Biblia Todo Logo
Bib sou entènèt

- Piblisite -




ଯିରିମୀୟ 3:23 - ପବିତ୍ର ବାଇବଲ (Re-edited) - (BSI)

23 ଉପପର୍ବତସମୂହରୁ, ପର୍ବତମାନର ଉପରିସ୍ଥ କୋଳାହଳରୁ ଅପେକ୍ଷିତ ଉପକାର ନିତା; ବ୍ୟର୍ଥନ୍ତ ନିତା; ଆମ୍ଭମାନଙ୍କର ପରମେଶ୍ଵର ସଦାପ୍ରଭୁଙ୍କଠାରେ ଇସ୍ରାଏଲର ପରିତ୍ରାଣ ଅଛି।

Gade chapit la Kopi

ଓଡିଆ ବାଇବେଲ

23 ଉପପର୍ବତସମୂହରୁ, ପର୍ବତମାନର ଉପରିସ୍ଥ କୋଳାହଳରୁ ଅପେକ୍ଷିତ ଉପକାର ନିତାନ୍ତ ବ୍ୟର୍ଥ; ନିତାନ୍ତ ଆମ୍ଭମାନଙ୍କର ପରମେଶ୍ୱର ସଦାପ୍ରଭୁଙ୍କଠାରେ ଇସ୍ରାଏଲର ପରିତ୍ରାଣ ଅଛି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

23 ଉପପର୍ବତସମୂହରୁ, ପର୍ବତମାନର ଉପରିସ୍ଥ କୋଳାହଳରୁ ଅପେକ୍ଷିତ ଉପକାର ନିତାନ୍ତ ବ୍ୟର୍ଥ; ନିତାନ୍ତ ଆମ୍ଭମାନଙ୍କର ପରମେଶ୍ୱର ସଦାପ୍ରଭୁଙ୍କଠାରେ ଇସ୍ରାଏଲର ପରିତ୍ରାଣ ଅଛି।

Gade chapit la Kopi

ପବିତ୍ର ବାଇବଲ

23 ଉପପର୍ବତସମୂହରେ ପ୍ରତିମା ପୂଜା ନିର୍ବୋଧତା ଥିଲା। ପର୍ବତମାନଙ୍କର ଉପରିସ୍ଥ କୋଳାହଳ ଜନିତ ସମାରୋହ ବ୍ୟର୍ଥ ଥିଲେ। ମାତ୍ର ଏହା ନିଶ୍ଚିତ ଯେ ପରମେଶ୍ୱର ସଦାପ୍ରଭୁଙ୍କଠାରେ ଇସ୍ରାଏଲର ପରିତ୍ରାଣ ଅଛି।

Gade chapit la Kopi




ଯିରିମୀୟ 3:23
25 Referans Kwoze  

ପରିତ୍ରାଣ ସଦାପ୍ରଭୁଙ୍କର ଅଧିକାର; ତୁମ୍ଭ ଲୋକମାନଙ୍କ ଉପରେ ତୁମ୍ଭର ଆଶୀର୍ବାଦ ବର୍ତ୍ତୁ। [ସେଲା


ଦେଖ, ପରମେଶ୍ଵର ଆମ୍ଭର ପରିତ୍ରାଣ; ଆମ୍ଭେ ବିଶ୍ଵାସ କରିବା ଓ ଭୀତ ହେବା ନାହିଁ; କାରଣ ଯିହୋବା ସଦାପ୍ରଭୁ ଆମ୍ଭର ବଳ ଓ ଗାନ; ପୁଣି, ସେ ଆମ୍ଭର ପରିତ୍ରାଣ ହୋଇଅଛନ୍ତି।


ଯାହା ତୁମ୍ଭେମାନେ ଜାଣ ନାହିଁ, ତାହା ଉପାସନା କରୁଥାଅ; ଯାହାଙ୍କୁ ଆମ୍ଭେମାନେ ଜାଣୁ, ତାହାଙ୍କୁ ଉପାସନା କରୁଥାଉ, କାରଣ ପରିତ୍ରାଣ ଯିହୁଦୀମାନଙ୍କ ମଧ୍ୟରୁ ଆସେ।


ମାତ୍ର ଆମ୍ଭେ ଯିହୁଦା-ବଂଶ ପ୍ରତି ଦୟା କରିବା ଓ ଧନୁ କି ଖଡ଼୍‍ଗ କି ଯୁଦ୍ଧ କି ଅଶ୍ଵଗଣ କିଅବା ଅଶ୍ଵାରୋହୀଗଣ ଦ୍ଵାରା ସେମାନଙ୍କୁ ଉଦ୍ଧାର ନ କରି ସଦାପ୍ରଭୁ ସେମାନଙ୍କ ପରମେଶ୍ଵରଙ୍କ ଦ୍ଵାରା ଉଦ୍ଧାର କରିବା।


କାରଣ ଆମ୍ଭେ ସେମାନଙ୍କୁ ଯେଉଁ ଦେଶ ଦେବା ପାଇଁ ଆପଣା ହସ୍ତ ଉଠାଇଥିଲୁ, ସେହି ଦେଶକୁ ଯେତେବେଳେ ସେମାନଙ୍କୁ ଆଣିଲୁ, ସେତେବେଳେ ସେମାନେ ପ୍ରତ୍ୟେକ ଉଚ୍ଚ ପର୍ବତ ଓ ପ୍ରତ୍ୟେକ ଗହଳିଆ ବୃକ୍ଷ ଦେଖି ସେସ୍ଥାନରେ ବଳିଦାନ କଲେ ଓ ସେହି ସ୍ଥାନରେ ସେମାନେ (ଆମ୍ଭର) ବିରକ୍ତିଜନକ ନୈବେଦ୍ୟ ଉତ୍ସର୍ଗ କଲେ, ସେହି ସ୍ଥାନରେ ମଧ୍ୟ ଆପଣାମାନଙ୍କର ସୌରଭାର୍ଥକ ଦ୍ରବ୍ୟ ରଖିଲେ ଓ ସେହି ସ୍ଥାନରେ ଆପଣାମାନଙ୍କର ପେୟ-ନୈବେଦ୍ୟ ଢାଳିଲେ।


ହେ ସଦାପ୍ରଭୁ, ମୋତେ ସୁସ୍ଥ କର, ତହିଁରେ ମୁଁ ସୁସ୍ଥ ହେବି, ମୋତେ ପରିତ୍ରାଣ କର, ତହିଁରେ ମୁଁ ପରିତ୍ରାଣ ପାଇବି; କାରଣ ତୁମ୍ଭେ ମୋର ପ୍ରଶଂସାଭୂମି।


ହେ ଇସ୍ରାଏଲର ଆଶାଭୂମି, ସଙ୍କଟ ସମୟରେ ତାହାର ଉଦ୍ଧାରକର୍ତ୍ତା, ତୁମ୍ଭେ ଦେଶ ମଧ୍ୟରେ ପ୍ରବାସୀ ତୁଲ୍ୟ ଓ ଗୋଟିଏ ରାତ୍ରି କ୍ଷେପଣ କରିବା ପାଇଁ ଆସିବା ପଥିକ ତୁଲ୍ୟ କାହିଁକି ହେବ?


ଆହୁରି, ଯୋଶୀୟ ରାଜାର ସମୟରେ ସଦାପ୍ରଭୁ ମୋତେ କହିଲେ, ବିପଥଗାମିନୀ ଇସ୍ରାଏଲ ଯାହା କରିଅଛି, ତାହା କି ତୁମ୍ଭେ ଦେଖିଅଛ? ସେ ପ୍ରତ୍ୟେକ ଉଚ୍ଚ ପର୍ବତ ଉପରେ ଓ ପ୍ରତ୍ୟେକ ହରିଦ୍ବର୍ଣ୍ଣ ବୃକ୍ଷ ତଳେ ଯାଇ ସେଠାରେ ବ୍ୟଭିଚାର କରିଅଛ।


ଯଦ୍ୟପି ଅବ୍ରହାମ ଆମ୍ଭମାନଙ୍କୁ ଜାଣନ୍ତି ନାହିଁ ଓ ଇସ୍ରାଏଲ ଆମ୍ଭମାନଙ୍କୁ ସ୍ଵୀକାର କରନ୍ତି ନାହିଁ, ତଥାପି ତୁମ୍ଭେ ତ ଆମ୍ଭମାନଙ୍କର ପିତା; ହେ ସଦାପ୍ରଭୋ, ତୁମ୍ଭେ ଆମ୍ଭମାନଙ୍କର ପିତା ଅଟ; ଅନ; କାଳରୁ ଆମ୍ଭମାନଙ୍କର ମୁକ୍ତିଦାତା ବୋଲି ତୁମ୍ଭର ନାମ ଅଛି।


ଇଦୋମରୁ, ରଙ୍ଗୀକୃତ ବସ୍ତ୍ର ପିନ୍ଧି ବସୋରାରୁ ଏ ଯେ ଆସୁଅଛନ୍ତି, ସେ କିଏ? ଆପଣା ପରିଧେୟ ବସ୍ତ୍ରରେ ଗୌରବାନ୍ଵିତ ଓ ଆପଣା ମହାଶକ୍ତିରେ ବିଜେ କରୁଅଛନ୍ତି ଯେ ଏ, ସେ କିଏ? ଆମ୍ଭେ ଯେ ଧର୍ମବାଦୀ ଓ ପରିତ୍ରାଣ କରିବାକୁ ସମର୍ଥ ଅଟୁ।


ହେ ନାନା ଗୋଷ୍ଠୀ ମଧ୍ୟରୁ ରକ୍ଷାପ୍ରାପ୍ତ ଲୋକ-ମାନେ, ତୁମ୍ଭେମାନେ ଏକତ୍ର ହୋଇ ଆସ, ଏକ ସଙ୍ଗେ ନିକଟକୁ ଆସ; ଯେଉଁମାନେ ଆପଣାମାନଙ୍କ ଖୋଦିତ ପ୍ରତିମାର କାଷ୍ଠ ବହି ବୁଲନ୍ତି ଓ ପରିତ୍ରାଣ କରିବାକୁ ଅସମର୍ଥ ଦେବତା ନିକଟରେ ପ୍ରାର୍ଥନା କରନ୍ତି, ସେମାନଙ୍କର କିଛି ଜ୍ଞାନ ନାହିଁ।


ମାତ୍ର ଇସ୍ରାଏଲ, ସଦାପ୍ରଭୁଙ୍କ ଦ୍ଵାରା ଅନନ୍ତକାଳସ୍ଥାୟୀ ପରିତ୍ରାଣ ପ୍ରାପ୍ତ ହେବ; ତୁମ୍ଭେମାନେ ଯୁଗଯୁଗାନ୍ତଯାଏ ଲଜ୍ଜିତ କିଅବା ଘାବରା ହେବ ନାହିଁ ।


ହେ ତ୍ରାଣକର୍ତ୍ତା, ଇସ୍ରାଏଲର ପରମେଶ୍ଵର, ତୁମ୍ଭେ ନିଶ୍ଚୟ ଆତ୍ମଗୋପନକାରୀ ପରମେଶ୍ଵର ଅଟ।


ଯେଉଁମାନେ ଖୋଦିତ ପ୍ରତିମା ନିର୍ମାଣ କରନ୍ତି, ସେସମସ୍ତେ ଅସାର ଓ ସେମାନଙ୍କର ମନୋହର ବିଷୟ-ମାନ ଉପକାରକ ନୋହିବ; ସେମାନେ ଯେପରି ଲଜ୍ଜିତ ହେବେ, ଏଥିପାଇଁ ସେମାନଙ୍କର ନିଜ ସାକ୍ଷୀଗଣ ଦେଖନ୍ତି ନାହିଁ, କିଅବା ଜାଣନ୍ତି ନାହିଁ।


ଆମ୍ଭେ, ଆମ୍ଭେ ହିଁ ସଦାପ୍ରଭୁ ଅଟୁ ଓ ଆମ୍ଭ ଛଡ଼ା ଆଉ ତ୍ରାଣକର୍ତ୍ତା ନାହିଁ।


ମୋହର ପରିତ୍ରାଣ ଓ ମୋହର ଗୌରବ ପରମେଶ୍ଵରଙ୍କଠାରେ ଅଛି; ମୋʼ ବଳର ଶୈଳ ଓ ମୋହର ଆଶ୍ରୟ ପରମେଶ୍ଵରଙ୍କ-ଠାରେ ଅଛି।


ଯୁଦ୍ଧ ଦିନ ପାଇଁ ଅଶ୍ଵ ସୁସଜ୍ଜିତ ହୁଏ; ମାତ୍ର ଜୟ ସଦାପ୍ରଭୁଙ୍କଠାରୁ ହୁଏ।


ପୁଣି, ସେମାନଙ୍କର ସନ୍ତାନଗଣ ଉଚ୍ଚ ଗିରିସ୍ଥିତ ହରିତ୍ପର୍ଣ୍ଣ ବୃକ୍ଷ ନିକଟରେ ସେମାନଙ୍କର ଯଜ୍ଞବେଦି ଓ ଆଶେରା ମୂର୍ତ୍ତିସକଳ ସ୍ମରଣ କରନ୍ତି।


କାରଣ ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେମାନେ ଯାକୁବ ନିମନ୍ତେ ଆନନ୍ଦରେ ଗାନ କର ଓ ଗୋଷ୍ଠୀବର୍ଗର ଅଗ୍ରଗଣ୍ୟ ନିମନ୍ତେ ଜୟଧ୍ଵନି କରନ୍ତ ତୁମ୍ଭେମାନେ ପ୍ରଚାର କରି, ପ୍ରଶଂସା କରି କୁହ, ହେ ସଦାପ୍ରଭୁ, ତୁମ୍ଭେ ଆପଣା ଲୋକ ଇସ୍ରାଏଲର ଅବଶିଷ୍ଟାଂଶକୁ ପରିତ୍ରାଣ କର।


ପୁଣି, ସେଦିନରେ ଏପରି ଘଟିବ ଯେ, ଇସ୍ରାଏଲର ଅବଶିଷ୍ଟାଂଶ ଓ ଯାକୁବ-ବଂଶର ରକ୍ଷାପ୍ରାପ୍ତ ଲୋକେ ଆପଣାମାନଙ୍କ ପ୍ରହାରକାରୀର ଉପରେ ଆଉ ନିର୍ଭର କରିବେ ନାହିଁ; ମାତ୍ର ସେମାନେ ସତ୍ୟ ଭାବରେ ଇସ୍ରାଏଲର ଧର୍ମସ୍ଵରୂପ ସଦାପ୍ରଭୁଙ୍କ ଉପରେ ନିର୍ଭର କରିବେ।


Swiv nou:

Piblisite


Piblisite