Biblia Todo Logo
Bib sou entènèt

- Piblisite -




ଯିରିମୀୟ 24:10 - ପବିତ୍ର ବାଇବଲ (Re-edited) - (BSI)

10 ପୁଣି, ଆମ୍ଭେ ସେମାନଙ୍କୁ ଓ ସେମାନଙ୍କର ପିତୃପୁରୁଷମାନଙ୍କୁ ଯେଉଁ ଦେଶ ଦେଲୁ, ତହିଁରୁ ସେମାନେ ଯେପର୍ଯ୍ୟନ୍ତ ଉଚ୍ଛିନ୍ନ ନ ହୁଅନ୍ତି, ସେପର୍ଯ୍ୟନ୍ତ ଆମ୍ଭେ ସେମାନଙ୍କ ମଧ୍ୟକୁ ଖଡ଼୍‍ଗ ଦୁର୍ଭିକ୍ଷ ଓ ମହାମାରୀ ପଠାଇବା।

Gade chapit la Kopi

ଓଡିଆ ବାଇବେଲ

10 ପୁଣି, ଆମ୍ଭେ ସେମାନଙ୍କୁ ଓ ସେମାନଙ୍କର ପିତୃପୁରୁଷମାନଙ୍କୁ ଯେଉଁ ଦେଶ ଦେଲୁ, ତହିଁରୁ ସେମାନେ ଯେପର୍ଯ୍ୟନ୍ତ ଉଚ୍ଛିନ୍ନ ନ ହୁଅନ୍ତି, ସେପର୍ଯ୍ୟନ୍ତ ଆମ୍ଭେ ସେମାନଙ୍କ ମଧ୍ୟକୁ ଖଡ୍ଗ, ଦୁର୍ଭିକ୍ଷ ଓ ମହାମାରୀ ପଠାଇବା।’”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ପୁଣି, ଆମ୍ଭେ ସେମାନଙ୍କୁ ଓ ସେମାନଙ୍କର ପିତୃପୁରୁଷମାନଙ୍କୁ ଯେଉଁ ଦେଶ ଦେଲୁ, ତହିଁରୁ ସେମାନେ ଯେପର୍ଯ୍ୟନ୍ତ ଉଚ୍ଛିନ୍ନ ନ ହୁଅନ୍ତି, ସେପର୍ଯ୍ୟନ୍ତ ଆମ୍ଭେ ସେମାନଙ୍କ ମଧ୍ୟକୁ ଖଡ୍ଗ, ଦୁର୍ଭିକ୍ଷ ଓ ମହାମାରୀ ପଠାଇବା।”

Gade chapit la Kopi

ପବିତ୍ର ବାଇବଲ

10 ସେମାନେ ସେଇ ଭୂମିରୁ ଉଚ୍ଛିନ୍ନ ହେବା ପର୍ଯ୍ୟନ୍ତ ଆମ୍ଭେ ସେମାନଙ୍କ ବିପକ୍ଷରେ, ‌‌ଖ‌ଡ଼୍‌ଗ, ଦୁର୍ଭିକ୍ଷ ଓ ମହାମାରୀ ପଠାଇବା, ଯେଉଁ ଦେଶ ସେମାନଙ୍କୁ ଓ ସେମାନଙ୍କର ପୂର୍ବପୁରୁଷମାନଙ୍କୁ ଦେଇଥିଲି। ତହିଁରୁ ସେମାନଙ୍କୁ ଉଚ୍ଛିନ୍ନ କରିବା।”

Gade chapit la Kopi




ଯିରିମୀୟ 24:10
27 Referans Kwoze  

ଏହି ଦୁଇ ବିଷୟ ତୁମ୍ଭ ପ୍ରତି ଘଟିଅଛିନ୍ତ ତୁମ୍ଭ ପାଇଁ କିଏ ବିଳାପ କରିବ? ଶୂନ୍ୟତା ଓ ବିନାଶ, ପୁଣି ଦୁର୍ଭିକ୍ଷ ଓ ଖଡ଼୍‍ଗ; ଆମ୍ଭେ କିରୂପେ ତୁମ୍ଭକୁ ସାନ୍ତ୍ଵନା କରିବା?


ଏହି ପ୍ରକାରେ ତୁମ୍ଭେ ସେମାନଙ୍କୁ କହିବ, ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି; ଆମ୍ଭେ ଜୀବିତଥିବା ପ୍ରମାଣେ ଉତ୍ସନ୍ନ ସ୍ଥାନସକଳରେ ଥିବା ଲୋକମାନେ ନିଶ୍ଚୟ ଖଡ଼୍‍ଗ ଦ୍ଵାରା ପତିତ ହେବେ ଓ ଯେଉଁ ଜନ ପଡ଼ିଆରେ ଅଛି, ଆମ୍ଭେ ତାହାକୁ ଭକ୍ଷ୍ୟ ରୂପେ ପଶୁମାନଙ୍କୁ ଦେବା, ଆଉ ଯେଉଁମାନେ ଦୃଢ଼ ଦୁର୍ଗରେ ଓ ଗୁହାରେ, ଥାʼନ୍ତି, ସେମାନେ ମହାମାରୀରେ ମରିବେ।


ବାହାରେ ଖଡ଼୍‍ଗ, ଭିତରେ ମହାମାରୀ ଓ ଦୁର୍ଭିକ୍ଷ ଅଛି; ଯେଉଁ ଲୋକ କ୍ଷେତ୍ରରେ ଅଛି, ସେ ଖଡ଼୍‍ଗରେ ମରିବ ଓ ଯେ ନଗର ମଧ୍ୟରେ ଅଛି, ଦୁର୍ଭିକ୍ଷ ଓ ମହାମାରୀ ତାକୁ ଗ୍ରାସ କରିବ।


ଏହେତୁ ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା ପ୍ରତିବାସୀ ପ୍ରତି ମୁକ୍ତି ଘୋଷଣା କରିବା ପାଇଁ ଆମ୍ଭ ବାକ୍ୟରେ ମନୋଯୋଗ କରି ନାହଁ; ଏଣୁ ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ ତୁମ୍ଭମାନଙ୍କ ବିରୁଦ୍ଧରେ ଖଡ଼୍‍ଗ ପ୍ରତି, ମହାମାରୀ ପ୍ରତି ଓ ଦୁର୍ଭିକ୍ଷ ପ୍ରତି ମୁକ୍ତି ଘୋଷଣା କରୁଅଛୁ; ଆଉ, ଆମ୍ଭେ ପୃଥିବୀର ସମସ୍ତ ରାଜ୍ୟରେ ଏଣେତେଣେ ବିକ୍ଷିପ୍ତ ହେବା ପାଇଁ ତୁମ୍ଭମାନଙ୍କୁ ସମର୍ପଣ କରିବା।


ପୁଣି, ଯେଉଁ ଦେଶ ଓ ରାଜ୍ୟ ସେହି ବାବିଲର ରାଜା ନବୂଖଦ୍ନିତ୍ସରର ଦାସ୍ୟକର୍ମ କରିବେ ନାହିଁ ଓ ବାବିଲର ରାଜାର ଯୁଆଳି ତଳେ ଆପଣା ଆପଣା ବେକ ରଖିବେ ନାହିଁ, ସଦାପ୍ରଭୁ କହନ୍ତି, ଆମ୍ଭେ ସେ ଦେଶକୁ ତାହାର ହସ୍ତ ଦ୍ଵାରା ସଂହାରିତ ନ କରିବା ପର୍ଯ୍ୟନ୍ତ ଖଡ଼୍‍ଗ ଓ ଦୁର୍ଭିକ୍ଷ ଓ ମହାମାରୀ ଦ୍ଵାରା ଦଣ୍ତ ଦେବା।


ପୁଣି, ଆମ୍ଭେ ଏହି ସ୍ଥାନରେ ଯିହୁଦାର ଓ ଯିରୂଶାଲମର ମନ୍ତ୍ରଣା ବ୍ୟର୍ଥ କରିବା; ପୁଣି, ସେମାନଙ୍କ ଶତ୍ରୁଗଣ ସମ୍ମୁଖରେ ଖଡ଼୍‍ଗ ଦ୍ଵାରା ଓ ସେମାନଙ୍କ ପ୍ରାଣ ଅନ୍ଵେଷଣକାରୀମାନଙ୍କ ହସ୍ତ ଦ୍ଵାରା ସେମାନଙ୍କୁ ନିପାତ କରିବା; ଆଉ, ଆମ୍ଭେ ଖେଚର ପକ୍ଷୀଗଣକୁ ଓ ଭୂଚର ପଶୁଗଣକୁ ସେମାନଙ୍କର ଶବ ଖାଦ୍ୟ ନିମନ୍ତେ ଦେବା।


ସେମାନେ ଅତି ଯନ୍ତ୍ରଣାଦାୟକ ମୃତ୍ୟୁରେ ପ୍ରାଣତ୍ୟାଗ କରିବେ; ସେମାନଙ୍କ ନିମନ୍ତେ ବିଳାପ କରାଯିବ ନାହିଁ, କିଅବା ସେମାନଙ୍କୁ କବର ଦିଆଯିବ ନାହିଁ, ସେମାନେ ଭୂମି ଉପରେ ଖତ ପରି ହେବେ; ଆଉ, ସେମାନେ ଖଡ଼୍‍ଗ ଓ ଦୁର୍ଭିକ୍ଷ ଦ୍ଵାରା ସଂହାରିତ ହେବେ; ପୁଣି, ସେମାନଙ୍କର ଶବ ଆକାଶ-ପକ୍ଷୀଗଣର ଓ ଭୂଚର ପଶୁଗଣର ଖାଦ୍ୟ ହେବ।


ପୁଣି, ଯେବେ ସେମାନେ ତୁମ୍ଭକୁ କହନ୍ତି, ଆମ୍ଭେମାନେ କେଉଁଠାକୁ ବାହାରି ଯିବା? ତେବେ ତୁମ୍ଭେ ସେମାନଙ୍କୁ ଏହା କହିବ, ସଦାପ୍ରଭୁ ଏହି କଥା କହନ୍ତି, ହତଯୋଗ୍ୟ ଲୋକମାନେ ହତ ସ୍ଥାନକୁ, ଖଡ଼୍‍ଗଯୋଗ୍ୟ ଲୋକମାନେ ଖଡ଼୍‍ଗ ନିକଟକୁ, ଦୁର୍ଭିକ୍ଷଯୋଗ୍ୟ ଲୋକମାନେ ଦୁର୍ଭିକ୍ଷ ସ୍ଥାନକୁ ଓ ବନ୍ଦୀତ୍ଵର ଯୋଗ୍ୟ ଲୋକମାନେ ବନ୍ଦୀ ସ୍ଥାନକୁ ଯାଉନ୍ତୁ।


ଆହୁରି, ଯେଉଁମାନଙ୍କୁ ସେମାନେ କିଅବା ସେମାନଙ୍କର ପୂର୍ବପୁରୁଷମାନେ ଜାଣି ନାହାନ୍ତି, ଏପରି ନାନା ଦେଶୀୟମାନଙ୍କ ମଧ୍ୟରେ ଆମ୍ଭେ ସେମାନଙ୍କୁ ଛିନ୍ନଭିନ୍ନ କରିବା; ପୁଣି, ଆମ୍ଭେ ଯେଯାଏ ସେମାନଙ୍କୁ ସଂହାର ନ କରୁ, ସେଯାଏ ଆମ୍ଭେ ସେମାନଙ୍କ ପଛେ ପଛେ ଖଡ଼୍‍ଗ ପଠାଇବା।


ସେମାନେ ସଦାପ୍ରଭୁଙ୍କୁ ଅସ୍ଵୀକାର କରି କହିଲେ, ଏ ତ ସେ ନୁହଁନ୍ତି; ପୁଣି, ଆମ୍ଭମାନଙ୍କ ପ୍ରତି ଅମଙ୍ଗଳ ଘଟିବ ନାହିଁ; କିଅବା ଆମ୍ଭେମାନେ ଖଡ଼୍‍ଗ କି ଦୁର୍ଭିକ୍ଷ ଦେଖିବା ନାହିଁ;


ସେଥିରେ ମୁଁ ଦୃଷ୍ଟିପାତ କଲି, ଆଉ ଦେଖ, ଗୋଟିଏ ପାଣ୍ତୁବର୍ଣ୍ଣ ଅଶ୍ଵ, ତାହାର ଆରୋହୀର ନାମ ମୃତ୍ୟୁ, ପୁଣି ପାତାଳ ତାହାର ପଶ୍ଚାତ୍ଗମନ କରୁଥିଲା; ଖଡ଼୍‍ଗ, ଦୁର୍ଭିକ୍ଷ, ମହାମାରୀ ଓ ପୃଥିବୀର ବନ୍ୟପଶୁମାନଙ୍କ ଦ୍ଵାରା ବିନାଶ କରିବାକୁନ ପୃଥିବୀର ଚତୁର୍ଥାଂଶ ଉପରେ ସେମାନଙ୍କୁ କ୍ଷମତା ଦିଆଗଲା।


ତୁମ୍ଭେ ଯେଉଁ ଦେଶ ଅଧିକାର କରିବାକୁ ଯାଉଅଛ, ସେଠାରୁ ତୁମ୍ଭେମାନେ ଉଚ୍ଛିନ୍ନ ହେବା ପର୍ଯ୍ୟନ୍ତ ସଦାପ୍ରଭୁ ତୁମ୍ଭଠାରେ ମହାମାରୀ ଲଗାଇ ରଖିବେ।


ଯେଉଁ ଲୋକ ଏହି ନଗର ମଧ୍ୟରେ ରହିବ, ସେ ଖଡ଼୍‍ଗ, ଦୁର୍ଭିକ୍ଷ ଓ ମହାମାରୀରେ ମରିବ; ମାତ୍ର ଯେଉଁ ଲୋକ ବାହାରି ଯାଇ ତୁମ୍ଭମାନଙ୍କର ଅବରୋଧକାରୀ କଲ୍ଦୀୟମାନଙ୍କର ପକ୍ଷ ହେବ, ସେ ବଞ୍ଚିବ ଓ ତାହାର ପ୍ରାଣ ତାହା ପ୍ରତି ଲୁଟ-ଦ୍ରବ୍ୟ ତୁଲ୍ୟ ହେବ।


ଯେଉଁମାନେ ମିସରକୁ ଯାଇ ସେଠାରେ ପ୍ରବାସ କରିବା ପାଇଁ ଉତ୍ସୁକ ହୁଅନ୍ତି, ସେସମସ୍ତ ଲୋକଙ୍କ ପ୍ରତି ଏହି ପକାରଘଟିବ; ସେମାନେ ଖଡ଼୍‍ଗ, ଦୁର୍ଭିକ୍ଷ ଓ ମହାମାରୀରେ ମରିବେ; ପୁଣି, ଆମ୍ଭେ ସେମାନଙ୍କ ଉପରେ ଯେଉଁ ଅମଙ୍ଗଳ ଘଟାଇବା, ତହିଁରୁ ସେମାନଙ୍କ ମଧ୍ୟରେ କେହି ଉତ୍ତୀର୍ଣ୍ଣ ଅବା ରକ୍ଷାପ୍ରାପ୍ତ ହେବେ ନାହିଁ।


କାରଣ ସଦାପ୍ରଭୁ ଜଳରେ ହଲିଲା ନଳ ପରି ଇସ୍ରାଏଲକୁ ଆଘାତ କରିବେ; ପୁଣି ସେମାନଙ୍କ ପୂର୍ବପୁରୁଷମାନଙ୍କୁ ଏହି ଯେଉଁ ଉତ୍ତମ ଦେଶ ଦେଇଅଛନ୍ତି, ତହିଁରୁ ଇସ୍ରାଏଲକୁ ଉତ୍ପାଟନ କରି ନଦୀ ସେପାରିରେ ସେମାନଙ୍କୁ ଛିନ୍ନଭିନ୍ନ କରିବେ; ଯେହେତୁ ସେମାନେ ଆପଣାମାନଙ୍କର ଆଶେରା ମୂର୍ତ୍ତିମାନ ନିର୍ମାଣ କରି ସଦାପ୍ରଭୁଙ୍କୁ ବିରକ୍ତ କରିଅଛନ୍ତି।


ଏଥିପାଇଁ ଇସ୍ରାଏଲର ପରମେଶ୍ଵର ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ସେମାନଙ୍କୁ, ଅର୍ଥାତ୍, ଏହି ଲୋକମାନଙ୍କୁ ନାଗଦଅଣା ଭୋଜନ କରାଇବା ଓ ବିଷ-ବୃକ୍ଷର ରସ ସେମାନଙ୍କୁ ପାନ କରିବାକୁ ଦେବା।


ସେମାନେ ଉପବାସ କଲେ, ଆମ୍ଭେ ସେମାନଙ୍କର କାତରୋକ୍ତି ଶୁଣିବା ନାହିଁ; ପୁଣି, ସେମାନେ ହୋମ ଓ ନୈବେଦ୍ୟ ଉତ୍ସର୍ଗ କଲେ, ଆମ୍ଭେ ସେମାନଙ୍କୁ ଗ୍ରହଣ କରିବା ନାହିଁ; ମାତ୍ର ଆମ୍ଭେ ଖଡ଼୍‍ଗ ଓ ଦୁର୍ଭିକ୍ଷ ଓ ମହାମାରୀ ଦ୍ଵାରା ସେମାନଙ୍କୁ ସଂହାର କରିବା।


ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ସେମାନଙ୍କ ପ୍ରତି ଖଡ଼୍‍ଗ, ଦୁର୍ଭିକ୍ଷ ଓ ମହାମାରୀ ପଠାଇବା ଓ ଘୃଣାଜନକ ଯେଉଁ ଡିମିରି ଫଳ ଅତି ମନ୍ଦ ହେବାରୁ ଭୋଜନ କରାଯାଇ ନ ପାରେ, ତାହାରି ତୁଲ୍ୟ ସେମାନଙ୍କୁ କରିବା।


ପୁଣି, ଆମ୍ଭେ ଯେ ଯେ ଗୋଷ୍ଠୀ ମଧ୍ୟକୁ ସେମାନଙ୍କୁ ତଡ଼ି ଦେଇଅଛୁ, ସେସମସ୍ତଙ୍କ ମଧ୍ୟରେ ସେମାନଙ୍କୁ ଅଭିଶାପର, ବିସ୍ମୟର ଓ ଶୀସ୍ ଶଦ୍ଦର ଓ ନିନ୍ଦାର ପାତ୍ର ହେବା ନିମନ୍ତେ ଆମ୍ଭେ ଖଡ଼୍‍ଗ, ଦୁର୍ଭିକ୍ଷ ଓ ମହାମାରୀ ନେଇ ସେମାନଙ୍କ ପଛେ ପଛେ ଗୋଡ଼ାଇବା ଓ ପୃଥିବୀର ସମସ୍ତ ରାଜ୍ୟରେ ସେମାନଙ୍କୁ ଏଣେତେଣେ ନିକ୍ଷେପ କରିବା;


ଏହିସବୁ ବନ୍ଧ ଦେଖ, ସେମାନେ ଜୟ କରିବା ପାଇଁ ନଗରକୁ ଆସିଅଛନ୍ତି; ପୁଣି, ଖଡ଼୍‍ଗ ଓ ଦୁର୍ଭିକ୍ଷ ଓ ମହାମାରୀ ସକାଶୁ ନଗର ବିରୁଦ୍ଧରେ ଯୁଦ୍ଧକାରୀ କଲ୍ଦୀୟମାନଙ୍କ ହସ୍ତରେ ତାହା ଦତ୍ତ ହେଉଅଛି; ଆଉ, ତୁମ୍ଭେ ଯାହା କହିଅଛ, ତାହା ସଫଳ ହେଉଅଛି; ପୁଣି ଦେଖ, ତୁମ୍ଭେ ଏହା ଦେଖୁଅଛ।


ପୁଣି, ହେ ପ୍ରଭୁ, ସଦାପ୍ରଭୁ, ତୁମ୍ଭେ ମୋତେ କହିଅଛ, ମୂଲ୍ୟ ଦେଇ କ୍ଷେତ୍ର କିଣ ଓ ସାକ୍ଷୀ ରଖ; ମାତ୍ର ଏହି ନଗର କଲ୍ଦୀୟମାନଙ୍କ ହସ୍ତରେ ଦତ୍ତ ହେଉଅଛି।


ଏହେତୁ ଏବେ ନିଶ୍ଚୟ ଜାଣ ଯେ, ଯେଉଁ ସ୍ଥାନରେ ପ୍ରବାସ କରିବା ନିମନ୍ତେ ତୁମ୍ଭେମାନେ ଯିବା ପାଇଁ ବାଞ୍ଛା କରୁଅଛ, ସେ ସ୍ଥାନରେ ତୁମ୍ଭେମାନେ ଖଡ଼୍‍ଗ, ଦୁର୍ଭିକ୍ଷ ଓ ମହାମାରୀରେ ମରିବ।


ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେ କରାଘାତ ଓ ପଦାଘାତ କର ଓ ଇସ୍ରାଏଲ-ବଂଶର ସକଳ ଘୃଣାଯୋଗ୍ୟ ଦୁଷ୍କ୍ରିୟା ସକାଶୁ କୁହ, ହାୟ ହାୟ ! କାରଣ ସେମାନେ ଖଡ଼୍‍ଗରେ, ଦୁର୍ଭିକ୍ଷରେ ଓ ମହାମାରୀରେ ପତିତ ହେବେ।


Swiv nou:

Piblisite


Piblisite