Biblia Todo Logo
Bib sou entènèt

- Piblisite -




ଯିରିମୀୟ 23:5 - ପବିତ୍ର ବାଇବଲ (Re-edited) - (BSI)

5 ସଦାପ୍ରଭୁ କହନ୍ତି, ଦେଖ, ଯେଉଁ ସମୟରେ ଆମ୍ଭେ ଦାଉଦ-ବଂଶରେ ଏକ ଧାର୍ମିକ ଶାଖା ଉତ୍ପନ୍ନ କରିବା, ଏପରି ସମୟ ଆସୁଅଛି, ତହିଁରେ ସେ ରାଜା ହୋଇ ରାଜତ୍ଵ କରିବେ ଓ ଜ୍ଞାନରେ ବ୍ୟବହାର କରିବେ, ପୁଣି ଦେଶରେ ସୁବିଚାର ଓ ନ୍ୟାୟ ପ୍ରଚଳିତ କରିବେ।

Gade chapit la Kopi

ଓଡିଆ ବାଇବେଲ

5 ସଦାପ୍ରଭୁ କହନ୍ତି, “ଦେଖ, ଯେଉଁ ସମୟରେ ଆମ୍ଭେ ଦାଉଦ ବଂଶରେ ଏକ ଧାର୍ମିକ ଶାଖା ଉତ୍ପନ୍ନ କରିବା, ଏପରି ସମୟ ଆସୁଅଛି, ତହିଁରେ ସେ ରାଜା ହୋଇ ରାଜତ୍ୱ କରିବେ ଓ ଜ୍ଞାନରେ ବ୍ୟବହାର କରିବେ, ପୁଣି ଦେଶରେ ସୁବିଚାର ଓ ନ୍ୟାୟ ପ୍ରଚଳିତ କରିବେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ସଦାପ୍ରଭୁ କହନ୍ତି, ଦେଖ, ଯେଉଁ ସମୟରେ ଆମ୍ଭେ ଦାଉଦ-ବଂଶରେ ଏକ ଧାର୍ମିକ ଶାଖା ଉତ୍ପନ୍ନ କରିବା, ଏପରି ସମୟ ଆସୁଅଛି, ତହିଁରେ ସେ ରାଜା ହୋଇ ରାଜତ୍ୱ କରିବେ ଓ ଜ୍ଞାନରେ ବ୍ୟବହାର କରିବେ, ପୁଣି ଦେଶରେ ସୁବିଚାର ଓ ନ୍ୟାୟ ପ୍ରଚଳିତ କରିବେ।

Gade chapit la Kopi

ପବିତ୍ର ବାଇବଲ

5 ସଦାପ୍ରଭୁ କହନ୍ତି, “ଏପରି ଏକ ସମୟ ଆସୁଅଛି, ଯେଉଁ ସମୟରେ ଦାଉଦ ବଂଶରେ ଆମ୍ଭେ ଏକ ଧାର୍ମିକ ‘ଶାଖା’ ଉତ୍ପନ୍ନ କରିବା। ତହିଁରେ ସେ ରାଜା ହୋଇ ରାଜତ୍ୱ କରିବେ। ସେ ନିଜର ଉତ୍ତମ ଜ୍ଞାନ ବଳରେ ଦେଶରେ ସୁବିଗ୍ଭର ଓ ନ୍ୟାୟ ପ୍ରତିଷ୍ଠା କରିବେ।

Gade chapit la Kopi




ଯିରିମୀୟ 23:5
49 Referans Kwoze  

ସେଦିନ ଇସ୍ରାଏଲ ମଧ୍ୟରେ ବଞ୍ଚିଥିବା ଲୋକମାନଙ୍କ ନିମନ୍ତେ ସଦାପ୍ରଭୁଙ୍କ ଶାଖା ମନୋରମ ଓ ଗୌରବାନ୍ଵିତ ହେବ, ଆଉ ଦେଶର ଫଳ ଉତ୍ତମ ଓ ମନୋହର ହେବ।


ଦେଖ, ଆମ୍ଭର ଦାସ ସୁବିବେଚନାପୂର୍ବକ ବ୍ୟବହାର କରିବେ, ସେ ଉନ୍ନତ, ଉଚ୍ଚ ପଦପ୍ରାପ୍ତ ଓ ମହାମହିମ ହେବେ।


ତାହାଙ୍କ କର୍ତ୍ତୃତ୍ଵବୃଦ୍ଧି ଓ ଶାନ୍ତିର ସୀମା ରହିବ ନାହିଁ, ସେ ଦାଉଦଙ୍କର ସିଂହାସନରେ ଓ ତାହାଙ୍କର ରାଜ୍ୟରେ ଉପବିଷ୍ଟ ହୋଇ ନ୍ୟାୟବିଚାର ଓ ଧାର୍ମିକତାରେ ଏ କ୍ଷଣଠାରୁ ଅନ; କାଳ ପର୍ଯ୍ୟନ୍ତ ତାହା ସୁସ୍ଥିର ଓ ସୁଦୃଢ଼ କରିବେ। ସୈନ୍ୟାଧିପତି ସଦାପ୍ରଭୁଙ୍କ ଉଦ୍ଯୋଗ ଏହା ସାଧନ କରିବ।


ହେ ଯିହୋଶୂୟ ମହାଯାଜକ, ତୁମ୍ଭେ ଏବେ ଶୁଣ ଓ ତୁମ୍ଭ ସମ୍ମୁଖରେ ଉପବିଷ୍ଟ ତୁମ୍ଭର ସଙ୍ଗୀଗଣ ଶୁଣନ୍ତୁ; କାରଣ ସେମାନେ ଚିହ୍ନ ସ୍ଵରୂପ ଲୋକ ଅଟନ୍ତି; ଯେହେତୁ ଦେଖ, ଆମ୍ଭେ ଆପଣାର ଶାଖା ନାମକ ଦାସକୁ ଆଣିବା।


କାରଣ ସେ ତାହାଙ୍କ ଦୃଷ୍ଟିରେ ଚାରା ତୁଲ୍ୟ ଓ ଶୁଷ୍କ ଭୂମିରୁ ଉତ୍ପନ୍ନ ମୂଳ ତୁଲ୍ୟ ବଢ଼ିଲେ; ତାହାଙ୍କର ରୂପ କି ଶୋଭା ନାହିଁ; ପୁଣି, ତାହାଙ୍କୁ ଦେଖିଲେ, ଆମ୍ଭେମାନେ ଯେ ଶ୍ରଦ୍ଧା କରିବା, ତାହାଙ୍କର ଏପରି ସୌନ୍ଦର୍ଯ୍ୟ ନାହିଁ।


ଗୋ ସିୟୋନ କନ୍ୟେ, ଅତିଶୟ ଉଲ୍ଲାସ କର; ଗୋ ଯିରୂଶାଲମ କନ୍ୟେ, ଜୟଧ୍ଵନି କର; ଦେଖ, ତୁମ୍ଭର ରାଜା ତୁମ୍ଭ ନିକଟକୁ ଆସୁଅଛନ୍ତି; ସେ ଧର୍ମମୟ ଓ ପରିତ୍ରାଣବିଶିଷ୍ଟ; ସେ ନମ୍ରଶୀଳ ଓ ଗର୍ଦ୍ଦଭ ଉପରେ, ଅର୍ଥାତ୍, ଗର୍ଦ୍ଦଭୀର ଶାବକ ଉପରେ ଆରୋହଣ କରି ଆସୁଅଛନ୍ତି।


ତତ୍ପରେ ମୁଁ ସ୍ଵର୍ଗକୁ ଉନ୍ମୁକ୍ତ ଦେଖିଲି, ଆଉ ଦେଖ, ଗୋଟିଏ ଶ୍ଵେତବର୍ଣ୍ଣ ଅଶ୍ଵ; ତାହାର ଆରୋହୀଙ୍କ ନାମ ବିଶ୍ଵସ୍ତ ଓ ସତ୍ୟ ; ସେ ନ୍ୟାଯ୍ୟ ରୂପେ ବିଚାର ଓ ଯୁଦ୍ଧ କରନ୍ତି।


ସେଦିନ ଆମ୍ଭେ ଦାଉଦର ପତିତ ତମ୍ଵୁ ପୁନର୍ବାର ଉତ୍ଥାପନ କରିବା ଓ ତହିଁର ଫଟା-ସ୍ଥାନସବୁ ବନ୍ଦ କରିବା; ପୁଣି, ତାହାର ଉଜାଡ଼ ସ୍ଥାନସବୁ ପୁନର୍ବାର ଉଠାଇବା ଓ ପୂର୍ବକାଳର ନ୍ୟାୟ ତାହା ନିର୍ମାଣ କରିବା;


ମାତ୍ର ସେମାନେ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ଵରଙ୍କ ଓ ଆମ୍ଭେ ସେମାନଙ୍କ ନିମନ୍ତେ ଯାହାଙ୍କୁ ଉତ୍ପନ୍ନ କରିବା, ଆପଣାମାନଙ୍କର ସେହି ରାଜା ଦାଉଦଙ୍କର ଦାସ୍ୟକର୍ମ କରିବେ।


କାରଣ ସଦାପ୍ରଭୁ କହନ୍ତି, ଦେଖ, ଯେଉଁ ସମୟରେ ଆମ୍ଭେ ଆପଣା ଲୋକ ଇସ୍ରାଏଲର ଓ ଯିହୁଦାର ବନ୍ଦୀତ୍ଵାବସ୍ଥା ପରିବର୍ତ୍ତନ କରିବା, ଏପରି ସମୟ ଆସୁଅଛି; ସଦାପ୍ରଭୁ କହନ୍ତି; ହଁ, ଆମ୍ଭେ ସେମାନଙ୍କ ପୂର୍ବପୁରୁଷମାନଙ୍କୁ ଯେଉଁ ଦେଶ ଦେଇଅଛୁ, ସେହି ଦେଶକୁ ସେମାନଙ୍କୁ ଫେରାଇ ଆଣିବା ଓ ସେମାନେ ତାହା ଅଧିକାର କରିବେ।


ତାହାଙ୍କ ସମୟରେ ଯିହୁଦା ପରିତ୍ରାଣ ପାଇବ ଓ ଇସ୍ରାଏଲ ନିରାପଦରେ ବାସ କରିବ; ପୁଣି, ସଦାପ୍ରଭୁ ଆମ୍ଭମାନଙ୍କର ଧର୍ମ, ଏହି ନାମରେ ସେ ବିଖ୍ୟାତ ହେବେ।


ଯେଣୁ ସେ ସେଥିର ଦୋଷ ପ୍ରକାଶ କରି ସେମାନଙ୍କୁ କହନ୍ତି, ପ୍ରଭୁ କହନ୍ତି, ଦେଖ, ସମୟ ଆସୁଅଛି, ଯେତେବେଳେ ଆମ୍ଭେ ଇସ୍ରାଏଲ ବଂଶ ଓ ଯିହୁଦା ବଂଶ ସହିତ ଗୋଟିଏ ନୂତନ ନିୟମ ସ୍ଥାପନ କରିବା;


ଫିଲିପ୍ପ ନିଥନିୟେଲଙ୍କ ଦେଖା ପାଇ ତାଙ୍କୁ କହିଲେ, ଯାହାଙ୍କ ବିଷୟରେ ମୋଶା ବ୍ୟବସ୍ଥାରେ ଲେଖିଅଛନ୍ତି, ପୁଣି ଭାବବାଦୀମାନେ ମଧ୍ୟ ଲେଖିଅଛନ୍ତି, ଆମ୍ଭେମାନେ ତାହାଙ୍କର ଦେଖା ପାଇଅଛୁ; ସେ ଯୋଷେଫଙ୍କ ପୁତ୍ର ନାଜରିତୀୟ ଯୀଶୁ।


ତହିଁ ଉତ୍ତାରେ ଇସ୍ରାଏଲ-ସନ୍ତାନଗଣ ଫେରି ଆସିବେ ଓ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ଵରଙ୍କୁ ଓ ଆପଣାମାନଙ୍କର ରାଜା ଦାଉଦଙ୍କୁ ଅନ୍ଵେଷଣ କରିବେ; ଆଉ, ଶେଷ କାଳରେ ସେମାନେ ଭୟଯୁକ୍ତ ହୋଇ ସଦାପ୍ରଭୁଙ୍କ ନିକଟକୁ ଓ ତାହାଙ୍କ ଅନୁଗ୍ରହର ନିକଟକୁ ଆସିବେ।


ଆଜ୍ଞା ଲଙ୍ଘନ ସମାପ୍ତ କରିବାକୁ ଓ ପାପର ଶେଷ କରିବାକୁ ଓ ଅଧର୍ମର ପ୍ରାୟଶ୍ଚିତ୍ତ କରିବାକୁ, ଆଉ ଅନନ୍ତକାଳସ୍ଥାୟୀ ଧର୍ମ ଆଣିବାକୁ, ପୁଣି ଦର୍ଶନ ଓ ଭବିଷ୍ୟଦ୍ବାକ୍ୟ ମୁଦ୍ରାଙ୍କିତ କରିବାକୁ ଓ ପବିତ୍ରତମଙ୍କୁ ଅଭିଷିକ୍ତ କରିବାକୁ ତୁମ୍ଭ ଲୋକଙ୍କର ଓ ତୁମ୍ଭ ପବିତ୍ର ନଗର ନିମନ୍ତେ ସତୁରି ସପ୍ତାହ ନିରୂପିତ ହୋଇଅଛି।


ସଦାପ୍ରଭୁ କହନ୍ତି, ଦେଖ, ଯେଉଁ ସମୟରେ ଆମ୍ଭେ ଇସ୍ରାଏଲ-ବଂଶ ଓ ଯିହୁଦା-ବଂଶ ମଧ୍ୟରେ ମନୁଷ୍ୟ ଓ ପଶୁରୂପ ବୀଜ ବପନ କରିବା, ଏପରି ସମୟ ଆସୁଛି।


ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେମାନେ ନ୍ୟାୟବିଚାର ଓ ଧାର୍ମିକତା ବ୍ୟବହାର କର ଓ ଲୁଟିତ ଲୋକକୁ ଉପଦ୍ରବୀର ହସ୍ତରୁ ଉଦ୍ଧାର କର; ପୁଣି, ବିଦେଶୀ, ପିତୃହୀନ ଓ ବିଧବା ପ୍ରତି କୌଣସି ଅନ୍ୟାୟ ଓ ଉପଦ୍ରବ କର ନାହିଁ, କିଅବା ଏହି ସ୍ଥାନରେ ନିର୍ଦ୍ଦୋଷର ରକ୍ତପାତ କର ନାହିଁ।


ତଥାପି ତାହାଙ୍କୁ ଚୂର୍ଣ୍ଣ କରିବାକୁ ସଦାପ୍ରଭୁଙ୍କର ଅଭିମତ ହେଲା; ସେ ତାହାଙ୍କୁ ଦୁଃଖଗ୍ରସ୍ତ କରିଅଛନ୍ତି; ତୁମ୍ଭେ ତାହାଙ୍କ ପ୍ରାଣକୁ ପାପାର୍ଥକ ବଳି କଲେ, ସେ ଆପଣା ବଂଶ ଦେଖିବେ, ସେ ଦୀର୍ଘାୟୁ ହେବେ ଓ ତାହାଙ୍କ ହସ୍ତରେ ସଦାପ୍ରଭୁଙ୍କର ଇଷ୍ଟ ସିଦ୍ଧ ହେବ।


ନିଥନିୟେଲ ତାହାଙ୍କୁ ଉତ୍ତର ଦେଲେ, ହେ ରାବ୍ବୀ, ଆପଣ ଈଶ୍ଵରଙ୍କ ପୁତ୍ର, ଆପଣ ଇସ୍ରାଏଲର ରାଜା।


ଯିହୁଦୀମାନଙ୍କର ଯେଉଁ ରାଜା ଜନ୍ମଗ୍ରହଣ କରିଅଛନ୍ତି, ସେ କେଉଁଠାରେ? କାରଣ ଆମ୍ଭେମାନେ ପୂର୍ବଦେଶରେ ତାହାଙ୍କ ତାରା ଦେଖି ତାହାଙ୍କୁ ପ୍ରଣାମ କରିବାକୁ ଆସିଅଛୁ।


ପୁଣି, ଆମ୍ଭେ ସେମାନଙ୍କର ସୁଖ୍ୟାତି ନିମନ୍ତେ ଏକ ଉଦ୍ୟାନ କରିବା, ତହିଁରେ ସେମାନେ ଦେଶରେ ଦୁର୍ଭିକ୍ଷ ସକାଶୁ ଆଉ କ୍ଷୟ ପାଇବେ ନାହିଁ, କିଅବା ଅନ୍ୟ ଦେଶୀୟମାନଙ୍କର ଅପମାନ ଆଉ ଭୋଗ କରିବେ ନାହିଁ।


ଓ ତୁମ୍ଭ ଦକ୍ଷିଣ ହସ୍ତ ଦ୍ଵାରା ସ୍ଥାପିତ ଗଣ୍ତିର ଓ ଆପଣା ନିମନ୍ତେ ତୁମ୍ଭ ସବଳୀକୃତ ଶାଖାର ତତ୍ତ୍ଵ ନିଅ।


ପୁଣି, ସତ୍ୟତା ଓ ନମ୍ରତା ଓ ଧର୍ମ ସକାଶେ ଆପଣା ପ୍ରଭାବରେ ରଥାରୋହଣ କରି କୃତାର୍ଥ ହୁଅ; ତହିଁରେ ତୁମ୍ଭର ଦକ୍ଷିଣ ହସ୍ତ ତୁମ୍ଭକୁ ଭୟାନକ କାର୍ଯ୍ୟ ଶିଖାଇବ।


ସଦାପ୍ରଭୁ ଏହି କଥା କହନ୍ତି, ଏହି ମନୁଷ୍ୟ ନିଃସନ୍ତାନ, ଏହି ପୁରୁଷର ଆପଣା ଜୀବନ ମଧ୍ୟରେ ଉନ୍ନତି ନୋହିବ ବୋଲି ତୁମ୍ଭେମାନେ ଲେଖ; କାରଣ ତାହାର ବଂଶୀୟ କୌଣସି ଲୋକ ଦାଉଦଙ୍କ ସିଂହାସନୋପବିଷ୍ଟ ହୋଇ ଓ ଯିହୁଦାର ଉପରେ ଆଉ କର୍ତ୍ତୃତ୍ଵ କରି ସମୃଦ୍ଧ ନୋହିବ।


ତୁମ୍ଭେ ଏରସ କାଷ୍ଠ ବିଷୟରେ ବଡ଼ ହେବା ପାଇଁ ଯନି କରିବା ହେତୁରୁ କି ରାଜତ୍ଵ କରିବ? ତୁମ୍ଭର ପିତା କି ଭୋଜନ ପାନ କରି ବିଚାର ଓ ଧର୍ମାଚରଣ କଲା ନାହିଁ? ତହିଁରେ ତାହାର ମଙ୍ଗଳ ହେଲା।


କିନ୍ତୁ ତାହାଙ୍କ ହେତୁ ତୁମ୍ଭେମାନେ ଖ୍ରୀଷ୍ଟ ଯୀଶୁଙ୍କଠାରେ ଅଛ, ସେ ଈଶ୍ଵରଙ୍କଠାରୁ ଆମ୍ଭମାନଙ୍କ ନିମନ୍ତେ ଜ୍ଞାନ, ଅର୍ଥାତ୍, ଧାର୍ମିକତା, ପବିତ୍ରତା ଓ ମୁକ୍ତିସ୍ଵରୂପ ହୋଇଅଛନ୍ତି।


ଆମ୍ଭେ ସଦାପ୍ରଭୁ, ଧର୍ମରେ ତୁମ୍ଭକୁ ଆହ୍ଵାନ କରିଅଛୁ ଓ ତୁମ୍ଭର ହସ୍ତ ଧରି ତୁମ୍ଭକୁ ରକ୍ଷା କରିବୁ, ଆଉ ଅନ୍ଧମାନଙ୍କର ଚକ୍ଷୁ ପ୍ରସନ୍ନ କରିବା ପାଇଁ , ବନ୍ଦୀମାନଙ୍କୁ କାରାକୂପରୁ ଓ ଅନ୍ଧକାରରେ ବସିଥିବା ଲୋକମାନଙ୍କୁ ବନ୍ଦୀଗୃହରୁ ବାହାର କରି ଆଣିବା ପାଇଁଜ,


କାରଣ ସଦାପ୍ରଭୁ କହନ୍ତି, ତୁମ୍ଭମାନଙ୍କ ପକ୍ଷରେ ଆମ୍ଭେ ଯେ ସକଳ ସଙ୍ଗଳ୍ପ କରିଅଛୁ, ତାହା ଆମ୍ଭେ ଜାଣୁ, ତୁମ୍ଭମାନଙ୍କର ଅନ୍ତିମ କାଳରେ ତୁମ୍ଭମାନଙ୍କୁ ଭରସା ଦେବା ନିମନ୍ତେ ସେସବୁ ଅମଙ୍ଗଳର ନୁହେଁ, ମଙ୍ଗଳର ସଙ୍କଳ୍ପ ଅଟେ।


ଆମ୍ଭେ ତାହା ଓଲଟାଇ ପକାଇବା, ଓଲଟାଇ ପକାଇବା, ଓଲଟାଇ ପକାଇବା; ଯେ ଅଧିକାରୀ ଅଟନ୍ତି, ସେ ନ ଆସିବା ପର୍ଯ୍ୟନ୍ତ ଏହା ମଧ୍ୟ ଆଉ ରହିବ ନାହିଁ, ତହୁଁ ଆମ୍ଭେ ତାହାଙ୍କୁ ଏହା ଦେବା।


ଏହା ଦେଶ ମଧ୍ୟରେ ତାହାର, ଅର୍ଥାତ୍, ଇସ୍ରାଏଲ ମଧ୍ୟରେ ତାହାର ଅଧିକାରାର୍ଥେ ହେବ; ପୁଣି, ଆମ୍ଭର ଅଧିପତିମାନେ ଆମ୍ଭ ଲୋକମାନଙ୍କ ପ୍ରତି ଆଉ ଉପଦ୍ରବ କରିବେ ନାହିଁ ମାତ୍ର ଇସ୍ରାଏଲ-ବଂଶକୁ ସେମାନଙ୍କର ଗୋଷ୍ଠୀ ଅନୁସାରେ ଦେଶ ଦେବେ।


ଆଉ, ଯିହୁଦାର ସନ୍ତାନଗଣ ଓ ଇସ୍ରାଏଲର ସନ୍ତାନଗଣ ଏକତ୍ର ସଂଗ୍ରହ କରାଯିବେ ଓ ସେମାନେ ଆପଣାମାନଙ୍କ ଉପରେ ଏକ ଜଣକୁ ପ୍ରଧାନ ରୂପେ ନିଯୁକ୍ତ କରି ଦେଶରୁ ଯାତ୍ରା କରିବେ; କାରଣ ଯିଷ୍ରିୟେଲର ଦିନ ମହତ ଦିନ ହେବ।


ଇସ୍ରାଏଲର ପରମେଶ୍ଵର କହିଲେ, ଇସ୍ରାଏଲର ଶୈଳ ମୋତେ କହିଲେ; ଏକ ବ୍ୟକ୍ତି ଧର୍ମରେ ଲୋକ-ମାନଙ୍କ ଉପରେ ରାଜତ୍ଵ କରିବେ, ସେ ପରମେଶ୍ଵରଙ୍କ ଭୟରେ ରାଜତ୍ଵ କରିବେ।


ରାଜାଙ୍କ ଶକ୍ତି ମଧ୍ୟ ବିଚାର ଭଲ ପାଏ; ତୁମ୍ଭେ ନ୍ୟାୟ ସ୍ଥିର କରୁଥାଅ, ତୁମ୍ଭେ ଯାକୁବ ମଧ୍ୟରେ ବିଚାର ଓ ନ୍ୟାୟ ସାଧନ କରୁଥାଅ।


ଏହେତୁ କଳହରେ ସଜ୍ଜିତ ଲୋକର ସମସ୍ତ ଅସ୍ତ୍ରଶସ୍ତ୍ର ଓ ରକ୍ତରେ ଜଡ଼ିତ ବସ୍ତ୍ରସବୁ ଜ୍ଵଳନୀୟ ଦ୍ରବ୍ୟ, ଅଗ୍ନି ପାଇଁ କାଷ୍ଠ ସ୍ଵରୂପ ହେବ।


କାରଣ ଆମ୍ଭମାନଙ୍କ ନିମନ୍ତେ ଏକ ବାଳକ ଜନ୍ମିଅଛନ୍ତି, ଆମ୍ଭମାନଙ୍କୁ ଏକ ପୁତ୍ର ଦତ୍ତ ହୋଇଅଛନ୍ତି ଓ ତାହାଙ୍କ ସ୍କନ୍ଧରେ କର୍ତ୍ତୃତ୍ଵଭାର ଥୁଆଯିବ; ପୁଣି, ତାହାଙ୍କର ନାମ ଆଶ୍ଚର୍ଯ୍ୟ, ମନ୍ତ୍ରୀ, ପରାକ୍ରା; ପରମେଶ୍ଵର, ଅନନ୍ତକାଳୀନ ପିତା, ଶାନ୍ତିରାଜା ହେବ।


ସଦାପ୍ରଭୁ ଉନ୍ନତ; କାରଣ ସେ ଊର୍ଦ୍ଧ୍ଵଲୋକରେ ବାସ କରନ୍ତି; ସେ ସିୟୋନକୁ ନ୍ୟାୟ ବିଚାର ଓ ଧାର୍ମିକତାରେ ପୂର୍ଣ୍ଣ କରିଅଛନ୍ତି।


ଲୋକେ ଆମ୍ଭ ଉଦ୍ଦେଶ୍ୟରେ କହିବେ, କେବଳ ସଦାପ୍ରଭୁଙ୍କଠାରେ ଧାର୍ମିକତା ଓ ଶକ୍ତି ଅଛି; ତାହାଙ୍କ ନିକଟକୁ ଲୋକମାନେ ଆସିବେ, ପୁଣି ଯେଉଁମାନେ ତାହାଙ୍କ ପ୍ରତି ବିରକ୍ତ ହୋଇଥିଲେ, ସେସମସ୍ତେ ଲଜ୍ଜିତ ହେବେ।


ଯେ ହଜିଥିଲା, ଆମ୍ଭେ ତାହାର ଅନ୍ଵେଷଣ କରିବା ଓ ଯେ ତାଡ଼ିତ ହୋଇଥିଲା, ତାହାକୁ ପୁନର୍ବାର ଆଣିବା, ପୁଣି ଭଗ୍ନାଙ୍ଗର କ୍ଷତ ବାନ୍ଧିବା ଓ ପୀଡ଼ିତକୁ ସବଳ କରିବା, ଆଉ ହୃଷ୍ଟପୁଷ୍ଟ ଓ ବଳବାନକୁ ସଂହାର କରିବା; ଆମ୍ଭେ ନ୍ୟାୟମତେ ସେମାନଙ୍କୁ ପାଳନ କରିବା।


ଏନିମନ୍ତେ ଯେଉଁ ସ୍ତ୍ରୀ ପ୍ରସବବେଦନାଗ୍ରସ୍ତା ହେଉଅଛି, ସେ ଯେପର୍ଯ୍ୟନ୍ତ ପ୍ରସବ ନ କରେ, ସେହି ସମୟ ପର୍ଯ୍ୟନ୍ତ ସେ ସେମାନଙ୍କୁ ତ୍ୟାଗ କରିବେ; ତହିଁ ଉତ୍ତାରେ ତାହାଙ୍କର ଅବଶିଷ୍ଟ ଭ୍ରାତୃଗଣ ଇସ୍ରାଏଲର ସନ୍ତାନଗଣର ନିକଟକୁ ଫେରି ଆସିବେ।


Swiv nou:

Piblisite


Piblisite