ଯିରିମୀୟ 24:7 - ପବିତ୍ର ବାଇବଲ (Re-edited) - (BSI)7 ପୁଣି, ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ଜାଣିବାର ମନ ସେମାନଙ୍କୁ ଦେବା; ତହିଁରେ ସେମାନେ ଆମ୍ଭର ଲୋକ ହେବେ ଓ ଆମ୍ଭେ ସେମାନଙ୍କର ପରମେଶ୍ଵର ହେବା; କାରଣ ସେମାନେ ସର୍ବାନ୍ତଃକରଣ ସହିତ ଆମ୍ଭ ନିକଟକୁ ଫେରି ଆସିବେ। Gade chapit laଓଡିଆ ବାଇବେଲ7 ପୁଣି, ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ଜାଣିବାର ମନ ସେମାନଙ୍କୁ ଦେବା; ତହିଁରେ ସେମାନେ ଆମ୍ଭର ଲୋକ ହେବେ ଓ ଆମ୍ଭେ ସେମାନଙ୍କର ପରମେଶ୍ୱର ହେବା; କାରଣ ସେମାନେ ସର୍ବାନ୍ତଃକରଣ ସହିତ ଆମ୍ଭ ନିକଟକୁ ଫେରି ଆସିବେ।’ Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ପୁଣି, ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ଜାଣିବାର ମନ ସେମାନଙ୍କୁ ଦେବା; ତହିଁରେ ସେମାନେ ଆମ୍ଭର ଲୋକ ହେବେ ଓ ଆମ୍ଭେ ସେମାନଙ୍କର ପରମେଶ୍ୱର ହେବା; କାରଣ ସେମାନେ ସର୍ବାନ୍ତଃକରଣ ସହିତ ଆମ୍ଭ ନିକଟକୁ ଫେରି ଆସିବେ। Gade chapit laପବିତ୍ର ବାଇବଲ7 ଆମ୍ଭେ ସଦାପ୍ରଭୁ ଅଟୁ, ଏହା ସେମାନଙ୍କୁ ଜଣାଇବା ପାଇଁ ମନ ଦେବା। ତାହାହେଲେ ସେମାନେ ଆମ୍ଭର ଲୋକ ହେବେ ଓ ଆମ୍ଭେ ସେମାନଙ୍କର ପରମେଶ୍ୱର ହେବା କାରଣ ସେମାନେ ସର୍ବାନ୍ତଃକରଣରେ ଆମ୍ଭ ନିକଟକୁ ଫେରି ଆସିବେ।” Gade chapit la |
ପୁଣି, ସେମାନେ ଆପଣାମାନଙ୍କର ପ୍ରତିମାଗଣ ଦ୍ଵାରା କିଅବା ଘୃଣାଯୋଗ୍ୟ ବସ୍ତୁ ଦ୍ଵାରା ଅଥବା ଆପଣାମାନଙ୍କର କୌଣସି ଆଜ୍ଞା ଲଙ୍ଘନ ଦ୍ଵାରା ଆପଣାମାନଙ୍କୁ ଆଉ ଅଶୁଚି କରିବେ ନାହିଁ; ମାତ୍ର ସେମାନେ ଯେଉଁ ସକଳ ବାସସ୍ଥାନରେ ପାପ କରିଅଛନ୍ତି, ସେମାନଙ୍କର ସେହି ସକଳ ବାସସ୍ଥାନରୁ ଆମ୍ଭେ ସେମାନଙ୍କୁ ଉଦ୍ଧାର କରି ଶୁଚି କରିବା; ତହିଁରେ ସେମାନେ ଆମ୍ଭର ଲୋକ ହେବେ ଓ ଆମ୍ଭେ ସେମାନଙ୍କର ପରମେଶ୍ଵର ହେବା।
ତହିଁରେ ଶାମୁୟେଲ ସମୁଦାୟ ଇସ୍ରାଏଲ-ବଂଶକୁ କହିଲେ, ଯେବେ ତୁମ୍ଭେମାନେ ସମସ୍ତ ଅନ୍ତଃକରଣ ସହିତ ସଦାପ୍ରଭୁଙ୍କ ପ୍ରତି ଫେରୁଅଛ, ତେବେ ଆପଣାମାନଙ୍କ ମଧ୍ୟରୁ ବିଦେଶୀୟ ଦେବତାମାନଙ୍କୁ ଓ ଅଷ୍ଟାରୋତ୍ ଦେବୀଗଣକୁ ଦୂର କର ଓ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆପଣାମାନଙ୍କ ଅନ୍ତଃକରଣ ପ୍ରସ୍ତୁତ କର ଓ କେବଳ ତାହାଙ୍କୁ ସେବା କର; ତହିଁରେ ସେ ପଲେଷ୍ଟୀୟମାନଙ୍କ ହସ୍ତରୁ ତୁମ୍ଭମାନଙ୍କୁ ଉଦ୍ଧାର କରିବେ।
ଆଉ, ସେହି ତୃତୀୟାଂଶକୁ ଆମ୍ଭେ ଅଗ୍ନି ମଧ୍ୟଦେଇ ଆଣିବା ଓ ରୂପା ଯେପରି ପରିଷ୍କୃତ ହୁଏ, ତଦ୍ରୂପ ସେମାନଙ୍କୁ ପରିଷ୍କାର କରିବା, ଆଉ ସୁବର୍ଣ୍ଣ ଯେପରି ପରୀକ୍ଷିତ ହୁଏ, ସେପରି ସେମାନଙ୍କୁ ପରୀକ୍ଷା କରିବା। ସେମାନେ ଆମ୍ଭ ନାମରେ ପ୍ରାର୍ଥନା କରିବେ ଓ ଆମ୍ଭେ ସେମାନଙ୍କର ପ୍ରାର୍ଥନା ଶୁଣିବା। ଆମ୍ଭେ କହିବା, ଏମାନେ ଆମ୍ଭର ଲୋକ; ଆଉ, ସେମାନେ କହିବେ, ସଦାପ୍ରଭୁ ଆମ୍ଭର ପରମେଶ୍ଵର ଅଟନ୍ତି।
ଶତ୍ରୁଗଣ ସେମାନଙ୍କୁ ଯେଉଁ ଦେଶକୁ ବନ୍ଦୀ କରି ନେଇ ଯାଇଅଛନ୍ତି, ଆପଣାମାନଙ୍କର ସେହି ବନ୍ଦୀତ୍ଵ ଦେଶରେ ଥାଇ ଯେବେ ସେମାନେ ସମସ୍ତ ଅନ୍ତଃକରଣ ଓ ସମସ୍ତ ପ୍ରାଣ ସହିତ ତୁମ୍ଭ ପ୍ରତି ଫେରନ୍ତି, ପୁଣି ତୁମ୍ଭେ ସେମାନଙ୍କ ପୂର୍ବପୁରୁଷଗଣକୁ ଯେଉଁ ଦେଶ ଦେଇଅଛ, ଆପଣାମାନଙ୍କର ସେହି ଦେଶ ଆଡ଼େ, ପୁଣି ତୁମ୍ଭ ମନୋନୀତ ନଗର ଓ ତୁମ୍ଭ ନାମ ନିମନ୍ତେ ଆମ୍ଭର ନିର୍ମିତ ଗୃହ ଆଡ଼େ ମୁଖ କରି ପ୍ରାର୍ଥନା କରନ୍ତି;