Biblia Todo Logo
Bib sou entènèt

- Piblisite -




ଯିରିମୀୟ 22:9 - ପବିତ୍ର ବାଇବଲ (Re-edited) - (BSI)

9 ତହିଁରେ ସେମାନେ ଉତ୍ତର କରିବେ, କାରଣ ଏହି, ସେମାନେ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ଵରଙ୍କ ନିୟମ ପରିତ୍ୟାଗ କରି ଅନ୍ୟ ଦେବଗଣର ପ୍ରଣାମ ଓ ସେବା କଲେ।

Gade chapit la Kopi

ଓଡିଆ ବାଇବେଲ

9 ତହିଁରେ ସେମାନେ ଉତ୍ତର କରିବେ, ‘କାରଣ ଏହି, ସେମାନେ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କ ନିୟମ ପରିତ୍ୟାଗ କରି ଅନ୍ୟ ଦେବଗଣକୁ ପ୍ରଣାମ ଓ ସେବା କଲେ।’”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ତହିଁରେ ସେମାନେ ଉତ୍ତର କରିବେ, ‘କାରଣ ଏହି, ସେମାନେ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କ ନିୟମ ପରିତ୍ୟାଗ କରି ଅନ୍ୟ ଦେବଗଣକୁ ପ୍ରଣାମ ଓ ସେବା କଲେ।’”

Gade chapit la Kopi

ପବିତ୍ର ବାଇବଲ

9 ତହିଁରେ ସେମାନେ ଉତ୍ତର ଦେବେ, ‘ସଦାପ୍ରଭୁ ପରମେଶ୍ୱରଙ୍କ ନିୟମକୁ ପରିତ୍ୟାଗ କରି ଯିହୁଦାବାସୀ ଅନ୍ୟ ଦେବଗଣଙ୍କୁ ପ୍ରଣାମ ଓ ସେବା କରିଥିବାରୁ।’”

Gade chapit la Kopi




ଯିରିମୀୟ 22:9
16 Referans Kwoze  

କାରଣ ସେମାନେ ଆପଣାମାନଙ୍କ ହସ୍ତକୃତ ସକଳ କର୍ମ ଦ୍ଵାରା ଆମ୍ଭକୁ ବିରକ୍ତ କରିବା ପାଇଁ ଆମ୍ଭକୁ ପରିତ୍ୟାଗ କରିଅଛନ୍ତି ଓ ଅନ୍ୟ ଦେବଗଣ ଉଦ୍ଦେଶ୍ୟରେ ଧୂପ ଜ୍ଵଳାଇଅଛନ୍ତି; ଏହେତୁ ଏହି ସ୍ଥାନ ଉପରେ ଆମ୍ଭର କୋପାନଳ ବର୍ଷିଅଛି ଓ ତାହା ନିର୍ବାଣ ନୋହିବ।


କାରଣ ସେମାନେ ଆପଣାମାନଙ୍କ ହସ୍ତକୃତ ସମସ୍ତ କର୍ମ ଦ୍ଵାରା ଆମ୍ଭକୁ ବିରକ୍ତ କରିବା ପାଇଁ ଆମ୍ଭକୁ ପରିତ୍ୟାଗ କରିଅଛନ୍ତି ଓ ଅନ୍ୟ ଦେବଗଣ ଉଦ୍ଦେଶ୍ୟରେ ଧୂପ ଜ୍ଵଳାଇଅଛନ୍ତି; ଏହେତୁ ଏହି ସ୍ଥାନ ବିରୁଦ୍ଧରେ ଆମ୍ଭର କ୍ରୋଧ ପ୍ରଜ୍ଵଳିତ ହେବ ଓ ତାହା ନିର୍ବାଣ ନୋହିବ।


ଯେଉଁମାନେ ସେମାନଙ୍କୁ ପାଇଲେ, ସେସମସ୍ତେ ସେମାନଙ୍କୁ ଗ୍ରାସ କରିଅଛନ୍ତି ଓ ସେମାନଙ୍କର ବିପକ୍ଷମାନେ କହିଲେ, ଆମ୍ଭେମାନେ ଦୋଷ କରୁ ନାହୁଁ , କାରଣ ସେମାନେ ଧର୍ମନିବାସ ସଦାପ୍ରଭୁଙ୍କର, ଆପଣା-ମାନଙ୍କର ପିତୃପୁରୁଷଗଣର ଆଶାଭୂମି ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କରିଅଛନ୍ତି।


ଆଉ ଏହି ଗୃହ ଏଡ଼େ ଉଚ୍ଚ ହେଲେ ହେଁ, ତହିଁ ନିକଟ ଦେଇ ଗମନକାରୀ ପ୍ରତ୍ୟେକ ଲୋକ ଚମତ୍କୃତ ହୋଇ ଶୀଶ୍ ଦେଇ କହିବେ, ସଦାପ୍ରଭୁ କିହେତୁ ଏହି ଦେଶ ଓ ଏହି ଗୃହ ପ୍ରତି ଏପରି କଲେ?


ଆହୁରି, ସଦାପ୍ରଭୁ କହନ୍ତି, କାରଣ ଏହି, ଆମ୍ଭେ ସେମାନଙ୍କ ସମ୍ମୁଖରେ ଆପଣାର ଯେଉଁ ବ୍ୟବସ୍ଥା ରଖିଲୁ, ତାହା ସେମାନେ ତ୍ୟାଗ କରିଅଛନ୍ତି ଓ ଆମ୍ଭର ବାକ୍ୟ ପାଳନ କରି ନାହାନ୍ତି, କିଅବା ତଦନୁସାରେ ଆଚରଣ କରି ନାହାନ୍ତି;


ତୁମ୍ଭେ ସେମାନଙ୍କୁ କୁହ, ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ଏହି କଥା କହନ୍ତି; ତୁମ୍ଭମାନଙ୍କର ପିତୃପୁରୁଷ-ମାନଙ୍କୁ ଏକ ଦୁଗ୍ଧମଧୁପ୍ରବାହୀ ଦେଶ ଦେବା ବିଷୟକ ଆମ୍ଭର ଶପଥ ଆଜିକାର ନ୍ୟାୟ ସିଦ୍ଧ କରିବା ନିମନ୍ତେ,ଗୀତ.୧୦୫:୯


ତହିଁରେ ତୁମ୍ଭେ ସେମାନଙ୍କୁ କହିବ, ସଦାପ୍ରଭୁ କହନ୍ତି, ତୁମ୍ଭମାନଙ୍କ ପିତୃପୁରୁଷମାନେ ଆମ୍ଭକୁ ପରିତ୍ୟାଗ କରିଅଛନ୍ତି, ପୁଣି ଅନ୍ୟ ଦେବଗଣର ପଶ୍ଚାଦ୍ଗମନ କରି ସେମାନଙ୍କର ସେବା କରିଅଛନ୍ତି ଓ ସେମାନଙ୍କର ପୂଜା କରିଅଛନ୍ତି, ଆଉ ଆମ୍ଭକୁ ପରିତ୍ୟାଗ କରି ଆମ୍ଭର ବ୍ୟବସ୍ଥା ପାଳନ କରି ନାହାନ୍ତି;


ଏହିରୂପେ ଯେତେବେଳେ ଆମ୍ଭେ କ୍ରୋଧରେ, କୋପରେ ଓ କୋପଯୁକ୍ତ ଭର୍ତ୍ସନାରେ ତୁମ୍ଭ ମଧ୍ୟରେ ବିଚାର ସାଧନ କରିବା, ସେତେବେଳେ ତୁମ୍ଭ ଚତୁର୍ଦ୍ଦିଗସ୍ଥିତ ଗୋଷ୍ଠୀଗଣ ନିକଟରେ ତାହା ନିନ୍ଦାର, ଉପହାସର, ଶିକ୍ଷାର, ଓ ବିସ୍ମୟର ବିଷୟ ହେବ; ଆମ୍ଭେ ସଦାପ୍ରଭୁ ଏହା କହିଅଛୁ;


ମାତ୍ର ଆମ୍ଭେ ସେମାନଙ୍କ ମଧ୍ୟରୁ କେତେକ ଲୋକଙ୍କୁ ଖଡ଼୍‍ଗ, ଦୁର୍ଭିକ୍ଷ ଓ ମହାମାରୀରୁ ରକ୍ଷା କରିବା, ତହିଁରେ ସେମାନେ ଯେଉଁ ଗୋଷ୍ଠୀମାନଙ୍କ ମଧ୍ୟକୁ ଯିବେ, ସେମାନଙ୍କ ନିକଟରେ ଆପଣାମାନଙ୍କର ଘୃଣାଯୋଗ୍ୟ କ୍ରିୟାସକଳ ପ୍ରକାଶ କରିବେ; ଆଉ, ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ।


ଆଉ, ସେମାନେ ତୁମ୍ଭମାନଙ୍କୁ ସାନ୍ତ୍ଵନା କରିବେ, ତୁମ୍ଭେମାନେ ସେମାନଙ୍କର ଆଚାର ବ୍ୟବହାର ଓ କ୍ରିୟା ଦେଖିଲେ ଜାଣିବ ଯେ, ଆମ୍ଭେ ତହିଁ ମଧ୍ୟରେ ଯାହା ଯାହା କରିଅଛୁ, ସେସବୁ ଅକାରଣରେ କରି ନାହୁଁ, ଏହା ପ୍ରଭୁ ସଦାପ୍ରଭୁ କହନ୍ତି।


ପୁଣି, ଗୋଷ୍ଠୀଗଣ ଜାଣିବେ ଯେ, ଇସ୍ରାଏଲ-ବଂଶ ନିଜ ଅଧର୍ମ ସକାଶୁ ବନ୍ଦୀ ହୋଇ ଯାଇଥିଲେ, କାରଣ ସେମାନେ ଆମ୍ଭ ବିରୁଦ୍ଧରେ ସତ୍ୟଲଙ୍ଘନ ଅପରାଧ କରିବାରୁ ଆମ୍ଭେ ସେମାନଙ୍କଠାରୁ ଆପଣା ମୁଖ ଲୁଚାଇଲୁ; ତହୁଁ ଆମ୍ଭେ ସେମାନଙ୍କୁ ସେମାନଙ୍କ ବିପକ୍ଷଗଣର ହସ୍ତରେ ସମର୍ପଣ କଲୁ, ତହିଁରେ ସେମାନେ ସମସ୍ତେ ଖଡ଼୍‍ଗ ଦ୍ଵାରା ହତ ହେଲେ।


ସେତେବେଳେ ସବୁ ଗୋଷ୍ଠୀୟ ଲୋକମାନେ କହିବେ, ସଦାପ୍ରଭୁ ଏ ଦେଶ ପ୍ରତି କାହିଁକି ଏପରି କଲେ? ଏରୂପ ମହାକ୍ରୋଧ ପ୍ରଜ୍ଵଳିତ ହେବାର କାରଣ କଅଣ?


ଆମ୍ଭର ବାକ୍ୟ ଶୁଣିବାକୁ ଅସମ୍ମତ ସେମାନଙ୍କର ପୂର୍ବପୁରୁଷଗଣର ଅଧର୍ମ ପ୍ରତି ସେମାନେ ଫେରିଅଛନ୍ତି ଓ ସେମାନେ ଅନ୍ୟ ଦେବଗଣର ସେବା କରିବା ପାଇଁ ସେମାନଙ୍କର ପଶ୍ଚାଦ୍ଗାମୀ ହୋଇଅଛନ୍ତିନ୍ତ ଇସ୍ରାଏଲ-ବଂଶ ଓ ଯିହୁଦା-ବଂଶ, ସେମାନଙ୍କ ପୂର୍ବପୁରୁଷଗଣର ସହିତ ଆମ୍ଭର କୃତ ନିୟମ ଲଙ୍ଘନ କରିଅଛନ୍ତି।


Swiv nou:

Piblisite


Piblisite