Biblia Todo Logo
Bib sou entènèt

- Piblisite -




ଯିରିମୀୟ 23:10 - ପବିତ୍ର ବାଇବଲ (Re-edited) - (BSI)

10 କାରଣ ଦେଖ, ବ୍ୟଭିଚାରୀଗଣରେ ପରିପୂର୍ଣ୍ଣ ଓ ଅଭିଶାପ ସକାଶୁ ଦେଶ ଶୋକ କରୁଅଛି; ପ୍ରାନ୍ତରସ୍ଥ ଚରାସ୍ଥାନସବୁ ଶୁଷ୍କ ହୋଇଅଛି ଓ ଲୋକମାନଙ୍କର ବ୍ୟବହାର ମନ୍ଦ, ଆଉ ସେମାନଙ୍କର ପରାକ୍ରମ ନ୍ୟାୟ-ସଙ୍ଗତ ନୁହେଁ।

Gade chapit la Kopi

ଓଡିଆ ବାଇବେଲ

10 କାରଣ ଦେଶ ବ୍ୟଭିଚାରୀଗଣରେ ପରିପୂର୍ଣ୍ଣ ଓ ଅଭିଶାପ ସକାଶୁ ଦେଶ ଶୋକ କରୁଅଛି; ପ୍ରାନ୍ତରସ୍ଥ ଚରାସ୍ଥାନସବୁ ଶୁଷ୍କ ହୋଇଅଛି ଓ ଲୋକମାନଙ୍କର ବ୍ୟବହାର ମନ୍ଦ, ଆଉ ସେମାନଙ୍କର ପରାକ୍ରମ ନ୍ୟାୟସଙ୍ଗତ ନୁହେଁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 କାରଣ ଦେଶ ବ୍ୟଭିଚାରୀଗଣରେ ପରିପୂର୍ଣ୍ଣ ଓ ଅଭିଶାପ ସକାଶୁ ଦେଶ ଶୋକ କରୁଅଛି; ପ୍ରାନ୍ତରସ୍ଥ ଚରାସ୍ଥାନସବୁ ଶୁଷ୍କ ହୋଇଅଛି ଓ ଲୋକମାନଙ୍କର ବ୍ୟବହାର ମନ୍ଦ, ଆଉ ସେମାନଙ୍କର ପରାକ୍ରମ ନ୍ୟାୟସଙ୍ଗତ ନୁହେଁ।

Gade chapit la Kopi

ପବିତ୍ର ବାଇବଲ

10 କାରଣ ଯିହୁଦା ପାପୀ ଓ ବ୍ୟଭିଗ୍ଭରୀମାନଙ୍କର ପରିପୂର୍ଣ୍ଣ। ସେମାନେ ବହୁ ଭାବରେ ଅବିଶ୍ୱସ୍ତ ହୋଇଛନ୍ତି। ସଦାପ୍ରଭୁଙ୍କର ଅଭିଶାପ ଯୋଗୁଁ ପ୍ରାନ୍ତରସ୍ଥ ଗ୍ଭରଣଭୂମି ଶୁଷ୍କ ହୋଇଅଛି। ଦେଶ ଶୋକ କରୁଅଛି। ଭବିଷ୍ୟ‌ଦ୍‌ବକ୍ତାଙ୍କର ବ୍ୟବହାର ଓ ପରାକ୍ରମ ନ୍ୟାୟସଙ୍ଗତ ନୁହେଁ।

Gade chapit la Kopi




ଯିରିମୀୟ 23:10
27 Referans Kwoze  

ସେ ଦେଶନିବାସୀମାନଙ୍କ ଦୁଷ୍ଟତା ସକାଶୁ ଉର୍ବରା ଦେଶକୁ ଲବଣ-ପ୍ରାନ୍ତର କରନ୍ତି।


ମୁଁ ପର୍ବତମାନର ବିଷୟରେ ରୋଦନ ଓ ହାହାକାର ଓ ପ୍ରାନ୍ତରସ୍ଥ ଚରାସ୍ଥାନସକଳର ବିଷୟରେ ବିଳାପ କରିବି, କାରଣ ସେସବୁ ଦଗ୍ଧ ହୋଇଅଛି ଓ ତହିଁର ମଧ୍ୟ ଦେଇ କେହି ଗତାୟାତ କରେ ନାହିଁ; ଅଥବା ଲୋକମାନେ ପଶୁପଲର ରବ ଶୁଣି ପାରନ୍ତି ନାହିଁ; ଆକାଶସ୍ଥ ପକ୍ଷୀଗଣ ଓ ଭୂଚର ପଶୁଗଣ ଉଭୟ ପଳାୟନ କରିଅଛନ୍ତି, ସେମାନେ ଚାଲି ଯାଇଅଛନ୍ତି।


ଆଃ, ପଥିକମାନଙ୍କର ବସା ପରି ଯେବେ ପ୍ରାନ୍ତରରେ ମୋର ଗୋଟିଏ ବସା ଥାʼନ୍ତା, ତେବେ ମୁଁ ନିଜ ଲୋକମାନଙ୍କୁ ତ୍ୟାଗ କରି ସେମାନଙ୍କଠାରୁ ସ୍ଥାନାନ୍ତରକୁ ଯାଇ ପାରନ୍ତି ! କାରଣ ସେସମସ୍ତେ ବ୍ୟଭିଚାରୀ, ବିଶ୍ଵାସଘାତକ ଲୋକଙ୍କର ସମାଜ।


ପୁଣି, ଆମ୍ଭେ ବିଚାର କରିବା ପାଇଁ ତୁମ୍ଭମାନଙ୍କ ନିକଟକୁ ଆସିବା; ଆଉ, ମାୟାବୀ ଓ ପାରଦାରିକ ଓ ମିଥ୍ୟା ଶପଥକାରୀମାନଙ୍କ ପ୍ରତିକୂଳରେ ଓ ଯେଉଁମାନେ ବେତନଜୀବୀର ବେତନ ବିଷୟରେ , ବିଧବା ଓ ପିତୃହୀନ ପ୍ରତି ଅତ୍ୟାଚାର କରନ୍ତି, ଆଉ ବିଦେଶୀର ପ୍ରତି ଅନ୍ୟାୟ କରନ୍ତି ଓ ଆମ୍ଭଙ୍କୁ ଭୟ ନ କରନ୍ତି, ସେମାନଙ୍କ ବିରୁଦ୍ଧରେ ଆମ୍ଭେ ଶୀଘ୍ର ସାକ୍ଷୀ ହେବା, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।


ଏହେତୁ ଅଭିଶାପ ପୃଥିବୀକି ଗ୍ରାସ କରିଅଛି ଓ ତନ୍ନିବାସୀଗଣ ଅପରାଧୀ ହୋଇଅଛନ୍ତି; ତହିଁ ନିମନ୍ତେ ପୃଥିବୀ ନିବାସୀମାନେ ଦଗ୍ଧ ହୋଇଅଛନ୍ତି ଓ ଅଳ୍ପ ଲୋକ ଅବଶିଷ୍ଟ ଅଛନ୍ତି।


ହେ ବ୍ୟଭିଚାରିଣୀମାନେ, ଜଗତର ମିତ୍ରତା ଈଶ୍ଵରଙ୍କର ଶତ୍ରୁତା, ଏହା କଅଣ ଜାଣ ନାହିଁ? ଅତଏବ, ଯେକେହି ଜଗତର ମିତ୍ର ହେବାକୁ ଇଚ୍ଛା କରେ; ସେ ଆପଣାକୁ ଈଶ୍ଵରଙ୍କ ଶତ୍ରୁ ବୋଲି ପ୍ରତିପନ୍ନ କରେ।


ବିବାହ ସମସ୍ତଙ୍କ ମଧ୍ୟରେ ଆଦରଣୀୟ ହେଉ ଓ ତାହାର ଶଯ୍ୟା ଶୁଚି ଥାଉ, କାରଣ ଈଶ୍ଵର ପାରଦାରିକ ଓ ବ୍ୟଭିଚାରୀମାନଙ୍କ ବିଚାର କରିବେ।


ଏହା ଜାଣି ଯଦି କେହି ବିହିତମତେ ବ୍ୟବସ୍ଥା ବ୍ୟବହାର କରେ, ତେବେ ତାହା ଯେ ଉତ୍ତମ, ଏହା ଆମ୍ଭେମାନେ ଜାଣୁ;


କ୍ଷେତ୍ର ଉଜାଡ଼ ହୋଇଅଛି, ଦେଶ ଶୋକ କରୁଅଛି; କାରଣ ଶସ୍ୟ ଉଜାଡ଼ ହୋଇଅଛି , ନୂତନ ଦ୍ରାକ୍ଷାରସ ଶୁଖି ଯାଇଅଛି; ତୈଳ କ୍ଷୟ ପାଇଅଛି।


ଯିହୁଦା ଶୋକ କରୁଅଛି ଓ ତହିଁର ନଗର-ଦ୍ଵାରସକଳ କ୍ଷୀଣ ହୋଇଅଛି, ସେମାନେ କଳାବସ୍ତ୍ର ପିନ୍ଧି ଭୂମିରେ ବସୁଅଛନ୍ତି ଓ ଯିରୂଶାଲମର ଆର୍ତ୍ତସ୍ଵର ଊର୍ଦ୍ଧ୍ଵକୁ ଉଠିଅଛି।


ତୁମ୍ଭେମାନେ କି ଚୋରି, ନରହତ୍ୟା ଓ ବ୍ୟଭିଚାର ଓ ମିଥ୍ୟା ଶପଥ ଓ ବାଲ୍ଦେବ ଉଦ୍ଦେଶ୍ୟରେ ଧୂପଦାହ ଓ ତୁମ୍ଭମାନଙ୍କର ଅଜ୍ଞାତ ଅନ୍ୟ ଦେବଗଣର ପଶ୍ଚାଦ୍ଗମନ କରିବ,


ଆଉ, ଯେବେ କୌଣସି ପ୍ରାଣୀ ସାକ୍ଷୀ ହୋଇ ରାଣ କରାଇବାର କଥା ଶୁଣିଲେ ହେଁ, ଯାହା ସେ ଦେଖିଅଛି ବା ଜାଣିଅଛି, ତାହା ପ୍ରକାଶ ନ କରି ପାପ କରେ, ତେବେ ସେ ଆପଣା ଅପରାଧ ବହିବ।


ଯେଉଁମାନେ ଅସାରତାରୂପ ରଜ୍ଜୁରେ ଅପରାଧ ଓ ଶକଟ ରଜ୍ଜୁରେ ପାପ ଆକର୍ଷଣ କରନ୍ତି, ସେମାନେ ସନ୍ତାପର ପାତ୍ର !


ଏହା ଯେ ବୁଝିପାରେ, ଏପରି ଜ୍ଞାନୀ ମନୁଷ୍ୟ କିଏ ଅଛି? ଓ ଏହା ବ୍ୟକ୍ତ କରିବା ପାଇଁ ସଦାପ୍ରଭୁଙ୍କର ମୁଖ ଯାହାକୁ ଜ୍ଞାତ କରାଇଅଛି, ଏପରି ବ୍ୟକ୍ତି କିଏ? ଦେଶ କି ନିମନ୍ତେ ବିନଷ୍ଟ ଓ ପ୍ରାନ୍ତର ତୁଲ୍ୟ ଦଗ୍ଧ ହେଲା ଯେ, କେହି ତହିଁର ମଧ୍ୟଦେଇ ଗତାୟାତ କରେ ନାହିଁ?


ସେମାନେ ତାହା ଧ୍ଵଂସସ୍ଥାନ କରିଅଛନ୍ତି; ତାହା ଧ୍ଵଂସିତ ହୋଇ ଆମ୍ଭ ନିକଟରେ ବିଳାପ କରୁଅଛି; କେହି ମନୋଯୋଗ ନ କରିବାରୁ ସମୁଦାୟ ଦେଶ ଧ୍ଵଂସିତ ହେଉଅଛି।


ସେସମସ୍ତେ ପାରଦାରିକ; ସେମାନେ ରୁଟୀ ପ୍ରସ୍ତୁତକାରୀ ଦ୍ଵାରା ଉତ୍ତପ୍ତ ତନ୍ଦୁର ସ୍ଵରୂପ; ମଇଦା ଦଳିବା ସମୟଠାରୁ ତହିଁରେ ତାଡ଼ି ମିଶ୍ରିତ ନ ହେବା ପର୍ଯ୍ୟନ୍ତ ସେ ଅଗ୍ନି ଉସ୍କାଇବାରୁ ନିବୃତ୍ତ ହୁଏ।


ଯାଜକମାନଙ୍କ ସନ୍ତାନଗଣ ମଧ୍ୟରୁ ଯେଉଁମାନେ ଅନ୍ୟ ଦେଶୀୟା ସ୍ତ୍ରୀମାନଙ୍କୁ ବିବାହ କରିଥିଲେ, ସେମାନେ ଏହି, ଯଥା, ଯୋଷାଦକର ପୁତ୍ର ଯେଶୂୟର ସନ୍ତାନଗଣ ଓ ତାହାର ଭ୍ରାତୃଗଣ ମଧ୍ୟରୁ ମାସେୟ, ଇଲୀୟେଷର, ଯାରିବ ଓ ଗଦଲୀୟ।


ଯେହେତୁ ସେମାନଙ୍କର କ୍ଷୁଦ୍ରଠାରୁ ଅତ୍ୟ; ମହାନ ଲୋକ ପର୍ଯ୍ୟନ୍ତ ପ୍ରତ୍ୟେକେ ଲୋଭାସକ୍ତ; ପୁଣି ଭବିଷ୍ୟଦ୍-ବକ୍ତାଠାରୁ ଯାଜକ ପର୍ଯ୍ୟନ୍ତ ପ୍ରତ୍ୟେକେ ମିଥ୍ୟାଚରଣ କରନ୍ତି।


ତାହାର ଭବିଷ୍ୟଦ୍ବକ୍ତାମାନେ ଅସାର ଓ ବିଶ୍ଵାସଘାତକ ଅଟନ୍ତି; ତାହାର ଯାଜକଗଣ ପବିତ୍ର ବିଷୟକୁ ଅପବିତ୍ର କରିଅଛନ୍ତି, ସେମାନେ ବ୍ୟବସ୍ଥା ପ୍ରତି ଦୌରାତ୍ମ୍ୟ କରିଅଛନ୍ତି।


Swiv nou:

Piblisite


Piblisite