Biblia Todo Logo
Bib sou entènèt

- Piblisite -




ଯିରିମୀୟ 24:1 - ପବିତ୍ର ବାଇବଲ (Re-edited) - (BSI)

1 ବାବିଲର ରାଜା ନବୂଖଦ୍ନିତ୍ସର, ଯିହୋୟାକୀମ୍ର ପୁତ୍ର, ଯିହୁଦାର ରାଜା ଯିହୋୟାଖୀନ୍କୁ ଓ ଯିହୁଦାର ଅଧିପତିମାନଙ୍କୁ, ଶିଳ୍ପକରଣଓ କର୍ମକାରକମାନଙ୍କ ସହିତ ଯିରୂଶାଲମରୁ ବନ୍ଦୀ କରି ବାବିଲକୁ ନେଇ ଗଲା ଉତ୍ତାରେ ସଦାପ୍ରଭୁ ମୋତେ ଏକ ଦର୍ଶନ ଦେଖାଇଲେ, ଆଉ ଦେଖ, ସଦାପ୍ରଭୁଙ୍କର ମନ୍ଦିର ସମ୍ମୁଖରେ ଦୁଇ ଡାଲା ଡିମିରି ଫଳ ରଖାଯାଇଅଛି।

Gade chapit la Kopi

ଓଡିଆ ବାଇବେଲ

1 ବାବିଲର ରାଜା ନବୂଖଦ୍‍ନିତ୍ସର, ଯିହୋୟାକୀମ୍‍ର ପୁତ୍ର, ଯିହୁଦାର ରାଜା ଯିହୋୟାଖୀନ୍‍କୁ ଓ ଯିହୁଦାର ଅଧିପତିମାନଙ୍କୁ, ଶିଳ୍ପକର ଓ କର୍ମକାରକମାନଙ୍କ ସହିତ ଯିରୂଶାଲମରୁ ବନ୍ଦୀ କରି ବାବିଲକୁ ନେଇ ଗଲା ଉତ୍ତାରେ ସଦାପ୍ରଭୁ ମୋତେ ଏକ ଦର୍ଶନ ଦେଖାଇଲେ, ଆଉ ଦେଖ, ସଦାପ୍ରଭୁଙ୍କର ମନ୍ଦିର ସମ୍ମୁଖରେ ଦୁଇ ଡାଲା ଡିମ୍ବିରି ଫଳ ରଖାଯାଇଅଛି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ବାବିଲର ରାଜା ନବୂଖଦ୍‍ନିତ୍ସର, ଯିହୋୟାକୀମ୍‍ର ପୁତ୍ର, ଯିହୁଦାର ରାଜା ଯିହୋୟାଖୀନ୍‍କୁ ଓ ଯିହୁଦାର ଅଧିପତିମାନଙ୍କୁ, ଶିଳ୍ପକର ଓ କର୍ମକାରକମାନଙ୍କ ସହିତ ଯିରୂଶାଲମରୁ ବନ୍ଦୀ କରି ବାବିଲକୁ ନେଇଗଲା ଉତ୍ତାରେ ସଦାପ୍ରଭୁ ମୋତେ ଏକ ଦର୍ଶନ ଦେଖାଇଲେ, ଆଉ ଦେଖ, ସଦାପ୍ରଭୁଙ୍କର ମନ୍ଦିର ସମ୍ମୁଖରେ ଦୁଇ ଡାଲା ଡିମ୍ବିରି ଫଳ ରଖାଯାଇଅଛି।

Gade chapit la Kopi

ପବିତ୍ର ବାଇବଲ

1 ବାବିଲର ରାଜା ନବୂଖ‌ଦ୍‌ନିତ୍ସର, ଯିହୋୟାକୀ‌‌‌ମ୍‌‌‌ର ପୁତ୍ର, ଯିହୁଦାର ରାଜା ଯିହୋୟାଖୀ‌‌‌ନ୍‌‌‌କୁ ଓ ଯିହୁଦାର ଅଧିପତିମାନଙ୍କୁ ଶିଳ୍ପକର ଓ କର୍ମକାରମାନଙ୍କ ସହିତ ଯିରୁଶାଲମରୁ ବନ୍ଦୀକରି ବାବିଲକୁ ନେଇଗଲା ଉତ୍ତାରେ, ସଦାପ୍ରଭୁ ମୋତେ ଏକ ଦର୍ଶନ ଦେଖାଇଲେ। ଆଉ ମୁଁ ଦେଖିଲି, ସଦାପ୍ରଭୁଙ୍କର ମନ୍ଦିର ସମ୍ମୁଖରେ ଦୁଇ ଡାଲା ଡିମ୍ବିରି ଫଳ ରଖା ଯାଇଅଛି।

Gade chapit la Kopi




ଯିରିମୀୟ 24:1
22 Referans Kwoze  

ଯିରିମୀୟ ଭବିଷ୍ୟଦ୍ବକ୍ତା ନିର୍ବାସିତ ଲୋକମାନଙ୍କର ଅବଶିଷ୍ଟ ପ୍ରାଚୀନବର୍ଗଙ୍କର ଓ ନବୂଖଦ୍ନିତ୍ସର ଦ୍ଵାରା ନିର୍ବାସାର୍ଥେ ଯିରୂଶାଲମଠାରୁ ବାବିଲକୁ ନୀତ ଯାଜକ-ମାନଙ୍କର ଓ ଭବିଷ୍ୟଦ୍ବକ୍ତାଗଣର ଓ ସମସ୍ତ ଲୋକ-ମାନଙ୍କର ନିକଟକୁ ଯେଉଁ ପତ୍ର ଲେଖି,


ପୁଣି, ବର୍ଷର ପରିବର୍ତ୍ତନ ସମୟରେ ନବୂଖଦ୍ନିତ୍ସର ରାଜା ଲୋକ ପଠାଇ ତାଙ୍କୁ ଓ ତାଙ୍କ ସଙ୍ଗେ ସଦାପ୍ରଭୁଙ୍କ ଗୃହର ମନୋହର ପାତ୍ରସବୁ ବାବିଲକୁ ଆଣିଲା ଓ ତାଙ୍କର ଭାଇ ସିଦିକୀୟଙ୍କୁ ଯିହୁଦା ଓ ଯିରୂଶାଲମ ଉପରେ ରାଜା କଲା ।


ଅନନ୍ତର ସଦାପ୍ରଭୁଙ୍କ ଦୂତ ସମ୍ମୁଖରେ ଠିଆ ହୋଇଥିବା ଯିହୋଶୂୟ ମହାଯାଜକଙ୍କୁ, ଆଉ ତାଙ୍କ ବିପକ୍ଷ ହେବା ନିମନ୍ତେ ତାଙ୍କର ଦକ୍ଷିଣ ପାର୍ଶ୍ଵରେ ଠିଆ ହୋଇଥିବାର ଶୟତାନକୁ ସେ ମୋତେ ଦେଖାଇଲେ।


ପୁଣି, ସଦାପ୍ରଭୁ ମୋତେ ଚାରି ଜଣ କମାର ଦେଖାଇଲେ।


ସେ ମୋତେ ଏରୂପ ଦେଖାଇଲେ; ଆଉ ଦେଖ, ପ୍ରଭୁ ଆପଣା ହସ୍ତରେ ଓଳମ ଘେନି ଓଳମ ଦ୍ଵାରା ନିର୍ମିତ ଏକ କାନ୍ଥ ନିକଟରେ ଠିଆ ହେଲେ।


ପ୍ରଭୁ ସଦାପ୍ରଭୁ ମୋତେ ଏହିରୂପ ଦେଖାଇଲେ; ଆଉ ଦେଖ, ପ୍ରଭୁ ସଦାପ୍ରଭୁ ଅଗ୍ନି ଦ୍ଵାରା ବିବାଦ କରିବା ପାଇଁ ଆହ୍ଵାନ କଲେ; ତହିଁରେ ତାହା ମହାସାଗରକୁ ଗ୍ରାସ କଲା, ଆଉ ଭୂମିକୁ ଗ୍ରାସ କରିଥାʼନ୍ତା।


ପ୍ରଭୁ ସଦାପ୍ରଭୁ ମୋତେ ଏରୂପ ଦେଖାଇଲେ; ଆଉ ଦେଖ, ପଶ୍ଚାତ୍ ଉତ୍ପନ୍ନ ତୃଣ ଅଙ୍କୁରିବାର ଆରମ୍ଭରେ ସେ ପଙ୍ଗପାଳମାନଙ୍କୁ ଗଢ଼ିଲେ ଓ ଦେଖ, ରାଜାଙ୍କ ତୃଣ କଟାଗଲା ଉତ୍ତାରେ ସେହି ପଶ୍ଚାତର ତୃଣ ବଢ଼ୁଥିଲା।


ନିଶ୍ଚୟ ପ୍ରଭୁ ସଦାପ୍ରଭୁ ନିଜ ଗୁପ୍ତ ବିଷୟ ଆପଣା ଦାସ ଭବିଷ୍ୟଦ୍ବକ୍ତାଗଣ ପ୍ରତି ପ୍ରକାଶ ନ କଲେ କିଛି କରିବେ ନାହିଁ।


ଆଉ, ସେମାନେ ତାକୁ ଅଙ୍କୁଶ ଦ୍ଵାରା ପିଞ୍ଜରରେ ରଖି ବାବିଲ ରାଜା ନିକଟକୁ ନେଇଗଲେ; ଇସ୍ରାଏଲର ପର୍ବତସମୂହରେ ତାହାର ହୁଙ୍କାର ଶଦ୍ଦ ଯେପରି ଆଉ ଶୁଣା ନ ଯାଏ, ଏଥିପାଇଁ ସେମାନେ ତାହାକୁ ଦୃଢ଼ ଗଡ଼ ମଧ୍ୟକୁ ନେଇଗଲେ।


ସେସମୟରେ ବାବିଲ୍ର ରାଜା ନବୂଖଦ୍ନିତ୍ସରର ଦାସମାନେ ଯିରୂଶାଲମକୁ ଆସିଲେ, ତହିଁରେ ନଗର ଅବରୁଦ୍ଧ ହେଲା।


ବାବିଲ ବିଷୟକ ଭାରୋକ୍ତି, ଆମୋସର ପୁତ୍ର ଯିଶାଇୟ ଏହି ଦର୍ଶନ ପାଇଲେ।


ଯେଉଁ ସ୍ତମ୍ଭଦ୍ଵୟ ଓ ସମୁଦ୍ରପାତ୍ର ଓ ବୈଠିକି ଓ ଯେସମସ୍ତ ପାତ୍ର ସଙ୍ଗରେ ନେଇ ନ ଥିଲା, ଯାହା ଏହି ନଗରରେ ଅବଶିଷ୍ଟ ଅଛି, ସେହି ସକଳର ବିଷୟରେ ସଦାପ୍ରଭୁ ଏହି କଥା କହନ୍ତି;


ପୁଣି, ଯିହୋୟାକୀମ୍ର ପୁତ୍ର ଯିହୁଦାର ରାଜା ଯିହୋୟାଖୀନ୍କୁ, ଯିହୁଦାରୁ ବାବିଲକୁ ବନ୍ଦୀ ହୋଇ ଯାଇଥିବା ସମସ୍ତ ଲୋକ ସହିତ ଏସ୍ଥାନକୁ ଫେରାଇ ଆଣିବା, ଏହା ସଦାପ୍ରଭୁ କହନ୍ତି; କାରଣ ଆମ୍ଭେ ବାବିଲ ରାଜାର ଯୁଆଳି ଭାଙ୍ଗି ପକାଇବା।


ଯିହୋୟାଖୀନ୍ ରାଜା ଓ ରାଜମାତା ଓ ନପୁଂସକ-ଗଣ, ଆଉ ଯିହୁଦାର ଓ ଯିରୂଶାଲମର ଅଧିପତିମାନେ, ଶିଳ୍ପକରମାନେ ଓ କର୍ମକାରମାନେ ଯିରୂଶାଲମରୁ ପ୍ରସ୍ଥାନ କଲା ଉତ୍ତାରେ,


ଅନନ୍ତର ଯିହୋୟାକୀମ୍ର ପୁତ୍ର କନୀୟର ପଦରେ ଯୋଶୀୟର ପୁତ୍ର ସିଦିକୀୟ ରାଜା ହୋଇ ରାଜତ୍ଵ କଲା; ବାବିଲର ରାଜା ନବୂଖଦ୍ନିତ୍ସର ତାହାକୁ ଯିହୁଦା ଦେଶର ରାଜା କରିଥିଲା।


ଦକ୍ଷିଣ ପ୍ରଦେଶୀୟ ନଗରସବୁ ରୁଦ୍ଧ ହୋଇଅଛି ଓ ତାହା ଫିଟାଇବାକୁ କେହି ନାହିଁ; ସମୁଦାୟ ଯିହୁଦା ନିର୍ବାସିତ ହୋଇଅଛି; ତାହା ସମ୍ପୂର୍ଣ୍ଣ ରୂପେ ନିର୍ବାସିତ ହୋଇଅଛି।


ସେ ତହିଁର ସାନ ସାନ ପଲ୍ଲବର ଉଚ୍ଚତମ ପଲ୍ଲବ କାଟି ବାଣିଜ୍ୟ ଦେଶକୁ ନେଇ ବଣିକମାନଙ୍କର ଗୋଟିଏ ନଗରରେ ରଖିଲା।


Swiv nou:

Piblisite


Piblisite