Biblia Todo Logo
Bib sou entènèt

- Piblisite -




ଯିରିମୀୟ 24:3 - ପବିତ୍ର ବାଇବଲ (Re-edited) - (BSI)

3 ତେବେ ସଦାପ୍ରଭୁ ମୋତେ କହିଲେ, ହେ ଯିରିମୀୟ, ତୁମ୍ଭେ କଅଣ ଦେଖୁଅଛ? ତହିଁରେ ମୁଁ କହିଲି, ଡିମିରି ଫଳ, ଉତ୍ତମ ଡିମିରି, ଅତି ଉତ୍ତମ ଓ ମନ୍ଦ ଡିମିରି, ଅତି ମନ୍ଦ, ସେସବୁ ଏଡ଼େ ମନ୍ଦ ଯେ, ଭୋଜନ କରାଯାଇ ନ ପାରେ।

Gade chapit la Kopi

ଓଡିଆ ବାଇବେଲ

3 ତେବେ ସଦାପ୍ରଭୁ ମୋତେ କହିଲେ, “ହେ ଯିରିମୀୟ, ତୁମ୍ଭେ କଅଣ ଦେଖୁଅଛ ?” ତହିଁରେ ମୁଁ କହିଲି, “ଡିମ୍ବିରି ଫଳ, ଉତ୍ତମ ଡିମ୍ବିରି ଅତି ଉତ୍ତମ ଓ ମନ୍ଦ ଡିମ୍ବିରି ଅତି ମନ୍ଦ, ସେସବୁ ଏଡ଼େ ମନ୍ଦ ଯେ, ଭୋଜନ କରାଯାଇ ନ ପାରେ।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ତେବେ ସଦାପ୍ରଭୁ ମୋତେ କହିଲେ, “ହେ ଯିରିମୀୟ, ତୁମ୍ଭେ କଅଣ ଦେଖୁଅଛ?” ତହିଁରେ ମୁଁ କହିଲି, “ଡିମ୍ବିରି ଫଳ, ଉତ୍ତମ ଡିମ୍ବିରି ଅତି ଉତ୍ତମ ଓ ମନ୍ଦ ଡିମ୍ବିରି ଅତି ମନ୍ଦ, ସେସବୁ ଏଡ଼େ ମନ୍ଦ ଯେ, ଭୋଜନ କରାଯାଇ ନ ପାରେ।”

Gade chapit la Kopi

ପବିତ୍ର ବାଇବଲ

3 ସଦାପ୍ରଭୁ ମୋତେ ପଗ୍ଭରିଲେ, “ହେ ଯିରିମିୟ, ତୁମ୍ଭେ କ’ଣ ଦେଖୁଛ?” ମୁଁ ଉତ୍ତର କଲି, “ଡିମ୍ବିରି ଫଳ, ଉତ୍ତମ ଡିମ୍ବିରି ଅତି ଉତ୍ତମ ଓ ମନ୍ଦ ଡିମ୍ବିରି ଏତେ ମନ୍ଦ ଯେ ତାହା ଭୋଜନଯୋଗ୍ୟ ନୁହେଁ।”

Gade chapit la Kopi




ଯିରିମୀୟ 24:3
10 Referans Kwoze  

ପୁଣି, ସେ କହିଲେ, ହେ ଆମୋଷ, ତୁମ୍ଭେ କଅଣ ଦେଖୁଅଛ? ତହିଁରେ ମୁଁ କହିଲି, ଗ୍ରୀଷ୍ମକାଳୀନ ଏକ ଡାଲା ଫଳ। ତେବେ ସଦାପ୍ରଭୁ ମୋତେ କହିଲେ, ଆମ୍ଭର ଲୋକ ଇସ୍ରାଏଲର ଅନ୍ତିମ କାଳ ଉପସ୍ଥିତ ହୋଇଅଛି; ଆମ୍ଭେ ପୁନର୍ବାର ସେମାନଙ୍କୁ ଆଉ ଛାଡ଼ି ଯିବା ନାହିଁ।


ପୁଣି, ସେ ମୋତେ କହିଲେ, ତୁମ୍ଭେ କଅଣ ଦେଖୁଅଛ? ତହିଁରେ ମୁଁ କହିଲି, ମୁଁ ଦେଖିଅଛି, ଆଉ ଦେଖ, ସମ୍ପୂର୍ଣ୍ଣ ସୁବର୍ଣ୍ଣମୟ ଏକ ଦୀପବୃକ୍ଷ, ତହିଁର ଉପରେ ତୈଳାଧାର ଓ ତହିଁ ଉପରେ ସାତ ପ୍ରଦୀପ ଅଛି ଓ ତହିଁର ଉପରି ଭାଗରେ ପ୍ରତ୍ୟେକ ପ୍ରଦୀପର ନିମନ୍ତେ ସାତ ନଳ;


ପୁଣି, ସଦାପ୍ରଭୁ ମୋତେ ପଚାରିଲେ, ହେ ଆମୋଷ, ତୁମ୍ଭେ କଅଣ ଦେଖୁଅଛ? ତହିଁରେ ମୁଁ କହିଲି, ଗୋଟିଏ ଓଳମ। ତେବେ ପ୍ରଭୁ କହିଲେ, ଦେଖ, ଆମ୍ଭେ ଆପଣା ଲୋକ ଇସ୍ରାଏଲର ମଧ୍ୟରେ ଓଳମ ପକାଇବା; ଆମ୍ଭେ ପୁନର୍ବାର ଆଉ ସେମାନଙ୍କୁ ଛାଡ଼ି ଯିବା ନାହିଁ;


(ପୂର୍ବକାଳେ ଇସ୍ରାଏଲ ମଧ୍ୟରେ କାହାରି ପରମେଶ୍ଵରଙ୍କ ନିକଟରେ ପଚାରିବା ପାଇଁ ଯିବାର ହେଲେ, ସେ ଏପରି କହେ, ଆସ, ଆମ୍ଭେମାନେ ଦର୍ଶକ ନିକଟକୁ ଯାଉ; କାରଣ ବର୍ତ୍ତମାନ ଯାହାକୁ ଭବିଷ୍ୟଦ୍ବକ୍ତା କହନ୍ତି, ପୂର୍ବକାଳରେ ତାହାକୁ ଦର୍ଶକ କହୁଥିଲେ)।


ପୁଣି, ସେ ମୋତେ କହିଲେ, ତୁମ୍ଭେ କଅଣ ଦେଖୁଅଛ? ତହିଁରେ ମୁଁ ଉତ୍ତର କଲି, ମୁଁ ଉଡ଼ନ୍ତା ନଳାକାର ଏକ ପୁସ୍ତକ ଦେଖୁଅଛି; ତହିଁର ଦୈର୍ଘ୍ୟ କୋଡ଼ିଏ ହାତ ଓ ପ୍ରସ୍ଥ ଦଶ ହାତ।


ଅନନ୍ତର ସଦାପ୍ରଭୁଙ୍କର ଏହି ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା।


ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ସେମାନଙ୍କ ପ୍ରତି ଖଡ଼୍‍ଗ, ଦୁର୍ଭିକ୍ଷ ଓ ମହାମାରୀ ପଠାଇବା ଓ ଘୃଣାଜନକ ଯେଉଁ ଡିମିରି ଫଳ ଅତି ମନ୍ଦ ହେବାରୁ ଭୋଜନ କରାଯାଇ ନ ପାରେ, ତାହାରି ତୁଲ୍ୟ ସେମାନଙ୍କୁ କରିବା।


Swiv nou:

Piblisite


Piblisite