ଯିରିମୀୟ 27:10 - ପବିତ୍ର ବାଇବଲ (Re-edited) - (BSI)10 କାରଣ ତୁମ୍ଭମାନଙ୍କୁ ସ୍ଵଦେଶରୁ ଦୂରୀକୃତ କରିବା ପାଇଁ ଓ ଆମ୍ଭେ ତୁମ୍ଭମାନଙ୍କୁ ତଡ଼ି ଦେଲେ ତୁମ୍ଭେମାନେ ଯେପରି ନଷ୍ଟ ହେବ, ଏଥିପାଇଁ ସେମାନେ ତୁମ୍ଭମାନଙ୍କ ନିକଟରେ ମିଥ୍ୟା ଭବିଷ୍ୟଦ୍ବାକ୍ୟ ପ୍ରଚାର କରନ୍ତି। Gade chapit laଓଡିଆ ବାଇବେଲ10 କାରଣ ତୁମ୍ଭମାନଙ୍କୁ ସ୍ୱଦେଶରୁ ଦୂରୀକୃତ କରିବା ପାଇଁ ଓ ଆମ୍ଭେ ତୁମ୍ଭମାନଙ୍କୁ ତଡ଼ି ଦେଲେ ତୁମ୍ଭେମାନେ ଯେପରି ନଷ୍ଟ ହେବ, ଏଥିପାଇଁ ସେମାନେ ତୁମ୍ଭମାନଙ୍କ ନିକଟରେ ମିଥ୍ୟା ଭବିଷ୍ୟଦ୍ବାକ୍ୟ ପ୍ରଚାର କରନ୍ତି। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 କାରଣ ତୁମ୍ଭମାନଙ୍କୁ ସ୍ୱଦେଶରୁ ଦୂରୀକୃତ କରିବା ପାଇଁ ଓ ଆମ୍ଭେ ତୁମ୍ଭମାନଙ୍କୁ ତଡ଼ିଦେଲେ ତୁମ୍ଭେମାନେ ଯେପରି ନଷ୍ଟ ହେବ, ଏଥିପାଇଁ ସେମାନେ ତୁମ୍ଭମାନଙ୍କ ନିକଟରେ ମିଥ୍ୟା ଭବିଷ୍ୟଦ୍ବାକ୍ୟ ପ୍ରଚାର କରନ୍ତି। Gade chapit laପବିତ୍ର ବାଇବଲ10 ମାତ୍ର ତୁମ୍ଭମାନଙ୍କୁ ସ୍ୱଦେଶରୁ ଦୂରେଇ ଦେବା ପାଇଁ ଓ ଆମ୍ଭେ ତୁମ୍ଭମାନଙ୍କୁ ତଡ଼ି ଦେଲେ ତୁମ୍ଭେମାନେ ଯେପରି ନଷ୍ଟ ହେବ, ଏଥିପାଇଁ ସେମାନେ ତୁମ୍ଭମାନଙ୍କ ନିକଟରେ ମିଥ୍ୟା ଭବିଷ୍ୟଦ୍ବାକ୍ୟ ପ୍ରଗ୍ଭର କରୁଛନ୍ତି। Gade chapit la |
ସେତେବେଳେ ସଦାପ୍ରଭୁ ମୋତେ କହିଲେ, ଭବିଷ୍ୟଦ୍ବକ୍ତାମାନେ ଆମ୍ଭ ନାମରେ ମିଥ୍ୟା ଭବିଷ୍ୟଦ୍ବାକ୍ୟ ପ୍ରଚାର କରନ୍ତି; ଆମ୍ଭେ ସେମାନଙ୍କୁ ପଠାଇ ନାହୁଁ, ଆମ୍ଭେ ସେମାନଙ୍କୁ ଆଜ୍ଞା ଦେଇ ନାହୁଁ, କିଅବା ଆମ୍ଭେ ସେମାନଙ୍କୁ କଥା କହିନାହୁଁ; ସେମାନେ ତୁମ୍ଭମାନଙ୍କ ନିକଟରେ ମିଥ୍ୟାଦର୍ଶନ ଓ ମନ୍ତ୍ର ଅସାର ବିଷୟ ଓ ଆପଣା ଆପଣା ହୃଦୟର ପ୍ରବଞ୍ଚନାମୂଳକ ଭବିଷ୍ୟଦ୍ବାକ୍ୟ ପ୍ରଚାର କରନ୍ତି।
ଆହୁରି, ମୁଁ ଯାଜକମାନଙ୍କୁ ଓ ଏହି ସମସ୍ତ ଲୋକଙ୍କୁ କହିଲି, ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭମାନଙ୍କର ଯେଉଁ ଭବିଷ୍ୟଦ୍ବକ୍ତାମାନେ ତୁମ୍ଭମାନଙ୍କ ନିକଟରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କରି କହନ୍ତି, ଦେଖ, ସଦାପ୍ରଭୁଙ୍କ ଗୃହର ପାତ୍ରସକଳ ଅଳ୍ପ କାଳ ମଧ୍ୟରେ ବାବିଲରୁ ଅଣାଯିବ, ତୁମ୍ଭେମାନେ ସେମାନଙ୍କ କଥାରେ ମନୋଯୋଗ କର ନାହିଁ; କାରଣ ସେମାନେ ତୁମ୍ଭମାନଙ୍କ ନିକଟରେ ମିଥ୍ୟା ଭବିଷ୍ୟଦ୍ବାକ୍ୟ ପ୍ରଚାର କରନ୍ତି।
ପୁଣି, ଆମ୍ଭେ ବିଚାର କରିବା ପାଇଁ ତୁମ୍ଭମାନଙ୍କ ନିକଟକୁ ଆସିବା; ଆଉ, ମାୟାବୀ ଓ ପାରଦାରିକ ଓ ମିଥ୍ୟା ଶପଥକାରୀମାନଙ୍କ ପ୍ରତିକୂଳରେ ଓ ଯେଉଁମାନେ ବେତନଜୀବୀର ବେତନ ବିଷୟରେ , ବିଧବା ଓ ପିତୃହୀନ ପ୍ରତି ଅତ୍ୟାଚାର କରନ୍ତି, ଆଉ ବିଦେଶୀର ପ୍ରତି ଅନ୍ୟାୟ କରନ୍ତି ଓ ଆମ୍ଭଙ୍କୁ ଭୟ ନ କରନ୍ତି, ସେମାନଙ୍କ ବିରୁଦ୍ଧରେ ଆମ୍ଭେ ଶୀଘ୍ର ସାକ୍ଷୀ ହେବା, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।