Biblia Todo Logo
Bib sou entènèt

- Piblisite -




ଯିରିମୀୟ 3:18 - ପବିତ୍ର ବାଇବଲ (Re-edited) - (BSI)

18 ସେସମୟରେ ଯିହୁଦା-ବଂଶ ଇସ୍ରାଏଲ-ବଂଶ ସଙ୍ଗେ ଗମନ କରିବେ ଓ ସେମାନେ ଉତ୍ତର ଦେଶରୁ ଏକତ୍ର ବାହାରି ତୁମ୍ଭମାନଙ୍କର ପୂର୍ବପୁରୁଷଗଣକୁ ଅଧିକାର ନିମନ୍ତେ ଆମ୍ଭର ଦତ୍ତ ଦେଶକୁ ଆସିବେ।

Gade chapit la Kopi

ଓଡିଆ ବାଇବେଲ

18 ସେହି ସମୟରେ ଯିହୁଦା ବଂଶ, ଇସ୍ରାଏଲ ବଂଶ ସଙ୍ଗେ ଗମନ କରିବେ ଓ ସେମାନେ ଉତ୍ତର ଦେଶରୁ ଏକତ୍ର ବାହାରି ତୁମ୍ଭମାନଙ୍କର ପୂର୍ବପୁରୁଷଗଣଙ୍କୁ ଅଧିକାର ନିମନ୍ତେ ଆମ୍ଭର ଦତ୍ତ ଦେଶକୁ ଆସିବେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ସେହି ସମୟରେ ଯିହୁଦା ବଂଶ, ଇସ୍ରାଏଲ ବଂଶ ସଙ୍ଗେ ଗମନ କରିବେ ଓ ସେମାନେ ଉତ୍ତର ଦେଶରୁ ଏକତ୍ର ବାହାରି ତୁମ୍ଭମାନଙ୍କର ପୂର୍ବପୁରୁଷଗଣଙ୍କୁ ଅଧିକାର ନିମନ୍ତେ ଆମ୍ଭର ଦତ୍ତ ଦେଶକୁ ଆସିବେ।

Gade chapit la Kopi

ପବିତ୍ର ବାଇବଲ

18 ସେ ସମୟରେ ଯିହୁଦା ବଂଶ ଇସ୍ରାଏଲ ବଂଶ ସହିତ ଏକତ୍ର ଗମନ କରିବେ। ଆଉ ସେମାନେ ଉତ୍ତର ଦେଶରୁ ଏକତ୍ର ବାହାରି ତୁମ୍ଭମାନଙ୍କ ପୂର୍ବପୁରୁଷଗଣଙ୍କୁ ଅଧିକାର ନିମନ୍ତେ ଆମ୍ଭର ଦତ୍ତ ଦେଶକୁ ଆସିବେ।”

Gade chapit la Kopi




ଯିରିମୀୟ 3:18
22 Referans Kwoze  

ଦେଖ, ଆମ୍ଭେ ସେମାନଙ୍କୁ ଉତ୍ତର ଦେଶରୁ ଆଣିବା, ପୁଣି ପୃଥିବୀର ପ୍ରାନ୍ତଭାଗରୁ ସେମାନଙ୍କୁ ଓ ସେମାନଙ୍କ ସହିତ ଅନ୍ଧ ଓ ଛୋଟା, ଗର୍ଭବତୀ ଓ ପ୍ରସବବେଦନାଗ୍ରସ୍ତା ସ୍ତ୍ରୀକି ଏକତ୍ର ସଂଗ୍ରହ କରିବା; ସେମାନେ ମହାଲୋକାରଣ୍ୟ ହୋଇ ଏସ୍ଥାନକୁ ଆସିବେ।


ପୁଣି, ଆମ୍ଭେ ସେମାନଙ୍କୁ ସେମାନଙ୍କ ଦେଶରେ ରୋପଣ କରିବା, ତହିଁରେ ଆମ୍ଭେ ସେମାନଙ୍କୁ ଯେଉଁ ଦେଶ ଦେଇଅଛୁ, ତହିଁରୁ ସେମାନେ ଆଉ ଉତ୍ପାଟିତ ନୋହିବେ, ଏହା ସଦାପ୍ରଭୁ ତୁମ୍ଭ ପରମେଶ୍ଵର କହନ୍ତି।


ଆଉ, ଯିହୁଦାର ସନ୍ତାନଗଣ ଓ ଇସ୍ରାଏଲର ସନ୍ତାନଗଣ ଏକତ୍ର ସଂଗ୍ରହ କରାଯିବେ ଓ ସେମାନେ ଆପଣାମାନଙ୍କ ଉପରେ ଏକ ଜଣକୁ ପ୍ରଧାନ ରୂପେ ନିଯୁକ୍ତ କରି ଦେଶରୁ ଯାତ୍ରା କରିବେ; କାରଣ ଯିଷ୍ରିୟେଲର ଦିନ ମହତ ଦିନ ହେବ।


ସଦାପ୍ରଭୁ କହନ୍ତି, ସେଦିନରେ ଓ ସେସମୟରେ ଇସ୍ରାଏଲର ସନ୍ତାନଗଣ ଓ ଯିହୁଦାର ସନ୍ତାନଗଣ ଏକତ୍ର ହୋଇ ଆସିବେ; ସେମାନେ କ୍ରନ୍ଦନ କରୁ କରୁ ପଥରେ ଗମନ କରିବେ ଓ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ଵରଙ୍କର ଅନ୍ଵେଷଣ କରିବେ।


ମାତ୍ର ଇସ୍ରାଏଲ କୁଳଜାତ ବଂଶକୁ ଉତ୍ତର ଦେଶରୁ ଓ ଯେଉଁ ଯେଉଁ ସ୍ଥାନରେ ଆମ୍ଭେ ସେମାନଙ୍କୁ ତଡ଼ି ଦେଇଥିଲୁ, ସେହିସବୁ ଦେଶରୁ ଯେ ସେମାନଙ୍କୁ ବାହାର କରି ଆଣିଲେ, ସେହି ଜୀବିତ ସଦାପ୍ରଭୁ ବୋଲି କହିବେ, ଏପରି ସମୟ ଆସୁଅଛି; ଆଉ, ସେମାନେ ଆପଣାମାନଙ୍କ ଦେଶରେ ବାସ କରିବେ।


ମାତ୍ର ଇସ୍ରାଏଲ ସନ୍ତାନଗଣକୁ ଉତ୍ତର ଦେଶରୁ ଓ ଯେ ଯେ ସ୍ଥାନରେ ସେ ସେମାନଙ୍କୁ ତଡ଼ି ଦେଇଥିଲେ, ସେହିସବୁ ଦେଶରୁ ଯେ ସେମାନଙ୍କୁ ବାହାର କରି ଆଣିଲେ, ସେହି ଜୀବିତ ସଦାପ୍ରଭୁ ବୋଲି କହିବେ, ଏପରି ସମୟ ଆସୁଅଛି; ପୁଣି, ଆମ୍ଭେ ସେମାନଙ୍କର ପିତୃପୁରୁଷମାନଙ୍କୁ ଯେଉଁ ଦେଶ ଦେଇଥିଲୁ, ସେମାନଙ୍କର ସେହି ଦେଶକୁ ସେମାନଙ୍କୁ ପୁନର୍ବାର ଆଣିବା।


ତୁମ୍ଭେ ଯାଇ ଉତ୍ତର ଦିଗ ଆଡ଼େ ଏହି କଥା ପ୍ରଚାର କରି କୁହ, ହେ ବିପଥଗାମିନୀ ଇସ୍ରାଏଲ, ସଦାପ୍ରଭୁ କହନ୍ତି, ତୁମ୍ଭେ ଫେର; ଆମ୍ଭେ ତୁମ୍ଭ ପ୍ରତି କ୍ରୋଧ ଦୃଷ୍ଟି କରିବା ନାହିଁ; କାରଣ ସଦାପ୍ରଭୁ କହନ୍ତି, ଆମ୍ଭେ ଦୟାବାନ, ଆମ୍ଭେ ସର୍ବଦା କ୍ରୋଧ ରଖିବା ନାହିଁ।


ଆଉ, ଆମ୍ଭେ ଯିହୁଦା-ବଂଶକୁ ବଳବାନ କରିବା ଓ ଆମ୍ଭେ ଯୋଷେଫ-ବଂଶକୁ ଉଦ୍ଧାର କରିବା ଓ ଆମ୍ଭେ ସେମାନଙ୍କୁ ପୁନର୍ବାର ଆଣିବା, କାରଣ ସେମାନଙ୍କ ପ୍ରତି ଆମ୍ଭର ଦୟା ଅଛି; ଆଉ, ଆମ୍ଭ ଦ୍ଵାରା ପରିତ୍ୟକ୍ତ ନୋହିଲା ଲୋକର ତୁଲ୍ୟ ସେମାନେ ହେବେ; କାରଣ ଆମ୍ଭେ ସଦାପ୍ରଭୁ ସେମାନଙ୍କର ପରମେଶ୍ଵର ଓ ଆମ୍ଭେ ସେମାନଙ୍କର ପ୍ରାର୍ଥନା ଶୁଣିବାା।


ଇଫ୍ରୟିମ ମିଥ୍ୟା କଥାରେ ଓ ଇସ୍ରାଏଲ ବଂଶ ପ୍ରବଞ୍ଚନାରେ ଆମ୍ଭକୁ ଘେରୁଅଛନ୍ତି; ମାତ୍ର ଯିହୁଦା ଏବେ ହେଁ ପରମେଶ୍ଵରଙ୍କ ସହିତ କର୍ତ୍ତୃତ୍ଵ କରୁଅଛି ଓ ଧର୍ମସ୍ଵରୂପଙ୍କ ସହିତ ବିଶ୍ଵସ୍ତ ହୋଇ ରହିଅଛି।


ସଦାପ୍ରଭୁ କହନ୍ତି, ସେହି ଦିନରେ ଓ ସେହି ସମୟରେ ଇସ୍ରାଏଲର ଅଧର୍ମ ଅନ୍ଵେଷଣ କରାଯିବ, ମାତ୍ର କିଛି ମିଳିବ ନାହିଁ ଓ ଯିହୁଦାର ପାପ ଅନ୍ଵେଷଣ କରାଯିବ, ମାତ୍ର ତାହା ମିଳିବ ନାହିଁ। କାରଣ ଆମ୍ଭେ ଯେଉଁମାନଙ୍କୁ ଅବଶିଷ୍ଟ ରଖିବା, ସେମାନଙ୍କୁ କ୍ଷମା କରିବା।


କାରଣ ସଦାପ୍ରଭୁ କହନ୍ତି, ଦେଖ, ଯେଉଁ ସମୟରେ ଆମ୍ଭେ ଆପଣା ଲୋକ ଇସ୍ରାଏଲର ଓ ଯିହୁଦାର ବନ୍ଦୀତ୍ଵାବସ୍ଥା ପରିବର୍ତ୍ତନ କରିବା, ଏପରି ସମୟ ଆସୁଅଛି; ସଦାପ୍ରଭୁ କହନ୍ତି; ହଁ, ଆମ୍ଭେ ସେମାନଙ୍କ ପୂର୍ବପୁରୁଷମାନଙ୍କୁ ଯେଉଁ ଦେଶ ଦେଇଅଛୁ, ସେହି ଦେଶକୁ ସେମାନଙ୍କୁ ଫେରାଇ ଆଣିବା ଓ ସେମାନେ ତାହା ଅଧିକାର କରିବେ।


ତେବେ ଆମ୍ଭେ ତୁମ୍ଭମାନଙ୍କୁ ଏହି ସ୍ଥାନରେ, ପୁରାତନ କାଳରୁ ଅନ; କାଳ ପର୍ଯ୍ୟନ୍ତ ତୁମ୍ଭମାନଙ୍କର ପୂର୍ବପୁରୁଷମାନଙ୍କୁ ଆମ୍ଭର ଦତ୍ତ ଏହି ଦେଶରେ ବାସ କରାଇବା।


ସେମାନେ ସିୟୋନର ବିଷୟ ପଚାରିବେ, ତହିଁଆଡ଼େ ମୁଖ କରି କହିବେ, ତୁମ୍ଭେମାନେ ଆସ, ଅନ; କାଳସ୍ଥାୟୀ ଅବିସ୍ମରଣୀୟ ନିୟମ ଦ୍ଵାରା ସଦାପ୍ରଭୁଙ୍କ- ଠାରେ ଆସକ୍ତ ହୁଅ।


ଏଥିପାଇଁ ତୁମ୍ଭେ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ଆମ୍ଭେ ଗୋଷ୍ଠୀଗଣ ମଧ୍ୟରୁ ତୁମ୍ଭମାନଙ୍କୁ ସଂଗ୍ରହ କରିବା ଓ ତୁମ୍ଭେମାନେ ଯେଉଁ ଯେଉଁ ସ୍ଥାନରେ ଛିନ୍ନଭିନ୍ନ ହୋଇଅଛ, ସେହିସବୁ ଦେଶରୁ ତୁମ୍ଭମାନଙ୍କୁ ଏକତ୍ର କରିବା ଇସ୍ରାଏଲ ଦେଶ ତୁମ୍ଭମାନଙ୍କୁ ଦେବା।


ଆହେ, ଆହେ, ଉତ୍ତର ଦେଶରୁ ପଳାଅ, ଏହା ସଦାପ୍ରଭୁ କହନ୍ତି; କାରଣ ଆମ୍ଭେ ତୁମ୍ଭମାନଙ୍କୁ ଆକାଶର ଚତୁର୍ଦ୍ଦିଗ-ବାୟୁ ତୁଲ୍ୟ ବିସ୍ତୃତ କରିଅଛୁ, ଏହା ସଦାପ୍ରଭୁ କହନ୍ତି।


ଅନନ୍ତର ସଦାପ୍ରଭୁ ଅବ୍ରାମଙ୍କୁ ଦର୍ଶନ ଦେଇ କହିଲେ, ଆମ୍ଭେ ତୁମ୍ଭ ବଂଶକୁ ଏହି ଦେଶ ଦେବା; ଏନିମନ୍ତେ ଅବ୍ରାମ ଆପଣା ନିକଟରେ ଦର୍ଶନଦାତା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସେହି ସ୍ଥାନରେ ଯଜ୍ଞବେଦି ନିର୍ମାଣ କଲେ।


ଭୟ କର ନାହିଁ; କାରଣ ଆମ୍ଭେ ତୁମ୍ଭ ସଙ୍ଗରେ ଅଛୁ; ଆମ୍ଭେ ପୂର୍ବ ଦିଗରୁ ତୁମ୍ଭ ବଂଶକୁ ଆଣିବା ଓ ପଶ୍ଚିମ ଦିଗରୁ ତୁମ୍ଭକୁ ସଂଗ୍ରହ କରିବା;


ଆମ୍ଭେ ଉତ୍ତର ଦିଗକୁ କହିବା, ଛାଡ଼ିଦିଅ ଓ ଦକ୍ଷିଣ ଦିଗକୁ କହିବା, ଅଟକାଇ ରଖ ନାହିଁ; ଆମ୍ଭ ପୁତ୍ରଗଣକୁ ଦୂରରୁ ଓ ଆମ୍ଭ କନ୍ୟାଗଣକୁ ପୃଥିବୀର ପ୍ରାନ୍ତରୁ ଆଣିଦିଅ;


ତୁମ୍ଭେମାନେ ଆପଣା ମାତା ସହିତ ବାଦାନୁବାଦ କର, ବାଦାନୁବାଦ କର; କାରଣ ସେ ଆମ୍ଭର ଭାର୍ଯ୍ୟା ନୁହେଁ, କିଅବା ଆମ୍ଭେ ତାହାର ସ୍ଵାମୀ ନୋହୁଁ; ସେ ଆପଣା ଦୃଷ୍ଟିରୁ ଆପଣା ବେଶ୍ୟାଚାର ଓ ଆପଣା ସ୍ତନଦ୍ଵୟର ମଧ୍ୟରୁ ବ୍ୟଭିଚାର ଦୂର କରୁ;


Swiv nou:

Piblisite


Piblisite