Biblia Todo Logo
Bib sou entènèt

- Piblisite -




ଯିରିମୀୟ 3:25 - ପବିତ୍ର ବାଇବଲ (Re-edited) - (BSI)

25 ଆମ୍ଭେମାନେ ନିଜ ଲଜ୍ଜାରେ ଶୟନ କରୁ ଓ ଆମ୍ଭମାନଙ୍କର ଅପମାନ ଆମ୍ଭମାନଙ୍କୁ ଆଚ୍ଛାଦନ କରୁ; କାରଣ ଆମ୍ଭେମାନେ ଓ ଆମ୍ଭମାନଙ୍କ ପିତୃପୁରୁଷମାନେ ବାଲ୍ୟରୁ ଆଜି ପର୍ଯ୍ୟନ୍ତ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ଵରଙ୍କ ବିରୁଦ୍ଧରେ ପାପ କରିଅଛୁ ଓ ଆମ୍ଭେମାନେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ଵରଙ୍କ ରବରେ ଅବଧାନ କରି ନାହୁଁ।

Gade chapit la Kopi

ଓଡିଆ ବାଇବେଲ

25 ଆମ୍ଭେମାନେ ନିଜ ଲଜ୍ଜାରେ ଶୟନ କରୁ ଓ ଆମ୍ଭମାନଙ୍କର ଅପମାନ ଆମ୍ଭମାନଙ୍କୁ ଆଚ୍ଛାଦନ କରୁ; କାରଣ ଆମ୍ଭେମାନେ ଓ ଆମ୍ଭମାନଙ୍କ ପିତୃପୁରୁଷମାନେ ବାଲ୍ୟ କାଳରୁ ଆଜି ପର୍ଯ୍ୟନ୍ତ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ବିରୁଦ୍ଧରେ ପାପ କରିଅଛୁ ଓ ଆମ୍ଭେମାନେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ରବରେ ଅବଧାନ କରି ନାହୁଁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

25 ଆମ୍ଭେମାନେ ନିଜ ଲଜ୍ଜାରେ ଶୟନ କରୁ ଓ ଆମ୍ଭମାନଙ୍କର ଅପମାନ ଆମ୍ଭମାନଙ୍କୁ ଆଚ୍ଛାଦନ କରୁ; କାରଣ ଆମ୍ଭେମାନେ ଓ ଆମ୍ଭମାନଙ୍କ ପିତୃପୁରୁଷମାନେ ବାଲ୍ୟକାଳରୁ ଆଜି ପର୍ଯ୍ୟନ୍ତ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ବିରୁଦ୍ଧରେ ପାପ କରିଅଛୁ ଓ ଆମ୍ଭେମାନେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ରବରେ ଅବଧାନ କରି ନାହୁଁ।”

Gade chapit la Kopi

ପବିତ୍ର ବାଇବଲ

25 ଆମ୍ଭେମାନେ ନିଜ ଲଜ୍ଜାରେ ଅବନତ ହେଉ। ଆମ୍ଭମାନଙ୍କର ଅପମାନ ଆମ୍ଭମାନଙ୍କୁ ଆଚ୍ଛାଦନ କରୁ। କାରଣ ଆମ୍ଭେମାନେ ଓ ଆମ୍ଭମାନଙ୍କର ପୂର୍ବପୁରୁଷଗଣ ବାଲ୍ୟକାଳରୁ ଅଦ୍ୟାବଧି ଆମ୍ଭମାନଙ୍କର ପରମେଶ୍ୱର ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କରିଅଛୁ। ଆଉ ଆମ୍ଭେମାନେ ଆମ୍ଭମାନଙ୍କ ପରମେଶ୍ୱର ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କରିଅଛୁ। ଆଉ ଆମ୍ଭେମାନେ ଆମ୍ଭମାନଙ୍କ ପରମେଶ୍ୱର ସଦାପ୍ରଭୁଙ୍କ ବାକ୍ୟକୁ ଅବମାନନା କରିଅଛୁ।’”

Gade chapit la Kopi




ଯିରିମୀୟ 3:25
38 Referans Kwoze  

ଆମ୍ଭେ ତୁମ୍ଭର ସମୃଦ୍ଧି ସମୟରେ ତୁମ୍ଭକୁ କଥା କହିଲୁ; ମାତ୍ର ତୁମ୍ଭେ କହିଲ, ମୁଁ ଶୁଣିବି ନାହିଁ; ଆମ୍ଭ ବାକ୍ୟରେ ଅବଧାନ ନ କରିବାର ବାଲ୍ୟକାଳରୁ ତୁମ୍ଭର ଏପରି ବ୍ୟବହାର ହୋଇଅଛି।


ଚୋର ଧରା ପଡ଼ିଲେ ଯେପରି ଲଜ୍ଜିତ ହୁଏ, ସେପରି ଇସ୍ରାଏଲ ବଂଶ, ସେମାନଙ୍କର ରାଜଗଣ, ସେମାନଙ୍କର ଅଧିପତିଗଣ, ସେମାନଙ୍କର ଯାଜକଗଣ ଓ ସେମାନଙ୍କର ଭବିଷ୍ୟଦ୍ବକ୍ତାଗଣ ସମସ୍ତେ ଲଜ୍ଜିତ ହୋଇଅଛନ୍ତି;


ତେବେ, ସେହି ସମୟରେ ତୁମ୍ଭମାନଙ୍କର କି ଫଳ ଥିଲା? ଯେସମସ୍ତ ବିଷୟରେ ତୁମ୍ଭେମାନେ ଏବେ ଲଜ୍ଜା ବୋଧ କରୁଅଛ, କେବଳ ସେତିକି ମାତ୍ର; ସେହିସମସ୍ତର ପରିଣାମ ତ ମୃତ୍ୟୁ।


ପୁଣି, ପୃଥିବୀର ଧୂଳିରେ ଯେଉଁମାନେ ଶୟନ କରନ୍ତି, ସେମାନଙ୍କ ମଧ୍ୟରୁ ଅନେକେ ଜାଗି ଉଠିବେ; କେତେକେ ଅନ; ଜୀବନ ଓ କେତେକେ ଲଜ୍ଜା ଓ ଅନ; ଅବଜ୍ଞା ଭୋଗ ପାଇଁ ଉଠିବେ।


ପ୍ରଭୁ ସଦାପ୍ରଭୁ କହନ୍ତି, ତୁମ୍ଭେମାନେ ଜ୍ଞାତ ହୁଅ ଯେ, ଆମ୍ଭେ ତୁମ୍ଭମାନଙ୍କ ସକାଶୁ ଏହା କରୁ ନାହୁଁ; ହେ ଇସ୍ରାଏଲ-ବଂଶ, ତୁମ୍ଭେମାନେ ଆପଣାମାନଙ୍କର ଆଚରଣ ସକାଶୁ ଲଜ୍ଜିତ ଓ ବିଷର୍ଣ୍ଣ ହୁଅ।


ମଧ୍ୟ ସେମାନେ କଟୀଦେଶରେ ଚଟବସ୍ତ୍ର ବାନ୍ଧିବେ ଓ ମହାଶଙ୍କା ସେମାନଙ୍କୁ ଆଚ୍ଛନ୍ନ କରିବ; ଆଉ, ସମସ୍ତଙ୍କ ମୁଖ ଲଜ୍ଜିତ ହେବ ଓ ସମସ୍ତଙ୍କର ମସ୍ତକ ଟାଙ୍ଗରା ହେବ।


ଆମ୍ଭମାନଙ୍କ ମସ୍ତକରୁ ମୁକୁଟ ଖସି ପଡ଼ିଅଛି; ଧିକ୍- ଆମ୍ଭମାନଙ୍କୁଣ! କାରଣ ଆମ୍ଭେମାନେ ପାପ କରିଅଛୁ।


ଆମ୍ଭମାନଙ୍କର ପିତୃଲୋକମାନେ ପାପ କରିଅଛନ୍ତି, ଆଉ ସେମାନେ ନାହାନ୍ତି; ପୁଣି, ଆମ୍ଭେମାନେ ସେମାନଙ୍କର ଅଧର୍ମ ବହନ କରିଅଛୁ।


ଆଗୋ ମୋର ଲୋକମାନଙ୍କର କନ୍ୟେ, ତୁମ୍ଭେ ଚଟ ପିନ୍ଧ, ଭସ୍ମରେ ଗଡ଼; ଅଦ୍ଵିତୀୟ ପୁତ୍ର ଲାଗି ଶୋକ ତୁଲ୍ୟ ତୁମ୍ଭେ ଶୋକ ଓ ଅତିଶୟ ବିଳାପ କର ; କାରଣ ବିନାଶକ ଅକସ୍ମାତ୍ ଆମ୍ଭମାନଙ୍କୁ ଆକ୍ରମଣ କରିବ।


ତୁମ୍ଭ ନିଜର ଦୁଷ୍ଟତା ତୁମ୍ଭକୁ ଶାସ୍ତି ଦେବ ଓ ତୁମ୍ଭର ବିପଥଗାମୀତ୍ଵ ତୁମ୍ଭକୁ ଅନୁଯୋଗ କରିବ; ଏହେତୁ ପ୍ରଭୁ, ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କୁ ପରିତ୍ୟାଗ କରିବାର ଓ ଆମ୍ଭ ବିଷୟକ ଭୟ ତୁମ୍ଭ ମଧ୍ୟରେ ନ ଥିବାର ଯେ ମନ୍ଦ ଓ ତିକ୍ତ ବିଷୟ, ଏହା ଜ୍ଞାତ ହୋଇ ବୁଝ।


ସଦାପ୍ରଭୁ ତୁମ୍ଭ ପରମେଶ୍ଵର ତୁମ୍ଭକୁ ପଥରେ କଢ଼ାଇ ଘେନି ଯିବା ସମୟରେ ତୁମ୍ଭେ ତାହାଙ୍କୁ ପରିତ୍ୟାଗ କରିବାରୁ ଏହା କି ଆପଣା ପ୍ରତି ଆପେ ଘଟାଇ ନାହଁ?


ଯାଅ ଓ ଯିରୂଶାଲମର କର୍ଣ୍ଣଗୋଚରରେ ପ୍ରଚାର କରି କୁହ, ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭ ଯୌବନାବସ୍ଥାର ଭକ୍ତି, ତୁମ୍ଭ ବିବାହ ସମୟର ପ୍ରେମ, ତୁମ୍ଭେ ପ୍ରାନ୍ତରରେ ଅବୁଣା ଦେଶରେ କିରୂପେ ଆମ୍ଭ ପଶ୍ଚାଦ୍ଗମନ କଲ, ଏହା ତୁମ୍ଭ ପକ୍ଷରେ ଆମ୍ଭେ ସ୍ମରଣ କରୁଅଛୁ।


ଅଗ୍ନି ଜ୍ଵଳାଉଅଛ, ଅଗ୍ନିଖୁଣ୍ଟାରେ ଆପଣାମାନଙ୍କୁ ବେଷ୍ଟନ କରୁଅଛ ଯେ ତୁମ୍ଭେମାନେ, ତୁମ୍ଭେ ସମସ୍ତେ ଦେଖ : ତୁମ୍ଭେମାନେ ଆପଣାମାନଙ୍କ ଅଗ୍ନିଶିଖା ଓ ଆପଣାମାନଙ୍କ ପ୍ରଜ୍ଵଳିତ ଅଗ୍ନିଖୁଣ୍ଟା ମଧ୍ୟରେ ଗମନ କର। ମୋʼ ହସ୍ତରୁ ଏହା ତୁମ୍ଭେମାନେ ପାଇବ; ତୁମ୍ଭେମାନେ ଶୋକରେ ଶୟନ କରିବ।


ବାସ୍ତବିକ, ତୁମ୍ଭେ ଶୁଣିଲ ନାହିଁ; ତୁମ୍ଭେ ଜାଣିଲ ନାହିଁ; ପୂର୍ବରୁ ତୁମ୍ଭର କର୍ଣ୍ଣ ମୁକ୍ତ ହୋଇ ନ ଥିଲା; କାରଣ ତୁମ୍ଭେ ଯେ ଭାରୀ ବିଶ୍ଵାସଘାତକତା କଲ ଓ ଗର୍ଭରୁ ଅଧର୍ମାଚାରୀ ବୋଲି ବିଖ୍ୟାତ ହୋଇଥିଲ, ଏହା ଆମ୍ଭେ ଜାଣିଲୁ।


ମୁଁ ଆପଣା ଶିକ୍ଷକମାନଙ୍କ କଥା ମାନିଲି ନାହିଁ ଓ ଯେଉଁମାନେ ମୋତେ ଶିକ୍ଷା ଦେଲେ, ସେମାନଙ୍କ ବାକ୍ୟ ପ୍ରତି ଆପଣା କାନ ଡେରିଲି ନାହିଁ,


ମୋʼ ବିପକ୍ଷମାନେ ଅପମାନରେ ବସ୍ତ୍ରାନ୍ଵିତ ହେବେ, ପୁଣି, ସେମାନେ ଉତ୍ତରୀୟ ବସ୍ତ୍ର ତୁଲ୍ୟ ନିଜ ଲଜ୍ଜାରେ ଆଚ୍ଛନ୍ନ ହେଉନ୍ତୁ।


ଆମ୍ଭମାନଙ୍କ ପିତୃପୁରୁଷମାନେ ମିସରରେ ତୁମ୍ଭର ଆଶ୍ଚର୍ଯ୍ୟକ୍ରିୟାସବୁ ବୁଝିଲେ ନାହିଁ; ସେମାନେ ତୁମ୍ଭ ଦୟାର ବାହୁଲ୍ୟ ସ୍ମରଣ କଲେ ନାହିଁ; ମାତ୍ର ସମୁଦ୍ର ନିକଟରେ, ସୂଫ ସମୁଦ୍ର ନିକଟରେ ହେଁ ବିଦ୍ରୋହାଚରଣ କଲେ।


ଆଉ ତୁମ୍ଭେମାନେ ଏହି ଦେଶ-ନିବାସୀମାନଙ୍କ ସହିତ କୌଣସି ନିୟମ ସ୍ଥିର କରିବ ନାହିଁ; ତୁମ୍ଭେମାନେ ସେମାନଙ୍କ ଯଜ୍ଞବେଦି ସକଳ ଭାଙ୍ଗି ପକାଇବ; ମାତ୍ର ତୁମ୍ଭେମାନେ ଆମ୍ଭ ରବ ଶୁଣି ନାହଁ, କିହେତୁ ତୁମ୍ଭେମାନେ ଏହି କର୍ମ କରିଅଛ?


ଆମ୍ଭେମାନେ ଆପଣାମାନଙ୍କ ପିତୃଗଣ ତୁଲ୍ୟ ପାପ କରିଅଛୁ, ଆମ୍ଭେମାନେ ଅପରାଧ କରିଅଛୁ, ଆମ୍ଭେମାନେ ଅଧର୍ମ କରିଅଛୁ।


ସଦାପ୍ରଭୁ କହନ୍ତି, ତୁମ୍ଭେ ଯେ ସଦାପ୍ରଭୁ ଆପଣା ପରମେଶ୍ଵରଙ୍କ ବିରୁଦ୍ଧରେ ଅପରାଧ କରିଅଛ ଓ ପ୍ରତ୍ୟେକ ହରିଦ୍ବର୍ଣ୍ଣ ବୃକ୍ଷ ତଳେ ବିଦେଶୀୟମାନଙ୍କ ନିକଟକୁ ଯାଇ ଭ୍ରମଣ କରିଅଛ ଓ ଆମ୍ଭ ରବରେ ମନୋଯୋଗ କରି ନାହଁ, ଆପଣାର ଏହି ଅଧର୍ମାଚରଣ କେବଳ ସ୍ଵୀକାର କର ।


ଆମ୍ଭେମାନେ କାହିଁକି ତୁନି ହୋଇ ବସୁଅଛୁ? ଏକତ୍ରିତ ହୁଅ, ଆସ, ଆମ୍ଭେମାନେ ପ୍ରାଚୀରବେଷ୍ଟିତ ନଗରମାନରେ ପ୍ରବେଶ କରୁ ଓ ସେଠାରେ ନୀରବ ହେଉ; କାରଣ ଆମ୍ଭେମାନେ ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କରିଅଛୁ ବୋଲି ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ଵର ଆମ୍ଭମାନଙ୍କୁ ନୀରବ କରିଅଛନ୍ତି ଓ ବିଷ-ବୃକ୍ଷର ରସ ପାନ କରିବାକୁ ଦେଇଅଛନ୍ତି।


ହେ ସଦାପ୍ରଭୁ, ଯଦ୍ୟପି ଆମ୍ଭମାନଙ୍କର ଅଧର୍ମସବୁ ଆମ୍ଭମାନଙ୍କ ବିରୁଦ୍ଧରେ ସାକ୍ଷ୍ୟ ଦିଏ, ତଥାପି ତୁମ୍ଭେ ଆପଣା ନାମ ସକାଶୁ କାର୍ଯ୍ୟ କର; କାରଣ ଆମ୍ଭମାନଙ୍କର ବିପଥଗମନ ଅପାର; ଆମ୍ଭେମାନେ ତୁମ୍ଭ ବିରୁଦ୍ଧରେ ପାପ କରିଅଛୁ।


ହେ ସଦାପ୍ରଭୁ, ଆମ୍ଭେମାନେ ଆପଣାମାନଙ୍କ ଦୁଷ୍ଟତା ଓ ଆମ୍ଭମାନଙ୍କ ପିତୃଲୋକମାନଙ୍କର ଅଧର୍ମ ସ୍ଵୀକାର କରୁଅଛୁ; କାରଣ ଆମ୍ଭେମାନେ ତୁମ୍ଭ ବିରୁଦ୍ଧରେ ପାପ କରିଅଛୁ।


ଲଜ୍ଜାରେ ମୋର ସମୟ କଟାଇବା ନିମନ୍ତେ ମୁଁ ଆୟାସ ଓ ଦୁଃଖଭୋଗ କରିବା ପାଇଁ କାହିଁକି ଗର୍ଭରୁ ନିର୍ଗତ ହେଲି?


ମୁଁ ଫେରିଲା ଉତ୍ତାରେ ନିତା; ଅନୁତାପ କଲି ଓ ଶିକ୍ଷା ପାଇଲା ଉତ୍ତାରେ ଆପଣା ଊରୁ ଦେଶରେ ଆଘାତ କଲି; ମୁଁ ଆପଣା ଯୌବନ କାଳରେ ଅପମାନ ଭୋଗ କରିବାରୁ ଲଜ୍ଜିତ ଓ ବ୍ୟାକୁଳ ହେଲି।


ପୁଣି, ସେ ମୋତେ କହିଲେ,ହେ ମନୁଷ୍ୟ-ସନ୍ତାନ, ଆମ୍ଭେ ଇସ୍ରାଏଲର ସନ୍ତାନଗଣର ନିକଟକୁ, ଯେଉଁମାନେ ଆମ୍ଭର ବିଦ୍ରୋହାଚରଣ କରିଅଛନ୍ତି, ସେହି ବିଦ୍ରୋହୀ ଗୋଷ୍ଠୀୟମାନଙ୍କ ନିକଟକୁ ତୁମ୍ଭକୁ ପ୍ରେରଣ କରୁଅଛୁ; ସେମାନେ ଓ ସେମାନଙ୍କର ପିତୃପୁରୁଷମାନେ ଆମ୍ଭ ବିରୁଦ୍ଧରେ ଅପରାଧ କରିଅଛନ୍ତି, ଆଜି ପର୍ଯ୍ୟନ୍ତ ହିଁ କରୁଅଛନ୍ତି।


ଯେଉଁ ଜନ ଶାସନ ଅଗ୍ରାହ୍ୟ କରେ, ସେ ଦରିଦ୍ରତା ଓ ଲଜ୍ଜା ପାଏ; ମାତ୍ର ଯେ ଅନୁଯୋଗ ଘେନେ, ସେ ମର୍ଯ୍ୟାଦା ପାଇବ।


ସଦାପ୍ରଭୁ କହନ୍ତି, ସେମାନେ କʼଣ ଆମ୍ଭକୁ ବିରକ୍ତ କରନ୍ତି? ବରଞ୍ଚ ଆପଣାମାନଙ୍କ ମୁଖର ବିବର୍ଣ୍ଣତା ନିମନ୍ତେ କʼଣ ଆପଣାମାନଙ୍କୁ ବିରକ୍ତ ନ କରନ୍ତି?


ଆମ୍ଭମାନଙ୍କର ଚକ୍ଷୁ ଯେପରି ଲୋତକରେ ଭାସିଯିବ ଓ ଆମ୍ଭମାନଙ୍କ ଚକ୍ଷୁ-ପତାରୁ ଜଳଧାରା ନିର୍ଗତ ହେବ, ଏଥିପାଇଁ ସେମାନେ ଶୀଘ୍ର ଆସି ଆମ୍ଭମାନଙ୍କ ନିମନ୍ତେ ହାହାକାର କରନ୍ତୁ।


କାରଣ ହେ ଯିହୁଦା, ତୁମ୍ଭର ନଗରସମୂହର ସଂଖ୍ୟାନୁସାରେ ତୁମ୍ଭର ଦେବଗଣ ଅଛନ୍ତି; ପୁଣି, ତୁମ୍ଭେମାନେ ଯିରୂଶାଲମର ସଡ଼କସମୂହର ସଂଖ୍ୟାନୁସାରେ, ଲଜ୍ଜାସ୍ପଦ ବସ୍ତୁ ଉଦ୍ଦେଶ୍ୟରେ ଯଜ୍ଞବେଦି, ଅର୍ଥାତ୍, ବାଲ୍ଦେବ ଉଦ୍ଦେଶ୍ୟରେ ଧୂପ ଜ୍ଵଳାଇବା ନିମନ୍ତେ ଯଜ୍ଞବେଦି ସ୍ଥାପନ କରିଅଛ।


ସେମାନେ ଗହମ ବୁଣି କଣ୍ଟା କାଟିଅଛନ୍ତି, ସେମାନେ ଆପଣାମାନଙ୍କୁ କଷ୍ଟ ଦେଇ କିଛି ଲାଭ ପାଆନ୍ତି ନାହିଁ; ପୁଣି, ସଦାପ୍ରଭୁଙ୍କ ପ୍ରଚଣ୍ତ କ୍ରୋଧ ସକାଶୁ ତୁମ୍ଭେମାନେ ଆପଣା ଫଳ ବିଷୟରେ ଲଜ୍ଜିତ ହେବ।


ପୁଣି, ସେମାନେ ଆମ୍ଭ ଯାଜକର କର୍ମ ସାଧନ କରିବା ନିମନ୍ତେ ଆମ୍ଭ ନିକଟକୁ ଆସିବେ ନାହିଁ ଅଥବା ସେମାନେ ଆମ୍ଭର ପବିତ୍ର ଦ୍ରବ୍ୟସକଳର ମଧ୍ୟରୁ କୌଣସି ପବିତ୍ର ଦ୍ରବ୍ୟ ନିକଟକୁ, ଅତି ପବିତ୍ର ଦ୍ରବ୍ୟସକଳ ନିକଟକୁ ଆସିବେ ନାହିଁ ମାତ୍ର ସେମାନେ ଆପଣାମାନଙ୍କର ଅପମାନ ଓ ଆପଣା-ମାନଙ୍କ କୃତ ଘୃଣାଯୋଗ୍ୟ କ୍ରିୟାର ଭାର ବହିବେ।


ଆମ୍ଭେ ଦ୍ରାକ୍ଷାଫଳର ନ୍ୟାୟ ଇସ୍ରାଏଲକୁ ପ୍ରାନ୍ତରରେ ପାଇଲୁ; ଆମ୍ଭେ ଡିମିରି ବୃକ୍ଷର ପ୍ରଥମକାଳୀନ ଆଦ୍ୟପକ୍ଵ ଫଳର ନ୍ୟାୟ ତୁମ୍ଭର ପିତୃପୁରୁଷଗଣଙ୍କୁ ଦେଖିଲୁ; ମାତ୍ର ସେମାନେ ବାଲ୍-ପୀୟୋରର ନିକଟକୁ ଆସି ସେହି ଲଜ୍ଜାସ୍ପଦର ଉଦ୍ଦେଶ୍ୟରେ ଆପଣାମାନଙ୍କୁ ପ୍ରତିଷ୍ଠା କଲେ ଓ ଯାହାକୁ ସେମାନେ ପ୍ରେମ କଲେ, ତାହାରି ତୁଲ୍ୟ ଘୃଣାଯୋଗ୍ୟ ହେଲେ।


ପୁଣି, ଆମ୍ଭେ ମନୁଷ୍ୟମାନଙ୍କ ଉପରେ ଦୁଃଖ ଘଟାଇବା, ତହିଁରେ ସେମାନେ ଅନ୍ଧଲୋକ ପରି ବୁଲିବେ, କାରଣ ସେମାନେ ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କରିଅଛନ୍ତି; ଆଉ, ସେମାନଙ୍କର ରକ୍ତ ଧୂଳି ପରି ଓ ସେମାନଙ୍କର ମାଂସ ମଳ ପରି ଢଳା ଯିବ।


Swiv nou:

Piblisite


Piblisite