Biblia Todo Logo
Bib sou entènèt

- Piblisite -




ଯିରିମୀୟ 24:5 - ପବିତ୍ର ବାଇବଲ (Re-edited) - (BSI)

5 ଯଥା, ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ଏହି କଥା କହନ୍ତି, ଆମ୍ଭେ ଯେଉଁ ନିର୍ବାସିତ ଯିହୁଦୀୟମାନଙ୍କୁ ଏହି ସ୍ଥାନରୁ କଲ୍ଦୀୟମାନଙ୍କର ଦେଶକୁ ପଠାଇଅଛୁ, ସେମାନଙ୍କର ମଙ୍ଗଳ ନିମନ୍ତେ ଆମ୍ଭେ ସେମାନଙ୍କୁ ଏହି ଉତ୍ତମ ଡିମିରି ଫଳ ତୁଲ୍ୟ ଜ୍ଞାନ କରିବା।

Gade chapit la Kopi

ଓଡିଆ ବାଇବେଲ

5 “ଯଥା, ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ‘ଆମ୍ଭେ ଯେଉଁ ନିର୍ବାସିତ ଯିହୁଦୀୟମାନଙ୍କୁ ଏହି ସ୍ଥାନରୁ କଲ୍‍ଦୀୟମାନଙ୍କର ଦେଶକୁ ପଠାଇଅଛୁ, ସେମାନଙ୍କର ମଙ୍ଗଳ ନିମନ୍ତେ ଆମ୍ଭେ ସେମାନଙ୍କୁ ଏହି ଉତ୍ତମ ଡିମ୍ବିରି ଫଳ ତୁଲ୍ୟ ଜ୍ଞାନ କରିବା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 “ଯଥା, ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ଆମ୍ଭେ ଯେଉଁ ନିର୍ବାସିତ ଯିହୁଦୀୟମାନଙ୍କୁ ଏହି ସ୍ଥାନରୁ କଲ୍‍ଦୀୟମାନଙ୍କର ଦେଶକୁ ପଠାଇଅଛୁ, ସେମାନଙ୍କର ମଙ୍ଗଳ ନିମନ୍ତେ ଆମ୍ଭେ ସେମାନଙ୍କୁ ଏହି ଉତ୍ତମ ଡିମ୍ବିରି ଫଳ ତୁଲ୍ୟ ଜ୍ଞାନ କରିବା।

Gade chapit la Kopi

ପବିତ୍ର ବାଇବଲ

5 ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହିକଥା କହନ୍ତି, “ଯେଉଁମାନେ ଯିହୁଦାର ବନ୍ଦୀରୂପେ ନିଆଗଲେ, ଏହିସବୁ ଉତ୍ତମ ଡିମ୍ବିରି ତୁଲ୍ୟ। ମୁଁ ସେମାନଙ୍କୁ ଉତ୍ତମ ବୋଲି ବିବେଚନା କରିବି। ଯେଉଁମାନଙ୍କୁ ମୁଁ ଏହି ସ୍ଥାନରୁ କ‌‌ଲ୍‌‌ଦୀୟମାନଙ୍କ ଭୂମିକୁ ତଡ଼ି ଦେଇଛି।

Gade chapit la Kopi




ଯିରିମୀୟ 24:5
21 Referans Kwoze  

ଆଉ, ସେହି ତୃତୀୟାଂଶକୁ ଆମ୍ଭେ ଅଗ୍ନି ମଧ୍ୟଦେଇ ଆଣିବା ଓ ରୂପା ଯେପରି ପରିଷ୍କୃତ ହୁଏ, ତଦ୍ରୂପ ସେମାନଙ୍କୁ ପରିଷ୍କାର କରିବା, ଆଉ ସୁବର୍ଣ୍ଣ ଯେପରି ପରୀକ୍ଷିତ ହୁଏ, ସେପରି ସେମାନଙ୍କୁ ପରୀକ୍ଷା କରିବା। ସେମାନେ ଆମ୍ଭ ନାମରେ ପ୍ରାର୍ଥନା କରିବେ ଓ ଆମ୍ଭେ ସେମାନଙ୍କର ପ୍ରାର୍ଥନା ଶୁଣିବା। ଆମ୍ଭେ କହିବା, ଏମାନେ ଆମ୍ଭର ଲୋକ; ଆଉ, ସେମାନେ କହିବେ, ସଦାପ୍ରଭୁ ଆମ୍ଭର ପରମେଶ୍ଵର ଅଟନ୍ତି।


ସଦାପ୍ରଭୁ ମଙ୍ଗଳମୟ ଓ ସଙ୍କଟ ଦିନରେ ଦୃଢ଼ ଦୁର୍ଗ ଅଟନ୍ତି; ଆଉ, ଯେଉଁମାନେ ତାହାଙ୍କଠାରେ ନିର୍ଭର କରନ୍ତି; ସେମାନଙ୍କୁ ସେ ଜାଣନ୍ତି।


ଆମ୍ଭେ ଯେତେ ଲୋକଙ୍କୁ ଭଲ ପାଉ, ସେମାନଙ୍କୁ ଅନୁଯୋଗ ଓ ଶାସନ କରିଥାଉ; ଅତଏବ ଉଦ୍ଯୋଗୀ ହୋଇ ମନ ପରିବର୍ତ୍ତନ କର।


ତଥାପି ଈଶ୍ଵରଙ୍କ ସ୍ଥାପିତ ସୁଦୃଢ଼ ଭିତ୍ତିମୂଳ ଅଟଳ ରହିଅଛି, ଆଉ ତହିଁ ଉପରେ ଏହା ମୁଦ୍ରାଙ୍କିତ ହୋଇଅଛି, “ପ୍ରଭୁ ଆପଣା ଲୋକମାନଙ୍କୁ ଜାଣନ୍ତି, ଆଉ, ଯେକେହି ପ୍ରଭୁଙ୍କର ନାମ ଧରେ, ସେ ଅଧର୍ମରୁ ଦୂରରେ ରହୁ,”।


କିନ୍ତୁ ଏବେ ଈଶ୍ଵରଙ୍କ ପରିଚୟ ପାଇଅଛ; ବରଞ୍ଚ ଈଶ୍ଵରଙ୍କ ଦ୍ଵାରା ପରିଚିତ ହୋଇଅଛ, ତେବେ କିପରି ଆଉ ଥରେ ଦୁର୍ବଳ ଓ ଅକିଞ୍ଚନ ପ୍ରାଥମିକ ବିଷୟଗୁଡ଼ାକ ପ୍ରତି ଫେରିଯାଇ ପୁନର୍ବାର ସେହିସବୁର ଦାସ ହେବାକୁ ଇଚ୍ଛା କରୁଅଛ?


କିନ୍ତୁ ଯଦି କେହି ଈଶ୍ଵରଙ୍କୁ ପ୍ରେମ କରେ, ସେହି ଜଣ ତାହାଙ୍କ ପରିଚିତ।


ଯେଉଁମାନେ ଈଶ୍ଵରଙ୍କୁ ପ୍ରେମ କରନ୍ତି, ଯେଉଁମାନେ ତାହାଙ୍କ ସଂକଳ୍ପ ଅନୁସାରେ ଆହୂତ ହୋଇଅଛନ୍ତି, ଈଶ୍ଵର ଯେସମସ୍ତ ବିଷୟରେ ସେମାନଙ୍କର ମଙ୍ଗଳ ସାଧନ କରନ୍ତି, ଏହା ଆମ୍ଭେମାନେ ଜାଣୁ।


ମୋʼ ମେଷସବୁ ମୋହର ସ୍ଵର ଶୁଣନ୍ତି ଓ ମୁଁ ସେମାନଙ୍କୁ ଜାଣେ, ଆଉ ସେମାନେ ମୋହର ପଛେ ପଛେ ଚାଲନ୍ତି,


କିନ୍ତୁ ସେ ଉତ୍ତର ଦେଲେ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ମୁଁ ତୁମ୍ଭମାନଙ୍କୁ ଜାଣେ ନାହିଁ।


ମୁଁ ଯେପରି ତୁମ୍ଭର ବିଧିସବୁ ଶିଖିବି, ଏଥିପାଇଁ ମୁଁ ଯେ ଦୁଃଖଗ୍ରସ୍ତ ହେଲି, ଏହା ମୋʼ ପକ୍ଷରେ ଭଲ ହେଲା।


ଦୁଃଖଗ୍ରସ୍ତ ହେବା ପୂର୍ବରେ ମୁଁ ବିପଥରେ ଗଲି; ମାତ୍ର ଏବେ ମୁଁ ତୁମ୍ଭ ବାକ୍ୟ ପାଳନ କରେ।


ଯେ ତୁମ୍ଭ ପୂର୍ବପୁରୁଷମାନଙ୍କ ଅଜ୍ଞାତ ମାନ୍ନା ଦ୍ଵାରା ପ୍ରାନ୍ତରରେ ତୁମ୍ଭକୁ ପ୍ରତିପାଳନ କଲେ, ଏପରି ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କୁ ତୁମ୍ଭେ ପାସୋରି ପକାଇବ।


ଅନନ୍ତର ସଦାପ୍ରଭୁଙ୍କର ଏହି ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା।


ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ଏହି କଥା କହନ୍ତି, ଆମ୍ଭେ ଯିରୂଶାଲମରୁ ବାବିଲକୁ ଯେଉଁମାନଙ୍କୁ ନିର୍ବାସିତ କରାଇଅଛୁ, ସେହି ସକଳ ନିର୍ବାସିତମାନଙ୍କ ପ୍ରତି ଆମ୍ଭର ଆଦେଶ ଏହି;


ଏହେତୁ ଆମ୍ଭ ଦ୍ଵାରା ଯିରୂଶାଲମରୁ ବାବିଲକୁ ପ୍ରେରିତ ନିର୍ବାସିତ ଲୋକ ସମସ୍ତେ, ତୁମ୍ଭେମାନେ ସଦାପ୍ରଭୁଙ୍କର ବାକ୍ୟ ଶୁଣ।


ଏଥିପାଇଁ ତୁମ୍ଭେ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ଆମ୍ଭେ ଗୋଷ୍ଠୀଗଣ ମଧ୍ୟରୁ ତୁମ୍ଭମାନଙ୍କୁ ସଂଗ୍ରହ କରିବା ଓ ତୁମ୍ଭେମାନେ ଯେଉଁ ଯେଉଁ ସ୍ଥାନରେ ଛିନ୍ନଭିନ୍ନ ହୋଇଅଛ, ସେହିସବୁ ଦେଶରୁ ତୁମ୍ଭମାନଙ୍କୁ ଏକତ୍ର କରିବା ଇସ୍ରାଏଲ ଦେଶ ତୁମ୍ଭମାନଙ୍କୁ ଦେବା।


ତଥାପି ଏହିସବୁ କାରଣରୁ, ସେମାନେ ଆପଣା-ମାନଙ୍କ ଶତ୍ରୁଗଣର ଦେଶରେ ଥିବା ସମୟରେ ଆମ୍ଭେ ସେମାନଙ୍କୁ ନିଃଶେଷ ରୂପେ ବିନାଶ କରିବା ନିମନ୍ତେ ଓ ସେମାନଙ୍କ ସହିତ ଆପଣା ନିୟମ ଭାଙ୍ଗିବା ନିମନ୍ତେ ସେମାନଙ୍କୁ ଅଗ୍ରାହ୍ୟ କରିବା ନାହିଁ, କିଅବା ସେମାନଙ୍କୁ ଘୃଣା କରିବା ନାହିଁ; କାରଣ ଆମ୍ଭେ ସଦାପ୍ରଭୁ ସେମାନଙ୍କର ପରମେଶ୍ଵର ଅଟୁ;


କାରଣ ସଦାପ୍ରଭୁ କହନ୍ତି, ତୁମ୍ଭମାନଙ୍କ ପକ୍ଷରେ ଆମ୍ଭେ ଯେ ସକଳ ସଙ୍ଗଳ୍ପ କରିଅଛୁ, ତାହା ଆମ୍ଭେ ଜାଣୁ, ତୁମ୍ଭମାନଙ୍କର ଅନ୍ତିମ କାଳରେ ତୁମ୍ଭମାନଙ୍କୁ ଭରସା ଦେବା ନିମନ୍ତେ ସେସବୁ ଅମଙ୍ଗଳର ନୁହେଁ, ମଙ୍ଗଳର ସଙ୍କଳ୍ପ ଅଟେ।


ତହିଁରେ ସେମାନେ ଆମ୍ଭର ବିଧିମତେ ଆଚରଣ କରିବେ ଓ ଆମ୍ଭର ନିୟମସବୁ ମାନ୍ୟ କରି ପାଳନ କରିବେ; ପୁଣି, ସେମାନେ ଆମ୍ଭର ଲୋକ ହେବେ ଓ ଆମ୍ଭେ ସେମାନଙ୍କର ପରମେଶ୍ଵର ହେବା।


Swiv nou:

Piblisite


Piblisite