Biblia Todo Logo
Bib sou entènèt

- Piblisite -




ଯିରିମୀୟ 27:2 - ପବିତ୍ର ବାଇବଲ (Re-edited) - (BSI)

2 ଯଥା, ସଦାପ୍ରଭୁ ମୋତେ ଏହି କଥା କହନ୍ତି, ତୁମ୍ଭେ କେତେକ ବନ୍ଧନୀ ଓ ଯୁଆଳି ପ୍ରସ୍ତୁତ କରି ଆପଣା ସ୍କନ୍ଧରେ ରଖ;

Gade chapit la Kopi

ଓଡିଆ ବାଇବେଲ

2 “ଯଥା, ସଦାପ୍ରଭୁ ମୋତେ ଏହି କଥା କହନ୍ତି, ‘ତୁମ୍ଭେ କେତେକ ବନ୍ଧନୀ ଓ ଯୁଆଳି ପ୍ରସ୍ତୁତ କରି ଆପଣା ସ୍କନ୍ଧରେ ରଖ;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ଯଥା, ସଦାପ୍ରଭୁ ମୋତେ ଏହି କଥା କହନ୍ତି, “ତୁମ୍ଭେ କେତେକ ବନ୍ଧନୀ ଓ ଯୁଆଳି ପ୍ରସ୍ତୁତ କରି ଆପଣା ସ୍କନ୍ଧରେ ରଖ;

Gade chapit la Kopi

ପବିତ୍ର ବାଇବଲ

2 ସଦାପ୍ରଭୁ ମୋତେ ଏହି କଥା କହିଲେ, “ହେ ଯିରିମିୟ, ତୁମ୍ଭେ ସ୍ତମ୍ଭରୁ କେତେକ ଯୁଆଳି ପ୍ରସ୍ତୁତ କରି ଆପଣା ସ୍କନ୍ଧରେ ରଖ।

Gade chapit la Kopi




ଯିରିମୀୟ 27:2
18 Referans Kwoze  

ପ୍ରଭୁ ସଦାପ୍ରଭୁ ମୋତେ ଏହିରୂପ ଦେଖାଇଲେ; ଆଉ ଦେଖ, ପ୍ରଭୁ ସଦାପ୍ରଭୁ ଅଗ୍ନି ଦ୍ଵାରା ବିବାଦ କରିବା ପାଇଁ ଆହ୍ଵାନ କଲେ; ତହିଁରେ ତାହା ମହାସାଗରକୁ ଗ୍ରାସ କଲା, ଆଉ ଭୂମିକୁ ଗ୍ରାସ କରିଥାʼନ୍ତା।


ପ୍ରଭୁ ସଦାପ୍ରଭୁ ମୋତେ ଏରୂପ ଦେଖାଇଲେ; ଆଉ ଦେଖ, ପଶ୍ଚାତ୍ ଉତ୍ପନ୍ନ ତୃଣ ଅଙ୍କୁରିବାର ଆରମ୍ଭରେ ସେ ପଙ୍ଗପାଳମାନଙ୍କୁ ଗଢ଼ିଲେ ଓ ଦେଖ, ରାଜାଙ୍କ ତୃଣ କଟାଗଲା ଉତ୍ତାରେ ସେହି ପଶ୍ଚାତର ତୃଣ ବଢ଼ୁଥିଲା।


ଅନନ୍ତର ମୁଁ ସେହି ସମସ୍ତ ବାକ୍ୟାନୁସାରେ ଯିହୁଦାର ରାଜା ସିଦିକୀୟକୁ ଏହି କଥା କହିଲି, ତୁମ୍ଭେମାନେ ଆପଣା ଆପଣା ବେକ ବାବିଲ ରାଜାର ଯୁଆଳି ତଳେ ଦେଇ ତାହାର ଓ ତାହାର ଲୋକମାନଙ୍କର ଦାସ୍ୟକର୍ମ କର, ତହିଁରେ ବଞ୍ଚିବ।


ମାତ୍ର ଯେଉଁ ଦେଶୀୟ ଲୋକେ ବାବିଲ-ରାଜାର ଯୁଆଳି ତଳେ ଆପଣାମାନଙ୍କର ବେକ ଦେବେ ଓ ତାହାର ଦାସ୍ୟକର୍ମ କରିବେ, ସଦାପ୍ରଭୁ କହନ୍ତି, ଆମ୍ଭେ ସେମାନଙ୍କୁ ସ୍ଵଦେଶରେ ରହିବାକୁ ଦେବା, ସେମାନେ ସେଠାରେ କୃଷିକର୍ମ କରି ବାସ କରିବେ।


ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ଆମ୍ଭେ ସେହି ଦିନ ତୁମ୍ଭ ସ୍କନ୍ଧରୁ ତାହାର ଯୁଆଳି ଭାଙ୍ଗି ପକାଇବା ଓ ତୁମ୍ଭର ବନ୍ଧନସବୁ ଛିଣ୍ତାଇ ଦେବା; ପୁଣି, ବିଦେଶୀମାନେ ଆଉ ଆପଣାମାନଙ୍କର ଦାସ୍ୟକର୍ମ ତାହାକୁ କରାଇବେ ନାହିଁ;


ଶିକୁଳି ପ୍ରସ୍ତୁତ କର; କାରଣ ରକ୍ତପାତରୂପ ଅପରାଧରେ ଦେଶ ପରିପୂର୍ଣ୍ଣ ଓ ଦୌରାତ୍ମ୍ୟରେ ନଗର ପରିପୂର୍ଣ୍ଣ।


ଆମ୍ଭେ ଯେତେବେଳେ ତଫନହେଷରେ ମିସରର ଯୁଆଳିସବୁ ଭାଙ୍ଗିବା ଓ ତାହାର ପରାକ୍ରମର ଦର୍ପ ତାହା ମଧ୍ୟରେ ଶେଷ ହେବ, ସେତେବେଳେ ସେଠାରେ ଦିବସ ଆପେ ଅପସରି ଯିବ; ଆଉ, ସେ ନିଜେ ମେଘାଚ୍ଛନ୍ନ ହେବ ଓ ତାହାର କନ୍ୟାଗଣ ବନ୍ଦୀତ୍ଵ ସ୍ଥାନକୁ ଯିବେ।


ଆଉ କାନାନାର ପୁତ୍ର ସିଦିକୀୟ ଲୌହମୟ ଶୃଙ୍ଗମାନ ନିର୍ମାଣ କରି କହିଲା, ସଦାପ୍ରଭୁ ଏହି କଥା କହନ୍ତି, ଏତଦ୍ଦ୍ଵାରା ଆପଣ ଅରାମୀୟମାନଙ୍କୁ ସଂହାର କରିବା ପର୍ଯ୍ୟନ୍ତ ଭୁସି ପକାଇବେ।


ଇଦୋମ, ମୋୟାବ ଓ ଅମ୍ମୋନର ସନ୍ତାନଗଣକୁ;


Swiv nou:

Piblisite


Piblisite