Biblia Todo Logo
Bib sou entènèt

- Piblisite -




ଯିରିମୀୟ 26:6 - ପବିତ୍ର ବାଇବଲ (Re-edited) - (BSI)

6 ତେବେ ଆମ୍ଭେ ଏହି ଗୃହକୁ ଶୀଲୋର ସମାନ କରିବା ଓ ଏହି ନଗରକୁ ପୃଥିବୀସ୍ଥ ସକଳ ଗୋଷ୍ଠୀର ଅଭିଶାପାସ୍ପଦ କରିବା।

Gade chapit la Kopi

ଓଡିଆ ବାଇବେଲ

6 ତେବେ ଆମ୍ଭେ ଏହି ଗୃହକୁ ଶୀଲୋର ସମାନ କରିବା ଓ ଏହି ନଗରକୁ ପୃଥିବୀସ୍ଥ ସକଳ ଗୋଷ୍ଠୀର ଅଭିଶାପାସ୍ପଦ କରିବା।’”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ତେବେ ଆମ୍ଭେ ଏହି ଗୃହକୁ ଶୀଲୋର ସମାନ କରିବା ଓ ଏହି ନଗରକୁ ପୃଥିବୀସ୍ଥ ସକଳ ଗୋଷ୍ଠୀର ଅଭିଶାପାସ୍ପଦ କରିବା।’”

Gade chapit la Kopi

ପବିତ୍ର ବାଇବଲ

6 ଯେବେ ତୁମ୍ଭେମାନେ ଆମ୍ଭର ଆଜ୍ଞା ପାଳନ ନ କରିବ, ତେବେ ଆମ୍ଭେ ଏହି ଗୃହକୁ ଶୀଲୋର ତୁଲ୍ୟ କରିବା ଆଉ ଏହି ନଗରକୁ ପୃଥିବୀସ୍ଥ ସକଳ ଗୋଷ୍ଠୀର ଅଭିଶାପର ସ୍ଥାନ କରିବା।’”

Gade chapit la Kopi




ଯିରିମୀୟ 26:6
20 Referans Kwoze  

ଆମ୍ଭେ ସେମାନଙ୍କର ଅମଙ୍ଗଳ ନିମନ୍ତେ ପୃଥିବୀର ସକଳ ରାଜ୍ୟ ମଧ୍ୟରେ ସେମାନଙ୍କୁ ଏଣେତେଣେ ନିକ୍ଷିପ୍ତ ହେବା ପାଇଁ, ପୁଣି ଯେସବୁ ସ୍ଥାନରେ ଆମ୍ଭେ ସେମାନଙ୍କୁ ତଡ଼ି ଦେବା, ସେହିସବୁ ସ୍ଥାନରେ ଦୁର୍ନାମ, ପ୍ରବାଦ ଓ ଉପହାସ ଓ ଅଭିଶାପର ପାତ୍ର ହେବା ପାଇଁ ଆମ୍ଭେ ସେମାନଙ୍କୁ ସମର୍ପି ଦେବା।


ଏହା ଶୁଣି ତୁମ୍ଭର ଅନ୍ତଃକରଣ କୋମଳ ହେଲା, ତୁମ୍ଭେ ସଦାପ୍ରଭୁଙ୍କ ଛାମୁରେ ଆପଣାକୁ ନମ୍ର କଲ ଓ ଆପଣା ବସ୍ତ୍ର ଚିରିଲ ଓ ଆମ୍ଭ ଛାମୁରେ ରୋଦନ କଲ, ଏହେତୁ ଆମ୍ଭେ ମଧ୍ୟ ତୁମ୍ଭ କଥା ଶୁଣିଲୁ।


ଅର୍ଥାତ୍, ଆଜିର ତୁଲ୍ୟ ଉତ୍ସନ୍ନ ସ୍ଥାନ ଓ ବିସ୍ମୟର, ଆଉ ଶୀସ୍ ଶଦ୍ଦର ଓ ଅଭିଶାପର ବିଷୟ ହେବା ନିମନ୍ତେ ଯିରୂଶାଲମକୁ, ଯିହୁଦାର ନଗରସମୂହକୁ, ଆଉ ତହିଁର ରାଜା ଓ ଅଧିପତିମାନଙ୍କୁ ପାନ କରାଇଲି।


ପୁଣି, ତୁମ୍ଭେମାନେ ଆମ୍ଭ ମନୋନୀତ ଲୋକମାନଙ୍କ ନିକଟରେ ତୁମ୍ଭମାନଙ୍କର ନାମ ଶାପାସ୍ପଦ ରୂପେ ରଖିଯିବ ଓ ପ୍ରଭୁ, ସଦାପ୍ରଭୁ ତୁମ୍ଭକୁ ବଧ କରିବେ; ଆଉ, ସେ ଆପଣା ଦାସମାନଙ୍କୁ ଅନ୍ୟ ନାମରେ ଖ୍ୟାତ କରିବେ;


ପୁଣି, ଆମ୍ଭେ ଆସି ଯେପରି ପୃଥିବୀକି ଅଭିଶାପରେ ଆଘାତ ନ କରୁ, ଏଥିପାଇଁ ସେ ସନ୍ତାନଗଣ ପ୍ରତି ପିତୃଗଣର ହୃଦୟ ଓ ପିତୃଗଣ ପ୍ରତି ସନ୍ତାନଗଣର ହୃଦୟ ଫେରାଇବ।


ହଁ, ସମୁଦାୟ ଇସ୍ରାଏଲ ତୁମ୍ଭର ବ୍ୟବସ୍ଥା ଲଙ୍ଘନ କରିଅଛନ୍ତି, ତୁମ୍ଭର ରବରେ ଯେପରି ସେମାନେ ମନୋଯୋଗ ନ କରିବେ, ଏଥିପାଇଁ ସେମାନେ ବିପଥଗାମୀ ହୋଇଅଛନ୍ତି, ଏହି କାରଣରୁ ଅଭିଶାପ ଓ ପରମେଶ୍ଵରଙ୍କ ସେବକ ମୋଶାଙ୍କ ବ୍ୟବସ୍ଥାରେ ଲିଖିତ ଶପଥ ଆମ୍ଭମାନଙ୍କ ଉପରେ ଢଳା ଯାଇଅଛି; କାରଣ ଆମ୍ଭେମାନେ ତାହାଙ୍କ ବିରୁଦ୍ଧରେ ପାପ କରିଅଛୁ।


ତହିଁରେ ତୁମ୍ଭମାନଙ୍କର ଦୁଷ୍କ୍ରିୟା ସକାଶୁ ଓ ତୁମ୍ଭମାନଙ୍କର କୃତ ଘୃଣାଯୋଗ୍ୟ କର୍ମ ସକାଶୁ ସଦାପ୍ରଭୁ ଆଉ ସହ୍ୟ କରି ପାରିଲେ ନାହିଁ; ଏହେତୁ ତୁମ୍ଭମାନଙ୍କର ଦେଶ ଆଜିର ନ୍ୟାୟ ଉତ୍ସନ୍ନ ଓ ବିସ୍ମୟଜନକ, ଶାପଗ୍ରସ୍ତ ଓ ନିବାସୀବିହୀନ ହୋଇଅଛି।


କାରଣ ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ଏହି କଥା କହନ୍ତି, ଯିରୂଶାଲମ ନିବାସୀମାନଙ୍କ ଉପରେ ଯେପରି ଆମ୍ଭର କ୍ରୋଧ ଓ ପ୍ରଚଣ୍ତ କୋପ ଢଳା ଯାଇଅଛି, ସେପରି ତୁମ୍ଭେମାନେ ଯେତେବେଳେ ମିସରରେ ପ୍ରବେଶ କରିବ, ସେତେବେଳେ ତୁମ୍ଭମାନଙ୍କ ଉପରେ ଆମ୍ଭର ପ୍ରଚଣ୍ତ କୋପ ଢଳାଯିବ; ପୁଣି, ତୁମ୍ଭେମାନେ ଅଭିଶାପ, ବିସ୍ମୟ, ଶାପ ଓ ନିନ୍ଦାର ପାତ୍ର ହେବ ଓ ତୁମ୍ଭେମାନେ ଏହି ସ୍ଥାନ ଆଉ ଦେଖିବ ନାହିଁ।


ପୁଣି, ବାବିଲରେ ଯିହୁଦାର ନିର୍ବାସିତ ଯେତେ ଲୋକ ଅଛନ୍ତି, ସେମାନଙ୍କ ମଧ୍ୟରେ ସେହି ଦୁଇ ବ୍ୟକ୍ତିର ଉପଲକ୍ଷ୍ୟରେ ଏହି ଅଭିଶାପର କଥା ପ୍ରଚଳିତ ହେବ, ଯଥା, ବାବିଲର ରାଜା ଯେଉଁମାନଙ୍କୁ ଅଗ୍ନିରେ ଭାଜିଥିଲା, ସେହି ସିଦିକୀୟ ଓ ଆହାବ ପରି ସଦାପ୍ରଭୁ ତୁମ୍ଭମାନଙ୍କୁ କରନ୍ତୁ।


ଏନିମନ୍ତେ ଆମ୍ଭେ ପବିତ୍ର ସ୍ଥାନର ଅଧିପତିମାନଙ୍କୁ ଅପବିତ୍ର କରିବା, ଆମ୍ଭେ ଯାକୁବକୁ ଅଭିଶାପ ଓ ଇସ୍ରାଏଲକୁ ନିନ୍ଦାପାତ୍ର କରିବା।


ଅନନ୍ତର ଇସ୍ରାଏଲ-ସନ୍ତାନଗଣର ସମସ୍ତ ମଣ୍ତଳୀ ଶୀଲୋରେ ଆପଣାମାନଙ୍କୁ ଏକତ୍ର କରି ସେଠାରେ ସମାଗମ-ତମ୍ଵୁ ସ୍ଥାପନ କଲେ; ଦେଶ ସେମାନଙ୍କ ସମ୍ମୁଖରେ ପରାଜିତ ଥିଲା।


ତେବେ ସେ ମୋତେ କହିଲେ, ଏହା ସମୁଦାୟ ଦେଶ ଉପରକୁ ବାହାରି ଯିବା ଅଭିଶାପ; କାରଣ ଯେ ପ୍ରତ୍ୟେକ ଲୋକ ଚୋରି କରେ, ସେ ତହିଁର ଏକ ପାର୍ଶ୍ଵ ଅନୁସାରେ ପରିଷ୍କୃତ ହେବ ଓ ଯେ ପ୍ରତ୍ୟେକ ଲୋକ ଶପଥ କରେ, ସେ ତହିଁର ଅନ୍ୟ ପାର୍ଶ୍ଵ ଅନୁସାରେ ପରିଷ୍କୃତ ହେବ।


ପୁଣି, ଆମ୍ଭେ ଯେ ଯେ ଗୋଷ୍ଠୀ ମଧ୍ୟକୁ ସେମାନଙ୍କୁ ତଡ଼ି ଦେଇଅଛୁ, ସେସମସ୍ତଙ୍କ ମଧ୍ୟରେ ସେମାନଙ୍କୁ ଅଭିଶାପର, ବିସ୍ମୟର ଓ ଶୀସ୍ ଶଦ୍ଦର ଓ ନିନ୍ଦାର ପାତ୍ର ହେବା ନିମନ୍ତେ ଆମ୍ଭେ ଖଡ଼୍‍ଗ, ଦୁର୍ଭିକ୍ଷ ଓ ମହାମାରୀ ନେଇ ସେମାନଙ୍କ ପଛେ ପଛେ ଗୋଡ଼ାଇବା ଓ ପୃଥିବୀର ସମସ୍ତ ରାଜ୍ୟରେ ସେମାନଙ୍କୁ ଏଣେତେଣେ ନିକ୍ଷେପ କରିବା;


ପଥିକମାନେ ତୁମ୍ଭ ପ୍ରତି ହାତତାଳି ଦିଅନ୍ତି;ସେମାନେ ଶୀସ୍ ଶଦ୍ଦ କରି ଓ ଯିରୂଶାଲମର କନ୍ୟାଆଡ଼େ ମସ୍ତକ ହଲାଇ କୁହନ୍ତି, ଯେଉଁ ନଗରକୁ ଲୋକେ ସୌନ୍ଦର୍ଯ୍ୟର ସିଦ୍ଧି ଓ ସମୁଦାୟ ପୃଥିବୀର ଆନନ୍ଦ ସ୍ଵରୂପ ବୋଲି କହିଲେ, ତାହା କି ଏହି?


ତୁମ୍ଭର ଶତ୍ରୁସକଳ ତୁମ୍ଭ ବିରୁଦ୍ଧରେ ଫର୍ଚ୍ଚା କରି ଆପଣା ଆପଣା ମୁଖ ମେଲାଇଅଛନ୍ତି; ସେମାନେ ଶୀସ୍ ଦିଅନ୍ତି ଓ ଦ; କଡ଼ମଡ଼ କରନ୍ତି; ସେମାନେ କହନ୍ତି,ଆମ୍ଭେମାନେ ତାହାକୁ ଗ୍ରାସ କରିଅଛୁ; ଆମ୍ଭେମାନେ ଯେଉଁ ଦିନର ଅପେକ୍ଷା କଲୁ, ଏ ଅବଶ୍ୟ ସେହି ଦିନ; ଆମ୍ଭେମାନେ ତାହା ପାଇଲୁ, ଆମ୍ଭେମାନେ ତାହା ଦେଖିଲୁ।


Swiv nou:

Piblisite


Piblisite