Biblia Todo Logo
Bib sou entènèt

- Piblisite -




ଯିରିମୀୟ 28:1 - ପବିତ୍ର ବାଇବଲ (Re-edited) - (BSI)

1 ଅନନ୍ତର ସେହି ବର୍ଷ, ଅର୍ଥାତ୍, ଯିହୁଦାର ରାଜା ସିଦିକୀୟର ରାଜତ୍ଵର ଆରମ୍ଭ ସମୟରେ, ଚତୁର୍ଥ ବର୍ଷର ପଞ୍ଚମ ମାସରେ ଗିବୀୟୋନ୍ ନିବାସୀ ଅସୂରର ପୁତ୍ର ହନାନୀୟ ଭବିଷ୍ୟଦ୍ବକ୍ତା ସଦାପ୍ରଭୁଙ୍କ ଗୃହରେ ଯାଜକମାନଙ୍କର ଓ ଲୋକ-ସମସ୍ତଙ୍କର ସାକ୍ଷାତରେ ମୋତେ ଏହି କଥା କହିଲା,

Gade chapit la Kopi

ଓଡିଆ ବାଇବେଲ

1 ଏଥିଉତ୍ତାରେ ସେହି ବର୍ଷ, ଅର୍ଥାତ୍‍, ଯିହୁଦାର ରାଜା ସିଦିକୀୟର ରାଜତ୍ୱର ଆରମ୍ଭ ସମୟରେ, ଚତୁର୍ଥ ବର୍ଷର ପଞ୍ଚମ ମାସରେ ଗିବୀୟୋନ୍‍ ନିବାସୀ ଅସ୍‍ସୁରର ପୁତ୍ର ହନାନୀୟ ଭବିଷ୍ୟଦ୍‍ବକ୍ତା ସଦାପ୍ରଭୁଙ୍କ ଗୃହରେ ଯାଜକମାନଙ୍କର ଓ ଲୋକସମସ୍ତଙ୍କର ସାକ୍ଷାତରେ ମୋତେ ଏହି କଥା କହିଲା,

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ଏଥିଉତ୍ତାରେ ସେହି ବର୍ଷ, ଅର୍ଥାତ୍‍, ଯିହୁଦାର ରାଜା ସିଦିକୀୟର ରାଜତ୍ଵର ଆରମ୍ଭ ସମୟରେ, ଚତୁର୍ଥ ବର୍ଷର ପଞ୍ଚମ ମାସରେ ଗିବୀୟୋନ୍‍ ନିବାସୀ ଅସୂରର ପୁତ୍ର ହନାନୀୟ ଭବିଷ୍ୟଦ୍‍ବକ୍ତା ସଦାପ୍ରଭୁଙ୍କ ଗୃହରେ ଯାଜକମାନଙ୍କର ଓ ଲୋକସମସ୍ତଙ୍କର ସାକ୍ଷାତରେ ମୋତେ ଏହି କଥା କହିଲା,

Gade chapit la Kopi

ପବିତ୍ର ବାଇବଲ

1 ଅନନ୍ତର ଯିହୁଦାର ରାଜା ସିଦିକିୟର ରାଜତ୍ୱର ଚତୁର୍ଥବର୍ଷର ପଞ୍ଚମ ମାସରେ ଗିବିୟୋନ ନିବାସୀ ଅସୂରର ପୁତ୍ର ହନାନିୟ ଭବିଷ୍ୟ‌ଦ୍‌ବକ୍ତା ସଦାପ୍ରଭୁଙ୍କ ଗୃହରେ ଯାଜକମାନଙ୍କର ଓ ସମସ୍ତ ଲୋକଙ୍କର ସାକ୍ଷାତରେ ମୋତେ ଏହି କଥା କହିଲେ।

Gade chapit la Kopi




ଯିରିମୀୟ 28:1
22 Referans Kwoze  

ଯୋଶୀୟର ପୁତ୍ର ଯିହୁଦାର ରାଜା ଯିହୋୟାକୀମ୍ର ରାଜତ୍ଵର ଆରମ୍ଭ ସମୟରେ ସଦାପ୍ରଭୁଙ୍କଠାରୁ ଏହି ବାକ୍ୟ ଯିରିମୀୟଙ୍କ ନିକଟରେ ଉପସ୍ଥିତ ହେଲା।


ମାତ୍ର ଯିରୀହୋ ପ୍ରତି ଓ ଅୟ ପ୍ରତି ଯିହୋଶୂୟ ଯେ ଯେ କର୍ମ କରିଥିଲେ, ତାହା ଯେତେବେଳେ ଗିବିୟୋନ ନିବାସୀମାନେ ଶୁଣିଲେ,


ପୁଣି, ସେ ବିନ୍ୟାମୀନ ନାମକ ନଗର-ଦ୍ଵାରରେ ଉପସ୍ଥିତ ହେବା ବେଳେ ସେଠାରେ ପ୍ରହରୀଗଣର ଜଣେ ଅଧ୍ୟକ୍ଷ ଥିଲା, ତାହାର ନାମ ଯିରୀୟ, ସେ ହନାନୀୟର ପୌତ୍ର ଶେଲିମୀୟର ପୁତ୍ର; ପୁଣି, ସେ ଯିରିମୀୟ ଭବିଷ୍ୟଦ୍ବକ୍ତାଙ୍କୁ ଧରି କହିଲା, ତୁମ୍ଭେ କଲ୍ଦୀୟମାନଙ୍କର ପକ୍ଷକୁ ଯାଉଅଛ।


ସେ ରାଜଗୃହକୁ ଓହ୍ଲାଇ ଲେଖକର କୋଠରୀକି ଗଲା; ଆଉ ଦେଖ, ସେ ସ୍ଥାନରେ, ଅଧିପତି ସମସ୍ତେ, ଅର୍ଥାତ୍, ଇଲୀଶାମା ଲେଖକ, ଶମୟୀୟର ପୁତ୍ର ଦଲୟୀୟ, ଅକବୋରର ପୁତ୍ର ଇଲନାଥନ୍, ଶାଫନର ପୁତ୍ର ଗମରୀୟ,ହନାନୀୟର ପୁତ୍ର ସିଦିକୀୟ ଓ ସମସ୍ତ ଅଧିପତି ଉପବିଷ୍ଟ ଥିଲେ।


ଆଉ, ହନାନୀୟ ଲୋକସମୂହର ସାକ୍ଷାତରେ କହିଲା, ସଦାପ୍ରଭୁ ଏହି କଥା କହନ୍ତି, ଆମ୍ଭେ ଏହି ରୂପେ ପୂର୍ଣ୍ଣ ଦୁଇ ବର୍ଷ ମଧ୍ୟରେ ବାବିଲର ରାଜା ନବୂଖଦ୍ନିତ୍ସରର ଯୁଆଳି, ସବୁ ଦେଶୀୟମାନଙ୍କ ସ୍କନ୍ଧରୁ କାଢ଼ି ଭାଙ୍ଗି ପକାଇବା। ଏଥିରେ ଯିରିମୀୟ ଭବିଷ୍ୟଦ୍ବକ୍ତା ଆପଣା ବାଟରେ ଚାଲିଗଲେ।


ଅନନ୍ତର ମୁଁ ସେହି ସମସ୍ତ ବାକ୍ୟାନୁସାରେ ଯିହୁଦାର ରାଜା ସିଦିକୀୟକୁ ଏହି କଥା କହିଲି, ତୁମ୍ଭେମାନେ ଆପଣା ଆପଣା ବେକ ବାବିଲ ରାଜାର ଯୁଆଳି ତଳେ ଦେଇ ତାହାର ଓ ତାହାର ଲୋକମାନଙ୍କର ଦାସ୍ୟକର୍ମ କର, ତହିଁରେ ବଞ୍ଚିବ।


ପୁଣି, ଯେଉଁ ଦୂତଗଣ ଯିହୁଦାର ରାଜା ସିଦିକୀୟ ନିକଟକୁ ଯିରୂଶାଲମକୁ ଆସିଅଛନ୍ତି, ସେମାନଙ୍କ ହସ୍ତ ଦ୍ଵାରା ସେସବୁ ଇଦୋମର ରାଜା ଓ ମୋୟାବର ରାଜା, ଅମ୍ମୋନ-ସନ୍ତାନଗଣର ରାଜା, ସୋରର ରାଜା ଓ ସୀଦୋନର ରାଜା ନିକଟକୁ ତାହା ପଠାଅ;


ଯେଉଁ ଭବିଷ୍ୟଦ୍ବକ୍ତା ସ୍ଵପ୍ନ ଦେଖିଅଛି, ସେ ସ୍ଵପ୍ନ କଥା ପ୍ରକାଶ କରୁ, ପୁଣି ଯେ ଆମ୍ଭର ବାକ୍ୟ ପାଇଅଛି, ସେ ବିଶ୍ଵସ୍ତ ରୂପେ ଆମ୍ଭର ବାକ୍ୟ କହୁ। ସଦାପ୍ରଭୁ କହନ୍ତି, ଶସ୍ୟ ନିକଟରେ ପାଳ କଅଣ?


ପ୍ରାଚୀନ ଓ ସମ୍ଭ୍ରାନ୍ତ ଲୋକ ସେହି ମସ୍ତକ, ପୁଣି ମିଥ୍ୟା ଶିକ୍ଷାଦାୟୀ ଭବିଷ୍ୟଦ୍ବକ୍ତା ଲାଙ୍ଗୂଳ,


ସଦାପ୍ରଭୁ ଇସ୍ରାଏଲ-ସନ୍ତାନଗଣ ସମ୍ମୁଖରେ ଇମୋରୀୟମାନଙ୍କୁ ସମର୍ପଣ କରିବା ଦିନ ଯିହୋଶୂୟ ସଦାପ୍ରଭୁଙ୍କୁ କହିଲେ; ପୁଣି ସେ ଇସ୍ରାଏଲଙ୍କ ସାକ୍ଷାତରେ କହିଲେ, ସୂର୍ଯ୍ୟ, ଗିବିୟୋନ୍ ଉପରେ ତୁମ୍ଭେ ସ୍ତବ୍ଧ ହୁଅ; ଆଉ ଚନ୍ଦ୍ର, ତୁମ୍ଭେ ଅୟାଲୋନ୍ର ତଳ ଭୂମିରେ (ସ୍ତବ୍ଧ ହୁଅ)।


ପୁଣି ରାଜା ବଳିଦାନ କରିବା ନିମନ୍ତେ ଗିବୀୟୋନକୁ ଗଲେ; କାରଣ ତାହା ବଡ଼ ଉଚ୍ଚସ୍ଥଳୀ ଥଲା; ଶଲୋମନ ସେହି ଯଜ୍ଞବେଦି ଉପରେ ଏକ ସହସ୍ର ହୋମବଳି ଉତ୍ସର୍ଗ କଲେ।


ସିଦିକୀୟ ରାଜ୍ୟ କରିବାକୁ ଆରମ୍ଭ କରିବା ବେଳେ ଏକୋଇଶ ବର୍ଷ ବୟସ୍କ ହୋଇଥିଲେ ଓ ସେ ଯିରୂଶାଲମରେ ଏଗାର ବର୍ଷ ରାଜ୍ୟ କଲେ; ତାଙ୍କର ମାତାଙ୍କର ନାମ ହମୁଟଲ୍; ସେ ଲିବ୍ନା-ନିବାସୀ ଯିରିମୀୟର କନ୍ୟା।


ସିଦିକୀୟ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ଏକୋଇଶ୍ ବର୍ଷ ବୟସ୍କ ହୋଇଥିଲେ ଓ ସେ ଯିରୂଶାଲମରେ ଏଗାର ବର୍ଷ ରାଜ୍ୟ କଲେ;


ତହିଁରେ ଯିରିମୀୟ ଭବିଷ୍ୟଦ୍ବକ୍ତା ପରମେଶ୍ଵରଙ୍କ ଗୃହରେ ଠିଆ ହୋଇଥିବା ଯାଜକମାନଙ୍କ ସାକ୍ଷାତରେ ଓ ସମସ୍ତ ଲୋକଙ୍କ ସାକ୍ଷାତରେ ହନାନୀୟ ଭବିଷ୍ୟଦ୍ବକ୍ତାକୁ କହିଲେ,


ତହିଁରେ ହନାନୀୟ ଭବିଷ୍ୟଦ୍ବକ୍ତା ସେହି ବର୍ଷର ସପ୍ତମ ମାସରେ ମଲା।


ଆପଣମାନଙ୍କର ଯେଉଁ ଭବିଷ୍ୟଦ୍ବକ୍ତାମାନେ ଆପଣମାନଙ୍କ ନିକଟରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କରି କହିଲେ, ବାବିଲର ରାଜା ଆପଣମାନଙ୍କ ବିରୁଦ୍ଧରେ ଓ ଏହି ଦେଶ ବିରୁଦ୍ଧରେ ଆସିବ ନାହିଁ, ସେମାନେ ଏବେ କାହାନ୍ତି?


ଯିହୁଦାର ରାଜା ସିଦିକୀୟର ଅଧିକାରର ଆରମ୍ଭ ସମୟରେ ଏଲମ ବିଷୟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଯିରିମୀୟ ଭବିଷ୍ୟଦ୍ବକ୍ତାଙ୍କ ନିକଟରେ ଉପସ୍ଥିତ ହେଲା, ଯଥା,


ଯିହୁଦାର ରାଜା ସିଦିକୀୟର ଅଧିକାରର ଚତୁର୍ଥ ବର୍ଷରେ ମହସେୟର ପୌତ୍ର ନେରୀୟର ପୁତ୍ର ସରାୟ ଯେଉଁ ସମୟରେ ରାଜା ସଙ୍ଗେ ବାବିଲକୁ ଗଲା, ସେ ସମୟରେ ଯିରିମୀୟ ଭବିଷ୍ୟଦ୍ବକ୍ତା ସରାୟକୁ ଯାହା ଆଜ୍ଞା କରିଥିଲେ, ତହିଁର ବୃତ୍ତା;। ଏହି ସରାୟ ରାଜଗୃହର ପ୍ରଧାନ ଅଧ୍ୟକ୍ଷ ଥିଲା।


ସେମାନେ ଆପଣାମାନଙ୍କର ଦୁଷ୍ଟତା ଦ୍ଵାରା ରାଜାକୁଓ ଆପଣାମାନଙ୍କ ମିଥ୍ୟା ଦ୍ଵାରା ଅଧିପତିମାନଙ୍କୁ ଆନନ୍ଦିତ କରାନ୍ତି।


ସଦାପ୍ରଭୁ ବାବିଲରେ ଆମ୍ଭମାନଙ୍କ ନିମନ୍ତେ ଭବିଷ୍ୟଦ୍-ବକ୍ତାଗଣ ଉତ୍ପନ୍ନ କରିଅଛନ୍ତି ବୋଲି ତୁମ୍ଭେମାନେ କହିଅଛ।


ସଦାପ୍ରଭୁ ଏହି କଥା କହନ୍ତି ବୋଲି ଯେଉଁମାନେ କହନ୍ତି, ସେମାନେ ଅସାର ଦର୍ଶନ ପାଇଅଛନ୍ତି ଓ ମିଥ୍ୟା ମନ୍ତ୍ର ପଢ଼ିଅଛନ୍ତି; ଆଉ, ସଦାପ୍ରଭୁ ସେମାନଙ୍କୁ ପଠାଇ ନାହାନ୍ତି; ପୁଣି, ବାକ୍ୟ ସିଦ୍ଧ ହେବ ବୋଲି ସେମାନେ ଲୋକମାନଙ୍କର ପ୍ରତ୍ୟାଶା ଜନ୍ମାଇ ଅଛନ୍ତି।


Swiv nou:

Piblisite


Piblisite