Biblia Todo Logo
Bib sou entènèt

- Piblisite -




ଯିରିମୀୟ 27:5 - ପବିତ୍ର ବାଇବଲ (Re-edited) - (BSI)

5 ଆମ୍ଭେ ଆପଣାର ମହାପରାକ୍ରମ ଓ ବିସ୍ତୀର୍ଣ୍ଣ ବାହୁ ଦ୍ଵାରା ପୃଥିବୀ ଓ ପୃଥିବୀନିବାସୀ ମନୁଷ୍ୟ ଓ ପଶୁ ସୃଷ୍ଟି କରିଅଛୁ; ଆଉ, ଯାହାକୁ ତାହା ଦେବା ପାଇଁ ଆମ୍ଭଙ୍କୁ ଉଚିତ ଦେଖାଯାଏ, ତାହାକୁ ଆମ୍ଭେ ତାହା ଦେଉ।

Gade chapit la Kopi

ଓଡିଆ ବାଇବେଲ

5 ‘ଆମ୍ଭେ ଆପଣାର ମହାପରାକ୍ରମ ଓ ବିସ୍ତୀର୍ଣ୍ଣ ବାହୁ ଦ୍ୱାରା ପୃଥିବୀ ଓ ପୃଥିବୀନିବାସୀ ମନୁଷ୍ୟ ଓ ପଶୁ ସୃଷ୍ଟି କରିଅଛୁ; ଆଉ, ଯାହାକୁ ତାହା ଦେବା ପାଇଁ ଆମ୍ଭଙ୍କୁ ଉଚିତ ଦେଖାଯାଏ, ତାହାକୁ ଆମ୍ଭେ ତାହା ଦେଉ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ଆମ୍ଭେ ଆପଣାର ମହାପରାକ୍ରମ ଓ ବିସ୍ତୀର୍ଣ୍ଣ ବାହୁ ଦ୍ୱାରା ପୃଥିବୀ ଓ ପୃଥିବୀନିବାସୀ ମନୁଷ୍ୟ ଓ ପଶୁ ସୃଷ୍ଟି କରିଅଛୁ; ଆଉ, ଯାହାକୁ ତାହା ଦେବା ପାଇଁ ଆମ୍ଭଙ୍କୁ ଉଚିତ ଦେଖାଯାଏ, ତାହାକୁ ଆମ୍ଭେ ତାହା ଦେଉ।

Gade chapit la Kopi

ପବିତ୍ର ବାଇବଲ

5 ଆମ୍ଭେ ଆମ୍ଭର ମହାପରାକ୍ରମ ଓ ବିଶାଳ ଶକ୍ତିଶାଳୀ ବାହୁ ଦ୍ୱାରା ଏହି ପୃଥିବୀ ଓ ପୃଥିବୀ ନିବାସୀ ସକଳ ମନୁଷ୍ୟ ଓ ପଶୁ ସୃଷ୍ଟି କରିଅଛୁ। ଆଉ ଆମ୍ଭେ ଆପଣା ସ୍ୱଇଚ୍ଛାରେ ଯାହାକୁ ଉଚିତ୍ ମନେ କରିବୁ, ଏହା ଦେଇ ପାରିବୁ।

Gade chapit la Kopi




ଯିରିମୀୟ 27:5
54 Referans Kwoze  

ସେ ଆପଣା ପରାକ୍ରମରେ ପୃଥିବୀ ନିର୍ମାଣ କରିଅଛନ୍ତି, ସେ ଆପଣା ଜ୍ଞାନରେ ଜଗତ ସ୍ଥାପନ କରି ଅଛନ୍ତି ଓ ଆପଣା ବୁଦ୍ଧିରେ ସେ ଗଗନମଣ୍ତଳ ବିସ୍ତାର କରିଅଛନ୍ତି।


ହେ ପ୍ରଭୁ, ସଦାପ୍ରଭୁ, ତୁମ୍ଭେ ଆପଣା ମହାପରାକ୍ରମ ଓ ବିସ୍ତୀର୍ଣ୍ଣ ବାହୁ ଦ୍ଵାରା ଆକାଶମଣ୍ତଳ ଓ ପୃଥିବୀ ନିର୍ମାଣ କରିଅଛ; ତୁମ୍ଭର ଅସାଧ୍ୟ କିଛି ହିଁ ନାହିଁ;


ଯେ ସର୍ବୋପରିସ୍ଥ, ସେ ଯେ ମନୁଷ୍ୟଗଣର ରାଜ୍ୟରେ କର୍ତ୍ତୃତ୍ଵ କରନ୍ତି ଓ ଯାହାକୁ ତାହାଙ୍କର ଇଚ୍ଛା, ତାହାକୁ ସେ ତାହା ଦିଅନ୍ତି, ପୁଣି ମନୁଷ୍ୟମାନଙ୍କ ମଧ୍ୟରେ ନୀଚତମ ଲୋକକୁ ତହିଁ ଉପରେ ନିଯୁକ୍ତ କରନ୍ତି, ଜୀବିତ ଲୋକମାନେ ଯେପରି ଏହା ଜାଣିବେ, ଏଥିପାଇଁ ଏହି ବାକ୍ୟ ପ୍ରହରୀଗଣର ଆଦେଶରେ ଓ ଏହି ଦାବୀ ପବିତ୍ରଗଣର ବାକ୍ୟ ଦ୍ଵାରା ହୋଇଅଛି।


ଆମ୍ଭେ ପୃଥିବୀ ନିର୍ମାଣ କରିଅଛୁ ଓ ତହିଁ ମଧ୍ୟରେ ମନୁଷ୍ୟର ସୃଷ୍ଟି କରିଅଛୁ; ଆମ୍ଭେ, ଆମ୍ଭର ହସ୍ତ ହିଁ ଆକାଶମଣ୍ତଳ ବିସ୍ତୀର୍ଣ୍ଣ କରିଅଛି ଓ ତହିଁର ସକଳ ବିଷୟକୁ ଆମ୍ଭେ ଆଜ୍ଞା ଦେଇଅଛୁ।


କାରଣ ଦୃଶ୍ୟ ଓ ଅଦୃଶ୍ୟ, ସ୍ଵର୍ଗରେ ଓ ପୃଥିବୀରେ ସମସ୍ତ ବିଷୟ ତାହାଙ୍କ ଦ୍ଵାରା ସୃଷ୍ଟି ହେଲା, ସିଂହାସନ କି ପ୍ରଭୁତ୍ଵ କି ଆଧିପତ୍ୟ କି କର୍ତ୍ତାପଣ, ସମସ୍ତ ତାହାଙ୍କ ଦ୍ଵାରା ଓ ତାହାଙ୍କ ନିମନ୍ତେ ସୃଷ୍ଟ ହୋଇଅଛି;


ଯେ ଆକାଶମଣ୍ତଳ ସୃଷ୍ଟି କରି ବିସ୍ତାର କଲେ; ଯେ ଭୂତଳ ଓ ତଦୁତ୍ପନ୍ନସକଳ ବିଛାଇଲେ; ଯେ ତହିଁ ଉପରିସ୍ଥ ସକଳ ଲୋକଙ୍କୁ ନିଶ୍ଵାସ ପ୍ରଶ୍ଵାସ ଦିଅନ୍ତି ଓ ତନ୍ମଧ୍ୟରେ ଗମନାଗମନକାରୀମାନଙ୍କୁ ପ୍ରାଣ ଦିଅନ୍ତି, ସେହି ସଦାପ୍ରଭୁ ପରମେଶ୍ଵର ଏହି କଥା କହନ୍ତି;


ହେ ଆମ୍ଭମାନଙ୍କର ପ୍ରଭୁ ଓ ଈଶ୍ଵର, ତୁମ୍ଭେ ଗୌରବ, ସମ୍ଭ୍ରମ ଓ ପରାକ୍ରମ ପାଇବାକୁ ସୁଭାଜନ ଅଟ, ତୁମ୍ଭେ ସମସ୍ତ ସୃଷ୍ଟି କରିଅଛ, ଆଉ ତୁମ୍ଭ ଇଚ୍ଛାରେ ସେହିସବୁ ସତ୍ତ୍ଵ ପ୍ରାପ୍ତ ହୋଇ ସୃଷ୍ଟ ହୋଇଅଛି।


ଏହି ଶେଷକାଳରେ ପୁତ୍ରଙ୍କ ଦ୍ଵାରା ଆମ୍ଭମାନଙ୍କୁ କଥା କହିଅଛନ୍ତି; ତାହାଙ୍କୁ ସେ ସମସ୍ତ ବିଷୟର ଅଧିକାରୀ କରି ନିଯୁକ୍ତ କଲେ, ତାହାଙ୍କ ଦ୍ଵାରା ମଧ୍ୟ ସମସ୍ତ ବିଶ୍ଵ ସୃଷ୍ଟି କଲେ;


ଯେଉଁ ଈଶ୍ଵର ଜଗତ ଓ ତନ୍ମଧ୍ୟସ୍ଥ ସମସ୍ତ ପଦାର୍ଥ ସୃଷ୍ଟି କରିଅଛନ୍ତି, ସେ ସ୍ଵର୍ଗ ଓ ପୃଥିବୀର ପ୍ରଭୁ ହେବାରୁ ହସ୍ତନିର୍ମିତ ମନ୍ଦିରସମୂହରେ ବାସ କରନ୍ତି ନାହିଁ,


ହେ ମହାଶୟମାନେ, କାହିଁକି ଏସମସ୍ତ କରୁଅଛନ୍ତି? ଆମ୍ଭେମାନେ ମଧ୍ୟ ଆପଣମାନଙ୍କ ପରି ସୁଖଦୁଃଖଭୋଗୀ ମନୁଷ୍ୟ, ଆପଣମାନଙ୍କ ନିକଟରେ ଏହି ସୁସମାଚାର ପ୍ରଚାର କରୁଅଛୁ, ଯେପରି ଆପଣମାନେ ଏହିସବୁ ଅସାର ବସ୍ତୁଠାରୁ ବିମୁଖ ହୋଇ ଜୀବନ୍ତ ଈଶ୍ଵରଙ୍କ ପ୍ରତି ଫେରନ୍ତି। ସେ ଆକାଶମଣ୍ତଳ, ପୃଥିବୀ, ସମୁଦ୍ର ଓ ସେସବୁରେ ଥିବା ସମସ୍ତ ସୃଷ୍ଟି କରିଅଛନ୍ତି;


ପୁଣି ଆକାଶମଣ୍ତଳ ବିସ୍ତାରକାରୀ ଓ ପୃଥିବୀର ଭିତ୍ତିମୂଳ ସ୍ଥାପନକାରୀ ତୁମ୍ଭ ନିର୍ମାଣକର୍ତ୍ତା ସଦାପ୍ରଭୁଙ୍କୁ ଭୁଲିଅଛ ଓ ଉପଦ୍ରବୀ ବିନାଶ କରିବାକୁ ଉଦ୍ୟତ ହେବା ବେଳେ ତାହାର କୋପ ସକାଶୁ ଦିନଯାକ ନିରନ୍ତର ଭୟ କରୁଅଛ ଯେ ତୁମ୍ଭେ, ତୁମ୍ଭେ ତ କିଏ? ଆଉ, ସେ ଉପଦ୍ରବୀର କୋପ କାହିଁ?


ଆହୁରି, ଆମ୍ଭର ହସ୍ତ ପୃଥିବୀର ଭିତ୍ତିମୂଳ ସ୍ଥାପନ କରିଅଛି ଓ ଆମ୍ଭର ଦକ୍ଷିଣ ହସ୍ତ ଗଗନମଣ୍ତଳ ବିସ୍ତାର କରିଅଛିନ୍ତ ଆମ୍ଭେ ସେମାନଙ୍କୁ ଡାକିଲେ, ସେମାନେ ଏକତ୍ର ଛିଡ଼ା ହୁଅନ୍ତି।


ତୁମ୍ଭର ମୁକ୍ତିଦାତା ସଦାପ୍ରଭୁ, ଗର୍ଭରୁ ଯେ ତୁମ୍ଭକୁ ଗଢ଼ିଲେ, ସେ ଏହା କହନ୍ତି; ଆମ୍ଭେ ସଦାପ୍ରଭୁ, ଆମ୍ଭେ ସବୁ କାର୍ଯ୍ୟ ସାଧନ କରୁ; ଆମ୍ଭେ ଏକାକୀ ଆକାଶମଣ୍ତଳ ବିସ୍ତାର କରୁ; ଆମ୍ଭେ ପୃଥିବୀକି ପ୍ରସାର କରୁ; ଆମ୍ଭର ସଙ୍ଗୀ କିଏ?


ପାରସ୍ୟର ରାଜା କୋରସ୍ ଏହା କହନ୍ତି, ସଦାପ୍ରଭୁ ସ୍ଵର୍ଗର ପରମେଶ୍ଵର ପୃଥିବୀର ସମସ୍ତ ରାଜ୍ୟ ଆମ୍ଭକୁ ପ୍ରଦାନ କରିଅଛନ୍ତି; ଆଉ, ସେ ଯିହୁଦା ଦେଶସ୍ଥ ଯିରୂଶାଲମରେ ତାହାଙ୍କ ପାଇଁ ଏକ ଗୃହ ନିର୍ମାଣ କରିବାକୁ ଆମ୍ଭକୁ ଆଜ୍ଞା କରିଅଛନ୍ତି।


କାରଣ ସଦାପ୍ରଭୁ ତୁମ୍ଭର ପରମେଶ୍ଵର ତୁମ୍ଭ ହସ୍ତର ସମସ୍ତ କର୍ମରେ ତୁମ୍ଭଙ୍କୁ ଆଶୀର୍ବାଦ କରିଅଛନ୍ତି; ସେ ଏହି ବିସ୍ତୀର୍ଣ୍ଣ ପ୍ରାନ୍ତରରେ ତୁମ୍ଭ ଗମନର ତତ୍ତ୍ଵ ନେଇଅଛନ୍ତି; ଏହି ଚାଳିଶ ବର୍ଷଯାକ ସଦାପ୍ରଭୁ ତୁମ୍ଭର ପରମେଶ୍ଵର ତୁମ୍ଭର ସହବର୍ତ୍ତୀ ହୋଇଅଛନ୍ତି; ତୁମ୍ଭର କିଛି ଅଭାବ ହୋଇ ନାହିଁ।


ତୁମ୍ଭେ ଆଦ୍ୟରୁ ପୃଥିବୀର ମୂଳ ସ୍ଥାପନ କରିଅଛ; ପୁଣି, ଆକାଶମଣ୍ତଳ ତୁମ୍ଭର ହସ୍ତକୃତ କର୍ମ।


ସର୍ବୋପରିସ୍ଥ ଯେତେବେଳେ ଗୋଷ୍ଠୀୟ ଲୋକମାନଙ୍କୁ ସେମାନଙ୍କ ଅଧିକାର ଦେଲେ; ଯେତେବେଳେ ସେ ମନୁଷ୍ୟ ସନ୍ତାନମାନଙ୍କୁ ପୃଥକ କଲେ, ସେତେବେଳେ ଇସ୍ରାଏଲ-ସନ୍ତାନଗଣର ସଂଖ୍ୟାନୁସାରେ ସେ ଲୋକମାନଙ୍କର ସୀମା ସ୍ଥାପନ କଲେ।


ତଥାପି ସେମାନେ ତ ତୁମ୍ଭର ଲୋକ ଓ ତୁମ୍ଭର ଅଧିକାର, ତୁମ୍ଭେ ସେମାନଙ୍କୁ ଆପଣା ମହାଶକ୍ତି ଓ ବିସ୍ତାରିତ ବାହୁ ଦ୍ଵାରା ବାହାର କରି ଆଣିଅଛ।


ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କ ଆଜ୍ଞାନୁସାରେ ତୁମ୍ଭେ ଆପଣା ପିତାଙ୍କୁ ଓ ଆପଣା ମାତାଙ୍କୁ ସମ୍ଭ୍ରମ କର; ତହିଁରେ ସଦାପ୍ରଭୁ ତୁମ୍ଭ ପରମେଶ୍ଵର ତୁମ୍ଭକୁ ଯେଉଁ ଦେଶ ଦେବେ, ସେହି ଦେଶରେ ତୁମ୍ଭର ଦୀର୍ଘ ପରମାୟୁ,,ଓ ମଙ୍ଗଳ ହେବ।


ଏସବୁ ତୁମ୍ଭ ପ୍ରତି ପ୍ରକାଶିତ ହେଲା, ଯେପରି ତୁମ୍ଭେ ଜାଣିବ ଯେ, ସଦାପ୍ରଭୁ ପରମେଶ୍ଵର ଅଟନ୍ତି, ତାହାଙ୍କ ଭିନ୍ନ ଆଉ କେହି ନାହିଁ।


ପରମେଶ୍ଵର ମନୁଷ୍ୟକୁ ପୃଥିବୀରେ ସୃଷ୍ଟି କରିବା ଦିନାବଧି ତୁମ୍ଭ ପୂର୍ବେ ଗତ କାଳକୁ ଓ ଆକାଶମଣ୍ତଳର ଏକ ପ୍ରାନ୍ତରୁ ଅନ୍ୟ ପ୍ରା; ପର୍ଯ୍ୟନ୍ତ ପଚାର, ଏହି ମହାକାର୍ଯ୍ୟ ତୁଲ୍ୟ କି ଆଉ କୌଣସି କାର୍ଯ୍ୟ ଅଛି, ଅବା ଏପ୍ରକାର କି ଶୁଣା ଯାଇଅଛି?


ତୁମ୍ଭେ ସେହି ଦେଶରେ ପୁତ୍ର ପୌତ୍ରଗଣକୁ ଜନ୍ମ ଦେଇ ବହୁ କାଳ ବାସ କଲା ଉତ୍ତାରେ ଯେବେ ତୁମ୍ଭେମାନେ ଆପଣାମାନଙ୍କୁ ଭ୍ରଷ୍ଟ କରି କୌଣସି ବସ୍ତୁର ପ୍ରତିମୂର୍ତ୍ତିବିଶିଷ୍ଟ ଖୋଦିତ ପ୍ରତିମା ନିର୍ମାଣ କରିବ ଓ ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କୁ କ୍ରୁଦ୍ଧ କରାଇବା ପାଇଁ ତାହାଙ୍କ ସାକ୍ଷାତରେ ଦୁଷ୍କର୍ମ କରିବ;


କି ପୃଥିବୀସ୍ଥ କୌଣସି ପଶୁର ମୂର୍ତ୍ତି, କି ଆକାଶରେ ଉଡ଼ନ୍ତା କୌଣସି ପକ୍ଷୀର ମୂର୍ତ୍ତି,


ସେମାନେ ବଳବାନ ଓ ଅନେକ ଓ ଅନାକୀୟମାନଙ୍କ ପରି ଦୀର୍ଘକାୟ ଲୋକ ଥିଲେ; ମାତ୍ର ସଦାପ୍ରଭୁ ଅମ୍ମୋନୀୟମାନଙ୍କ ସମ୍ମୁଖରୁ ସେମାନଙ୍କୁ ବିନଷ୍ଟ କଲେ; ପୁଣି ସେମାନେ ସେମାନଙ୍କୁ ଅଧିକାରଚ୍ୟୁତ କରି ସେମାନଙ୍କ ସ୍ଥାନରେ ବସତି କଲେ।


(ପୁଣି ତୁମ୍ଭେ ଅମ୍ମୋନ-ସନ୍ତାନଗଣର ସମ୍ମୁଖରେ ଉପସ୍ଥିତ ହେଲେ ସେମାନଙ୍କୁ କ୍ଳେଶ ଦିଅ ନାହିଁ, କି ସେମାନଙ୍କ ସଙ୍ଗେ ବିରୋଧ କର ନାହିଁ, କାରଣ ଆମ୍ଭେ ଅଧିକାରାର୍ଥେ ତୁମ୍ଭକୁ ଅମ୍ମୋନ-ସନ୍ତାନଗଣର ଦେଶରୁ କିଛି ଦେବା ନାହିଁ; ଯେହେତୁ ଆମ୍ଭେ ଲୋଟର ସନ୍ତାନଗଣକୁ ତାହା ଅଧିକାର କରିବା ପାଇଁ ଦେଇଅଛୁ।


ତହିଁରେ ସଦାପ୍ରଭୁ ମୋତେ କହିଲେ, ମୋୟାବକୁ କ୍ଳେଶ ଦିଅ ନାହିଁ, ଅବା ସେମାନଙ୍କ ସହିତ ଯୁଦ୍ଧ ଲଗାଅ ନାହିଁ; କାରଣ ଆମ୍ଭେ ତୁମ୍ଭକୁ ଅଧିକାରାର୍ଥେ ସେମାନଙ୍କ ଦେଶରୁ କିଛି ଦେବା ନାହିଁ; ଯେହେତୁ ଆମ୍ଭେ ଲୋଟର ସନ୍ତାନଗଣକୁ ଆର ନଗର ଅଧିକାରାର୍ଥେ ଦେଇଅଛୁ।


ଯେହେତୁ ସଦାପ୍ରଭୁ ଆକାଶମଣ୍ତଳ ଓ ପୃଥିବୀ ଓ ସମୁଦ୍ର ଓ ତନ୍ମଧ୍ୟସ୍ଥିତ ସମସ୍ତ ବସ୍ତୁ ଛଅ ଦିନରେ ନିର୍ମାଣ କରି ସପ୍ତମ ଦିନରେ ବିଶ୍ରାମ କଲେ; ଏହେତୁ ସଦାପ୍ରଭୁ ବିଶ୍ରାମ ଦିନକୁ ଆଶୀର୍ବାଦ କରି ପବିତ୍ର କରିଅଛନ୍ତି।


ଯେ କେହି ମନୁଷ୍ୟର ରକ୍ତପାତ କରିବ, ମନୁଷ୍ୟ ଦ୍ଵାରା ତାହାର ରକ୍ତପାତ କରାଯିବ; ଯେହେତୁ ପରମେଶ୍ଵର ଆପଣା ପ୍ରତିମୂର୍ତ୍ତିରେ ମନୁଷ୍ୟକୁ ନିର୍ମାଣ କରିଅଛନ୍ତି।


ଆଉ, ସେ ପୃଥିବୀର ସର୍ବତ୍ର ବାସ କରିବା ନିମନ୍ତେ ଏକ ବ୍ୟକ୍ତିଠାରୁ ସମସ୍ତ ମାନବଜାତି ସୃଷ୍ଟି କରିଅଛନ୍ତି; ସେ ସେମାନଙ୍କର ନିର୍ଦ୍ଦିଷ୍ଟ କାଳ ଓ ନିବାସର ସୀମା ସ୍ଥିର କରିଅଛନ୍ତି,


ଏହି ରୂପେ ପରମେଶ୍ଵର ସ୍ଵ ସ୍ଵ ଜାତି ଅନୁଯାୟୀ ବନ୍ୟପଶୁଗଣ ଓ ସ୍ଵ ସ୍ଵ ଜାତି ଅନୁଯାୟୀ ଗ୍ରାମ୍ୟପଶୁଗଣ ଓ ସ୍ଵ ସ୍ଵ ଜାତି ଅନୁଯାୟୀ ପ୍ରତ୍ୟେକ ଭୂଚର ଉରୋଗାମୀ ଜନ୍ତୁ ନିର୍ମାଣ କଲେ; ଆଉ ପରମେଶ୍ଵର ସେ ସମସ୍ତ ଉତ୍ତମ ଦେଖିଲେ।


କାରଣ ଗୋଷ୍ଠୀବର୍ଗର ସକଳ ଦେବତା ପ୍ରତିମା ମାତ୍ର; ମାତ୍ର ସଦାପ୍ରଭୁ ଆକାଶମଣ୍ତଳର ସୃଷ୍ଟିକର୍ତ୍ତା।


ଆଉ, ଆପଣା ଆପଣା କର୍ତ୍ତାମାନଙ୍କୁ ଏହି କଥା କହିବା ପାଇଁ ସେମାନଙ୍କୁ ଏହି ଆଦେଶ ଦିଅ, ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ଏହି କଥା କହନ୍ତି; ତୁମ୍ଭେମାନେ ଆପଣା ଆପଣା କର୍ତ୍ତାଙ୍କୁ ଏହି କଥା କହିବ;


ଆପଣ ମନୁଷ୍ୟମାନଙ୍କ ମଧ୍ୟରୁ ଦୂରୀକୃତ ହେବେ ଓ କ୍ଷେତ୍ରସ୍ଥ ପଶୁମାନଙ୍କ ସଙ୍ଗରେ ଆପଣଙ୍କର ବସତି ହେବ, ବଳଦର ନ୍ୟାୟ ଆପଣଙ୍କୁ ତୃଣଭୋଜୀ କରାଯିବ, ଆଉ ଆପଣ ଆକାଶର କାକରରେ ତିନ୍ତା ଯିବେ, ଏହିରୂପେ ଆପଣଙ୍କ ଉପରେ ସାତ କାଳ ବହିଯିବ; ଶେଷରେ ଯେ ସର୍ବୋପରିସ୍ଥ, ସେ ଯେ ମନୁଷ୍ୟମାନଙ୍କ ରାଜ୍ୟରେ କର୍ତ୍ତୃତ୍ଵ କରନ୍ତି ଓ ଯାହାକୁ ତାହା ଦେବାକୁ ଇଚ୍ଛା କରିବେ, ତାହାକୁ ସେ ତାହା ଦିଅନ୍ତି, ଏହା ଆପଣ ଜାଣିବେ।


ହେ ମହାରାଜ, ସର୍ବୋପରିସ୍ଥ ପରମେଶ୍ଵର ଆପଣଙ୍କ ପିତା ନବୂଖଦ୍ନିତ୍ସରଙ୍କୁ ରାଜ୍ୟ, ମହିମା, ଗୌରବ ଓ ପ୍ରତାପ ଦେଲେ;


ଏନିମନ୍ତେ ଇସ୍ରାଏଲ-ସନ୍ତାନଗଣକୁ କୁହ, ଆମ୍ଭେ ସଦାପ୍ରଭୁ, ଆମ୍ଭେ ତୁମ୍ଭମାନଙ୍କୁ ମିସ୍ରୀୟମାନଙ୍କ ଭାରବହନରୁ ନିସ୍ତାର କରିବା ଓ ଆମ୍ଭେ ତୁମ୍ଭମାନଙ୍କୁ ସେମାନଙ୍କ ଦାସତ୍ଵରୁ ମୁକ୍ତ କରିବା, ପୁଣି ଆମ୍ଭେ ବିସ୍ତୀର୍ଣ୍ଣ ବାହୁ ଓ ମହା ମହା ଦଣ୍ତ ଦ୍ଵାରା ତୁମ୍ଭମାନଙ୍କୁ ଉଦ୍ଧାର କରିବା।


କାରଣ ବିଦେଶୀମାନେ ତୁମ୍ଭର ମହାନାମ ଓ ତୁମ୍ଭର ବଳବାନ ହସ୍ତ ଓ ତୁମ୍ଭର ବିସ୍ତୀର୍ଣ୍ଣ ବାହୁର କଥା ଅବଶ୍ୟ ଶୁଣିବେ; ଏପରି ଲୋକ ଆସି ଯେବେ ଏହି ଗୃହ ଆଡ଼େ ପ୍ରାର୍ଥନା କରେ,


ଆହୁରି, ତୁମ୍ଭେ ସେମାନଙ୍କୁ ନାନା ରାଜ୍ୟ ଓ ଗୋଷ୍ଠୀ ଦେଲ ଓ ତାହା ସେମାନଙ୍କ ବାଣ୍ଟ ଅନୁସାରେ ନିରୂପଣ କଲ; ତହୁଁ ସେମାନେ ସୀହୋନ୍ ଦେଶ, ଅର୍ଥାତ୍, ହିଷ୍ବୋନ୍ ରାଜାର ଦେଶ ଓ ବାଶନର ଓଗ୍ ରାଜାର ଦେଶ ଅଧିକାର କଲେ।


ଆଉ, ଯେକୌଣସି ସ୍ଥାନରେ ମନୁଷ୍ୟସନ୍ତାନଗଣ ବାସ କରନ୍ତି, ସେସ୍ଥାନସ୍ଥ ଭୂଚର ପଶୁଗଣ ଓ ଆକାଶର ପକ୍ଷୀଗଣକୁ ସେ ଆପଣଙ୍କ ହସ୍ତରେ ସମର୍ପଣ କରିଅଛନ୍ତି ଓ ସେହି ସକଳର ଉପରେ ଆପଣଙ୍କୁ କର୍ତ୍ତୃତ୍ଵ ଦେଇଅଛନ୍ତି; ଆପଣ ହିଁ ସେହି ସୁବର୍ଣ୍ଣମୟ ମସ୍ତକ ଅଟନ୍ତି।


ସେ ଉଚ୍ଚସ୍ଵର କରି ଏହି କଥା କହିଲେ, ଏହି ବୃକ୍ଷକୁ ଛେଦନ କର ଓ ତହିଁର ଶାଖାସବୁ କାଟି ପକାଅ, ତହିଁର ପତ୍ରସବୁ ଝାଡ଼ି ପକାଅ ଓ ଫଳସବୁ ବିଞ୍ଚିଦିଅ; ତହିଁର ତଳୁ ପଶୁମାନେ, ତହିଁର ଡାଳରୁ ପକ୍ଷୀମାନେ ପଳାଇ ଯାଉନ୍ତୁ।


ହେ ମହାରାଜ, ସେହି ବୃକ୍ଷ ଆପଣ ଅଟନ୍ତି, ଆପଣ ବୃଦ୍ଧି ପାଇ ବଳବାନ ହୋଇଅଛନ୍ତି; କାରଣ ଆପଣଙ୍କର ମହତ୍ତ୍ଵ ବୃଦ୍ଧି ପାଇଅଛି ଓ ତାହା ଗଗନ ସ୍ପର୍ଶ କରୁଅଛି ଓ ଆପଣଙ୍କର କର୍ତ୍ତୃତ୍ଵ ପୃଥିବୀର ପ୍ରା; ପର୍ଯ୍ୟନ୍ତ ବ୍ୟାପିଅଛି।


Swiv nou:

Piblisite


Piblisite