Biblia Todo Logo
Bib sou entènèt

- Piblisite -




ଯିରିମୀୟ 27:18 - ପବିତ୍ର ବାଇବଲ (Re-edited) - (BSI)

18 ମାତ୍ର ଯେବେ ସେମାନେ ଭବିଷ୍ୟଦ୍ବକ୍ତା ଅଟନ୍ତି ଓ ସଦାପ୍ରଭୁଙ୍କର ବାକ୍ୟ ଯେବେ ସେମାନଙ୍କଠାରେ ଥାଏ, ତେବେ ସଦାପ୍ରଭୁଙ୍କ ଗୃହରେ ଓ ଯିହୁଦାର ରାଜଗୃହରେ ଓ ଯିରୂଶାଲମରେ ଯେସକଳ ପାତ୍ର ଅବଶିଷ୍ଟ ଅଛି, ତାହା ଯେପରି ବାବିଲକୁ ନ ଯାଏ, ଏଥିପାଇଁ ସେମାନେ ସୈନ୍ୟାଧିପତି ସଦାପ୍ରଭୁଙ୍କ ନିକଟରେ ବିନତି କରନ୍ତୁ।

Gade chapit la Kopi

ଓଡିଆ ବାଇବେଲ

18 ମାତ୍ର ଯଦି ସେମାନେ ଭବିଷ୍ୟଦ୍‍ବକ୍ତା ଅଟନ୍ତି ଓ ସଦାପ୍ରଭୁଙ୍କର ବାକ୍ୟ ଯଦି ସେମାନଙ୍କଠାରେ ଥାଏ, ତେବେ ସଦାପ୍ରଭୁଙ୍କ ଗୃହରେ, ଯିହୁଦାର ରାଜଗୃହରେ ଓ ଯିରୂଶାଲମରେ ଯେସକଳ ପାତ୍ର ଅବଶିଷ୍ଟ ଅଛି, ତାହା ଯେପରି ବାବିଲକୁ ନ ଯାଏ, ଏଥିପାଇଁ ସେମାନେ ସୈନ୍ୟାଧିପତି ସଦାପ୍ରଭୁଙ୍କ ନିକଟରେ ବିନତି କରନ୍ତୁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ମାତ୍ର ଯଦି ସେମାନେ ଭବିଷ୍ୟଦ୍‍ବକ୍ତା ଅଟନ୍ତି ଓ ସଦାପ୍ରଭୁଙ୍କର ବାକ୍ୟ ଯଦି ସେମାନଙ୍କଠାରେ ଥାଏ, ତେବେ ସଦାପ୍ରଭୁଙ୍କ ଗୃହରେ, ଯିହୁଦାର ରାଜଗୃହରେ ଓ ଯିରୂଶାଲମରେ ଯେସକଳ ପାତ୍ର ଅବଶିଷ୍ଟ ଅଛି, ତାହା ଯେପରି ବାବିଲକୁ ନ ଯାଏ, ଏଥିପାଇଁ ସେମାନେ ସୈନ୍ୟାଧିପତି ସଦାପ୍ରଭୁଙ୍କ ନିକଟରେ ବିନତି କରନ୍ତୁ।

Gade chapit la Kopi

ପବିତ୍ର ବାଇବଲ

18 ଆଉ ଯଦି ସେମାନେ ଭବିଷ୍ୟ‌ଦ୍‌ବକ୍ତା ଅଟନ୍ତି ଓ ସଦାପ୍ରଭୁଙ୍କର ବାକ୍ୟ ସେମାନଙ୍କଠାରେ ଥାଏ, ତେବେ ସେମାନେ ସଦାପ୍ରଭୁଙ୍କ ଗୃହରେ, ଯିହୁଦାର ରାଜଗୃହରେ ଓ ଯିରୁଶାଲମରେ ଯେଉଁ ସମସ୍ତ ପାତ୍ର ଅବଶିଷ୍ଟ ଅଛି ତାହା ଯେପରି ବାବିଲକୁ ନ ଯାଏ, ଏଥିପାଇଁ ସୈନ୍ୟାଧିପତି ସଦାପ୍ରଭୁଙ୍କୁ ବିନତି କରନ୍ତୁ।

Gade chapit la Kopi




ଯିରିମୀୟ 27:18
18 Referans Kwoze  

ପୁଣି ଇସ୍ରାଏଲ-ସନ୍ତାନଗଣ ଶାମୁୟେଲଙ୍କୁ କହିଲେ, ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ଵର ଯେପରି ଆମ୍ଭମାନଙ୍କୁ ପଲେଷ୍ଟୀୟମାନଙ୍କ ହସ୍ତରୁ ରକ୍ଷା କରିବେ, ଏଥିପାଇଁ ତୁମ୍ଭେ ଆମ୍ଭମାନଙ୍କ ନିମନ୍ତେ ତାହାଙ୍କ ଛାମୁରେ କ୍ରନ୍ଦନ କରିବାରୁ ନିରସ୍ତ ନ ହୁଅ।


ମଙ୍ଗଳର ପରିଶୋଧରେ କି ଅମଙ୍ଗଳ କରାଯିବ? କାରଣ ସେମାନେ ମୋʼ ପ୍ରାଣ ପାଇଁ ଗର୍ତ୍ତ ଖୋଳିଅଛନ୍ତି। ମୁଁ ସେମାନଙ୍କଠାରୁ ତୁମ୍ଭର ପ୍ରଚଣ୍ତ କ୍ରୋଧ ଫେରାଇବା ନିମନ୍ତେ ସେମାନଙ୍କ ପକ୍ଷରେ ମଙ୍ଗଳଜନକ କଥା କହିବା ପାଇଁ କିପରି ତୁମ୍ଭ ସମ୍ମୁଖରେ ଠିଆ ହେଲି, ଏହା ସ୍ମରଣ କର।


ତହୁଁ ତୁମ୍ଭେମାନେ ଆପଣାମାନଙ୍କ ଦେବତା ନାମରେ ଡାକି ପ୍ରାର୍ଥନା କର, ପୁଣି ମୁଁ ସଦାପ୍ରଭୁଙ୍କ ନାମରେ ଡାକି ପ୍ରାର୍ଥନା କରିବି; ତହିଁରେ ଯେ ଅଗ୍ନି ଦ୍ଵାରା ଉତ୍ତର ଦେବେ, ସେ ପରମେଶ୍ଵର ହେଉନ୍ତୁ। ଏଥିରେ ସମସ୍ତ ଲୋକ ଉତ୍ତର କଲେ, ଏ କଥା ଉତ୍ତମ।


ଆହୁରି ମୁଁ ଯେ ତୁମ୍ଭମାନଙ୍କ ନିମନ୍ତେ ପ୍ରାର୍ଥନା କରିବାରୁ ନିବୃତ୍ତ ହୋଇ ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କରିବି, ଏହା ଦୂରେ ଥାଉ; ମାତ୍ର ମୁଁ ତୁମ୍ଭମାନଙ୍କୁ ଉତ୍ତମ ଓ ସରଳ ପଥ ବିଷୟ ଶିକ୍ଷା କରାଇବି।


ପୁଣି ସମସ୍ତ ଲୋକ ଶାମୁୟେଲଙ୍କୁ କହିଲେ, ଆମ୍ଭେମାନେ ଯେପରି ନ ମରୁ, ଏଥିପାଇଁ ତୁମ୍ଭେ ଆପଣା ଦାସମାନଙ୍କ ନିମନ୍ତେ ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କ ନିକଟରେ ପ୍ରାର୍ଥନା କର; କାରଣ ଆମ୍ଭେମାନେ ଆପଣାମାନଙ୍କର ସବୁ ପାପ ଉପରେ ଆପଣାମାନଙ୍କ ପାଇଁ ରାଜା ମାଗି ମନ୍ଦତା ବୃଦ୍ଧି କରିଅଛୁ।


ଆଉ, ଏବେ ମୁଁ ବିନତି କରେ, ପରମେଶ୍ଵର ଯେପରି ଆମ୍ଭମାନଙ୍କ ପ୍ରତି ଦୟାଳୁ ହେବେ, ଏଥିପାଇଁ ତାହାଙ୍କର ଅନୁଗ୍ରହ ପ୍ରାର୍ଥନା କର; ଏହା ତୁମ୍ଭମାନଙ୍କ କାର୍ଯ୍ୟ ଦ୍ଵାରା ହୋଇଅଛି; ସେ କʼଣ ତୁମ୍ଭମାନଙ୍କ ମଧ୍ୟରୁ କାହାକୁ ଗ୍ରାହ୍ୟ କରିବେ? ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।


ପୁଣି, ଆମ୍ଭେ ଯେପରି ଦେଶ ବିନଷ୍ଟ ନ କରୁ, ଏଥିପାଇଁ ଯେ ପ୍ରାଚୀର ଦୃଢ଼ କରି ପାରିବ ଓ ଫାଟ ସ୍ଥାନରେ ଆମ୍ଭ ସମ୍ମୁଖରେ ଦେଶର ସପକ୍ଷରେ ଠିଆ ହେବ, ଏପରି ଏକ ପୁରୁଷ ଆମ୍ଭେ ଅନ୍ଵେଷଣ କଲୁ, ମାତ୍ର ଜଣେ ସୁଦ୍ଧା ପାଇଲୁ ନାହିଁ।


ସେତେବେଳେ ନୋହ, ଦାନିୟେଲ ଓ ଆୟୁବ, ଏହି ତିନି ବ୍ୟକ୍ତି ଯେବେ ତହିଁ ମଧ୍ୟରେ ଥାʼନ୍ତେ, ତେବେ ସେମାନେ ଆପଣା ଆପଣା ଧାର୍ମିକତା ଦ୍ଵାରା ଆପଣା ପ୍ରାଣ ମାତ୍ର ରକ୍ଷା କରନ୍ତେ, ଏହା ପ୍ରଭୁ ସଦାପ୍ରଭୁ କହନ୍ତି।


ଆମ୍ଭେମାନେ ବିନୟ କରୁଅଛୁ, ଆମ୍ଭମାନଙ୍କର ନିବେଦନ ଆପଣଙ୍କ ନିକଟରେ ଗ୍ରାହ୍ୟ ହେଉ, ଆପଣ ଆମ୍ଭମାନଙ୍କ ନିମନ୍ତେ, ଅର୍ଥାତ୍, ଅବଶିଷ୍ଟ ଏହିସକଳ ଲୋକଙ୍କ ନିମନ୍ତେ ସଦାପ୍ରଭୁ ଆପଣଙ୍କ ପରମେଶ୍ଵରଙ୍କ ନିକଟରେ ପ୍ରାର୍ଥନା କରନ୍ତୁ; କାରଣ ଆପଣ ସ୍ଵଚକ୍ଷୁରେ ଆମ୍ଭମାନଙ୍କୁ ଦେଖୁଅଛନ୍ତି, ଆମ୍ଭେମାନେ ଅନେକ ଥିଲୁ, ଏବେ ଅଳ୍ପମାତ୍ର ରହିଅଛୁ।


ସେତେବେଳେ ସଦାପ୍ରଭୁ ମୋତେ କହିଲେ, ଯଦ୍ୟପି ମୋଶା ଓ ଶାମୁୟେଲ ଆମ୍ଭ ସମ୍ମୁଖରେ ଠିଆ ହୁଅନ୍ତେ, ତଥାପି ଆମ୍ଭର ମନ ଏହି ଲୋକମାନଙ୍କ ପ୍ରତି ଅନୁକୂଳ ହୁଅନ୍ତା ନାହିଁ; ସେମାନଙ୍କୁ ଆମ୍ଭ ଦୃଷ୍ଟିରୁ ଦୂର କର, ସେମାନେ ବାହାରି ଯାଉନ୍ତୁ।


ଏଣୁକରି ତୁମ୍ଭେ ଏହି ଲୋକମାନଙ୍କ ପାଇଁ ପ୍ରାର୍ଥନା କର ନାହିଁ, କିଅବା ସେମାନଙ୍କ ନିମନ୍ତେ କାତରୋକ୍ତି ଅବା ପ୍ରାର୍ଥନା ଉତ୍ସର୍ଗ କର ନାହିଁ, ଆମ୍ଭ ନିକଟରେ ନିବେଦନ କର ନାହିଁ; କାରଣ ଆମ୍ଭେ ତୁମ୍ଭ କଥା ଶୁଣିବା ନାହିଁ।


ଏଥିରେ ହିଜକୀୟ ରାଜା ଓ ଆମୋସର ପୁତ୍ର ଯିଶାଇୟ ଏସକାଶୁ ପ୍ରାର୍ଥନା କରି ସ୍ଵର୍ଗ ଆଡ଼େ ଡାକ ପକାଇଲେ।


ତହୁଁ ସେମାନେ ଆପଣାମାନଙ୍କୁ ଦତ୍ତ ବୃଷ ନେଇ ତାହା ପ୍ରସ୍ତୁତ କଲେ, ପୁଣି ପ୍ରାତଃ କାଳରୁ ମଧ୍ୟାହ୍ନ ପର୍ଯ୍ୟନ୍ତ ବାଲ୍ ନାମରେ ଡାକି ପ୍ରାର୍ଥନା କରି କହିଲେ, ହେ ବାଲ୍, ଆମ୍ଭମାନଙ୍କ କଥା ଶୁଣ। ମାତ୍ର କୌଣସି ରବ ନୋହିଲା, ଅବା କେହି ଉତ୍ତର ଦେଲା ନାହିଁ। ତହିଁରେ ସେମାନେ ସେହି ନିର୍ମିତ ଯଜ୍ଞବେଦିର ଚାରିଆଡ଼େ ନାଚିଲେ।


ଅନନ୍ତର ଅବ୍ରହାମ ପରମେଶ୍ଵରଙ୍କ ନିକଟରେ ପ୍ରାର୍ଥନା କରନ୍ତେ, ପରମେଶ୍ଵର ଅବିମେଲକଙ୍କୁ ଓ ତାଙ୍କ ଭାର୍ଯ୍ୟାକୁ ଓ ତାହାର ଦାସୀଗଣକୁ ସୁସ୍ଥ କଲେ; ତହିଁରେ ସେମାନଙ୍କର ସନ୍ତାନସନ୍ତତି ଜାତ ହେଲେ।


Swiv nou:

Piblisite


Piblisite