଉ, ଯିହୁଦାର ରାଜବଂଶ ବିଷୟରେ ତୁମ୍ଭେମାନେ ସଦାପ୍ରଭୁଙ୍କର ବାକ୍ୟ ଶୁଣ;


ବିନାଶ ଉପରେ ବିନାଶ ପ୍ରଚାରିତ ହେଉଅଛି; କାରଣ ସମୁଦାୟ ଦେଶ ଉଚ୍ଛିନ୍ନ ହୋଇଅଛି; ଅକସ୍ମାତ୍ ମୋହର ତମ୍ଵୁ, ଏକ ନିମିଷ ମଧ୍ୟରେ ମୋହର ଯବନିକାସବୁ ଉଚ୍ଛିନ୍ନ ହେଲା।


ତାଙ୍କ ଚରଣଯୁଗଳ ଶୁଦ୍ଧ ସୁବର୍ଣ୍ଣ ଚୁଙ୍ଗିରେ ସ୍ଥାପିତ ମର୍ମର ପ୍ରସ୍ତରର ସ୍ତମ୍ଭ ତୁଲ୍ୟ; ତାଙ୍କର ଦୃଶ୍ୟ ଲିବାନୋନ ସଦୃଶ, ଏରସ ବୃକ୍ଷ ତୁଲ୍ୟ ଉତ୍କୃଷ୍ଟ।


ମୁଁ ବିନୟ କରୁଅଛି, ମୋତେ ସେପାରିକି ଯିବାକୁ ଓ ଯର୍ଦ୍ଦନର ସେପାରିସ୍ଥିତ ସେହି ଉତ୍ତମ ଦେଶ, ସେହି ରମଣୀୟ ପର୍ବତ ଓ ଲିବାନୋନ୍ ଦେଖିବାକୁ ଦିଅ।


ରୁବେନ-ସନ୍ତାନଗଣର ଓ ଗାଦ-ସନ୍ତାନଗଣର ଅନେକ ପଶୁପଲ ଥିଲା; ଏଣୁ ସେମାନେ ଯାସେର ଦେଶକୁ ଓ ଗିଲୀୟଦ ଦେଶକୁ ଦେଖିଲେ ଯେ, ଦେଖ, ସେ ସ୍ଥାନ ପଶୁପଲ ନିମନ୍ତେ ସ୍ଥାନ ଅଟେ।


ହେ ମୋହର ପ୍ରିୟେ, ଦେଖ, ତୁମ୍ଭେ ସୁନ୍ଦରୀ; ଦେଖ, ତୁମ୍ଭେ ସୁନ୍ଦରୀ; ଘୁମୁଟା ତଳେ ତୁମ୍ଭ ନେତ୍ର କପୋତ ତୁଲ୍ୟ; ତୁମ୍ଭର କେଶ ଗିଲିୟଦ ପର୍ବତ ପାର୍ଶ୍ଵରେ ଆରାମକାରୀ ଛେଳିପଲ ତୁଲ୍ୟ।


ଏଥିପାଇଁ ତୁମ୍ଭମାନଙ୍କର ମାତା ଅତିଶୟ ଲଜ୍ଜିତା ହେବ; ତୁମ୍ଭମାନଙ୍କର ପ୍ରସବକାରିଣୀ ହତାଶା ହେବ; ଦେଖ, ସେ ଗୋଷ୍ଠୀଗଣ ମଧ୍ୟରେ ସର୍ବପଶ୍ଚାତ୍ ହେବ, ପ୍ରାନ୍ତର, ଶୁଷ୍କସ୍ଥାନ ଓ ମରୁଭୂମି ହେବ।


ହେ ଲିବାନୋନ, ତୁମ୍ଭର ଏରସବୃକ୍ଷ ସକଳକୁ ଅଗ୍ନି ଯେପରି ଗ୍ରାସ କରିବ, ଏଥିପାଇଁ ତୁମ୍ଭର କବାଟସବୁ ମେଲାଇ ଦିଅ।


ତୁମ୍ଭେ ଆପଣା ଦାସଗଣ ଦ୍ଵାରା ପ୍ରଭୁଙ୍କୁ ଧିକ୍କାର କରିଅଛ ଓ କହିଅଛ, ଆମ୍ଭେ ଆପଣା ଅପାର ରଥରେ ପର୍ବତଗଣର ଊର୍ଦ୍ଧ୍ଵକୁ, ଲିବାନୋନର ଅଭ୍ୟନ୍ତରକୁ ଆସିଅଛୁ: ଆଉ, ଆମ୍ଭେ ତହିଁର ଉଚ୍ଚ ଏରସ ବୃକ୍ଷ ଓ ତହିଁର ଉତ୍କୃଷ୍ଟ ଦେବଦାରୁ ବୃକ୍ଷସବୁ କାଟି ପକାଇବା; ପୁଣି, ଆମ୍ଭେ ତାହାର ଦୂରବର୍ତ୍ତୀ ଉଚ୍ଚ ସ୍ଥାନରେ ଓ ତାହାର ଫଳପୂର୍ଣ୍ଣ କ୍ଷେତ୍ରରୂପ ଅରଣ୍ୟରେ ପ୍ରବେଶ କରିବା।


ସିଂହ ଆପଣା ଗହ୍ଵରରୁ ବାହାରି ଅଛି, ନାନା ଦେଶୀୟମାନଙ୍କର ବିନାଶକ ଆସୁଅଛି; ତୁମ୍ଭ ନଗରସମୂହ ଯେପରି ଉଚ୍ଛିନ୍ନ, ନିବାସୀବିହୀନ ହେବ, ଏଥିପାଇଁ ତୁମ୍ଭ ଦେଶକୁ ଉଜାଡ଼ କରିବାକୁ ସେ ବାଟରେ ଅଛି, ସେ ଆପଣା ସ୍ଥାନରୁ ବାହାରି ଅଛି ।


ଗିଲୀୟଦରେ କʼଣ ଔଷଧ ନାହିଁ? ସେଠାରେ କʼଣ ବୈଦ୍ୟ ନାହାନ୍ତି? ତେବେ ମୋʼ ଲୋକମାନଙ୍କ କନ୍ୟା କାହିଁକି ପୁନଃ ସ୍ଵାସ୍ଥ୍ୟଲାଭ କରୁ ନାହିଁ?


Swiv nou:

Piblisite


Piblisite